1 Corinthians 13:2 in Oriya 2 ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।
Other Translations King James Version (KJV) And though I have the gift of prophecy, and understand all mysteries, and all knowledge; and though I have all faith, so that I could remove mountains, and have not charity, I am nothing.
American Standard Version (ASV) And if I have `the gift of' prophecy, and know all mysteries and all knowledge; and if I have all faith, so as to remove mountains, but have not love, I am nothing.
Bible in Basic English (BBE) And if I have a prophet's power, and have knowledge of all secret things; and if I have all faith, by which mountains may be moved from their place, but have not love, I am nothing.
Darby English Bible (DBY) And if I have prophecy, and know all mysteries and all knowledge, and if I have all faith, so as to remove mountains, but have not love, I am nothing.
World English Bible (WEB) If I have the gift of prophecy, and know all mysteries and all knowledge; and if I have all faith, so as to remove mountains, but don't have love, I am nothing.
Young's Literal Translation (YLT) and if I have prophecy, and know all the secrets, and all the knowledge, and if I have all the faith, so as to remove mountains, and have not love, I am nothing;
Cross Reference Numbers 24:15 in Oriya 15 ଏଥିରେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ କହୁଅଛି, ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି;
Matthew 7:22 in Oriya 22 ସେ ଦିନ ଅନେକେ ମୋତେ କହିବେ, ହେ ପ୍ରଭୁ, ହେ ପ୍ରଭୁ, ଆମ୍ଭେମାନେ କି ତୁମ୍ଭ ନାମରେ ଭାବବାଣୀ କହିଲୁ ନାହିଁ ? ପୁଣି, ତୁମ୍ଭ ନାମରେ କି ଭୂତମାନଙ୍କୁ ଛଡ଼ାଇଲୁ ନାହିଁ ? ଆଉ ତୁମ୍ଭ ନାମରେ କି ଅନେକ ଆଶ୍ଚର୍ଯ୍ୟର କାର୍ଯ୍ୟ କଲୁ ନାହିଁ ?
Matthew 13:11 in Oriya 11 ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ।
Matthew 17:20 in Oriya 20 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା' ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।
Matthew 21:19 in Oriya 19 ଆଉ ବାଟ ପାଖରେ ଗୋଟିଏ ଡିମ୍ବିରି ଗଛ ଦେଖି ତାହା ନିକଟକୁ ଗଲେ, ପୁଣି, କେବଳ ପତ୍ର ଛଡ଼ା ତାହାଠାରେ ଆଉ କିଛି ନ ପାଇ ତାହାକୁ କହିଲେ, ଆଉ କଦାପି ତୋଠାରେ ଫଳ ନ ହେଉ। ସେଥିରେ ସେହିକ୍ଷଣି ସେହି ଡିମ୍ବିରି ଗଛ ଶୁଖିଗଲା।
Matthew 21:21 in Oriya 21 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ଆଉ ତୁମ୍ଭେମାନେ ସନ୍ଦେହ ନ କର, ତେବେ ଏହି ଡିମ୍ବିରି ଗଛ ପ୍ରତି ଯେପରି କରାଯାଇଅଛି, କେବଳ ଯେ ସେପରି କରିବ, ତାହା ନୁହେଁ, ମାତ୍ର ଯଦି ଏ ପର୍ବତକୁ ସୁଦ୍ଧା ତୁ ଉଠି ସମୁଦ୍ରରେ ଯାଇ ପଡ଼ ବୋଲି କହିବ, ତାହାହେଲେ ତାହା ହେବ।
Mark 11:22 in Oriya 22 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଈଶ୍ୱରଙ୍କଠାରେ ବିଶ୍ୱାସ ରଖ।
Luke 17:5 in Oriya 5 ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ।
Romans 11:25 in Oriya 25 କାରଣ, ହେ ଭାଇମାନେ, ତୁମ୍ଭେମାନେ ଯେପରି ଆପଣା ଆପଣାକୁ ବୁଦ୍ଧିମାନ ବୋଲି ମନେ ନ କର ଏଥି ନିମନ୍ତେ ତୁମ୍ଭେମାନେ ଯେ ଏହି ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ଅଜ୍ଞ ରୁହ, ଏହା ମୋହର ଇଚ୍ଛା ନୁହେଁ, ଅର୍ଥାତ୍, ଯେପର୍ଯ୍ୟନ୍ତ ଅଣଯିହୂଦୀମାନେ ପୂର୍ଣ୍ଣ ସଂଖ୍ୟାରେ ପ୍ରବେଶ କରି ନାହାଁନ୍ତି, ସେପର୍ଯ୍ୟନ୍ତ ଇସ୍ରାଏଲ ଅଂଶକ୍ରମେ କଠିନ ହୋଇଅଛି;
Romans 16:25 in Oriya 25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
1 Corinthians 4:1 in Oriya 1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଇଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।
1 Corinthians 7:19 in Oriya 19 ସୁନ୍ନତ କିଛି ନୁହେଁ, ପୁଣି, ଅସୁନ୍ନତ କିଛି ନୁହେଁ, କେବଳ ଇଶ୍ବରଙ୍କ ଆଜ୍ଞା ପାଳନ ହିଁ ସାର।
1 Corinthians 8:4 in Oriya 4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ।
1 Corinthians 12:8 in Oriya 8 କାରଣ ଜଣକୁ ଆତ୍ମାଙ୍କ ଦ୍ୱାରା ବୁଦ୍ଧିର ବାକ୍ୟ, ଅନ୍ୟ ଜଣକୁ ସେହି ଆତ୍ମାଙ୍କ ଶିକ୍ଷାନୁଯାୟୀ ଜ୍ଞାନର ବାକ୍ୟ,
1 Corinthians 12:28 in Oriya 28 ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
1 Corinthians 13:1 in Oriya 1 ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟ କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।
1 Corinthians 13:3 in Oriya 3 ପୁଣି, ଯଦି ମୁଁ ଦରିଦ୍ରମାନଙ୍କୁ ଭୋଜନ କରାଇବା ନିମନ୍ତେ ମୋହର ସର୍ବସ୍ୱ ବିତରଣ କରେ, ପୁଣି, ଯଦି ମୁଁ ମୋହର ଶରୀରକୁ ଦଗ୍ଧ ହେବା ନିମନ୍ତେ ସମର୍ପଣ କରେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୋହର କିଛି ଲାଭ ନାହିଁ।
1 Corinthians 14:1 in Oriya 1 ପ୍ରେମର ଅନୁସରଣ କର, ପୁଣି, ଆତ୍ମିକ ଦାନସବୁ ପାଇବା ନିମନ୍ତେ, ବିଶେଷତଃ ଯେପରି ଭାବବାଣୀ କହିପାର, ଏଥି ନିମନ୍ତେ ଏକାନ୍ତ ଚେଷ୍ଟା କର।
1 Corinthians 14:6 in Oriya 6 ଏପରି ସ୍ଥଳେ ହେ ଭାଇମାନେ, ମୁଁ ଯଦି ତୁମ୍ଭମାନଙ୍କ ନିକଟକୁ ଯାଇ ପ୍ରକାଶିତ ବାକ୍ୟ, ବା ଜ୍ଞାନ, ବା ଭାବବାଣୀ, ବା ଶିକ୍ଷାର କଥା ନ କହି କେବଳ ପରଭାଷାରେ କଥା କହେ, ତେବେ ସେଥିରେ ମୁଁ ତୁମ୍ଭମାନଙ୍କର କ'ଣ ଉପକାର କରିବି ?
1 Corinthians 14:39 in Oriya 39 ଏଣୁ ହେ ମୋହର ଭାଇମାନେ, ଭାବବାଣୀ କହିବାକୁ ଏକାନ୍ତ ଚେଷ୍ଟା କର; ପୁଣି, ପରଭାଷାରେ କଥା କହିବାକୁ ମନା ନ କର।
1 Corinthians 16:22 in Oriya 22 ଯଦି କେହି ପ୍ରଭୁଙ୍କୁ ପ୍ରେମ ନ କରେ, ତେବେ ସେ ଶାପଗ୍ରସ୍ତ ହେଉ।
2 Corinthians 12:11 in Oriya 11 ମୁଁ ନିର୍ବୋଧ ହୋଇଅଛି, ତୁମ୍ଭେମାନେ ମୋତେ ବାଧ୍ୟ କଲ, କାରଣ ମୋର ପ୍ରଶଂସା କରିବା ତୁମ୍ଭମାନଙ୍କର ଉଚିତ୍ ଥିଲା; ଯେଣୁ ଯଦ୍ୟପି ମୁଁ କିଛି ନୁହେଁ, ତଥାପି କୌଣସି ବିଷୟରେ ସେହି ଶ୍ରେଷ୍ଠତମ ପ୍ରେରିତମାନଙ୍କ ଅପେକ୍ଷା ଊଣା ନୁହେଁ।
Galatians 5:16 in Oriya 16 ମୋହର ଭାବ ଏହି, ଆତ୍ମାଙ୍କ ଦ୍ୱାରା ଆଚରଣ କର, ତାହାହେଲେ ତୁମ୍ଭେମାନେ ଶରୀରର ଅଭିଳାଷ ପୂର୍ଣ୍ଣ କରିବ ନାହିଁ।
Galatians 5:22 in Oriya 22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,
Galatians 6:3 in Oriya 3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ।
Ephesians 3:4 in Oriya 4 ତାହା ପଢି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋର ଜ୍ଞାନର ପରିଚୟ ପାଇ ପାର;
Ephesians 6:19 in Oriya 19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
Colossians 1:26 in Oriya 26 ସେହି ନିଗୂଢ଼ତତ୍ତ୍ୱ ପୂର୍ବଯୁଗ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି।
1 Timothy 3:16 in Oriya 16 ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ।
1 John 4:8 in Oriya 8 ଯେ ପ୍ରେମ କରେ ନାହିଁ, ସେ ଈଶ୍ୱରଙ୍କୁ ଜାଣେ ନାହିଁ, କାରଣ ଈଶ୍ୱର ତ ପ୍ରେମ।
1 John 4:20 in Oriya 20 ଈଶ୍ୱରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ୱରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ।