1 Corinthians 10:13 in Oriya 13 ମନୁଷ୍ୟ ପ୍ରତି ଯେଉଁ ପ୍ରକାର ପରୀକ୍ଷା ସ୍ୱାଭାବିକ, ତାହା ଛଡ଼ା ଅନ୍ୟ ପ୍ରକାର ପରୀକ୍ଷା ତୁମ୍ଭମାନଙ୍କ ପ୍ରତି ଘଟି ନାହିଁ; କିନ୍ତୁ ଈଶ୍ୱର ବିଶ୍ୱାସ୍ୟ, ସେ ତୁମ୍ଭମାନଙ୍କୁ କୌଣସି ଅସହ୍ୟ ପରୀକ୍ଷାରେ ପରୀକ୍ଷିତ ହେବାକୁ ଦେବେ ନାହିଁ, ମାତ୍ର ଯେପରି ତୁମ୍ଭେମାନେ ସହ୍ୟ କରି ପାର, ଏଥିପାଇଁ ପରୀକ୍ଷା ଘଟିବା ସଙ୍ଗେ ସଙ୍ଗେ ସେ ଉଦ୍ଧାରର ପଥ ମଧ୍ୟ ପ୍ରସ୍ତୁତ କରିବେ।
Other Translations King James Version (KJV) There hath no temptation taken you but such as is common to man: but God is faithful, who will not suffer you to be tempted above that ye are able; but will with the temptation also make a way to escape, that ye may be able to bear it.
American Standard Version (ASV) There hath no temptation taken you but such as man can bear: but God is faithful, who will not suffer you to be tempted above that ye are able; but will with the temptation make also the way of escape, that ye may be able to endure it.
Bible in Basic English (BBE) You have been put to no test but such as is common to man: and God is true, who will not let any test come on you which you are not able to undergo; but he will make with the test a way out of it, so that you may be able to go through it.
Darby English Bible (DBY) No temptation has taken you but such as is according to man's nature; and God is faithful, who will not suffer you to be tempted above what ye are able [to bear], but will with the temptation make the issue also, so that [ye] should be able to bear [it].
World English Bible (WEB) No temptation has taken you except what is common to man. God is faithful, who will not allow you to be tempted above what you are able, but will with the temptation also make the way of escape, that you may be able to endure it.
Young's Literal Translation (YLT) No temptation hath taken you -- except human; and God is faithful, who will not suffer you to be tempted above what ye are able, but He will make, with the temptation, also the outlet, for your being able to bear `it'.
Cross Reference Genesis 19:20 in Oriya 20 ଦେଖନ୍ତୁ, ପଳାଇ ଯିବାକୁ ସେହି ନଗର ନିକଟବର୍ତ୍ତୀ, ତାହା କ୍ଷୁଦ୍ର; ସେହି ସ୍ଥାନକୁ ପଳାଇବାକୁ ଆଜ୍ଞା କରନ୍ତୁ, ତହିଁରେ ମୋହର ପ୍ରାଣ ବଞ୍ଚିବ; ତାହା କି କ୍ଷୁଦ୍ର ନୁହେଁ ?”
Exodus 3:17 in Oriya 17 ପୁଣି, ଆମ୍ଭେ ତୁମ୍ଭମାନଙ୍କୁ ମିସରର କ୍ଳେଶରୁ ଉଦ୍ଧାର କରି କିଣାନୀୟମାନଙ୍କ, ହିତ୍ତୀୟମାନଙ୍କ, ଇମୋରୀୟମାନଙ୍କ, ପିରିଷୀୟମାନଙ୍କ, ହିବ୍ବୀୟମାନଙ୍କ ଓ ଯିବୂଷୀୟମାନଙ୍କର ଦୁଗ୍ଧ ଓ ମଧୁପ୍ରବାହୀ ଦେଶକୁ ନେଇଯିବୁ ବୋଲି କହିଅଛୁ।
Deuteronomy 7:9 in Oriya 9 ଏହେତୁ ଜାଣ ଯେ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର, କେବଳ ସେ ପରମେଶ୍ୱର ଅଟନ୍ତି; ସେ ବିଶ୍ୱସନୀୟ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କୁ ପ୍ରେମ କରନ୍ତି ଓ ତାହାଙ୍କ ଆଜ୍ଞା ପାଳନ କରନ୍ତି, ସେମାନଙ୍କ ପକ୍ଷରେ ସେ ସହସ୍ର ପିଢ଼ି ପର୍ଯ୍ୟନ୍ତ ନିୟମ ଓ ଦୟା ରକ୍ଷା କରନ୍ତି।
Psalm 36:5 in Oriya 5 ହେ ସଦାପ୍ରଭୁ, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା ସ୍ୱର୍ଗରେ ଥାଏ; ତୁମ୍ଭର ବିଶ୍ୱସ୍ତତା ଗଗନସ୍ପର୍ଶୀ।
Psalm 89:33 in Oriya 33 ମାତ୍ର ତାହାଠାରୁ ଆମ୍ଭେ ଆପଣା ଦୟା ଏକାନ୍ତ ନେବା ନାହିଁ; କିଅବା ଆମ୍ଭ ବିଶ୍ୱସ୍ତତାର ତ୍ରୁଟି ହେବାକୁ ଦେବା ନାହିଁ।
Psalm 124:7 in Oriya 7 ବ୍ୟାଧର ଫାନ୍ଦରୁ ପକ୍ଷୀ ପରି ଆମ୍ଭମାନଙ୍କ ପ୍ରାଣ ରକ୍ଷା ପାଇଅଛି; ଫାନ୍ଦ ଛିଣ୍ଡିଗଲା, ଆମ୍ଭେମାନେ ରକ୍ଷା ପାଇଲୁ।
Psalm 125:3 in Oriya 3 କାରଣ ଧାର୍ମିକମାନେ ଯେପରି ଅଧର୍ମ ପ୍ରତି ହସ୍ତ ନ ବଢ଼ାଇବେ, ଏଥିପାଇଁ ଧାର୍ମିକମାନଙ୍କ ଅଧିକାରରେ ଦୁଷ୍ଟତାର ରାଜଦଣ୍ଡ ଅବସ୍ଥାନ କରିବ ନାହିଁ।
Isaiah 11:5 in Oriya 5 ଧର୍ମ ତାହାଙ୍କ କଟିଦେଶର ପଟୁକା ଓ ବିଶ୍ୱସ୍ତତା ତାହାଙ୍କ କଟିର ପଟୁକା ହେବ।
Isaiah 25:1 in Oriya 1 ହେ ସଦାପ୍ରଭୁ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।
Isaiah 49:7 in Oriya 7 ଯାହାକୁ ମନୁଷ୍ୟ ଅବଜ୍ଞା କରେ, ଯାହାକୁ ଦେଶୀୟ ଲୋକମାନେ ଘୃଣା କରନ୍ତି, ଯେ ଶାସନକର୍ତ୍ତାମାନଙ୍କର ଦାସ, ତାହାକୁ ଇସ୍ରାଏଲର ମୁକ୍ତିଦାତା ଓ ତାହାର ଧର୍ମସ୍ୱରୂପ ସଦାପ୍ରଭୁ ଏହି କଥା କହନ୍ତି, “ବିଶ୍ୱାସନୀୟ ଓ ଇସ୍ରାଏଲର ଧର୍ମସ୍ୱରୂପ ଯେଉଁ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି, ତାହାଙ୍କ ସକାଶୁ ରାଜାମାନେ ତୁମ୍ଭକୁ ଦେଖିଲେ ଉଠିବେ; ଅଧିପତିମାନେ ତୁମ୍ଭକୁ ପ୍ରଣାମ କରିବେ।”
Jeremiah 12:5 in Oriya 5 ଯଦି ତୁମ୍ଭେ ପଦାତିକଗଣର ସଙ୍ଗେ ଦୌଡ଼ିଲେ ସେମାନେ ତୁମ୍ଭକୁ କ୍ଳାନ୍ତ କରିଅଛନ୍ତି, ଯଦି ତୁମ୍ଭେ ଅଶ୍ୱଗଣ ସଙ୍ଗରେ କିପରି ପଣ କରି ପାରିବ ? ପୁଣି, ଯଦ୍ୟପି ଶାନ୍ତିର ଦେଶରେ ନିର୍ଭୟ ହୁଅ, ତଥାପି ଯର୍ଦ୍ଦନର ଦର୍ପ ସ୍ଥାନରେ ତୁମ୍ଭେ କଅଣ କରିବ ?
Jeremiah 29:11 in Oriya 11 କାରଣ ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କ ପକ୍ଷରେ ଆମ୍ଭେ ଯେ ସକଳ ସଙ୍କଳ୍ପ କରିଅଛୁ, ତାହା ଆମ୍ଭେ ଜାଣୁ, ତୁମ୍ଭମାନଙ୍କର ଅନ୍ତିମ କାଳରେ ତୁମ୍ଭମାନଙ୍କୁ ଭରସା ଦେବା ନିମନ୍ତେ ସେସବୁ ଅମଙ୍ଗଳର ନୁହେଁ, ମଙ୍ଗଳର ସଙ୍କଳ୍ପ ଅଟେ।
Lamentations 3:23 in Oriya 23 ସେହିସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ।
Daniel 3:17 in Oriya 17 ଯଦି ସେହିପରି ହୁଏ, ତେବେ ଆମ୍ଭେମାନେ ଯାହାଙ୍କର ସେବା କରୁ, ଆମ୍ଭମାନଙ୍କର ସେହି ପରମେଶ୍ୱର ଆମ୍ଭମାନଙ୍କୁ ପ୍ରଜ୍ୱଳିତ ଅଗ୍ନିକୁଣ୍ଡରୁ ରକ୍ଷା କରିବାକୁ ସମର୍ଥ ଅଟନ୍ତି; ଆଉ ହେ ମହାରାଜ, ସେ ଆପଣଙ୍କ ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।
Hosea 2:20 in Oriya 20 ଆମ୍ଭେ ତୁମ୍ଭକୁ ବିଶ୍ୱସ୍ତତାରେ ଆମ୍ଭ ପାଇଁ ବାଗ୍ଦାନ କରିବା; ତହିଁରେ ତୁମ୍ଭେ ସଦାପ୍ରଭୁଙ୍କୁ ଜ୍ଞାତ ହେବ।”
Matthew 24:21 in Oriya 21 କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।
Luke 11:4 in Oriya 4 ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧିକୁ କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।
Luke 16:26 in Oriya 26 ତାହା ଛଡ଼ା ତୁମ ଓ ଆମ ମଧ୍ୟରେ ବହୁତ ବଡ଼ ବ୍ୟବଧାନ ଅଛି, ଯେପରି ଯେଉଁମାନେ ଏ ସ୍ଥାନରୁ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ଇଚ୍ଛା କରନ୍ତି, ସେମାନେ ଯାଇ ପାରିବେ ନାହିଁ, କିମ୍ବା ସେ ସ୍ଥାନରୁ କେହି ଆମ୍ଭମାନଙ୍କ ନିକଟକୁ ପାର ହୋଇ ଆସି ପାରିବେ ନାହିଁ।
Luke 22:31 in Oriya 31 ଶିମୋନ, ଶିମୋନ,ଦେଖ, ଗହମକୁ ଚାଲୁଣୀରେ ଚଲାଇବା ପରି ଶୟତାନ ତୁମ୍ଭମାନଙ୍କୁ ଚଲାଇବାକୁ ଅନୁମତି ପାଇଅଛି;
Luke 22:46 in Oriya 46 ପୁଣି, ସେ ସେମାନଙ୍କୁ କହିଲେ, କାହିଁକି ଶୋଉଅଛ ? ପରୀକ୍ଷାରେ ଯେପରି ନ ପଡ଼, ଏଥିପାଇଁ ଉଠି ପ୍ରାର୍ଥନା କର।
John 10:28 in Oriya 28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
Acts 27:44 in Oriya 44 ପୁଣି, ଅବଶିଷ୍ଟମାନଙ୍କ ମଧ୍ୟରୁ କେହି କେହି ତକ୍ତା(କାଠପଟା) ଓ ଆଉ କେହି କେହି ଜାହାଜର ଅନ୍ୟାନ୍ୟ ଭଙ୍ଗା ଖଣ୍ଡ ଧରି ଯାଉନ୍ତୁ। ଏହି ପ୍ରକାରେ ସମସ୍ତେ ନିରାପଦରେ ସ୍ଥଳରେ ପହଞ୍ଚିଲେ।
Romans 8:28 in Oriya 28 ଯେଉଁମାନେ ଈଶ୍ୱରଙ୍କୁ ପ୍ରେମ କରନ୍ତି, ଯେଉଁମାନେ ତାହାଙ୍କ ସଂକଳ୍ପ ଅନୁସାରେ ଆହୂତ ହୋଇଅଛନ୍ତି, ଈଶ୍ୱର ଯେ ସମସ୍ତ ବିଷୟରେ ସେମାନଙ୍କର ମଙ୍ଗଳ ସାଧନ କରନ୍ତି, ଏହା ଆମ୍ଭେମାନେ ଜାଣୁ।
1 Corinthians 1:9 in Oriya 9 ଈଶ୍ୱର ବିଶ୍ୱାସ୍ୟ, ଯାହାଙ୍କ ଦ୍ୱାରା ତୁମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟ, ଆମ୍ଭମାନଙ୍କ ପ୍ରଭୁଙ୍କର ସହଭାଗିତା ନିମନ୍ତେ ଆହୂତ ହୋଇଅଛ।
2 Corinthians 1:10 in Oriya 10 ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି;
2 Corinthians 11:23 in Oriya 23 ସେମାନେ କି ଖ୍ରୀଷ୍ଟଙ୍କ ସେବକ ? (ମୁଁ ପାଗଳପରି କହୁଅଛି), ମୁଁ ଅଧିକ ରୂପେ ଖ୍ରୀଷ୍ଟଙ୍କର ସେବକ, ଅଧିକ ପରିଶ୍ରମ କରିବାରେ, ଅଧିକ କାରାବାସ ଭୋଗରେ, ଅପରିମିତ ପ୍ରହାର ସହ୍ୟ କରିବାରେ, ବାରମ୍ବାର ମୃତ୍ୟୁର ସମ୍ମୁଖୀନ ହେବାରେ;
2 Corinthians 12:8 in Oriya 8 ଯେପରି ତାହା ମୋ'ଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି।
Ephesians 6:12 in Oriya 12 କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ;
1 Thessalonians 5:24 in Oriya 24 ଯେ ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସହାଯ୍ୟ କରିବେ।
2 Thessalonians 3:3 in Oriya 3 କିନ୍ତୁ ପ୍ରଭୁ ବିଶ୍ୱସ୍ତ, ସେ ତୁମ୍ଭମାନଙ୍କୁ ସ୍ଥିର କରି ମନ୍ଦରୁ ରକ୍ଷା କରିବେ।
2 Timothy 2:11 in Oriya 11 ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା;
2 Timothy 4:18 in Oriya 18 ପ୍ରଭୁ ମୋତେ ସମସ୍ତ ମନ୍ଦ କର୍ମରୁ ଉଦ୍ଧାର କରିବେ ଏବଂ ମୋତେ ରକ୍ଷା କରି ଆପଣା ସ୍ୱର୍ଗୀୟ ରାଜ୍ୟରେ ପ୍ରବେଶ କରାଇବେ; ଯୁଗେ ଯୁଗେ ତାହାଙ୍କର ମହିମା ହେଉ, ଆମେନ୍।
Hebrews 6:18 in Oriya 18 ଯେପରି ଯେଉଁ ଦୁଇ ଅପରିବର୍ତ୍ତନୀୟ ବିଷୟରେ ଇଶ୍ବରଙ୍କ ମିଥ୍ୟା କହିବା ଅସମ୍ଭବ, ତଦ୍ୱାରା ସମ୍ମୁଖସ୍ଥ ଭରସାକୁ ଧରିବା ନିମନ୍ତେ ଆଶ୍ରୟସ୍ଥଳକୁ ପଳାୟନ କରିଅଛୁ ଯେ ଆମ୍ଭେମାନେ, ଆମ୍ଭେମାନେ ଦୃଢ଼ ଉତ୍ସାହ ପ୍ରାପ୍ତ ହେଉ।
Hebrews 10:23 in Oriya 23 ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;
Hebrews 11:11 in Oriya 11 ବିଶ୍ୱାସ ଦ୍ୱାରା ସାରା ନିଜେ ମଧ୍ୟ ପ୍ରତିଜ୍ଞାକାରୀଙ୍କୁ ବିଶ୍ୱସ୍ତ ଜ୍ଞାନ କରି ଗତବୟସ୍କା ହେଲେ ହେଁ ଗର୍ଭଧାରଣ କରିବାକୁ ଶକ୍ତି ପ୍ରାପ୍ତ ହେଲେ;
Hebrews 11:35 in Oriya 35 ସ୍ତ୍ରୀଲୋକମାନେ ଆପଣା ଆପଣା ମୃତମାନଙ୍କୁ ପୁନରୁତ୍ଥାନ ଦ୍ୱାରା ପ୍ରାପ୍ତ ହେଲେ; ଅନ୍ୟମାନେ ଉତ୍କୃଷ୍ଟତର ପୁନରୁତ୍ଥାନ ପ୍ରାପ୍ତ ହେବା ନିମନ୍ତେ ଉଦ୍ଧାର ପାଇବାକୁ ଇଚ୍ଛା ନ କରି ମହାଯନ୍ତ୍ରଣା ଭୋଗ କଲେ।
Hebrews 12:4 in Oriya 4 ତୁମ୍ଭେମାନେ ପାପ ବିରୁଦ୍ଧରେ ଯୁଦ୍ଧ କରି ଏଯାଏଁ ରକ୍ତବ୍ୟୟ ପର୍ଯ୍ୟନ୍ତ ପ୍ରତିରୋଧ କରି ନାହଁ,
James 5:10 in Oriya 10 ହେ ଭାଇମାନେ, ଯେଉଁ ଭାବବାଦୀମାନେ ପ୍ରଭୁଙ୍କ ନାମରେ କଥା କହିଥିଲେ, ସେମାନଙ୍କୁ କ୍ଳେଶଭୋଗ ଓ ଧୈର୍ଯ୍ୟର ଦୃଷ୍ଟାନ୍ତ ସ୍ୱରୂପେ ଗ୍ରହଣ କର।
1 Peter 1:5 in Oriya 5 ଯେଉଁ ପରିତ୍ରାଣ ଶେଷକାଳରେ ପ୍ରକାଶିତ ହେବା ପାଇଁ ପ୍ରସ୍ତୁତ ହୋଇଅଛି, ସେଥିନିମନ୍ତେ ତୁମ୍ଭେମାନେ ଇଶ୍ବରଙ୍କ ଶକ୍ତିରେ ବିଶ୍ୱାସ ଦ୍ୱାରା ସୁରକ୍ଷିତ ହେଉଅଛ।
1 Peter 4:19 in Oriya 19 ଅତଏବ, ଯେଉଁମାନେ ଇଶ୍ବରଙ୍କ ଇଚ୍ଛାମତେ ଦୁଃଖଭୋଗ କରନ୍ତି, ସେମାନେ ବିଶ୍ୱସ୍ତ ସୃଷ୍ଟିକର୍ତ୍ତାଙ୍କର ହସ୍ତରେ ଆପଣା ଆପଣା ଆତ୍ମାକୁ ସମର୍ପଣ କରି ସତ୍କାର୍ଯ୍ୟରେ ନିବିଷ୍ଟ ରହନ୍ତୁ।
1 Peter 5:8 in Oriya 8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
2 Peter 2:9 in Oriya 9 ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।
1 John 1:9 in Oriya 9 ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
Revelation 2:10 in Oriya 10 ତୁମ୍ଭେ ଯେଉଁ ସବୁ ଦୁଃଖଭୋଗ କରିବାକୁ ଯାଉଅଛ, ସେହିସବୁକୁ ଭୟ କର ନାହିଁ; ଦେଖ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଶୟତାନ ତୁମ୍ଭମାନଙ୍କ ମଧ୍ୟରୁ କାହାରି କାହାରିକୁ କାରାଗାରରେ ନିକ୍ଷେପ କରିବ, ଆଉ ତୁମ୍ଭେମାନେ ଦଶଦିନ କ୍ଲେଶ ଭୋଗ କରିବ। ତୁମ୍ଭେ ମରଣ ପର୍ଯ୍ୟନ୍ତ ବିଶ୍ୱସ୍ତ ଥାଅ, ସେଥିରେ ଆମ୍ଭେ ତୁମ୍ଭକୁ ଜୀବନରୂପ ମୁକୁଟ ଦେବୁ।
Revelation 3:10 in Oriya 10 ତୁମ୍ଭେ ଆମ୍ଭର ଧୈର୍ଯ୍ୟର ବାକ୍ୟ ରକ୍ଷା କରିଅଛ, ଏ ହେତୁ ପୃଥିବୀ ନିବାସୀମାନଙ୍କୁ ପରୀକ୍ଷା କରିବା ନିମନ୍ତେ ସମସ୍ତ ଜଗତ ଉପରକୁ ଯେଉଁ ପରୀକ୍ଷାକାଳ ଆସିବ, ସେଥିରୁ ଆମ୍ଭେ ମଧ୍ୟ ତୁମ୍ଭକୁ ରକ୍ଷା କରିବୁ।
Revelation 19:11 in Oriya 11 ତତ୍ପରେ ମୁଁ ସ୍ୱର୍ଗକୁ ଉନ୍ମୁକ୍ତ ଦେଖିଲି, ଆଉ ଦେଖ, ଗୋଟିଏ ଶ୍ୱେତବର୍ଣ୍ଣ ଅଶ୍ୱ; ତାହାର ଆରୋହୀଙ୍କ ନାମ ବିଶ୍ୱସ୍ତ ଓ ସତ୍ୟ; ନ୍ୟାୟ ରୂପେ ବିଚାର ଓ ଯୁଦ୍ଧ କରନ୍ତି।