1 Chronicles 15:16 in Oriya 16 ଆଉ ଦାଉଦ ଲେବୀୟମାନଙ୍କର ପ୍ରଧାନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ଆପଣାମାନଙ୍କ ଗାୟକ ଭ୍ରାତୃଗଣକୁ ନେବଲ ଓ ବୀଣା ଓ କରତାଳ, ବାଦ୍ୟଯନ୍ତ୍ର ନେଇ ଉଚ୍ଚୈଃ-ସ୍ୱରରେ ଆନନ୍ଦଧ୍ୱନି କରିବା ପାଇଁ ନିଯୁକ୍ତ କର।”
Other Translations King James Version (KJV) And David spake to the chief of the Levites to appoint their brethren to be the singers with instruments of music, psalteries and harps and cymbals, sounding, by lifting up the voice with joy.
American Standard Version (ASV) And David spake to the chief of the Levites to appoint their brethren the singers, with instruments of music, psalteries and harps and cymbals, sounding aloud and lifting up the voice with joy.
Bible in Basic English (BBE) And David gave orders to the chief of the Levites to put their brothers the music-makers in position, with instruments of music, corded instruments and brass, with glad voices making sounds of joy.
Darby English Bible (DBY) And David spoke to the chief of the Levites to appoint their brethren, the singers, with instruments of music, lutes, and harps, and cymbals, that they should sound aloud, lifting up the voice with joy.
Webster's Bible (WBT) And David spoke to the chief of the Levites to appoint their brethren to be the singers with instruments of music, psalteries, and harps, and cymbals, sounding, by lifting up the voice with joy.
World English Bible (WEB) David spoke to the chief of the Levites to appoint their brothers the singers, with instruments of music, psalteries and harps and cymbals, sounding aloud and lifting up the voice with joy.
Young's Literal Translation (YLT) And David saith to the heads of the Levites to appoint their brethren the singers, with instruments of song, psalteries, and harps, and cymbals, sounding, to lift up with the voice for joy.
Cross Reference 1 Chronicles 6:31 in Oriya 31 (ନିୟମ) ସିନ୍ଦୁକ ବିଶ୍ରାମ-ସ୍ଥାନ ପାଇଲା ଉତ୍ତାରେ ଦାଉଦ ଯେଉଁମାନଙ୍କୁ ସଦାପ୍ରଭୁଙ୍କ ଗୃହର ଗାନ-ସେବାରେ ନିଯୁକ୍ତ କରିଥିଲେ, ସେମାନଙ୍କର ନାମ ଏହି।
1 Chronicles 13:8 in Oriya 8 ପୁଣି, ଦାଉଦ ଓ ସମଗ୍ର ଇସ୍ରାଏଲ ପରମେଶ୍ୱରଙ୍କ ସାକ୍ଷାତରେ ସମସ୍ତ ଶକ୍ତି ସହିତ ଗାୟନ କରି ବୀଣା ଓ ନେବଲ ଓ ଦାରା ଓ କରତାଳ ଓ ତୂରୀ ବଜାଇଲେ।
1 Chronicles 15:12 in Oriya 12 “ତୁମ୍ଭେମାନେ ଲେବୀୟମାନଙ୍କ ପିତୃବଂଶର ପ୍ରଧାନ; ମୁଁ ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ସିନ୍ଦୁକ ନିମନ୍ତେ ଯେଉଁ ସ୍ଥାନ ପ୍ରସ୍ତୁତ କରିଅଛି, ସେହି ସ୍ଥାନକୁ ତାହା ଆଣିବା ପାଇଁ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ଭ୍ରାତୃଗଣ ଉଭୟ ଆପଣାମାନଙ୍କୁ ପବିତ୍ର କର।”
1 Chronicles 15:27 in Oriya 27 ଆଉ ଦାଉଦ, ସିନ୍ଦୁକବାହକ ଲେବୀୟମାନେ, ଗାୟକମାନେ, ଗାୟକମାନଙ୍କ ସହିତ ଗୀତ-ଶିକ୍ଷକ କନନୀୟ, ସମସ୍ତେ ଶୁଭ୍ର କ୍ଷୌମବସ୍ତ୍ରର ଚୋଗା ପିନ୍ଧିଥିଲେ; ଆଉ ଦାଉଦଙ୍କର ଦେହରେ ଶୁଭ୍ର କ୍ଷୌମବସ୍ତ୍ରର ଏଫୋଦ ଥିଲା।
1 Chronicles 16:42 in Oriya 42 ଆଉ, ହେମନ୍, ଯିଦୂଥୂନ୍ ତୂରୀ, କରତାଳ ଓ ପରମେଶ୍ୱରଙ୍କ ଗୀତାର୍ଥକ ବାଦ୍ୟଯନ୍ତ୍ର ବଜାଇବା ପାଇଁ ଉଚ୍ଚଧ୍ୱନିକାରୀମାନଙ୍କ ସଙ୍ଗରେ ରହିଲେ; ଆଉ ଯିଦୂଥୂନର ପୁତ୍ରମାନେ ଦ୍ୱାରପାଳ ହେଲେ।
1 Chronicles 23:5 in Oriya 5 ଆଉ ଚାରି ହଜାର ଲୋକ ଦ୍ୱାରପାଳ ଥିଲେ; ଆଉ ପ୍ରଶଂସାର୍ଥେ ମୁଁ ଯେଉଁ ବାଦ୍ୟଯନ୍ତ୍ରସବୁ ନିର୍ମାଣ କଲି ବୋଲି ଦାଉଦ କହିଲେ, ତଦ୍ଦ୍ୱାରା ଚାରି ହଜାର ଲୋକ ସଦାପ୍ରଭୁଙ୍କର ପ୍ରଶଂସା କଲେ।
1 Chronicles 25:1 in Oriya 1 ଆହୁରି ଆସଫର ଓ ହେମନର ଓ ଯିଦୂଥୂନର ସନ୍ତାନଗଣ ମଧ୍ୟରୁ ଦାଉଦ ଓ ସେନାପତିମାନେ କେତେକଙ୍କୁ ବୀଣା, ନେବଲ ଓ କରତାଳ ଦ୍ୱାରା ଭବିଷ୍ୟଦ୍ବାକ୍ୟ ପ୍ରଚାରର ସେବାକାର୍ଯ୍ୟ ନିମନ୍ତେ ପୃଥକ କଲେ; ପୁଣି, ଆପଣା ଆପଣା ସେବାନୁସାରେ କର୍ମକାରୀମାନଙ୍କ ସଂଖ୍ୟା ଏହି।
2 Chronicles 5:13 in Oriya 13 ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ, ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚୈଃସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା
2 Chronicles 29:28 in Oriya 28 ତହିଁରେ ସମଗ୍ର ସମାଜ ପ୍ରଣାମ କଲେ ଓ ଗାୟକମାନେ ଗାନ କଲେ ଓ ତୂରୀବାଦକମାନେ ତୂରୀ ବଜାଇଲେ; ହୋମବଳିଦାନର ସମାପ୍ତି ପର୍ଯ୍ୟନ୍ତ ଏସବୁ ହେଲା।
2 Chronicles 30:12 in Oriya 12 ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।
Ezra 3:10 in Oriya 10 ଆଉ, ନିର୍ମାଣକାରୀମାନେ ସଦାପ୍ରଭୁଙ୍କ ମନ୍ଦିରର ଭିତ୍ତିମୂଳ ବସାଇବା ବେଳେ ସେମାନେ ଇସ୍ରାଏଲର ରାଜା ଦାଉଦଙ୍କ ନିରୂପଣାନୁସାରେ ସଦାପ୍ରଭୁଙ୍କର ପ୍ରଶଂସା କରିବା ନିମନ୍ତେ ନିଜ ନିଜ ବସ୍ତ୍ରପରିହିତ ଯାଜକମାନଙ୍କୁ ତୂରୀ ସହିତ ଓ ଆସଫର ସନ୍ତାନ ଲେବୀୟଗଣଙ୍କୁ କରତାଳ ସହିତ ସ୍ଥାପନ କଲେ।
Ezra 7:24 in Oriya 24 ଆହୁରି, ଯାଜକମାନଙ୍କର ଓ ଲେବୀୟମାନଙ୍କର, ଗାୟକମାନଙ୍କର, ଦ୍ୱାରପାଳମାନଙ୍କର, ନଥୀନୀୟମାନଙ୍କର ଓ ପରମେଶ୍ୱରଙ୍କ ଏହି ଗୃହର ସେବକମାନଙ୍କର କାହାରି ଉପରେ କର, ରାଜସ୍ୱ ବା ମାଶୁଲ ବସାଇବା ବ୍ୟବସ୍ଥା ବିରୁଦ୍ଧ ହେବ ବୋଲି ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ।
Nehemiah 12:36 in Oriya 36 ଓ ତାହାର ଭ୍ରାତୃଗଣ ଶମୟୀୟ ଓ ଅସରେଲ, ମିଲଲୟ, ଗିଲଲୟ, ମାୟିୟ, ନଥନେଲ ଓ ଯିହୁଦା, ହନାନି, ଏମାନେ ପରମେଶ୍ୱରଙ୍କ ଲୋକ ଦାଉଦଙ୍କର ନିରୂପିତ ନାନା ବାଦ୍ୟଯନ୍ତ୍ର ନେଇ ଗମନ କଲେ; ଏଜ୍ରା ଅଧ୍ୟାପକ ସେମାନଙ୍କ ଆଗେ ଆଗେ ଚାଲିଲେ;
Nehemiah 12:43 in Oriya 43 ପୁଣି, ସେହି ଦିନ ଲୋକମାନେ ମହାବଳିଦାନ କରି ଆନନ୍ଦ କଲେ; କାରଣ ପରମେଶ୍ୱର ସେମାନଙ୍କୁ ମହାନନ୍ଦରେ ଆନନ୍ଦିତ କରିଥିଲେ; ଆଉ ସ୍ତ୍ରୀମାନେ, ମଧ୍ୟ ଓ ବାଳକ ବାଳିକାଗଣ ଆନନ୍ଦ କଲେ; ତହିଁରେ ଯିରୁଶାଲମର ଆନନ୍ଦଧ୍ୱନି ଅନେକ ଦୂର ପର୍ଯ୍ୟନ୍ତ ଶୁଣାଗଲା।
Nehemiah 12:46 in Oriya 46 କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।
Psalm 81:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଆସଫର ଗୀତ। ଆମ୍ଭମାନଙ୍କ ବଳ ସ୍ୱରୂପ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଉଚ୍ଚସ୍ୱରରେ ଗାନ କର; ଯାକୁବର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଜୟଧ୍ୱନି କର।
Psalm 87:7 in Oriya 7 ଗାୟକ ଓ ନର୍ତ୍ତକମାନେ କହିବେ, “ମୋହର ସବୁ ଝର ତୁମ୍ଭଠାରେ ଅଛି।”
Psalm 92:1 in Oriya 1 ଗୀତ : ବିଶ୍ରାମବାର ନିମିତ୍ତକ ଗୀତ। ସଦାପ୍ରଭୁଙ୍କ ଧନ୍ୟବାଦ କରିବାର ଉତ୍ତମ, ହେ ସର୍ବୋପରିସ୍ଥ, ତୁମ୍ଭ ନାମରେ ପ୍ରଶଂସା ଗାନ କରିବାର,
Psalm 95:1 in Oriya 1 ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
Psalm 100:1 in Oriya 1 ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
Psalm 149:3 in Oriya 3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।
Psalm 150:3 in Oriya 3 ତୂରୀ ଧ୍ୱନିରେ ତାହାଙ୍କର ପ୍ରଶଂସା କର; ନେବଲ ଓ ବୀଣା ଯନ୍ତ୍ରରେ ତାହାଙ୍କର ପ୍ରଶଂସା କର।
Isaiah 49:23 in Oriya 23 ପୁଣି, ରାଜାଗଣ ତୁମ୍ଭର ପାଳନକାରୀ ପିତା ଓ ସେମାନଙ୍କର ରାଣୀମାନେ ତୁମ୍ଭର ପାଳନକାରିଣୀ ମାତା ହେବେ; ସେମାନେ ଭୂମିକୁ ମୁଖ କରି ତୁମ୍ଭକୁ ପ୍ରଣାମ କରିବେ ଓ ତୁମ୍ଭ ପାଦର ଧୂଳି ଚାଟିବେ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଓ ଆମ୍ଭର ଅପେକ୍ଷାକାରୀମାନେ ଯେ ଲଜ୍ଜିତ ହେବେ ନାହିଁ, ଏହା ତୁମ୍ଭେ ଜାଣିବ।
Jeremiah 33:11 in Oriya 11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ' ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।'”
Acts 14:23 in Oriya 23 ଆଉ ସେମାନେ ସେମାନଙ୍କ ନିମନ୍ତେ ପ୍ରତ୍ୟେକ ମଣ୍ଡଳୀରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରି ଉପବାସ ସହିତ ପ୍ରାର୍ଥନା କଲେ, ପୁଣି, ଯେଉଁ ପ୍ରଭୁଙ୍କଠାରେ ସେମାନେ ବିଶ୍ୱାସ କରିଥିଲେ, ତାହାଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲେ।
1 Timothy 3:1 in Oriya 1 ଏହି କଥା ସତ୍ୟ, କେହି ଯଦି ଅଧ୍ୟକ୍ଷ ପଦ ପାଇବାକୁ ଆକାଂକ୍ଷା କରନ୍ତି, ତେବେ ସେ ଉତ୍ତମ କାର୍ଯ୍ୟ ଇଚ୍ଛା କରନ୍ତି।
2 Timothy 2:2 in Oriya 2 ଆଉ ଅନେକ ସାକ୍ଷୀଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହି ସବୁ ଅର୍ପଣ କର।
Titus 1:5 in Oriya 5 ମୋହର ଆଦେଶାନୁସାରେ ଅସମ୍ପୂର୍ଣ୍ଣ କାର୍ଯ୍ୟସବୁ ସମ୍ପୂର୍ଣ୍ଣ କରିବାକୁ ପୁଣି, ପ୍ରତ୍ୟେକ ନଗରରେ ପ୍ରାଚୀନମାନଙ୍କୁ ନିଯୁକ୍ତ କରିବାକୁ ମୁଁ କ୍ରୀତୀରେ ତୁମ୍ଭକୁ ଛାଡ଼ି ଆସିଲି;