Cross Reference Genesis 6:5 in Oriya 5 ଏଥିଉତ୍ତାରେ ସଦାପ୍ରଭୁ ଦେଖିଲେ ଯେ, ପୃଥିବୀରେ ମନୁଷ୍ୟର ଦୁଷ୍ଟତା ଅତି ବଡ଼, ଆଉ ତାହାର ଅନ୍ତଃକରଣର ଭାବନାର ପ୍ରତ୍ୟେକ କଳ୍ପନା ଅବିରତ ମନ୍ଦ ମାତ୍ର।
Genesis 8:21 in Oriya 21 ତହିଁରେ ସଦାପ୍ରଭୁ ତହିଁର ସୁଗନ୍ଧ ଆଘ୍ରାଣ କରି ମନେ ମନେ କହିଲେ, “ଆମ୍ଭେ ମନୁଷ୍ୟ ସକାଶୁ ଆଉ ପୃଥିବୀକୁ ଅଭିଶାପ ଦେବା ନାହିଁ; ଯଦ୍ୟପି ବାଲ୍ୟକାଳଠାରୁ ମନୁଷ୍ୟ ମନର କଳ୍ପନା ମନ୍ଦ, ତଥାପି ଆମ୍ଭେ ଯେପରି କରିଅଛୁ, ସେହିପରି ଆଉ ଥରେ କେବେହେଁ ସବୁ ପ୍ରାଣୀଙ୍କୁ ବିନଷ୍ଟ କରିବା ନାହିଁ।
Genesis 28:13 in Oriya 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Exodus 3:16 in Oriya 16 ତୁମ୍ଭେ ଯାଇ ଇସ୍ରାଏଲ ବଂଶର ପ୍ରାଚୀନଗଣକୁ ଏକତ୍ର କରି ଏହି କଥା କୁହ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମ, ଇସ୍ହାକ ଓ ଯାକୁବର ପରମେଶ୍ୱର ସଦାପ୍ରଭୁ ମୋତେ ଦର୍ଶନ ଦେଇ କହିଅଛନ୍ତି, ଆମ୍ଭେ ତୁମ୍ଭମାନଙ୍କର ଓ ମିସରରେ ତୁମ୍ଭମାନଙ୍କ ପ୍ରତି ଯାହା ଯାହା କରାଯାଉଅଛି, ସେସମସ୍ତ ବିଷୟର ଧ୍ୟାନ ଦେଇଅଛୁ।
Exodus 15:2 in Oriya 2 ସଦାପ୍ରଭୁ ଆମ୍ଭର ବଳ ଓ ଗାନ, ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି; ସେ ଆମ୍ଭର ପରମେଶ୍ୱର, ଆମ୍ଭେ ତାହାଙ୍କର ପ୍ରଶଂସା କରିବା; ସେ ଆମ୍ଭର ପୈତୃକ ପରମେଶ୍ୱର, ଆମ୍ଭେ ତାହାଙ୍କର ଗୁଣାନୁବାଦ କରିବା।
Deuteronomy 4:35 in Oriya 35 ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।
Deuteronomy 31:16 in Oriya 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”
Deuteronomy 31:21 in Oriya 21 ତହିଁରେ ଯେତେବେଳେ ସେମାନଙ୍କ ପ୍ରତି ଅନେକ ଅମଙ୍ଗଳ ଓ କ୍ଳେଶ ଘଟିବ, ସେତେବେଳେ ଏହି ଗୀତ ସାକ୍ଷୀ ସ୍ୱରୂପ ହୋଇ ସେମାନଙ୍କ ସମ୍ମୁଖରେ ସାକ୍ଷ୍ୟ ଦେବ; ଯେହେତୁ ସେମାନଙ୍କ ବଂଶର ମୁଖରୁ ଏହି ଗୀତ ବିସ୍ମୃତ ହେବ ନାହିଁ; ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ସେହି ଦେଶକୁ ସେମାନଙ୍କୁ ଆଣିବା ପୂର୍ବେ ଏବେ ମଧ୍ୟ ସେମାନେ ଯେଉଁ କଳ୍ପନା କରୁଅଛନ୍ତି, ତାହା ଆମ୍ଭେ ଜାଣୁ।
1 Samuel 16:7 in Oriya 7 ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;
1 Kings 3:6 in Oriya 6 ତହିଁରେ ଶଲୋମନ କହିଲେ, “ତୁମ୍ଭ ଦାସ ଆମ୍ଭ ପିତା ଦାଉଦ ତୁମ୍ଭ ଛାମୁରେ ସତ୍ୟତା ଓ ଧାର୍ମିକତା ଓ ମନର ସରଳତାରେ ତୁମ୍ଭ ସହିତ ଗମନାଗମନ କରିବା ପ୍ରମାଣେ ତୁମ୍ଭେ ତାଙ୍କ ପ୍ରତି ମହାଦୟା ପ୍ରକାଶ କଲ; ଆହୁରି ତୁମ୍ଭେ ତାଙ୍କ ପାଇଁ ଏହି ମହାଦୟା ରଖିଅଛ ଯେ, ଆଜିର ନ୍ୟାୟ ତାଙ୍କର ସିଂହାସନରେ ବସିବା ପାଇଁ ତାଙ୍କୁ ଏକ ପୁତ୍ର ଦେଇଅଛ।
1 Kings 8:39 in Oriya 39 ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;
1 Kings 8:43 in Oriya 43 ତେବେ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ-ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
1 Kings 8:61 in Oriya 61 ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ।”
1 Kings 9:6 in Oriya 6 ମାତ୍ର ଯଦି ତୁମ୍ଭେମାନେ, ଅବା ତୁମ୍ଭମାନଙ୍କ ସନ୍ତାନମାନେ ଆମ୍ଭ ପଶ୍ଚାତ୍ଗମନରୁ ଫେରିବ ଓ ତୁମ୍ଭମାନଙ୍କ ସମ୍ମୁଖରେ ଆମ୍ଭ ସ୍ଥାପିତ ଆଜ୍ଞା ଓ ବିଧି ପାଳନ ନ କରିବ, ମାତ୍ର ଯାଇ ଅନ୍ୟ ଦେବଗଣକୁ ସେବା କରିବ ଓ ସେମାନଙ୍କୁ ପ୍ରଣାମ କରିବ;
2 Kings 20:3 in Oriya 3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
2 Kings 22:2 in Oriya 2 ପୁଣି ଯୋଶୀୟ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ସମସ୍ତ ପଥରେ ଚାଲିଲେ, ପୁଣି ସେ ଡାହାଣ କିମ୍ବା ବାମ ପାର୍ଶ୍ୱକୁ ଫେରିଲେ ନାହିଁ।
1 Chronicles 29:9 in Oriya 9 ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।
1 Chronicles 29:17 in Oriya 17 ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।
2 Chronicles 15:2 in Oriya 2 ତହୁଁ ସେ ଆସାଙ୍କ ସହିତ ସାକ୍ଷାତ କରିବାକୁ ଯାଇ ତାଙ୍କୁ କହିଲା, “ହେ ଆସା ଓ ସମଗ୍ର ଯିହୁଦା ଓ ବିନ୍ୟାମୀନ, ତୁମ୍ଭେମାନେ ମୋ' କଥା ଶୁଣ; ତୁମ୍ଭେମାନେ ସଦାପ୍ରଭୁଙ୍କ ସଙ୍ଗେ ଥିବା ଯାଏ ସେ ତୁମ୍ଭମାନଙ୍କ ସଙ୍ଗେ ଅଛନ୍ତି; ଯଦି ତୁମ୍ଭେମାନେ ତାହାଙ୍କ ଅନ୍ୱେଷଣ କରିବ, ତେବେ ତୁମ୍ଭେମାନେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେମାନେ ତାହାଙ୍କୁ ପରିତ୍ୟାଗ କରିବ, ତେବେ ସେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବେ।
Ezra 8:22 in Oriya 22 କାରଣ ପଥ ମଧ୍ୟରେ ଶତ୍ରୁ ବିରୁଦ୍ଧରେ ଆମ୍ଭମାନଙ୍କର ସାହାଯ୍ୟ କରଣାର୍ଥେ ରାଜାଙ୍କୁ ଏକ ଦଳ ସୈନ୍ୟ ଓ ଅଶ୍ୱାରୂଢ଼ ମାଗିବାକୁ ଆମ୍ଭର ଲଜ୍ଜାବୋଧ ହେଲା; “ଯେହେତୁ ଯେଉଁମାନେ ଆମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରନ୍ତି, ସେସମସ୍ତଙ୍କର ମଙ୍ଗଳ ନିମନ୍ତେ ସେମାନଙ୍କ ପ୍ରତି ତାହାଙ୍କ ହସ୍ତର ସହାୟତା ଅଛି; ମାତ୍ର ଯେଉଁମାନେ ତାହାଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତଙ୍କ ପ୍ରତିକୂଳରେ ତାହାଙ୍କର ପରାକ୍ରମ ଓ କୋପ ଅଛି।” ଏହି କଥା ଆମ୍ଭେମାନେ ରାଜାଙ୍କୁ କହିଥିଲୁ।
Job 36:11 in Oriya 11 ଯେବେ ସେମାନେ ଶୁଣି ତାହାଙ୍କର ସେବା କରିବେ, ତେବେ ସେମାନେ ସମୃଦ୍ଧିରେ ଆପଣା ଆପଣା ଦିନ ଓ ସୁଖରେ ଆପଣା ଆପଣା ବର୍ଷ କ୍ଷେପଣ କରିବେ।
Psalm 7:9 in Oriya 9 ଆହା, ଦୁଷ୍ଟମାନଙ୍କର ଦୁଷ୍ଟତାର ଶେଷ ହେଉ, ମାତ୍ର ତୁମ୍ଭେ ଧାର୍ମିକମାନଙ୍କୁ ସଂସ୍ଥାପନ କର; କାରଣ ଧର୍ମମୟ ପରମେଶ୍ୱର ଅନ୍ତଃକରଣ ଓ ମର୍ମର ପରୀକ୍ଷା କରନ୍ତି।
Psalm 9:10 in Oriya 10 ଯେଉଁମାନେ ତୁମ୍ଭ ନାମ ଜାଣନ୍ତି, ସେମାନେ ତୁମ୍ଭଠାରେ ବିଶ୍ୱାସ କରିବେ; କାରଣ ହେ ସଦାପ୍ରଭୁ, ତୁମ୍ଭେ ଆପଣା ଅନ୍ୱେଷଣ-କାରୀମାନଙ୍କୁ ପରିତ୍ୟାଗ କରି ନାହଁ।
Psalm 18:2 in Oriya 2 ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ।
Psalm 89:26 in Oriya 26 ସେ ଆମ୍ଭଙ୍କୁ ଡାକି କହିବ, ତୁମ୍ଭେ ଆମ୍ଭର ପିତା, ଆମ୍ଭର ପରମେଶ୍ୱର ଓ ଆମ୍ଭ ପରିତ୍ରାଣର ଶୈଳ।
Psalm 101:2 in Oriya 2 ମୁଁ ବିବେଚନାପୂର୍ବକ ସିଦ୍ଧ ପଥରେ ଗମନ କରିବି; ଆହା, ତୁମ୍ଭେ କେବେ ମୋ' ନିକଟକୁ ଆସିବ ? ମୁଁ ଆପଣା ଗୃହ ମଧ୍ୟରେ ସିଦ୍ଧ ଅନ୍ତଃକରଣରେ ଆଚରଣ କରିବି।
Psalm 139:2 in Oriya 2 ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଙ୍କଳ୍ପ ବୁଝୁଅଛ।
Proverbs 2:1 in Oriya 1 ହେ ମୋହର ପୁତ୍ର, ତୁମ୍ଭେ ଯଦି ମୋ' କଥା ଗ୍ରହଣ କର ଓ ମୋ' ଆଜ୍ଞାସବୁ ମନରେ ରଖ;
Proverbs 17:3 in Oriya 3 କୋୟିରେ ରୂପାର ଓ ଉହ୍ମାଇରେ ସୁନାର ପରୀକ୍ଷା ହୁଏ; ମାତ୍ର ସଦାପ୍ରଭୁ ଅନ୍ତଃକରଣର ପରୀକ୍ଷା କରନ୍ତି।
Isaiah 1:28 in Oriya 28 ମାତ୍ର ଅଧର୍ମାଚାରୀ ଓ ପାପୀମାନେ ଏକତ୍ର ବିନଷ୍ଟ ହେବେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରନ୍ତି, ସେମାନେ ସଂହାରିତ ହେବେ।
Isaiah 45:19 in Oriya 19 ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ କଥା ପ୍ରକାଶ କରୁ।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 9:24 in Oriya 24 ମାତ୍ର ଯେବେ କେହି ଦର୍ପ କରେ, ତେବେ ସେ ଆମ୍ଭକୁ ଚିହ୍ନେ ଓ ଜାଣେ ବୋଲି ଦର୍ପ କରୁ; ଆମ୍ଭେ ସଦାପ୍ରଭୁ, ପୃଥିବୀରେ ସ୍ନେହପୂର୍ଣ୍ଣ କରୁଣା, ବିଚାର ଓ ଧର୍ମ ସାଧନ କରୁ, କାରଣ ସଦାପ୍ରଭୁ କହନ୍ତି, ଏସବୁରେ ଆମ୍ଭର ସନ୍ତୋଷ ଥାଏ।”
Jeremiah 11:20 in Oriya 20 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।
Jeremiah 17:10 in Oriya 10 ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।
Jeremiah 20:12 in Oriya 12 ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି।
Jeremiah 22:16 in Oriya 16 ସେ ଦରିଦ୍ର ଓ ଦୀନହୀନମାନଙ୍କ ଗୁହାରି ବିଚାର କଲା, ତହିଁରେ ମଙ୍ଗଳ ହେଲା। ସଦାପ୍ରଭୁ କହନ୍ତି, “ଏହା କି ଆମ୍ଭଙ୍କୁ ଜ୍ଞାତ ହେବାର ନୁହେଁ ?
Jeremiah 24:7 in Oriya 7 ପୁଣି, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ଜାଣିବାର ମନ ସେମାନଙ୍କୁ ଦେବା; ତହିଁରେ ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା; କାରଣ ସେମାନେ ସର୍ବାନ୍ତଃକରଣ ସହିତ ଆମ୍ଭ ନିକଟକୁ ଫେରି ଆସିବେ।'
Jeremiah 29:13 in Oriya 13 ଆଉ, ତୁମ୍ଭେମାନେ ଆମ୍ଭଙ୍କୁ ଅନ୍ୱେଷଣ କରିବ ଓ ସର୍ବାନ୍ତଃକରଣ ସହିତ ଆମ୍ଭଙ୍କୁ ଖୋଜିଲେ ଆମ୍ଭର ଉଦ୍ଦେଶ୍ୟ ପାଇବ।”
Jeremiah 31:34 in Oriya 34 ପୁଣି, ‘ତୁମ୍ଭେମାନେ ପରମେଶ୍ୱରଙ୍କୁ ଜ୍ଞାତ ହୁଅ' ବୋଲି କହି ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀକି ଓ ପ୍ରତ୍ୟେକେ ଆପଣା ଆପଣା ଭ୍ରାତାକୁ ଆଉ ଶିକ୍ଷା ଦେବେ ନାହିଁ;” କାରଣ ସଦାପ୍ରଭୁ କହନ୍ତି, “ସେମାନଙ୍କର କ୍ଷୁଦ୍ରତମଠାରୁ ମହତ୍ତମ ପର୍ଯ୍ୟନ୍ତ ସମସ୍ତେ ଆମ୍ଭକୁ ଜ୍ଞାତ ହେବେ; ଯେହେତୁ ଆମ୍ଭେ ସେମାନଙ୍କର ଅପରାଧ କ୍ଷମା କରିବା ଓ ସେମାନଙ୍କର ପାପ ଆମ୍ଭେ ଆଉ ସ୍ମରଣ କରିବା ନାହିଁ।”
Ezekiel 38:10 in Oriya 10 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଙ୍କଳ୍ପ କରିବ;
Hosea 4:1 in Oriya 1 ହେ ଇସ୍ରାଏଲ ସନ୍ତାନଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ; କାରଣ ଦେଶରେ ସତ୍ୟ ଅବା ଦୟା କିଅବା ପରମେଶ୍ୱର ବିଷୟକ ଜ୍ଞାନ ନ ଥିବାରୁ ଦେଶନିବାସୀଗଣ ସହିତ ସଦାପ୍ରଭୁଙ୍କର ବିବାଦ ଅଛି।
Hosea 4:6 in Oriya 6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
Matthew 7:7 in Oriya 7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
John 1:47 in Oriya 47 ଯୀଶୁ ନଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।
John 2:25 in Oriya 25 ପୁଣି, କେହି ଯେ ମନୁଷ୍ୟ ବିଷୟରେ ସାକ୍ଷ୍ୟ ଦେବ, ଏହା ତାହାଙ୍କର ପ୍ରୟୋଜନ ନ ଥିଲା, ଯେଣୁ ମନୁଷ୍ୟ ଅନ୍ତରରେ କ'ଣ ଅଛି, ତାହା ସେ ଆପେ ଜାଣୁଥିଲେ।
John 4:24 in Oriya 24 ଈଶ୍ୱର ଆତ୍ମା ଅଟନ୍ତି, ପୁଣି, ଯେଉଁମାନେ ତାହାଙ୍କର ଉପାସନା କରନ୍ତି, ସେମାନେ ଆତ୍ମାରେ ଓ ସତ୍ୟରେ ଉପାସନା କରିବା ଉଚିତ୍।
John 8:55 in Oriya 55 ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ। ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ।
John 17:3 in Oriya 3 ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।
John 21:17 in Oriya 17 ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ।
Acts 1:24 in Oriya 24 “ହେ ପ୍ରତ୍ୟେକ ହୃଦୟକୁ ଜାଣିବାର ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,
Acts 17:23 in Oriya 23 କାରଣ ମୁଁ ଭ୍ରମଣ କରିବା ସମୟରେ ଆପଣମାନଙ୍କର ପୂଜିତ ବସ୍ତୁସମସ୍ତ ଦେଖୁ ଦେଖୁ ଗୋଟିଏ ବେଦି ମଧ୍ୟ ଦେଖିଲି, ଯାହା ଉପରେ ଏହି କଥା ଲେଖା ହୋଇଅଛି, ‘ଅଜ୍ଞାତ ଦେବତାଙ୍କ ଉଦ୍ଦେଶ୍ୟରେ।' ଅତଏବ, ଆପଣମାନେ ନ ଜାଣି ଯାହାଙ୍କର ପୂଜା କରୁଅଛନ୍ତି, ମୁଁ ତାହାଙ୍କୁ ଆପଣମାନଙ୍କ ନିକଟରେ ପ୍ରଚାର କରୁଅଛି।
Acts 17:30 in Oriya 30 ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
Romans 1:28 in Oriya 28 ଆଉ, ଯେପରି ସେମାନେ ଈଶ୍ୱର ବିଷୟକ ଜ୍ଞାନ ଗ୍ରହଣ କରିବାକୁ ଅସ୍ୱୀକୃତ ହେଲେ, ସେହିପରି ଈଶ୍ୱର ଅନୁଚିତ କର୍ମ କରିବା ନିମନ୍ତେ ସେମାନଙ୍କୁ ଭ୍ରଷ୍ଟ ମତିରେ ସମର୍ପଣ କଲେ।
1 Corinthians 15:34 in Oriya 34 ଯଥାର୍ଥରୂପେ ଜାଗ୍ରତ ହୁଅ, ପାପ ନ କର; କାରଣ କାହାରି କାହାରି ଇଶ୍ବରଙ୍କ ବିଷୟରେ ଜ୍ଞାନ ନାହିଁ; ମୁଁ ତୁମ୍ଭମାନଙ୍କ ଲଜ୍ଜା ନିମନ୍ତେ ଏହି କଥା କହୁଅଛି।
2 Corinthians 4:6 in Oriya 6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଇଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
2 Corinthians 8:12 in Oriya 12 କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।
2 Corinthians 9:7 in Oriya 7 ପ୍ରତ୍ୟେକ ଜଣ ଆପଣା ହୃଦୟରେ ଯେପରି ସଂକଳ୍ପ କରିଅଛି, ସେହିପରି କରୁ, କୁଣ୍ଠିତ ଭାବରେ ନୁହେଁ ଅବା ବାଧ୍ୟବାଧକତା ହେତୁରୁ ନୁହେଁ; କାରଣ ଈଶ୍ୱର ହୃଷ୍ଟଚିତ୍ତଦାତାକୁ ଭଲ ପାଆନ୍ତି।
Hebrews 4:13 in Oriya 13 ଇଶ୍ବରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ।
Hebrews 10:38 in Oriya 38 ଆମ୍ଭର ଧାର୍ମିକ ବ୍ୟକ୍ତି ବିଶ୍ୱାସ ଦ୍ୱାରା ବଞ୍ଚିବ, କିନ୍ତୁ ଯଦି କେହି ପଶ୍ଚାତ୍ପଦ ହୁଏ, ତାହାହେଲେ ଆମ୍ଭର ଆତ୍ମା ତାହାଠାରେ ସନ୍ତୁଷ୍ଟ ନୁହେଁ।
Hebrews 12:28 in Oriya 28 ଅତଏବ, ଅଟଳ ରାଜ୍ୟ ପ୍ରାପ୍ତ ହେବାରୁ ଆସ, ଆମ୍ଭେମାନେ କୃତଜ୍ଞ ହୋଇ ଭୟ ଓ ଭକ୍ତି ସହକାରେ ଇଶ୍ବରଙ୍କ ସନ୍ତୋଷଜନକ ଉପାସନା କରୁ।
James 4:8 in Oriya 8 ଈଶ୍ୱରଙ୍କର ନିକଟବର୍ତ୍ତୀ ହୁଅ, ସେଥିରେ ସେ ତୁମ୍ଭମାନଙ୍କର ନିକଟବର୍ତ୍ତୀ ହେବେ। ହେ ପାପୀମାନେ, ତୁମ୍ଭମାନଙ୍କ ହସ୍ତ ଶୁଚି କର, ପୁଣି, ହେ ଦ୍ୱିମନାମାନେ, ତୁମ୍ଭମାନଙ୍କ ହୃଦୟ ଶୁଦ୍ଧ କର।
1 Peter 5:2 in Oriya 2 ତୁମ୍ଭମାନଙ୍କ ତତ୍ତ୍ୱାବଧାନରେ ଥିବା ଇଶ୍ବରଙ୍କ ପଲକୁ ପ୍ରତିପାଳନ କର, ବାଧ୍ୟ ହୋଇ ନୁହେଁ, ମାତ୍ର ଇଶ୍ବରଙ୍କ ଇଚ୍ଛାନୁଯାୟୀ ସ୍ୱଚ୍ଛନ୍ଦ ମନରେ, ଅନ୍ୟାୟ ଲାଭ ନିମନ୍ତେ ନୁହେଁ, କିନ୍ତୁ ଆଗ୍ରହ ସହକାରେ ତାହା କର;
Revelation 2:23 in Oriya 23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।