1 Chronicles 23:13 in Oriya 13 ଅମ୍ରାମ୍ର ପୁତ୍ର; ହାରୋଣ ଓ ମୋଶା; ପୁଣି, ହାରୋଣ ଯେପରି ମହାପବିତ୍ର ବସ୍ତୁ ପବିତ୍ର କରିବ, ଏଥିପାଇଁ ଯୁଗାନୁକ୍ରମେ ସଦାପ୍ରଭୁଙ୍କ ସମ୍ମୁଖରେ ଧୂପଦାହ, ତାହାଙ୍କର ପରିଚର୍ଯ୍ୟା ଓ ତାହାଙ୍କ ନାମରେ ଆଶୀର୍ବାଦକରଣାର୍ଥେ ସେ ଓ ତାହାର ପୁତ୍ରମାନେ ଯୁଗାନୁକ୍ରମେ ପୃଥକ କରାଗଲେ।
Other Translations King James Version (KJV) The sons of Amram; Aaron and Moses: and Aaron was separated, that he should sanctify the most holy things, he and his sons for ever, to burn incense before the LORD, to minister unto him, and to bless in his name for ever.
American Standard Version (ASV) The sons of Amram: Aaron and Moses; and Aaron was separated, that he should sanctify the most holy things, he and his sons, for ever, to burn incense before Jehovah, to minister unto him, and to bless in his name, for ever.
Bible in Basic English (BBE) The sons of Amram: Aaron and Moses; and Aaron was made separate and holy, he and his sons for ever, for the care of the most holy things and the burning of offerings before the Lord, to do his work and give blessings in his name for ever.
Darby English Bible (DBY) The sons of Amram: Aaron and Moses. And Aaron was separated, that he should be hallowed as most holy, he and his sons for ever, to offer before Jehovah, to do service to him, and to bless in his name for ever.
Webster's Bible (WBT) The sons of Amram; Aaron and Moses: and Aaron was separated, that he should sanctify the most holy things, he and his sons for ever, to burn incense before the LORD, to minister to him, and to bless in his name for ever.
World English Bible (WEB) The sons of Amram: Aaron and Moses; and Aaron was separated, that he should sanctify the most holy things, he and his sons, forever, to burn incense before Yahweh, to minister to him, and to bless in his name, forever.
Young's Literal Translation (YLT) Sons of Amram: Aaron and Moses; and Aaron is separated for his sanctifying the holy of holies, he and his sons -- unto the age, to make perfume before Jehovah, to serve Him, and to bless in His name -- unto the age.
Cross Reference Exodus 6:20 in Oriya 20 ପୁଣି, ଅମ୍ରମ୍ ଆପଣା ପିଉସୀ ଯୋକେବଦକୁ ବିବାହ କରନ୍ତେ, ସେ ତାହାର ଔରସରେ ହାରୋଣଙ୍କୁ ଓ ମୋଶାଙ୍କୁ ପ୍ରସବ କଲା; ସେହି ଅମ୍ରମର ଆୟୁ ଶହେ ସଇଁତିରିଶ ବର୍ଷ ଥିଲା।
Exodus 28:1 in Oriya 1 ଆଉ ଆମ୍ଭ ଉଦ୍ଦେଶ୍ୟରେ ଯାଜକ କର୍ମ କରିବା ନିମନ୍ତେ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ମଧ୍ୟରୁ ଆପଣା ଭ୍ରାତା ହାରୋଣକୁ ଓ ତାହା ସଙ୍ଗେ ତାହାର ପୁତ୍ରଗଣଙ୍କୁ, ଅର୍ଥାତ୍, ହାରୋଣ, ନାଦବ୍ ଓ ଅବୀହୂ, ଇଲୀୟାଜର ଓ ଈଥାମରକୁ ଆପଣା ନିକଟକୁ ଆଣିବ।
Exodus 29:33 in Oriya 33 ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହା ସବୁ ପବିତ୍ର ବସ୍ତୁ।
Exodus 29:44 in Oriya 44 ଆଉ, ଆମ୍ଭେ ସମାଗମ-ତମ୍ବୁ ଓ ବେଦିକୁ ପବିତ୍ର କରିବା, ପୁଣି, ଆମ୍ଭର ଯାଜକ କର୍ମ କରଣାର୍ଥେ ହାରୋଣକୁ ଓ ତାହାର ପୁତ୍ରଗଣକୁ ପବିତ୍ର କରିବା।
Exodus 30:6 in Oriya 6 ପୁଣି, ଆମ୍ଭେ ଯେଉଁ ସ୍ଥାନରେ ତୁମ୍ଭ ସହିତ ସାକ୍ଷାତ କରିବା, ସେହି ସ୍ଥାନରେ, ଅର୍ଥାତ୍, ସାକ୍ଷ୍ୟ ସିନ୍ଦୁକର ଉପରିସ୍ଥ ପାପାଚ୍ଛାଦନ ସମ୍ମୁଖରେ ସାକ୍ଷ୍ୟ ସିନ୍ଦୁକର ଅଗ୍ରସ୍ଥିତ ବିଚ୍ଛେଦ-ବସ୍ତ୍ରର ଆଗରେ ତାହା ରଖିବ।
Exodus 30:34 in Oriya 34 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଆପଣା ନିକଟରେ ସୁଗନ୍ଧି ଦ୍ରବ୍ୟ, ଅର୍ଥାତ୍, ଗୁଗ୍ଗୁଳ, ନଖୀ, କୁନ୍ଦୁରୁ ଓ ନିର୍ମଳ ଲୋବାନ୍, ଏହି ପ୍ରତ୍ୟେକ ସୁଗନ୍ଧି ଦ୍ରବ୍ୟ ସମଭାଗରେ ସଂଗ୍ରହ କର।
Exodus 40:9 in Oriya 9 ଏଉତ୍ତାରେ ଅଭିଷେକାର୍ଥକ ତୈଳ ନେଇ ଆବାସ ଓ ତନ୍ମଧ୍ୟସ୍ଥିତ ସମସ୍ତ ବସ୍ତୁ ଅଭିଷେକ କରି ତାହା ଓ ତହିଁର ସକଳ ପାତ୍ର ପବିତ୍ର କରିବ; ତହିଁରେ ତାହା ପବିତ୍ର ହେବ।
Leviticus 9:22 in Oriya 22 ତହୁଁ ହାରୋଣ ଲୋକମାନଙ୍କ ପ୍ରତି ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଶୀର୍ବାଦ କଲେ; ଏହିରୂପେ ପାପାର୍ଥକ ବଳି ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଓହ୍ଲାଇ ଆସିଲେ।
Leviticus 10:1 in Oriya 1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୁ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।
Leviticus 10:10 in Oriya 10 ତହିଁରେ ତୁମ୍ଭେମାନେ ପବିତ୍ର ଓ ସାମାନ୍ୟ, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ଭିନ୍ନତା ଜାଣିପାରିବ;
Leviticus 10:17 in Oriya 17 “ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।
Leviticus 16:11 in Oriya 11 ଏଥିଉତ୍ତାରେ ହାରୋଣ ଆପଣା ନିମନ୍ତେ ପାପାର୍ଥକ ବଳିର ଯେଉଁ ଗୋବତ୍ସ, ତାକୁ ଆଣି ଆପଣା ନିମନ୍ତେ ଓ ଆପଣା ପରିବାର ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ଆପଣା ପାପାର୍ଥକ ବଳିର ସେହି ଗୋବତ୍ସକୁ ବଧ କରିବ।
Leviticus 16:32 in Oriya 32 ପୁଣି, ପିତାର ବଦଳେ ଯାଜକତ୍ୱ ପଦରେ ଯେ ଅଭିଷିକ୍ତ ଓ ନିଯୁକ୍ତ ହେବ, ସେହି ଯାଜକ ପ୍ରାୟଶ୍ଚିତ୍ତ କରିବ ଓ ଶୁଭ୍ର ବସ୍ତ୍ର, ଅର୍ଥାତ୍, ପବିତ୍ର ବସ୍ତ୍ର ସବୁ ପିନ୍ଧିବ।
Leviticus 17:2 in Oriya 2 “ତୁମ୍ଭେ ହାରୋଣକୁ, ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ସଦାପ୍ରଭୁ ଏହି ଆଜ୍ଞା ଦେଇଅଛନ୍ତି।
Numbers 3:27 in Oriya 27 ଆଉ କହାତ୍ଠାରୁ ଅମ୍ରମୀୟ ବଂଶ, ଯିଷ୍ହରୀୟ ବଂଶ, ହିବ୍ରୋଣୀୟ ବଂଶ ଓ ଉଷୀୟେଲୀୟ ବଂଶ ଉତ୍ପନ୍ନ ହେଲେ; ଏମାନେ କହାତୀୟ ବଂଶ।
Numbers 6:23 in Oriya 23 “ତୁମ୍ଭେ ହାରୋଣ ଓ ତାହାର ପୁତ୍ରଗଣକୁ କୁହ, ତୁମ୍ଭେମାନେ ଇସ୍ରାଏଲ-ସନ୍ତାନଗଣକୁ ଏହିରୂପେ ଆଶୀର୍ବାଦ କରିବ; ତୁମ୍ଭେମାନେ ସେମାନଙ୍କୁ କହିବ,
Numbers 16:16 in Oriya 16 ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;
Numbers 16:35 in Oriya 35 ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।
Numbers 16:46 in Oriya 46 ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”
Numbers 18:1 in Oriya 1 ଏଥିଉତ୍ତାରେ ସଦାପ୍ରଭୁ ହାରୋଣଙ୍କୁ କହିଲେ, “ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଓ ତୁମ୍ଭର ପିତୃବଂଶ, ତୁମ୍ଭେମାନେ ପବିତ୍ର ସ୍ଥାନଘଟିତ ଅପରାଧ ବହିବ; ପୁଣି, ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ଯାଜକତ୍ୱ-ପଦଘଟିତ ଅପରାଧ ବହିବ।
Numbers 18:3 in Oriya 3 ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
Numbers 26:59 in Oriya 59 ସେହି କହାତର ପୁତ୍ର ଅମ୍ରମ୍; ସେହି ଅମ୍ରମର ଯୋକେବଦ ନାମ୍ନୀ ଭାର୍ଯ୍ୟା ମିସର ଦେଶରେ ଲେବୀର ଔରସଜାତା କନ୍ୟା ଥିଲା। ସେ ଅମ୍ରମର ଔରସରେ ହାରୋଣ, ମୋଶା ଓ ସେମାନଙ୍କ ଭଗିନୀ ମରୀୟମଙ୍କୁ ପ୍ରସବ କଲା।
Deuteronomy 21:5 in Oriya 5 ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦ କରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ।
1 Samuel 2:28 in Oriya 28 ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ ? ଆହୁରି, ଆମ୍ଭେ କି ଇସ୍ରାଏଲ ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ ?
1 Chronicles 6:3 in Oriya 3 ଅମ୍ରାମ୍ର ସନ୍ତାନ ହାରୋଣ ଓ ମୋଶା ଓ ମରିୟମ। ପୁଣି, ହାରୋଣର ପୁତ୍ର ନାଦବ୍ ଓ ଅବୀହୂ, ଇଲୀୟାସର ଓ ଈଥାମର।
2 Chronicles 26:18 in Oriya 18 ପୁଣି, ସେମାନେ ଉଷୀୟ ରାଜାଙ୍କୁ ନିବାରଣ କରି ତାଙ୍କୁ କହିଲେ, ହେ ଉଷୀୟ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇବା ପାଇଁ ଆପଣଙ୍କର ଅଧିକାର ନାହିଁ, ମାତ୍ର ହାରୋଣଙ୍କର ସନ୍ତାନ ଯେଉଁ ଯାଜକମାନେ ଧୂପ ଜ୍ୱଳାଇବା ପାଇଁ ପବିତ୍ରୀକୃତ ହୋଇଅଛନ୍ତି, ସେମାନଙ୍କର ଅଧିକାର ଅଟେ; ପବିତ୍ର ସ୍ଥାନରୁ ବାହାରି ଯାଉନ୍ତୁ; ଆପଣ ସତ୍ୟ ଲଙ୍ଘନ କରିଅଛନ୍ତି; ଏହା ସଦାପ୍ରଭୁ ପରମେଶ୍ୱରଙ୍କଠାରୁ ଆପଣଙ୍କ ଗୌରବାର୍ଥେ ହେବ ନାହିଁ।
Psalm 99:6 in Oriya 6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।
Psalm 106:16 in Oriya 16 ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।
Luke 1:9 in Oriya 9 ଯାଜକୀୟ କାର୍ଯ୍ୟର ରୀତି ଅନୁଯାୟୀ ଗୁଲିବାଣ୍ଟ ଦ୍ୱାରା ତାହାଙ୍କୁ ପ୍ରଭୁଙ୍କ ମନ୍ଦିରରେ ପ୍ରବେଶ କରି ଧୂପ ଦେବାକୁ ପଡ଼ିଲା,
Acts 13:2 in Oriya 2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
Romans 1:1 in Oriya 1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ଦାସ ଓ ଆହୂତ ଜଣେ ପ୍ରେରିତ, ପୁଣି, ଈଶ୍ୱର ଆପଣା ପୁତ୍ର ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ସମ୍ବନ୍ଧରେ ନିଜର ଯେଉଁ ସୁସମାଚାର ଧର୍ମଶାସ୍ତ୍ରରେ ଆପଣା ଭାବବାଦୀମାନଙ୍କ ଦ୍ୱାରା ପୂର୍ବରେ ପ୍ରତିଜ୍ଞା କରିଥିଲେ, ସେହି ସୁସମାଚାର ନିମନ୍ତେ ପୃଥକୀକୃତ,
Galatians 1:15 in Oriya 15 କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ,
Hebrews 5:4 in Oriya 4 ଆଉ କେହି ଏହି ସମ୍ଭ୍ରାନ୍ତ ପଦ ନିଜେ ଗ୍ରହଣ କରନ୍ତି ନାହିଁ, କିନ୍ତୁ ହାରୋଣ ଯେପରି ଆହୂତ, ସେପରି ଇଶ୍ବରଙ୍କ ଦ୍ୱାରା ଆହୂତ ହେବା ଆବଶ୍ୟକ।
Revelation 8:3 in Oriya 3 ସେଥିରେ ଆଉ ଜଣେ ଦୂତ ଆସି ବେଦି ନିକଟରେ ଠିଆ ହେଲେ, ତାହାଙ୍କ ହସ୍ତରେ ସୁବର୍ଣ୍ଣ ଧୂପଦାନୀ (ସୁଗନ୍ଧିତ ଧୂପ ପାତ୍ର) ଥିଲା, ପୁଣି, ସିଂହାସନ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦି ଉପରେ ସମସ୍ତ ସାଧୁମାନଙ୍କ ପ୍ରାର୍ଥନା ସହିତ ଅର୍ପଣ କରିବା ନିମନ୍ତେ ତାହାଙ୍କୁ ପ୍ରଚୁର ଧୂପ ଦିଆଗଲା।