1 Chronicles 15:25 in Oriya 25 ତହୁଁ ଦାଉଦ ଓ ଇସ୍ରାଏଲର ପ୍ରାଚୀନବର୍ଗ ଓ ସହସ୍ରପତିମାନେ ଓବେଦ୍-ଇଦୋମ୍ର ଗୃହରୁ ଆନନ୍ଦପୂର୍ବକ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବାକୁ ଗଲେ;
Other Translations King James Version (KJV) So David, and the elders of Israel, and the captains over thousands, went to bring up the ark of the covenant of the LORD out of the house of Obededom with joy.
American Standard Version (ASV) So David, and the elders of Israel, and the captains over thousands, went to bring up the ark of the covenant of Jehovah out of the house of Obed-edom with joy.
Bible in Basic English (BBE) So David, and the responsible men of Israel, and the captains over thousands, went with joy to get the ark of the agreement of the Lord out of the house of Obed-edom.
Darby English Bible (DBY) And David, and the elders of Israel, and the captains over thousands, went to bring up the ark of the covenant of Jehovah out of the house of Obed-Edom with joy.
Webster's Bible (WBT) So David and the elders of Israel, and the captains over thousands, went to bring up the ark of the covenant of the LORD from the house of Obed-edom with joy.
World English Bible (WEB) So David, and the elders of Israel, and the captains over thousands, went to bring up the ark of the covenant of Yahweh out of the house of Obed-edom with joy.
Young's Literal Translation (YLT) And it is David, and the elders of Israel, and the heads of the thousands, who are going to bring up the ark of the covenant of Jehovah from the house of Obed-Edom with joy;
Cross Reference Numbers 31:14 in Oriya 14 ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।
Deuteronomy 1:15 in Oriya 15 ତହୁଁ ମୁଁ ତୁମ୍ଭମାନଙ୍କ ବଂଶ ଅନୁସାରେ ପ୍ରଧାନ, ଜ୍ଞାନୀ ଓ ବିଖ୍ୟାତ ଲୋକମାନଙ୍କୁ ନେଇ ତୁମ୍ଭମାନଙ୍କ ବଂଶାନୁସାରେ ତୁମ୍ଭମାନଙ୍କ ଉପରେ ପ୍ରଧାନ, ସହସ୍ରପତି, ଶତପତି, ପଚାଶତପତି, ଦଶପତି ଓ ଅଧ୍ୟକ୍ଷମାନଙ୍କୁ ନିଯୁକ୍ତ କଲି।
Deuteronomy 12:7 in Oriya 7 ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।
Deuteronomy 12:18 in Oriya 18 ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ ତାହା ଭୋଜନ କରିବ, ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାର ମଧ୍ୟବର୍ତ୍ତୀ ଲେବୀୟ ଲୋକ (ତାହା ଭୋଜନ କରିବ) ଯେସମସ୍ତ ବିଷୟରେ ତୁମ୍ଭେ ହାତ ଦେବ, ତହିଁରେ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ଆନନ୍ଦ କରିବ।
Deuteronomy 16:11 in Oriya 11 ଆଉ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ନାମ ପ୍ରତିଷ୍ଠା କରାଇବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ; ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ସମ୍ମୁଖରେ ତୁମ୍ଭେ, ତୁମ୍ଭ ପୁତ୍ର, ତୁମ୍ଭ କନ୍ୟା, ତୁମ୍ଭ ଦାସ, ତୁମ୍ଭ ଦାସୀ ଓ ତୁମ୍ଭ ନଗରଦ୍ୱାରବର୍ତ୍ତୀ ଲେବୀୟ ଲୋକ ଓ ତୁମ୍ଭ ମଧ୍ୟରେ ଥିବା ବିଦେଶୀୟ ଲୋକ ଓ ପିତୃହୀନ ଓ ବିଧବା (ତୁମ୍ଭେ) ସମସ୍ତେ ଆନନ୍ଦ କରିବ।
Deuteronomy 16:15 in Oriya 15 ସଦାପ୍ରଭୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ସାତଦିନ ଉତ୍ସବ ପାଳନ କରିବ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ଭୂମିରୁ ଉତ୍ପନ୍ନ ସମସ୍ତ ଦ୍ରବ୍ୟରେ ଓ ତୁମ୍ଭ ହସ୍ତକୃତ ସମସ୍ତ କର୍ମରେ ତୁମ୍ଭକୁ ଆଶୀର୍ବାଦ କରିବେ; ପୁଣି ତୁମ୍ଭେ ସର୍ବତୋଭାବେ ଆନନ୍ଦିତ ହେବ।
1 Samuel 8:12 in Oriya 12 ପୁଣି, ସେ ସେମାନଙ୍କୁ ଆପଣାର ସହସ୍ରପତି ଓ ପଚାଶତ୍ପତି କରି ନିଯୁକ୍ତ କରିବ ଓ ସେ ଆପଣା ଭୂମି ଚାଷ କରିବାକୁ ଓ ଆପଣା ଶସ୍ୟ କାଟିବାକୁ ଓ ଆପଣା ଯୁଦ୍ଧାସ୍ତ୍ର ଓ ଆପଣା ରଥସଜ୍ଜା ନିର୍ମାଣ କରିବାକୁ ସେମାନଙ୍କୁ କାହାକୁ କାହାକୁ ନିଯୁକ୍ତ କରିବ।
1 Samuel 10:19 in Oriya 19 ମାତ୍ର ତୁମ୍ଭମାନଙ୍କର ଯେଉଁ ପରମେଶ୍ୱର ଆପେ, ତୁମ୍ଭମାନଙ୍କର ସମସ୍ତ ଅମଙ୍ଗଳ ଓ କ୍ଳେଶରୁ ତୁମ୍ଭମାନଙ୍କୁ ଉଦ୍ଧାର କରନ୍ତି, ତୁମ୍ଭେମାନେ ଆଜି ତାହାଙ୍କୁ ଅଗ୍ରାହ୍ୟ କଲ ଓ ତାହାଙ୍କୁ କହିଲ, ଯାହା ହେଉ, ଆମ୍ଭମାନଙ୍କ ଉପରେ ଏକ ରାଜା ନିଯୁକ୍ତ କର, ଏହେତୁ ତୁମ୍ଭେମାନେ ଏବେ ଆପଣା ଆପଣା ବଂଶାନୁସାରେ ଓ ସହସ୍ର ସହସ୍ର ଅନୁସାରେ ସଦାପ୍ରଭୁଙ୍କ ସାକ୍ଷାତରେ ଉପସ୍ଥିତ ହୁଅ।
1 Samuel 22:7 in Oriya 7 ତହିଁରେ ଶାଉଲ ଚାରିଆଡ଼େ ଠିଆ ହୋଇଥିବା ଆପଣା ଦାସମାନଙ୍କୁ କହିଲେ, ହେ ବିନ୍ୟାମୀନୀୟ ଲୋକମାନେ, ଶୁଣ; ଯିଶୀର ପୁତ୍ର କ'ଣ ତୁମ୍ଭମାନଙ୍କ ପ୍ରତିଜଣକୁ କ୍ଷେତ୍ର ଓ ଦ୍ରାକ୍ଷାକ୍ଷେତ୍ର ଦେବ, ସେ କ'ଣ ତୁମ୍ଭ ସମସ୍ତଙ୍କୁ ସହସ୍ରପତି ଓ ଶତପତି କରିବ,
2 Samuel 6:12 in Oriya 12 ଏଉତ୍ତାରେ ପରମେଶ୍ୱରଙ୍କ ସିନ୍ଦୁକ ସକାଶୁ ସଦାପ୍ରଭୁ ଓବେଦ-ଇଦୋମର ପରିବାରକୁ ଓ ତାହାର ସର୍ବସ୍ୱକୁ ଆଶୀର୍ବାଦ କରିଅଛନ୍ତି ବୋଲି ଦାଉଦ ରାଜାଙ୍କୁ ଜ୍ଞାତ କରାଗଲା। ତହୁଁ ଦାଉଦ ଯାଇ ଓବେଦ-ଇଦୋମର ଗୃହରୁ ଆନନ୍ଦପୂର୍ବକ ପରମେଶ୍ୱରଙ୍କ ସିନ୍ଦୁକକୁ ଦାଉଦ-ନଗରକୁ ଆଣିଲେ।
1 Kings 8:1 in Oriya 1 ଏଥିଉତ୍ତାରେ ଶଲୋମନ ଦାଉଦ-ନଗର ସିୟୋନରୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆଣିବା ପାଇଁ ଇସ୍ରାଏଲର ପ୍ରାଚୀନବର୍ଗଙ୍କୁ ଓ ବଂଶ ସମୂହର ପ୍ରଧାନ-ବର୍ଗଙ୍କୁ, ଅର୍ଥାତ୍, ଇସ୍ରାଏଲ-ସନ୍ତାନଗଣଙ୍କର ପିତୃଗୃହାଧିପତି ସମସ୍ତଙ୍କୁ ଯିରୂଶାଲମରେ ଶଲୋମନ ରାଜାଙ୍କ ନିକଟରେ ଏକତ୍ର କଲେ।
1 Chronicles 13:11 in Oriya 11 ପୁଣି, ସଦାପ୍ରଭୁ ଉଷକୁ ଆକ୍ରମଣ କରିବାରୁ ଦାଉଦ ଅସନ୍ତୁଷ୍ଟ ହେଲେ; ଏଣୁ ସେ ସେହି ସ୍ଥାନର ନାମ “ପେରସ-ଉଷ” ରଖିଲେ; ଆଜି ପର୍ଯ୍ୟନ୍ତ ସେହି ନାମ ଅଛି।
2 Chronicles 20:27 in Oriya 27 ଏଉତ୍ତାରେ ଯିହୁଦା ଓ ଯିରୂଶାଲମର ପ୍ରତ୍ୟେକ ଲୋକ ଓ ସେମାନଙ୍କ ଅଗ୍ରଗାମୀ ଯିହୋଶାଫଟ୍ ଆନନ୍ଦରେ ପୁନର୍ବାର ଯିରୂଶାଲମକୁ ଯିବା ପାଇଁ ଫେରିଲେ; କାରଣ ସଦାପ୍ରଭୁ ସେମାନଙ୍କ ଶତ୍ରୁଗଣ ଉପରେ ସେମାନଙ୍କୁ ଆନନ୍ଦିତ କରିଥିଲେ।
Ezra 6:16 in Oriya 16 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ, ଯାଜକମାନେ ଓ ଲେବୀୟମାନେ ଓ ବନ୍ଦୀତ୍ୱର ଅବଶିଷ୍ଟ ସନ୍ତାନଗଣ ଆନନ୍ଦରେ ପରମେଶ୍ୱରଙ୍କ ଏହି ଗୃହର ପ୍ରତିଷ୍ଠା ଉତ୍ସବ ପାଳନ କଲେ।
Psalm 95:1 in Oriya 1 ଆହେ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରୁ; ଆମ୍ଭମାନଙ୍କ ପରିତ୍ରାଣର ଶୈଳଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କରୁ।
Psalm 100:1 in Oriya 1 ଧନ୍ୟବାଦାର୍ଥକ ଗୀତ। ହେ ସକଳ ଦେଶ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆନନ୍ଦଧ୍ୱନି କର।
Micah 5:2 in Oriya 2 ମାତ୍ର ହେ ବେଥଲିହିମ-ଉଫ୍ରାଥା, ଯିହୁଦାର ସହସ୍ରଗଣର ମଧ୍ୟରେ କ୍ଷୁଦ୍ର ଯେ ତୁମ୍ଭେ, ତୁମ୍ଭ ମଧ୍ୟରୁ ଇସ୍ରାଏଲର ଶାସନକର୍ତ୍ତା ହେବା ନିମନ୍ତେ ଆମ୍ଭ ଉଦ୍ଦେଶ୍ୟରେ ଏକ ବ୍ୟକ୍ତି ଉତ୍ପନ୍ନ ହେବେ; ପୁରାତନ କାଳରୁ, ଅନାଦି କାଳରୁ ତାହାଙ୍କର ଉତ୍ପତ୍ତି ହୋଇଅଛି।
Philippians 3:3 in Oriya 3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଇଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।
Philippians 4:4 in Oriya 4 ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।