1 Chronicles 29:12 in Oriya 12 ତୁମ୍ଭଠାରୁ ଧନ ଓ ସମ୍ଭ୍ରମ ଆସେ, ଆଉ ତୁମ୍ଭେ ସମସ୍ତଙ୍କ ଉପରେ କର୍ତ୍ତୃତ୍ୱ କରୁଅଛ; ବଳ ଓ ପରାକ୍ରମ ତୁମ୍ଭ ହସ୍ତରେ ଅଛି; ପୁଣି, ମହାନ୍ କରିବାର ଓ ସମସ୍ତଙ୍କୁ ବଳ ଦେବାର ତୁମ୍ଭର ହସ୍ତାଧୀନ ଅଟେ।
Other Translations King James Version (KJV) Both riches and honor come of thee, and thou reignest over all; and in thine hand is power and might; and in thine hand it is to make great, and to give strength unto all.
American Standard Version (ASV) Both riches and honor come of thee, and thou rulest over all; and in thy hand is power and might; and in thy hand it is to make great, and to give strength unto all.
Bible in Basic English (BBE) Wealth and honour come from you, and you are ruler over all, and in your hand is power and strength; it is in your power to make great, and to give strength to all.
Darby English Bible (DBY) and riches and glory are of thee, and thou rulest over everything; and in thy hand is power and might; and in thy hand it is to make all great and strong.
Webster's Bible (WBT) Both riches and honor come from thee, and thou reignest over all; and in thy hand is power and might; and in thy hand it is to make great, and to give strength to all.
World English Bible (WEB) Both riches and honor come of you, and you rule over all; and in your hand is power and might; and it is in your hand to make great, and to give strength to all.
Young's Literal Translation (YLT) and the riches, and the honour `are' from before Thee, and Thou art ruling over all, and in Thy hand `is' power and might, and in Thy hand, to make great, and to give strength to all.
Cross Reference Deuteronomy 8:18 in Oriya 18 ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।
1 Samuel 2:7 in Oriya 7 ସଦାପ୍ରଭୁ ନିର୍ଦ୍ଧନ କରନ୍ତି ଓ ଧନବାନ କରନ୍ତି; ସେ ନତ କରନ୍ତି, ସେ ମଧ୍ୟ ଉନ୍ନତ କରନ୍ତି।
2 Chronicles 1:12 in Oriya 12 ଏଣୁ ଏହି କଥା ତୁମ୍ଭର ହୃଦ୍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।”
2 Chronicles 16:9 in Oriya 9 କାରଣ ସଦାପ୍ରଭୁଙ୍କ ପ୍ରତି ଯେଉଁମାନଙ୍କର ଅନ୍ତଃକରଣ ସିଦ୍ଧ ଥାଏ, ସେମାନଙ୍କ ସପକ୍ଷରେ ଆପଣାକୁ ବଳବାନ ଦେଖାଇବା ପାଇଁ ତାହାଙ୍କର ଚକ୍ଷୁ ପୃଥିବୀର ସର୍ବତ୍ର ଏଣେତେଣେ ଦୌଡ଼ଇ। ଏ ବିଷୟରେ ତୁମ୍ଭେ ଅଜ୍ଞାନର କାର୍ଯ୍ୟ କରିଅଛ; ଏଣୁ ଏହି ସମୟଠାରୁ ତୁମ୍ଭ ପ୍ରତି ଯୁଦ୍ଧ ଘଟିବ।”
2 Chronicles 20:6 in Oriya 6 ଆଉ ସେ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତୃପୁରୁଷଗଣର ପରମେଶ୍ୱର, ତୁମ୍ଭେ କ'ଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ ? ତୁମ୍ଭେ କ'ଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।
Job 9:19 in Oriya 19 ଆମ୍ଭେମାନେ ବିକ୍ରମୀର ବଳର କଥା କହିଲେ, ଦେଖ, ସେ ଅଛନ୍ତି ! ଓ ବିଚାରର କଥା କହିଲେ, କିଏ ମୋ' ପାଇଁ ସମୟ ନିରୂପଣ କରିବ ?
Job 42:10 in Oriya 10 ପୁଣି, ଆୟୁବ ଆପଣା ମିତ୍ରମାନଙ୍କ ପାଇଁ ପ୍ରାର୍ଥନା କରନ୍ତେ, ସଦାପ୍ରଭୁ ତାହାର ବନ୍ଦୀ ଅବସ୍ଥା ପରିବର୍ତ୍ତନ କଲେ; ପୁଣି, ସଦାପ୍ରଭୁ ଆୟୁବକୁ ତାହାର ପୂର୍ବ ସମ୍ପଦର ଦ୍ୱିଗୁଣ ପ୍ରଦାନ କଲେ।
Psalm 18:31 in Oriya 31 କାରଣ ସଦାପ୍ରଭୁଙ୍କ ଛଡ଼ା ପରମେଶ୍ୱର କିଏ ? ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଛଡ଼ା ଶୈଳ କିଏ ?
Psalm 28:8 in Oriya 8 ସଦାପ୍ରଭୁ ସେମାନଙ୍କର ବଳ ଓ ଆପଣା ଅଭିଷିକ୍ତ ପ୍ରତି ପରିତ୍ରାଣର ଦୃଢ଼ ଦୁର୍ଗ ଅଟନ୍ତି।
Psalm 29:1 in Oriya 1 ଦାଉଦଙ୍କର ଗୀତ। ହେ ବିକ୍ରମୀ-ସନ୍ତାନଗଣ, ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କର ଗୌରବ ଓ ପରାକ୍ରମ କୀର୍ତ୍ତନ କର।
Psalm 29:11 in Oriya 11 ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।
Psalm 62:11 in Oriya 11 ପରମେଶ୍ୱର ଥରେ କହିଅଛନ୍ତି, ଆମ୍ଭେ ଦୁଇ ଥର ଏହା ଶୁଣିଅଛୁ ଯେ, ପରାକ୍ରମ ପରମେଶ୍ୱରଙ୍କର ଅଟଇ।
Psalm 68:34 in Oriya 34 ତୁମ୍ଭେମାନେ ପରମେଶ୍ୱରଙ୍କ ପରାକ୍ରମ କୀର୍ତ୍ତନ କର; ତାହାଙ୍କ ମହିମା ଇସ୍ରାଏଲ ଉପରେ ଓ ତାହାଙ୍କ ପରାକ୍ରମ ଆକାଶ-ମଣ୍ଡଳରେ ରହିଅଛି।
Psalm 75:6 in Oriya 6 କାରଣ ପୂର୍ବ ଦିଗରୁ, କିମ୍ବା ପଶ୍ଚିମ ଦିଗରୁ, କିଅବା ଦକ୍ଷିଣ ଦିଗରୁ ଉନ୍ନତି ଆସେ ନାହିଁ।
Psalm 113:7 in Oriya 7 ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,
Psalm 144:1 in Oriya 1 ଦାଉଦଙ୍କର ଗୀତ। ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋ' ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋ' ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି।
Proverbs 8:18 in Oriya 18 ମୋ'ଠାରେ ଧନ ଓ ସମ୍ଭ୍ରମ, ପୁଣି, ଅକ୍ଷୟ ସମ୍ପତ୍ତି ଓ ଧାର୍ମିକତା ଅଛି।
Proverbs 10:22 in Oriya 22 ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
Ecclesiastes 5:19 in Oriya 19 ଆହୁରି, ପରମେଶ୍ୱର କୌଣସି ବ୍ୟକ୍ତିଙ୍କୁ ଧନ ସମ୍ପତ୍ତି ଦାନ କରି ତାହା ଭୋଗ କରିବାକୁ, ଆପଣା ଅଂଶ ଗ୍ରହଣ କରିବାକୁ ଓ ଆପଣା ପରିଶ୍ରମରେ ଆନନ୍ଦ କରିବାକୁ କ୍ଷମତା ଦେଲେ, ଏହା ହିଁ ପରମେଶ୍ୱରଙ୍କ ଦାନ।
Isaiah 40:29 in Oriya 29 ସେ କ୍ଳାନ୍ତ ଲୋକକୁ ଶକ୍ତି ଦିଅନ୍ତି ଓ ବଳହୀନ ଲୋକର ବଳ ବଢ଼ାଇ ଦିଅନ୍ତି।
Isaiah 43:13 in Oriya 13 “ହଁ, ଦିବସର ପୂର୍ବରୁ ଆମ୍ଭେ ସେହି ଅଟୁ ଓ ଆମ୍ଭ ହସ୍ତରୁ ଉଦ୍ଧାରକାରୀ କେହି ନାହିଁ; ଆମ୍ଭେ କାର୍ଯ୍ୟ କରିବା, ଆଉ କିଏ ତାହା ଅନ୍ୟଥା କରିବ ?”
Isaiah 45:24 in Oriya 24 ଲୋକେ ଆମ୍ଭ ଉଦ୍ଦେଶ୍ୟରେ କହିବେ, “କେବଳ ସଦାପ୍ରଭୁଙ୍କଠାରେ ଧାର୍ମିକତା ଓ ଶକ୍ତି ଅଛି।” ତାହାଙ୍କ ନିକଟକୁ ଲୋକମାନେ ଆସିବେ, ପୁଣି ଯେଉଁମାନେ ତାହାଙ୍କ ପ୍ରତି ବିରକ୍ତ ହୋଇଥିଲେ, ସେମାନେ ସମସ୍ତେ ଲଜ୍ଜିତ ହେବେ।
Isaiah 46:10 in Oriya 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”
Daniel 5:18 in Oriya 18 ହେ ମହାରାଜ, ସର୍ବୋପରିସ୍ଥ ପରମେଶ୍ୱର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ୟ, ମହିମା, ଗୌରବ ଓ ପ୍ରତାପ ଦେଲେ;
Daniel 6:26 in Oriya 26 ମୁଁ ଏହି ଆଜ୍ଞା କରୁଅଛି ଯେ, ମୋର ରାଜ୍ୟସ୍ଥ ସମୁଦାୟ ପ୍ରଦେଶର ଲୋକମାନେ ଦାନିୟେଲଙ୍କର ପରମେଶ୍ୱରଙ୍କ ଛାମୁରେ କମ୍ପିତ ଓ ଭୀତ ହେଉନ୍ତୁ; କାରଣ ସେ ଜୀବିତ ପରମେଶ୍ୱର ଓ ନିତ୍ୟସ୍ଥାୟୀ ଅଟନ୍ତି ଓ ତାହାଙ୍କର ରାଜ୍ୟ ଅବିନାଶ୍ୟ ଅଟେ; ପୁଣି ତାହାଙ୍କର କର୍ତ୍ତୃତ୍ୱ ଶେଷ ପର୍ଯ୍ୟନ୍ତ ହିଁ ଥିବ।
Matthew 28:18 in Oriya 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
Luke 1:51 in Oriya 51 ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
John 19:11 in Oriya 11 ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।
Romans 11:35 in Oriya 35 ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାକୁ ପ୍ରତିଦାନ କରାଯିବ ?
Ephesians 3:16 in Oriya 16 ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି,
Ephesians 3:20 in Oriya 20 ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି,
Philippians 4:13 in Oriya 13 ମୋହର ଶକ୍ତିଦାତାଙ୍କ ସାହାଯ୍ୟରେ ମୁଁ ସମସ୍ତ କରି ପାରେ।
Colossians 1:11 in Oriya 11 ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,
Revelation 11:17 in Oriya 17 ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ବର୍ତ୍ତମାନ ଓ ଅତୀତ ଯେ ତୁମ୍ଭେ, ଆମ୍ଭେମାନେ ତୁମ୍ଭର ଧନ୍ୟବାଦ କରୁଅଛୁ, କାରଣ ତୁମ୍ଭେ ଆପଣା ମହାଶକ୍ତି ଧାରଣ କରି ରାଜତ୍ୱ ଗ୍ରହଣ କରିଅଛ।