Cross Reference Numbers 11:25 in Oriya 25 ତହିଁରେ ସଦାପ୍ରଭୁ ମେଘରେ ଓହ୍ଲାଇ ତାଙ୍କ ସହିତ କଥା କହିଲେ, ଆଉ ଯେଉଁ ଆତ୍ମା ତାଙ୍କଠାରେ ଥିଲା, ତହିଁରୁ ନେଇ ସତୁରି ପ୍ରାଚୀନଙ୍କୁ ଦେଲେ; ପୁଣି, ସେହି ଆତ୍ମା ସେମାନଙ୍କ ଉପରେ ଅବସ୍ଥାନ କରନ୍ତେ, ସେମାନେ ଭବିଷ୍ୟତ୍ କଥା ପ୍ରଚାର କଲେ, ମାତ୍ର ତହିଁ ଉତ୍ତାରେ ଆଉ କଲେ ନାହିଁ।
1 Samuel 10:10 in Oriya 10 ଏଥିଉତ୍ତାରେ ସେମାନେ ସେସ୍ଥାନରେ ପର୍ବତରେ ଉପସ୍ଥିତ ହୁଅନ୍ତେ, ଦେଖ, ଏକ ଦଳ ଭବିଷ୍ୟଦ୍ବକ୍ତା ତାଙ୍କୁ ଭେଟିଲେ; ପୁଣି, ପରମେଶ୍ୱରଙ୍କ ଆତ୍ମା ତାଙ୍କୁ ଆକ୍ରାନ୍ତ କରନ୍ତେ, ସେ ସେମାନଙ୍କ ମଧ୍ୟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାକୁ ଲାଗିଲେ।
1 Samuel 19:20 in Oriya 20 ତେଣୁ ଶାଉଲ ଦାଉଦଙ୍କୁ ଧରିବା ପାଇଁ ଦୂତମାନଙ୍କୁ ପଠାଇଲେ; ମାତ୍ର ସେମାନେ ଭବିଷ୍ୟଦ୍ବକ୍ତା ଦଳକୁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବାର ଓ ସେମାନଙ୍କ ଉପରେ ନିଯୁକ୍ତ ଶାମୁୟେଲଙ୍କୁ ଠିଆ ହେବାର ଦେଖନ୍ତେ, ପରମେଶ୍ୱରଙ୍କ ଆତ୍ମା ଶାଉଲଙ୍କର ଦୂତମାନଙ୍କ ଉପରକୁ ଆସିଲେ, ତହିଁରେ ସେମାନେ ମଧ୍ୟ ଭବିଷ୍ୟଦ୍ବାକ୍ୟ ପ୍ରଚାର କଲେ।
2 Samuel 23:1 in Oriya 1 ଯିଶୀର ପୁତ୍ର ଦାଉଦ, ଯେ ବ୍ୟକ୍ତି ଉଚ୍ଚୀକୃତ, ଯେ ଯାକୁବର ପରମେଶ୍ୱରଙ୍କ ଅଭିଷିକ୍ତ ଓ ଇସ୍ରାଏଲର ମଧୁର ଗାୟକ, ଦାଉଦଙ୍କର ଶେଷ କଥା ଏହି;
Joel 2:28 in Oriya 28 ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।
Mark 16:17 in Oriya 17 ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
Mark 16:20 in Oriya 20 କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।
Luke 24:49 in Oriya 49 ଆଉ ଦେଖ, ମୋହର ପିତା ଯାହା ପ୍ରତିଜ୍ଞା କରିଅଛନ୍ତି, ତାହା ମୁଁ ତୁମ୍ଭମାନଙ୍କ ନିକଟକୁ ପଠାଉଅଛି, କିନ୍ତୁ ଊର୍ଦ୍ଧ୍ୱରୁ ଶକ୍ତି ପ୍ରାପ୍ତ ନ ହେବା ପର୍ଯ୍ୟନ୍ତ ତୁମ୍ଭେମାନେ ଏହି ନଗରରେ ରହିଥାଅ।
John 14:12 in Oriya 12 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ମୋ'ଠାରେ ଯେ ବିଶ୍ୱାସ କରେ, ମୁଁ ଯେଉଁ ଯେଉଁ କର୍ମ କରୁଅଛି, ସେ ମଧ୍ୟ ସେହି ସବୁ କରିବ, ଆଉ ସେ ସବୁ ଅପେକ୍ଷା ଅଧିକ ମହତ କର୍ମ କରିବ, କାରଣ ମୁଁ ପିତାଙ୍କ ନିକଟକୁ ଯାଉଅଛି।
John 16:13 in Oriya 13 କିନ୍ତୁ ସେ, ଅର୍ଥାତ୍, ସତ୍ୟମୟ ଆତ୍ମା ଆସିଲେ ସେ ପଥ ଦେଖାଇ ତୁମ୍ଭମାନଙ୍କୁ ସମସ୍ତ ସତ୍ୟରେ ପ୍ରବେଶ କରାଇବେ, କାରଣ ସେ ଆପଣାଠାରୁ କଥା କହିବେ ନାହିଁ, ମାତ୍ର ଯାହା ଯାହା ଶୁଣିବେ, ସେହି ସବୁ କହିବେ, ପୁଣି, ଆଗାମୀ ବିଷୟସବୁ ତୁମ୍ଭମାନଙ୍କୁ ଜଣାଇବେ।
Acts 1:8 in Oriya 8 କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ।”
Acts 2:4 in Oriya 4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
Acts 2:17 in Oriya 17 ଈଶ୍ୱର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଅାମ୍ଭେ ସମସ୍ତ ମର୍ତ୍ତ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ।
Acts 2:29 in Oriya 29 ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି।
Acts 5:3 in Oriya 3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?
Acts 10:46 in Oriya 46 କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଇଶ୍ବରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ।
Acts 11:28 in Oriya 28 ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା।
Acts 19:6 in Oriya 6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।
Acts 21:9 in Oriya 9 ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ।
Romans 12:6 in Oriya 6 ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;
Romans 15:19 in Oriya 19 ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
1 Corinthians 12:28 in Oriya 28 ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
1 Corinthians 13:1 in Oriya 1 ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟ କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।
1 Corinthians 13:8 in Oriya 8 ପ୍ରେମ କଦାପି ଶେଷ ହୁଏ ନାହିଁ; କିନ୍ତୁ ଯଦି ଭାବବାଣୀ ଥାଏ, ତାହା ଲୋପ ହେବ; ଯଦି ପରଭାଷା ଥାଏ, ସେହି ସବୁ ନିବୃତ୍ତ ହେବ; ଯଦି ଜ୍ଞାନ ଥାଏ, ତାହା ଲୋପ ହେବ।
1 Corinthians 14:1 in Oriya 1 ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥି ନିମନ୍ତେ ଏକାନ୍ତ ଚେଷ୍ଟା କର।
1 Corinthians 14:23 in Oriya 23 ଆହୁରି ମଧ୍ୟ ସମସ୍ତ ମଣ୍ଡଳୀ ଯଦି ସମବେତ ହୁଏ ଓ ସମସ୍ତେ ପରଭାଷାରେ କଥା କହନ୍ତି, ପୁଣି, ସାଧାରଣ ବା ଅବିଶ୍ୱାସୀ ଲୋକମାନେ ଆସନ୍ତି, ତାହାହେଲେ ତୁମ୍ଭେମାନେ ପାଗଳ ବୋଲି କ'ଣ ସେମାନେ କହିବେ ନାହିଁ ?
1 Corinthians 14:26 in Oriya 26 ହେ ଭାଇମାନେ, ତେବେ କର୍ତ୍ତବ୍ୟ କ'ଣ ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି। ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ।
1 Corinthians 14:31 in Oriya 31 କାରଣ ଯେପରି ସମସ୍ତେ ଶିକ୍ଷା ପାଆନ୍ତି, ପୁଣି, ସମସ୍ତେ ଚେତନା ପ୍ରାପ୍ତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ସମସ୍ତେ ଜଣ ଜଣ କରି ଭାବବାଣୀ କହିପାର।
1 Corinthians 14:39 in Oriya 39 ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର।
Galatians 3:5 in Oriya 5 ଅତଏବ, ଯେ ତୁମ୍ଭମାନଙ୍କୁ ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ଶୁଣିବା ହେତୁ କରନ୍ତି ?
1 Thessalonians 5:20 in Oriya 20 ଭାବବାଣୀ ତୁଚ୍ଛ କର ନାହିଁ;
Hebrews 2:4 in Oriya 4 ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।
2 Peter 1:20 in Oriya 20 ପ୍ରଥମରେ ଏହା ଜ୍ଞାତ ହୁଅ ଯେ, ଶାସ୍ତ୍ରର କୌଣସି ଭାବବାଣୀ ସ୍ୱତନ୍ତ୍ର ଭାବରେ ବ୍ୟାଖ୍ୟା କରିବାର ବିଷୟ ନୁହେଁ,
1 John 4:1 in Oriya 1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।
Revelation 2:2 in Oriya 2 ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରିକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,