1 Chronicles 15:29 in Oriya 29 ପୁଣି, ଦାଉଦ-ନଗରରେ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଉପସ୍ଥିତ ହୁଅନ୍ତେ, ଶାଉଲଙ୍କ କନ୍ୟା ମୀଖଲ ଝରକା ବାଟେ ଅନାଇ ଦାଉଦ ରାଜାଙ୍କୁ ନୃତ୍ୟ ଓ ଆନନ୍ଦ କରିବାର ଦେଖିଲା, ତହିଁରେ ସେ ମନେ ମନେ ତାଙ୍କୁ ତୁଚ୍ଛ କଲା।
Other Translations King James Version (KJV) And it came to pass, as the ark of the covenant of the LORD came to the city of David, that Michal, the daughter of Saul looking out at a window saw king David dancing and playing: and she despised him in her heart.
American Standard Version (ASV) And it came to pass, as the ark of the covenant of Jehovah came to the city of David, that Michal the daughter of Saul looked out at the window, and saw king David dancing and playing; and she despised him in her heart.
Bible in Basic English (BBE) And when the ark of the agreement of the Lord came into the town of David, Michal, the daughter of Saul, looking out of the window, saw King David dancing and playing; and to her mind he seemed foolish.
Darby English Bible (DBY) And it came to pass as the ark of the covenant of Jehovah came to the city of David, that Michal the daughter of Saul looked through a window, and saw king David dancing and playing; and she despised him in her heart.
Webster's Bible (WBT) And it came to pass, as the ark of the covenant of the LORD came to the city of David, that Michal the daughter of Saul, looking out at a window, saw king David dancing and playing: and she despised him in her heart.
World English Bible (WEB) It happened, as the ark of the covenant of Yahweh came to the city of David, that Michal the daughter of Saul looked out at the window, and saw king David dancing and playing; and she despised him in her heart.
Young's Literal Translation (YLT) and it cometh to pass, the ark of the covenant of Jehovah is entering in unto the city of David, and Michal daughter of Saul is looking through the window, and seeth king David dancing and playing, and despiseth him in her heart.
Cross Reference Exodus 15:20 in Oriya 20 ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।
Numbers 10:33 in Oriya 33 ଏଉତ୍ତାରେ ସେମାନେ ସଦାପ୍ରଭୁଙ୍କ ପର୍ବତରୁ ତିନି ଦିନର ପଥ ଗଲେ, ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ନିମନ୍ତେ ବିଶ୍ରାମ ସ୍ଥାନ ଅନ୍ୱେଷଣ କରିବା ପାଇଁ ସେମାନଙ୍କ ଆଗରେ ତିନି ଦିନର ପଥ ଗଲା।
Deuteronomy 31:26 in Oriya 26 “ତୁମ୍ଭେମାନେ ଏହି ବ୍ୟବସ୍ଥା-ପୁସ୍ତକ ନେଇ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ପାଖରେ ରଖ; ତାହା ସେହି ସ୍ଥାନରେ ତୁମ୍ଭ ପ୍ରତିକୂଳରେ ସାକ୍ଷୀ ସ୍ୱରୂପ ହୋଇ ରହିବ।”
Joshua 4:7 in Oriya 7 ତୁମ୍ଭେମାନେ ସେମାନଙ୍କୁ କହିବ, ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ସମ୍ମୁଖରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ତାହା ଯର୍ଦ୍ଦନ ପାର ହେବା ସମୟରେ ଯର୍ଦ୍ଦନର ଜଳ କଟା ହୋଇଥିଲା; ଏହେତୁ ଏହି ପ୍ରସ୍ତରସବୁ ଇସ୍ରାଏଲ-ସନ୍ତାନଗଣ ପ୍ରତି ଅନନ୍ତ କାଳଯାଏ ସ୍ମରଣୀୟ ହେବ।
Judges 20:27 in Oriya 27 ସେହି ସମୟରେ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ସେଠାରେ ଥିଲା, ପୁଣି ହାରୋଣର ପୌତ୍ର, ଇଲୀୟାସରର ପୁତ୍ର ପୀନ୍ହସ୍ ସେହି ସମୟରେ ତହିଁ ସମ୍ମୁଖରେ ଠିଆ ହେବା ବ୍ୟକ୍ତି ଥିଲା।
1 Samuel 4:3 in Oriya 3 ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।
1 Samuel 18:27 in Oriya 27 ଏଥିଉତ୍ତାରେ କାଳ ସମ୍ପୂର୍ଣ୍ଣ ନୋହୁଣୁ, ଦାଉଦ ଓ ତାଙ୍କର ଲୋକମାନେ ଉଠିଯାଇ ପଲେଷ୍ଟୀୟମାନଙ୍କର ଦୁଇ ଶହ ଲୋକଙ୍କୁ ବଧ କଲେ; ପୁଣି, ଦାଉଦ ସେମାନଙ୍କର ସୁନ୍ନତ ଚର୍ମ ଆଣିଲେ, ତହୁଁ ସେ ଯେପରି ରାଜାଙ୍କର ଜୁଆଁଇ ହେବେ, ଏଥିପାଇଁ ପୂର୍ଣ୍ଣ ସଂଖ୍ୟାନୁସାରେ ତାହା ରାଜାଙ୍କୁ ଦେଲେ। ତହିଁରେ ଶାଉଲ ତାଙ୍କୁ ଆପଣା କନ୍ୟା ମୀଖଲକୁ ଭାର୍ଯ୍ୟା ରୂପେ ଦାନ କଲେ।
1 Samuel 19:11 in Oriya 11 ତହୁଁ ଦାଉଦଙ୍କୁ ଜଗି ସକାଳେ ବଧ କରିବା ପାଇଁ ତାଙ୍କର ଗୃହକୁ ଶାଉଲ ଦୂତମାନଙ୍କୁ ପଠାଇଲେ; ଏଥିରେ ଦାଉଦଙ୍କର ଭାର୍ଯ୍ୟା ମୀଖଲ ତାଙ୍କୁ କହିଲା, ତୁମ୍ଭେ ଆଜି ରାତ୍ରି ଆପଣା ପ୍ରାଣରକ୍ଷା ନ କଲେ, କାଲି ହତ ହେବ।
1 Samuel 25:44 in Oriya 44 ମାତ୍ର ଶାଉଲ ଆପଣା ମୀଖଲ ନାମ୍ନୀ କନ୍ୟା ଦାଉଦଙ୍କର ଭାର୍ଯ୍ୟାକୁ ଗଲିମ୍ ନିବାସୀ ଲୟିଶର ପୁତ୍ର ପଲ୍ଟିକୁ ଦେଇଥିଲେ।
2 Samuel 3:13 in Oriya 13 ଏଥିରେ ଦାଉଦ କହିଲେ, “ଭଲ; ମୁଁ ତୁମ୍ଭ ସଙ୍ଗରେ ନିୟମ କରିବି; ମାତ୍ର ମୁଁ ତୁମ୍ଭଠାରୁ ଗୋଟିଏ କଥା ଚାହେଁ, ତାହା ଏହି, ତୁମ୍ଭେ ମୋ' ମୁଖ ଦେଖିବାକୁ ଆସିବା ବେଳେ ପ୍ରଥମେ ଶାଉଲଙ୍କର କନ୍ୟା ମୀଖଲକୁ ନ ଆଣିଲେ ମୋ' ମୁଖ ଦେଖି ପାରିବ ନାହିଁ।”
2 Samuel 6:16 in Oriya 16 ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ଦାଉଦ-ନଗରରେ ଉପସ୍ଥିତ ହେବା ବେଳେ ଶାଉଲଙ୍କର କନ୍ୟା ମୀଖଲ ଝରକା ଦେଇ ଅନାଇ ଦାଉଦ ରାଜାଙ୍କୁ ସଦାପ୍ରଭୁଙ୍କ ସମ୍ମୁଖରେ କୁଦିବାର ଓ ନାଚିବାର ଦେଖିଲା; ଏଣୁ ସେ ଆପଣା ମନେ ମନେ ତାଙ୍କୁ ତୁଚ୍ଛ କଲା।
2 Samuel 6:20 in Oriya 20 ଏଥିଉତ୍ତାରେ ଦାଉଦ ଆପଣା ପରିବାରକୁ ଆଶୀର୍ବାଦ କରିବା ପାଇଁ ଫେରି ଗଲେ। ତହିଁରେ ଶାଉଲଙ୍କର କନ୍ୟା ମୀଖଲ ଦାଉଦଙ୍କୁ ଭେଟିବା ପାଇଁ ବାହାରେ ଆସି କହିଲା, “ଆଜି ଇସ୍ରାଏଲର ରାଜା କେଡ଼େ ଗୌରବ ପାଇଲେ, ସେ ଆଜି ଆପଣା ଦାସଗଣର ଦାସୀମାନଙ୍କ ସାକ୍ଷାତରେ ବିବସ୍ତ୍ର ହୋଇଥିଲେ, ଯେପରି କୌଣସି ଅଗାଡ଼ି ଲୋକ ନିର୍ଲଜ ରୂପେ ବିବସ୍ତ୍ର ହୁଏ !”
1 Chronicles 17:1 in Oriya 1 ଏଥିଉତ୍ତାରେ ଦାଉଦ ଆପଣା ଗୃହରେ ବାସ କରୁଥିବା ବେଳେ ସେ ନାଥନ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ଦେଖ, ମୁଁ ଏରସ କାଷ୍ଠନିର୍ମିତ ଗୃହରେ ବାସ କରୁଅଛି, ମାତ୍ର ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଯବନିକା ମଧ୍ୟରେ ବାସ କରୁଅଛି।”
Psalm 30:11 in Oriya 11 ତୁମ୍ଭେ ମୋହର ବିଳାପକୁ ନୃତ୍ୟରେ ପରିଣତ କରିଅଛ; ତୁମ୍ଭେ ମୋହର ଚଟବସ୍ତ୍ର ଫିଟାଇ ଆନନ୍ଦରୂପ ପଟୁକାରେ ମୋହର କଟି ବାନ୍ଧିଅଛ;
Psalm 69:7 in Oriya 7 କାରଣ ତୁମ୍ଭ ସକାଶୁ ମୁଁ ନିନ୍ଦା ସହ୍ୟ କରିଅଛି। ଲଜ୍ଜା ମୋ' ମୁଖ ଆଚ୍ଛାଦନ କରିଅଛି।
Psalm 149:3 in Oriya 3 ସେମାନେ ନୃତ୍ୟ କରି ତାହାଙ୍କ ନାମର ପ୍ରଶଂସା କରନ୍ତୁ; ସେମାନେ ଦାରା ଓ ବୀଣା ବଜାଇ ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରନ୍ତୁ।
Psalm 150:4 in Oriya 4 ଦାରାବାଦ୍ୟ ଓ ନୃତ୍ୟ ଦ୍ୱାରା ତାହାଙ୍କର ପ୍ରଶଂସା କର। ତାରଯୁକ୍ତ ଯନ୍ତ୍ର ଓ ବଂଶୀରେ ତାହାଙ୍କର ପ୍ରଶଂସା କର।
Ecclesiastes 3:4 in Oriya 4 ରୋଦନ କରିବାର ସମୟ ଓ ହସିବାର ସମୟ; ବିଳାପ କରିବାର ସମୟ ଓ ନୃତ୍ୟ କରିବାର ସମୟ;
Jeremiah 3:16 in Oriya 16 ସଦାପ୍ରଭୁ କହନ୍ତି, ‘ସେହି ସମୟରେ, ଯେତେବେଳେ ତୁମ୍ଭେମାନେ ଦେଶରେ ବର୍ଦ୍ଧିଷ୍ଣୁ ଓ ବହୁବଂଶ ହେବ, ସେତେବେଳେ ଲୋକମାନେ ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ବୋଲି ଆଉ କହିବେ ନାହିଁ; କିଅବା ତାହା ମନରେ ପଡ଼ିବ ନାହିଁ; ଅଥବା ସେମାନେ ତାହା ସ୍ମରଣ କରିବେ ନାହିଁ, କିଅବା ତାହା ନିକଟକୁ ଯିବେ ନାହିଁ; ଅଥବା ଆଉ ତାହା ନିର୍ମିତ ହେବ ନାହିଁ।'
Jeremiah 30:19 in Oriya 19 ଆଉ, ସେହି ସ୍ଥାନ ମଧ୍ୟରୁ ଧନ୍ୟବାଦ ଓ ଆନନ୍ଦକାରୀମାନଙ୍କର ଧ୍ୱନି ନିର୍ଗତ ହେବ; ପୁଣି, ଆମ୍ଭେ ସେମାନଙ୍କୁ ବୃଦ୍ଧି କରିବା ଓ ସେମାନେ ଅଳ୍ପସଂଖ୍ୟକ ହେବେ ନାହିଁ; ଆହୁରି, ଆମ୍ଭେ ସେମାନଙ୍କୁ ଗୌରବାନ୍ୱିତ କରିବା ଓ ସେମାନେ କ୍ଷୁଦ୍ର ହେବେ ନାହିଁ।
Jeremiah 33:11 in Oriya 11 ଆନନ୍ଦଧ୍ୱନି, ହର୍ଷନାଦ, ବରର ରବ ଓ କନ୍ୟାର ରବ,ପୁଣି ‘ସୈନ୍ୟାଧିପତି ସଦାପ୍ରଭୁଙ୍କର ଧନ୍ୟବାଦ କର, କାରଣ ସଦାପ୍ରଭୁ ମଙ୍ଗଳମୟ ଓ ତାହାଙ୍କର କରୁଣା ସଦାକାଳସ୍ଥାୟୀ' ବୋଲି ଯେଉଁମାନେ କହନ୍ତି, ସେମାନଙ୍କର ରବ ଓ ସଦାପ୍ରଭୁଙ୍କ ଗୃହକୁ ଧନ୍ୟବାଦରୂପ ବଳି ଆଣିବା ଲୋକମାନଙ୍କର ରବ ପୁନର୍ବାର ଶୁଣାଯିବ। କାରଣ ସଦାପ୍ରଭୁ କହନ୍ତି, ‘ଆମ୍ଭେ ପୂର୍ବ କାଳର ନ୍ୟାୟ ଦେଶର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା।'”
Acts 2:13 in Oriya 13 କିନ୍ତୁ ଅନ୍ୟମାନେ ପରିହାସ କରି କହିଲେ, ଏମାନେ ନୂତନ ଦ୍ରାକ୍ଷାରସରେ ମତ୍ତ ହୋଇଅଛନ୍ତି।
1 Corinthians 2:14 in Oriya 14 କିନ୍ତୁ ସାଂସାରିକ ମନୁଷ୍ୟ ଇଶ୍ବରଙ୍କ ଆତ୍ମାଙ୍କ ବିଷୟଗୁଡ଼ିକ ଗ୍ରହଣ କରେ ନାହିଁ, କାରଣ ସେହି ସବୁ ତାହା ନିକଟରେ ମୂର୍ଖତା, ପୁଣି, ସେ ସେହି ସବୁ ବୁଝି ପାରେ ନାହିଁ, ଯେଣୁ ସେହିସବୁକୁ ଆତ୍ମିକ ଭାବରେ ବିଚାର କରାଯାଏ।
2 Corinthians 5:13 in Oriya 13 ଯେଣୁ ଯଦି ଆମ୍ଭେମାନେ ନିର୍ବୋଧ, ତାହା ଇଶ୍ବରଙ୍କ ନିମନ୍ତେ; କିଅବା ଯଦି ସୁବୋଧ, ତାହା ତୁମ୍ଭମାନଙ୍କ ନିମନ୍ତେ।
Hebrews 9:4 in Oriya 4 ସେଠାରେ ସୁବର୍ଣ୍ଣର ଧୂପବେଦି ଓ ଚତୁଃପାର୍ଶ୍ୱ ସୁବର୍ଣ୍ଣ ମଣ୍ଡିତ ନିୟମସିନ୍ଦୁକ ଥିଲା। ସେହି ନିୟମସିନ୍ଦୁକରେ ମାନ୍ନା ରଖାଯାଇଥିବା ଗୋଟିଏ ସୁବର୍ଣ୍ଣର ପାତ୍ର, ହାରୋଣଙ୍କ ମଞ୍ଜରିତ ଯଷ୍ଟି ଓ ନିୟମର ଦୁଇ ପ୍ରସ୍ତରଫଳକ ଥିଲା,