1 Chronicles 4:10 in Oriya 10 ମାତ୍ର ଏହି ଯାବେଷ୍ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କରି କହିଲା, ଆହା, ଏହା ଯେପରି ଆମ୍ଭ ଦୁଃଖର କାରଣ ନ ହୁଏ, ଏଥିପାଇଁ ତୁମ୍ଭେ ଆମ୍ଭକୁ ନିତାନ୍ତ ଆଶୀର୍ବାଦ କର, ଆମ୍ଭ ସୀମା ବୃଦ୍ଧି କର, ତୁମ୍ଭ ହସ୍ତ ଆମ୍ଭର ସହାୟ ହେଉ, ପୁଣି, ତୁମ୍ଭେ ଆମ୍ଭକୁ ମନ୍ଦରୁ ରକ୍ଷା କର। ତହିଁରେ ପରମେଶ୍ୱର ତାହାର ନିବେଦିତ ବିଷୟ ତାହାକୁ ପ୍ରଦାନ କଲେ।
Other Translations King James Version (KJV) And Jabez called on the God of Israel, saying, Oh that thou wouldest bless me indeed, and enlarge my coast, and that thine hand might be with me, and that thou wouldest keep me from evil, that it may not grieve me! And God granted him that which he requested.
American Standard Version (ASV) And Jabez called on the God of Israel, saying, Oh that thou wouldest bless me indeed, and enlarge my border, and that thy hand might be with me, and that thou wouldest keep me from evil, that it be not to my sorrow! And God granted him that which he requested.
Bible in Basic English (BBE) And Jabez made a prayer to the God of Israel, saying, If only you would truly give me a blessing, and make wider the limits of my land, and let your hand be with me, and keep me from evil, so that I may not be troubled by it! And God gave him his desire.
Darby English Bible (DBY) And Jabez called on the God of Israel saying, Oh that thou wouldest richly bless me, and enlarge my border, and that thy hand might be with me, and that thou wouldest keep me from evil, that it may not grieve me! And God brought about what he had requested.
Webster's Bible (WBT) And Jabez called on the God of Israel, saying, Oh that thou wouldst bless me indeed, and enlarge my border, and that thy hand might be with me, and that thou wouldst keep me from evil, that it may not grieve me! And God granted him that which he requested.
World English Bible (WEB) Jabez called on the God of Israel, saying, Oh that you would bless me indeed, and enlarge my border, and that your hand might be with me, and that you would keep me from evil, that it not be to my sorrow! God granted him that which he requested.
Young's Literal Translation (YLT) And Jabez calleth to the God of Israel, saying, `If blessing Thou dost bless me, then Thou hast made great my border, and Thy hand hath been with me, and Thou hast kept `me' from evil -- not to grieve me;' and God bringeth in that which he asked.
Cross Reference Genesis 12:2 in Oriya 2 ଆମ୍ଭେ ତୁମ୍ଭଠାରୁ ଏକ ମହାଗୋଷ୍ଠୀ ଉତ୍ପନ୍ନ କରିବା, ପୁଣି, ଆମ୍ଭେ ତୁମ୍ଭକୁ ଆଶୀର୍ବାଦ କରି ତୁମ୍ଭର ନାମ ମହତ୍ କରିବା; ତୁମ୍ଭେ ଆଶୀର୍ବାଦର ଆକର ହେବ।
Genesis 12:8 in Oriya 8 ଏଥିଉତ୍ତାରୁ ସେ ସେହି ସ୍ଥାନ ଛାଡ଼ି ବୈଥେଲର ପୂର୍ବଆଡ଼ ପର୍ବତକୁ ଯାଇ ଆପଣା ତମ୍ବୁ ଠିଆ କଲେ; ତହିଁର ପଶ୍ଚିମରେ ବୈଥେଲ ଓ ପୂର୍ବ ଦିଗରେ ଅୟ ନଗର ଥିଲା; ପୁଣି, ସେହିଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଯଜ୍ଞବେଦି ନିର୍ମାଣ କରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲେ।
Genesis 32:26 in Oriya 26 ଏଥିଉତ୍ତାରେ ସେହି ପୁରୁଷ କହିଲେ, “ଆମ୍ଭକୁ ଛାଡ଼,” କାରଣ ପ୍ରଭାତ ହେଲା। ତହୁଁ ଯାକୁବ କହିଲା, “ତୁମ୍ଭେ ମୋତେ ଆଶୀର୍ବାଦ ନ କଲେ, ମୁଁ ତୁମ୍ଭଙ୍କୁ ଛାଡ଼ିବି ନାହିଁ।”
Genesis 32:28 in Oriya 28 ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
Genesis 33:20 in Oriya 20 ପୁଣି, ସେଠାରେ ଏକ ବେଦି ନିର୍ମାଣ କରି ତାହାର ନାମ ଏଲ-ଇଲୋହେ-ଇସ୍ରାଏଲ ରଖିଲା।
Genesis 48:16 in Oriya 16 ଯେଉଁ ଦୂତ ସମସ୍ତ ଆପଦରୁ ମୋତେ ମୁକ୍ତ କରିଅଛନ୍ତି, ସେ ଏହି ବାଳକମାନଙ୍କୁ ଆଶୀର୍ବାଦ କରନ୍ତୁ; ଏମାନେ ମୋ' ନାମରେ ଓ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକଙ୍କ ନାମରେ ବିଖ୍ୟାତ ହେଉନ୍ତୁ, ପୁଣି, ଏମାନେ ଦେଶ ମଧ୍ୟରେ ବୃଦ୍ଧି ପାଇ ଲୋକସମୂହ ହେଉନ୍ତୁ।”
Joshua 17:14 in Oriya 14 ଏଉତ୍ତାରେ ଯୋଷେଫ-ସନ୍ତାନଗଣ ଯିହୋଶୂୟଙ୍କ ନିକଟକୁ ଆସି କହିଲେ, ତୁମ୍ଭେ ଅଧିକାରାର୍ଥେ ଆମ୍ଭକୁ କେବଳ ଏକ ବାଣ୍ଟ ଓ ଏକ ଅଂଶ କାହିଁକି ଦେଲ ? ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆଶୀର୍ବାଦ କରିବାରୁ ଆମ୍ଭେ ତ ବହୁଗୋଷ୍ଠୀ ହୋଇଅଛୁ।
Judges 1:27 in Oriya 27 ଆଉ ମନଃଶି, ବୈଥ୍ସାନ୍ ଓ ତହିଁର ଉପନଗର, ତାନକ ଓ ତହିଁର ଉପନଗର ନିବାସୀମାନଙ୍କୁ, ଦୋର ଓ ତହିଁର ଉପନଗର-ନିବାସୀମାନଙ୍କୁ, ଯିବ୍ଲିୟିମ ଓ ତହିଁର ଉପନଗର-ନିବାସୀମାନଙ୍କୁ, ମଗିଦ୍ଦୋ ଓ ତହିଁର ଉପନଗର-ନିବାସୀମାନଙ୍କୁ ତଡ଼ିଦେଲା ନାହିଁ, ତେଣୁ କିଣାନୀୟମାନେ ସେହି ଦେଶରେ ବାସ କରିବାକୁ ମନସ୍ଥ କଲେ।
1 Samuel 1:17 in Oriya 17 ତହିଁରେ ଏଲି ଉତ୍ତର ଦେଇ କହିଲେ, କୁଶଳରେ ଯାଅ; ଯାହା ତୁମ୍ଭେ ମାଗିଲ, ଇସ୍ରାଏଲର ପରମେଶ୍ୱର ତୁମ୍ଭର ସେହି ନିବେଦନ ଅନୁସାରେ ତୁମ୍ଭକୁ ଦେଉନ୍ତୁ।
1 Kings 3:7 in Oriya 7 ଏବେ ହେ ସଦାପ୍ରଭୁ, ମୋହର ପରମେଶ୍ୱର, ତୁମ୍ଭେ ମୋ' ପିତା ଦାଉଦଙ୍କ ପଦରେ ଆପଣାର ଏହି ଦାସକୁ ରାଜା କରିଅଛ; ମାତ୍ର, ମୁଁ ତ କ୍ଷୁଦ୍ର ବାଳକ; କିପରି ବାହାରକୁ ଯିବାକୁ ଓ ଭିତରକୁ ଆସିବାକୁ ହୁଏ, ତାହା ମୁଁ ଜାଣେ ନାହିଁ।
1 Chronicles 16:8 in Oriya 8 ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ, ତାହାଙ୍କ ନାମରେ ପ୍ରାର୍ଥନା କର; ଲୋକମାନଙ୍କ ମଧ୍ୟରେ ତାହାଙ୍କ କ୍ରିୟାସକଳ ଜଣାଅ।
Job 22:27 in Oriya 27 ତୁମ୍ଭେ ତାହାଙ୍କ ନିକଟରେ ପ୍ରାର୍ଥନା କରିବ ଓ ସେ ତୁମ୍ଭ କଥା ଶୁଣିବେ ଓ ତୁମ୍ଭେ ଆପଣା ମାନତ ପରିଶୋଧ କରିବ।
Psalm 21:4 in Oriya 4 ସେ ତୁମ୍ଭ ନିକଟରେ ଜୀବନ ପ୍ରାର୍ଥନା କଲେ, ତୁମ୍ଭେ ତାହା ତାଙ୍କୁ ଦେଲ; ଆହୁରି, ଅନନ୍ତକାଳସ୍ଥାୟୀ ଦୀର୍ଘାୟୁ ଦାନ କଲ।
Psalm 51:8 in Oriya 8 ମୋତେ ଆହ୍ଲାଦ ଓ ଆନନ୍ଦଜନକ ବାକ୍ୟ ଶୁଣାଅ; ତହିଁରେ ତୁମ୍ଭ ଦ୍ୱାରା ଭଗ୍ନ ଅସ୍ଥିସବୁ ପ୍ରଫୁଲ୍ଲ ହେବ।
Psalm 51:12 in Oriya 12 ତୁମ୍ଭ ପରିତ୍ରାଣର ଆନନ୍ଦ ପୁନର୍ବାର ମୋତେ ଦିଅ ଓ ସ୍ୱଚ୍ଛନ୍ଦ ଆତ୍ମା ଦେଇ ମୋତେ ଧରି ରଖ।
Psalm 55:16 in Oriya 16 ମାତ୍ର ମୁଁ ପରମେଶ୍ୱରଙ୍କଠାରେ ପ୍ରାର୍ଥନା କରିବି; ପୁଣି, ସଦାପ୍ରଭୁ ମୋତେ ପରିତ୍ରାଣ କରିବେ।
Psalm 65:2 in Oriya 2 ଆହେ, ପ୍ରାର୍ଥନା ଶ୍ରବଣକାରୀ ଯେ ତୁମ୍ଭେ, ତୁମ୍ଭ ନିକଟକୁ ସକଳ ପ୍ରାଣୀ ଆସିବେ।
Psalm 66:19 in Oriya 19 ମାତ୍ର ନିଶ୍ଚୟ ପରମେଶ୍ୱର ମୋ' କଥା ଶୁଣିଅଛନ୍ତି, ସେ ମୋ' ପ୍ରାର୍ଥନାର ରବରେ ମନୋଯୋଗ କରିଅଛନ୍ତି।
Psalm 72:17 in Oriya 17 ତାହାଙ୍କ ନାମ ଅନନ୍ତକାଳ ରହିବ; ଯେପର୍ଯ୍ୟନ୍ତ ସୂର୍ଯ୍ୟ ଥାଏ, ସେପର୍ଯ୍ୟନ୍ତ ତାହାଙ୍କ ନାମ ସତେଜ ରହିବ; ଆଉ, ମନୁଷ୍ୟମାନେ ତାହାଙ୍କ ଦ୍ୱାରା ଆଶୀର୍ବାଦ ପ୍ରାପ୍ତ ହେବେ; ସବୁ ଗୋଷ୍ଠୀୟ ଲୋକେ ତାହାଙ୍କୁ ଧନ୍ୟ କହିବେ।
Psalm 99:6 in Oriya 6 ତାହାଙ୍କ ଯାଜକଗଣ ମଧ୍ୟରେ ମୋଶା, ହାରୋଣ ଓ ତାହାଙ୍କ ନାମରେ ପ୍ରାର୍ଥନାକାରୀମାନଙ୍କ ମଧ୍ୟରେ ଶାମୁୟେଲ; ସେମାନେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ ଓ ସେ ସେମାନଙ୍କୁ ଉତ୍ତର ଦେଲେ।
Psalm 116:1 in Oriya 1 ମୁଁ ସଦାପ୍ରଭୁଙ୍କୁ ପ୍ରେମ କରେ, କାରଣ ସେ ମୋ' ରବ ଓ ବିନତୀ ଶୁଣିଅଛନ୍ତି।
Psalm 119:173 in Oriya 173 ମୋହର ସାହାଯ୍ୟାର୍ଥେ ତୁମ୍ଭର ହସ୍ତ ପ୍ରସ୍ତୁତ ହେଉ, କାରଣ ମୁଁ ତୁମ୍ଭର ବିଧାନସବୁ ମନୋନୀତ କରିଅଛି।
Proverbs 10:22 in Oriya 22 ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
Proverbs 30:8 in Oriya 8 ଅସାରତା ଓ ମିଥ୍ୟାକଥା ମୋ'ଠାରୁ ଦୂର କର; ମୋତେ ଦରିଦ୍ରତା କି ଧନ ଦିଅ ନାହିଁ; ମୋ' ପଡ଼ିର ଭାଗ ଦେଇ ମୋତେ ପ୍ରତିପୋଷଣ କର।
Isaiah 41:10 in Oriya 10 ତୁମ୍ଭେ ଭୟ କର ନାହିଁ, କାରଣ ଆମ୍ଭେ ତୁମ୍ଭ ସଙ୍ଗରେ ଅଛୁ; ନିରାଶ ହୁଅ ନାହିଁ, କାରଣ ଆମ୍ଭେ ତୁମ୍ଭର ପରମେଶ୍ୱର; ଆମ୍ଭେ ତୁମ୍ଭକୁ ସବଳ କରିବା; ହଁ, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା; ହଁ, ଆମ୍ଭେ ଆପଣା ଧର୍ମସ୍ୱରୂପ ଦକ୍ଷିଣ ହସ୍ତରେ ତୁମ୍ଭକୁ ଧରି ରଖିବା।
Isaiah 41:17 in Oriya 17 ଦରିଦ୍ର ଓ ଦୀନହୀନମାନେ ଜଳ ଅନ୍ୱେଷଣ କରନ୍ତି, ମାତ୍ର ଜଳ ନାହିଁ, ତହିଁରେ ସେମାନଙ୍କ ଜିହ୍ୱା ତୃଷାରେ ଶୁଷ୍କ ହୁଏ; ଆମ୍ଭେ ସଦାପ୍ରଭୁ ସେମାନଙ୍କୁ ଉତ୍ତର ଦେବା, ଆମ୍ଭେ ଇସ୍ରାଏଲର ପରମେଶ୍ୱର ସେମାନଙ୍କୁ ତ୍ୟାଗ କରିବା ନାହିଁ।
Jeremiah 33:3 in Oriya 3 ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।'
Matthew 6:13 in Oriya 13 ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ, ମାତ୍ର ମନ୍ଦରୁ ରକ୍ଷା କର। ଯେଣୁ ରାଜ୍ୟ, ପରାକ୍ରମ ଓ ଗୌରବ ଯୁଗେ ଯୁଗେ ତୁମ୍ଭର। ଆମେନ୍।
Matthew 7:7 in Oriya 7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
Matthew 26:75 in Oriya 75 ସେହିକ୍ଷଣି କୁକୁଡ଼ା ରାବିଲା। ଏଥିରେ କୁକୁଡ଼ା ରାବିବା ପୂର୍ବରୁ ତୁମ୍ଭେ ମୋତେ ତିନି ଥର ଅସ୍ୱୀକାର କରିବ, ଏହି ଯେଉଁ କଥା ଯୀଶୁ କହିଥିଲେ, ତାହା ପିତରଙ୍କ ମନରେ ପଡ଼ିଲା, ଆଉ ସେ ବାହାରକୁ ଯାଇ ଅତ୍ୟନ୍ତ ବ୍ୟାକୁଳ ହୋଇ ରୋଦନ କଲେ।
Luke 19:42 in Oriya 42 ତୁ, ହଁ, ତୁ ଯଦି ଆଜି ଶାନ୍ତିର ବିଷୟଗୁଡ଼ିକ ଜାଣିଥାଆନ୍ତୁ ! ମାତ୍ର ଏବେ ସେଗୁଡ଼ିକ ତୋ ଦୃଷ୍ଟିରୁ ଗୁପ୍ତ ହୋଇ ରହିଅଛି।
John 10:28 in Oriya 28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
John 21:17 in Oriya 17 ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୁ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ।
Acts 3:26 in Oriya 26 ଈଶ୍ୱର ପ୍ରଥମେ ଆପଣମାନଙ୍କ ନିମନ୍ତେ ଆପଣାର ସେହି ଦାସଙ୍କୁ ଉତ୍ପନ୍ନ କରି ପ୍ରେରଣ କଲେ, ଯେପରି ସେ ଆପଣମାନଙ୍କର ପ୍ରତ୍ୟେକ ଜଣଙ୍କୁ ନିଜ ନିଜ ଦୁଷ୍ଟତାରୁ ଫେରାଇ ଆଶୀର୍ବାଦ କରନ୍ତି।
Romans 10:12 in Oriya 12 କାରଣ ଯିହୂଦୀ ଓ ଗ୍ରୀକ୍ ମଧ୍ୟରେ କିଛି ପ୍ରଭେଦ ନାହିଁ; ଯେଣୁ ସମସ୍ତଙ୍କର ତ ଏକ ପ୍ରଭୁ, ଆଉ ଯେତେ ଲୋକ ତାହାଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ପ୍ରତି ସେ ଅନୁଗ୍ରହର ନିଧିସ୍ୱରୂପ।
Romans 12:9 in Oriya 9 ପ୍ରେମ ନିଷ୍କପଟ ହେଉ। ଯାହା ମନ୍ଦ, ତାହା ଘୃଣା କର; ଯାହା ଉତ୍ତମ, ସେଥିରେ ଆସକ୍ତ ହୁଅ;
Romans 16:19 in Oriya 19 ଯେଣୁ ତୁମ୍ଭମାନଙ୍କ ଆଜ୍ଞାବହତାର କଥା ସମସ୍ତ ଲୋକଙ୍କ ମଧ୍ୟରେ ବ୍ୟାପିଯାଇଅଛି; ଅତଏବ, ମୁଁ ତୁମ୍ଭମାନଙ୍କ ନିମନ୍ତେ ଆନନ୍ଦ କରୁଅଛି, କିନ୍ତୁ ତୁମ୍ଭେମାନେ ଯେପରି ସତ୍ ବିଷୟରେ ଜ୍ଞାନୀ ଓ ଅସତ୍ ବିଷୟରେ ଅମାୟିକ ହୁଅ, ଏହା ମୋହର ଇଚ୍ଛା।
1 Corinthians 1:2 in Oriya 2 କରିନ୍ଥରେ ଥିବା ଇଶ୍ବରଙ୍କ ମଣ୍ଡଳୀ ନିକଟକୁ; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,
2 Corinthians 2:1 in Oriya 1 ମାତ୍ର ତୁମ୍ଭମାନଙ୍କ ନିକଟକୁ ମୋହର ଯିବା ଯେପରି ପୁନର୍ବାର ଦୁଃଖଜନକ ନ ହୁଏ, ଏହା ମୁଁ ମନରେ ସ୍ଥିର କଲି।
Ephesians 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ ହେଉନ୍ତୁ, ସେ ଖ୍ରୀଷ୍ଟଙ୍କଠାରେ ଆମ୍ଭମାନଙ୍କୁୁ ସମସ୍ତ ଆତ୍ମିକ ଆଶୀର୍ବାଦ ଦ୍ୱାରା ସ୍ୱର୍ଗରେ ଆଶୀର୍ବାଦ କରିଅଛନ୍ତି,
Ephesians 3:20 in Oriya 20 ଯେଉଁ ଈଶ୍ୱର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବା ଠାରୁ ଅତ୍ୟଧିକ ପରିମାଣରେ ସାଧନ କରି ପାରନ୍ତି,
2 Timothy 4:18 in Oriya 18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍।
Revelation 3:19 in Oriya 19 ଆମ୍ଭେ ଯେତେ ଲୋକଙ୍କୁ ପ୍ରେମ କରୁ, ସେମାନଙ୍କୁ ଅନୁଯୋଗ ଓ ଶାସନ କରିଥାଉ; ଅତଏବ ଉଦ୍ଯୋଗୀ ହୋଇ ମନପରିବର୍ତ୍ତନ କର।