1 Corinthians 1:27 in Oriya 27 କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଇଶ୍ବରଙ୍କ ଛାମୁରେ ଗର୍ବ ନ କରେ,
Other Translations King James Version (KJV) But God hath chosen the foolish things of the world to confound the wise; and God hath chosen the weak things of the world to confound the things which are mighty;
American Standard Version (ASV) but God chose the foolish things of the world, that he might put to shame them that are wise; and God chose the weak things of the world, that he might put to shame the things that are strong;
Bible in Basic English (BBE) But God made selection of the foolish things of this world so that he might put the wise to shame; and the feeble things that he might put to shame the strong;
Darby English Bible (DBY) But God has chosen the foolish things of the world, that he may put to shame the wise; and God has chosen the weak things of the world, that he may put to shame the strong things;
World English Bible (WEB) but God chose the foolish things of the world that he might put to shame those who are wise. God chose the weak things of the world, that he might put to shame the things that are strong;
Young's Literal Translation (YLT) but the foolish things of the world did God choose, that the wise He may put to shame; and the weak things of the world did God choose that He may put to shame the strong;
Cross Reference Psalm 8:2 in Oriya 2 ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟ-ମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ।
Isaiah 26:5 in Oriya 5 ପୁଣି, ସେ ଉର୍ଦ୍ଧ୍ୱସ୍ଥାନ ନିବାସୀମାନଙ୍କୁ, ଉନ୍ନତ ନଗରକୁ ଅବନତ କରିଅଛନ୍ତି; ସେ ତାହା ଅବନତ କରି ଭୂମିସାତ୍ କରନ୍ତି; ସେ ତାହାକୁ ଧୂଳିରେ ମିଶାଇ ଦିଅନ୍ତି।
Isaiah 29:14 in Oriya 14 ଏହେତୁ ଦେଖ, ଆମ୍ଭେ ଏହି ଲୋକମାନଙ୍କ ମଧ୍ୟରେ ଏକ ଅଦ୍ଭୁତ କର୍ମ, ଅର୍ଥାତ୍, ଅଦ୍ଭୁତ ଓ ଆଶ୍ଚର୍ଯ୍ୟ କର୍ମ କରିବା, ପୁଣି, ସେମାନଙ୍କର ଜ୍ଞାନୀ ଲୋକମାନଙ୍କର ଜ୍ଞାନ ବିନଷ୍ଟ ହେବ ଓ ସେମାନଙ୍କର ବିବେକୀ ଲୋକମାନଙ୍କର ବୁଦ୍ଧି ଲୁଚାଯିବ।
Isaiah 29:19 in Oriya 19 ମଧ୍ୟ ନମ୍ର ଲୋକମାନେ ସଦାପ୍ରଭୁଙ୍କଠାରେ ଆପଣା ଆପଣା ଆନନ୍ଦ ବଢ଼ାଇବେ ଓ ମନୁଷ୍ୟମାନଙ୍କ ମଧ୍ୟରେ ଦରିଦ୍ରମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କଠାରେ ଉଲ୍ଲାସ କରିବେ।
Zephaniah 3:12 in Oriya 12 ମାତ୍ର ଆମ୍ଭେ ତୁମ୍ଭ ମଧ୍ୟରେ କ୍ଳେଶଯୁକ୍ତ ଓ ଦରିଦ୍ର ଏକ ଗୋଷ୍ଠୀକୁ ରଖିବା, ଆଉ ସେମାନେ ସଦାପ୍ରଭୁଙ୍କ ନାମରେ ନିର୍ଭର ରଖିବେ।
Matthew 4:18 in Oriya 18 ସେ ଗାଲିଲୀ ସମୁଦ୍ରକୂଳରେ ବୁଲୁଥିବା ସମୟରେ ଶିମୋନ, ଯାହାଙ୍କୁ ପିତର ବୋଲି କହନ୍ତି, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଏହି ଦୁଇ ଭାଇଙ୍କୁ ସମୁଦ୍ରରେ ଭଉଁରୀଜାଲ ପକାଉଥିବା ଦେଖିଲେ, କାରଣ ସେମାନେ ମତ୍ସ୍ୟଜୀବୀ ଥିଲେ।
Matthew 9:9 in Oriya 9 ଯୀଶୁ ସେଠାରୁ ଯାଉ ଯାଉ ମାଥିଉ ନାମକ ଜଣେ ବ୍ୟକ୍ତିଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” ସେଥିରେ ସେ ଉଠି ତାହାଙ୍କର ଅନୁଗମନ କଲେ।
Matthew 11:25 in Oriya 25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Matthew 21:16 in Oriya 16 ପୁଣି, ତାହାଙ୍କୁ ପଚାରିଲେ, ଏମାନେ କ'ଣ କହୁଅଛନ୍ତି, ତାହା କି ତୁମ୍ଭେ ଶୁଣୁଅଛ ? ଯୀଶୁ ସେମାନଙ୍କୁ କହିଲେ, ହଁ, ତୁମ୍ଭେ ଶିଶୁ ଓ ସ୍ତନ୍ୟପାୟୀମାନଙ୍କ ମୁଖ ଦ୍ୱାରା ଆପଣା ଉଦ୍ଦେଶ୍ୟରେ ସ୍ତବ ସିଦ୍ଧ କରିଅଛ, ଏହି କଥା କି ତୁମ୍ଭେମାନେ କେବେ ହେଁ ପାଠ କରି ନାହଁ ?
Luke 19:39 in Oriya 39 ସେଥିରେ ଲୋକମାନଙ୍କ ମଧ୍ୟରୁ କେତେ ଜଣ ଫାରୂଶୀ ତାହାଙ୍କୁ କହିଲେ, ହେ ଗୁରୁ, ଆପଣଙ୍କ ଶିଷ୍ୟମାନଙ୍କୁ ଧମକ ଦିଅନ୍ତୁ।
Luke 21:15 in Oriya 15 କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ।
Acts 4:11 in Oriya 11 ଗୃହ ନିର୍ମାଣକାରୀ ଯେ ଆପଣମାନେ, ଆପଣମାନଙ୍କ ଦ୍ୱାରା ଯେଉଁ ପ୍ରସ୍ତର ଅଗ୍ରାହ୍ୟ ହୋଇଥିଲା, ଯାହା କୋଣର ପ୍ରଧାନ ପ୍ରସ୍ତର ହେଲା, ସେ ସେହି ପ୍ରସ୍ତର ଅଟନ୍ତି।
Acts 6:9 in Oriya 9 କିନ୍ତୁ ଲିବର୍ତ୍ତୀନ, କୂୂରୀଣୀୟ ଓ ଅାଲେକଜାଣ୍ଡ୍ରୀୟ ସହରମାନଙ୍କରେ ନିବାସୀମାନଙ୍କ ନାମରେ ଖ୍ୟାତ ଯିହୂଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଆସିଆ ଅଞ୍ଚଳମାନଙ୍କରେ ନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,
Acts 7:35 in Oriya 35 କିଏ ତୁମ୍ଭକୁ ଶାସନକର୍ତ୍ତା ଓ ବିଚାରକ ସ୍ୱରୂପେ ନିଯୁକ୍ତ କଲା ବୋଲି କହି ଏହି ଯେଉଁ ମୋଶାଙ୍କୁ ସେମାନେ ଅଗ୍ରାହ୍ୟ କଲେ, ତାହାଙ୍କୁ ଈଶ୍ୱର ବୁଦାରେ ଦର୍ଶନ ଦେଇଥିବା ଦୂତଙ୍କ ସହାୟତାରେ ଶାସକ ଓ ଉଦ୍ଧାରକର୍ତ୍ତା କରି ପ୍ରେରଣ କଲେ।
Acts 7:54 in Oriya 54 ଏହି ସମସ୍ତ କଥା ଶୁଣି ସେମାନେ ଅତିଶୟ ରାଗିଗଲେ, ପୁଣି, ତାହାଙ୍କ ପ୍ରତି ଦାନ୍ତ କଡ଼ମଡ଼ କରିବାକୁ ଲାଗିଲେ।
Acts 17:18 in Oriya 18 ସେଥିରେ ଏପିକୂୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କ'ଣ କହିବାକୁ ଇଚ୍ଛା କରୁଅଛ ? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ।
Acts 24:24 in Oriya 24 କେତେକ ଦିନ ପରେ ଫେଲୀକ୍ସ୍ ଦ୍ରୂସିଲ୍ଲା ନାମ୍ନୀ ଆପଣା ଯିହୂଦୀୟା ଭାର୍ଯ୍ୟାଙ୍କ ସହିତ ଆସି ପାଉଲଙ୍କୁ ଡକାଇ ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ବିଷୟ ତାଙ୍କଠାରୁ ଶୁଣିଲେ।
1 Corinthians 1:20 in Oriya 20 ଜ୍ଞାନୀ କାହିଁ ? ଶାସ୍ତ୍ରୀ କାହିଁ ? ଏହି ଯୁଗର ତାର୍କିକ କାହିଁ ? ଈଶ୍ୱର କି ଜଗତର ଜ୍ଞାନକୁ ମୂର୍ଖତା ବୋଲି ପ୍ରକାଶ କରି ନାହାଁନ୍ତି ?
2 Corinthians 4:7 in Oriya 7 ମାତ୍ର ମହାଶକ୍ତି ଯେ ଈଶ୍ୱରଙ୍କର, ପୁଣି, ତାହା ଯେ ଆମ୍ଭମାନଙ୍କଠାରୁ ଉତ୍ପନ୍ନ ନୁହେଁ, ଏହା ଯେପରି ପ୍ରକାଶ ପାଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ଧନ ମୃତ୍ତିକା ପାତ୍ରରେ ପାଇଅଛୁ;
2 Corinthians 10:4 in Oriya 4 (ଯେଣୁ ଆମ୍ଭମାନଙ୍କ ଯୁଦ୍ଧର ଅସ୍ତ୍ରଶସ୍ତ୍ର ଶାରୀରିକ ନୁହେଁ, ମାତ୍ର ଦୃଢ଼ ଗଡ଼ ଭୂମିସାତ୍ କରିବା ନିମନ୍ତେ ଇଶ୍ବରଙ୍କ ଦୃଷ୍ଟିରେ ସେହି ସବୁ ଶକ୍ତିଯୁକ୍ତ ଅଟେ);
2 Corinthians 10:10 in Oriya 10 କାରଣ ସେମାନେ କହନ୍ତି, ତାହାର ପତ୍ରସବୁ ଗୁରୁଭାବପୂର୍ଣ୍ଣ ଓ ଶକ୍ତିଯୁକ୍ତ, ମାତ୍ର ସାକ୍ଷାତରେ ତାହାର ଶରୀର ଦୁର୍ବଳ ଓ ତାହାର ବାକ୍ୟ ତୁଚ୍ଛନୀୟ।
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?