1 Corinthians 14:2 in Oriya 2 କାରଣ ଯେ ପରଭାଷାରେ କଥା କହେ, ସେ ମନୁଷ୍ୟକୁ କଥା କହେ ନାହିଁ, କିନ୍ତୁ ଈଶ୍ୱରଙ୍କୁ କହେ, ଯେଣୁ କେହି ତାହା ବୁଝେ ନାହିଁ, ମାତ୍ର ସେ ଆତ୍ମା ଦ୍ୱାରା ନିଗୂଢ଼ ବିଷୟ କହେ।
Other Translations King James Version (KJV) For he that speaketh in an unknown tongue speaketh not unto men, but unto God: for no man understandeth him; howbeit in the spirit he speaketh mysteries.
American Standard Version (ASV) For he that speaketh in a tongue speaketh not unto men, but unto God; for no man understandeth; but in the spirit he speaketh mysteries.
Bible in Basic English (BBE) For he who makes use of tongues is not talking to men but to God; because no one has the sense of what he is saying; but in the Spirit he is talking of secret things.
Darby English Bible (DBY) For he that speaks with a tongue does not speak to men but to God: for no one hears; but in spirit he speaks mysteries.
World English Bible (WEB) For he who speaks in another language speaks not to men, but to God; for no one understands; but in the Spirit he speaks mysteries.
Young's Literal Translation (YLT) for he who is speaking in an `unknown' tongue -- to men he doth not speak, but to God, for no one doth hearken, and in spirit he doth speak secrets;
Cross Reference Genesis 11:7 in Oriya 7 ଏଥିପାଇଁ ସେମାନେ ଯେପରି ପରସ୍ପର ଭାଷା ବୁଝି ନ ପାରନ୍ତି, ଏଥିପାଇଁ ଆସ, ଆମ୍ଭେମାନେ ଓହ୍ଲାଇ ଯାଇ ସେହି ସ୍ଥାନରେ ସେମାନଙ୍କ ଭାଷାର ଭେଦ ଜନ୍ମାଉ।”
Genesis 42:23 in Oriya 23 ମାତ୍ର ଯୋଷେଫ ଯେ ସେମାନଙ୍କ କଥାବାର୍ତ୍ତା ବୁଝିଲେ, ଏହା ସେମାନେ ଜାଣି ପାରିଲେ ନାହିଁ; କାରଣ ସେ ଦ୍ୱିଭାଷୀ ଦ୍ୱାରା ସେମାନଙ୍କ ସହିତ କଥା କହୁଥିଲେ;
Deuteronomy 28:49 in Oriya 49 ଯେପରି ଉତ୍କ୍ରୋଶ ପକ୍ଷୀ ଉଡ଼େ, ସେପରି ସଦାପ୍ରଭୁ ଦୂରରୁ ପୃଥିବୀର ପ୍ରାନ୍ତରୁ ଏକ ଗୋଷ୍ଠୀକୁ ତୁମ୍ଭ ପ୍ରତିକୂଳରେ ଆଣିବେ; ସେହି ଗୋଷ୍ଠୀର ଭାଷା ତୁମ୍ଭେ ବୁଝି ପାରିବ ନାହିଁ;
2 Kings 18:26 in Oriya 26 ଏଥିରେ ହିଲ୍କିୟର ପୁତ୍ର ଇଲୀୟାକିମ୍ ଓ ଶିବ୍ନ ଓ ଯୋୟାହ ରବ୍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ। ପୁଣି ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କହନ୍ତୁ।”
Psalm 49:3 in Oriya 3 ମୋହର ମୁଖ ଜ୍ଞାନର କଥା କହିବ ଓ ମୋ' ଅନ୍ତଃକରଣର ଧ୍ୟାନ ବୁଦ୍ଧି ବିଷୟକ ହେବ।
Psalm 78:2 in Oriya 2 ମୁଁ ଦୃଷ୍ଟାନ୍ତ-କଥାରେ ଆପଣା ମୁଖ ଫିଟାଇବି; ମୁଁ ପୂର୍ବକାଳର ଗୂଢ଼ ବାକ୍ୟସବୁ ପ୍ରକାଶ କରିବି;
Matthew 13:11 in Oriya 11 ସେ ଉତ୍ତର ଦେଲେ, କାରଣ ସ୍ୱର୍ଗରାଜ୍ୟର ନିଗୂଢ଼ ତତ୍ତ୍ୱସମୂହ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେମାନଙ୍କୁ ଦିଆଯାଇ ନାହିଁ।
Mark 4:11 in Oriya 11 ସେଥିରେ ସେ ସେମାନଙ୍କୁ କହିଲେ, ଇଶ୍ବରଙ୍କ ରାଜ୍ୟର ନିଗୂଢ଼ ତତ୍ତ୍ୱ ଜାଣିବା ନିମନ୍ତେ ତୁମ୍ଭମାନଙ୍କୁ ଶକ୍ତି ଦିଆଯାଇଅଛି, କିନ୍ତୁ ସେହି ବାହାର ଲୋକମାନଙ୍କୁ ସମସ୍ତ ବିଷୟ ଦୃଷ୍ଟାନ୍ତରେ କୁହାଯାଉଅଛି,
Mark 16:17 in Oriya 17 ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,
Acts 2:4 in Oriya 4 ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ।
Acts 10:46 in Oriya 46 କାରଣ ସେମାନେ ସେମାନଙ୍କୁ ବିଭିନ୍ନ ଭାଷାରେ କଥା କହୁଥିବା ଓ ଇଶ୍ବରଙ୍କ ପ୍ରଶଂସା କରୁଥିବା ଶୁଣୁଥିଲେ।
Acts 19:6 in Oriya 6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।
Acts 22:9 in Oriya 9 ଯେଉଁମାନେ ମୋ ସାଙ୍ଗରେ ଥିଲେ, ସେମାନେ ସେହି ଆଲୋକ ଦେଖିଲେ ସତ୍ୟ, କିନ୍ତୁ ଯେ ମୋତେ କଥା କହିଲେ, ସେମାନେ ତାହାଙ୍କ ସ୍ୱର ଶୁଣିଲେ ନାହିଁ।
Romans 16:25 in Oriya 25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
1 Corinthians 2:7 in Oriya 7 ମାତ୍ର ଆମ୍ଭେମାନେ ନିଗୂଢ଼ତତ୍ତ୍ୱ ସ୍ୱରୂପ ଇଶ୍ବରଙ୍କ ଜ୍ଞାନର କଥା କହୁଅଛୁ ସେହି ଗୁପ୍ତ ଜ୍ଞାନ ଈଶ୍ୱର ଆମ୍ଭମାନଙ୍କ ଗୌରବ ନିମନ୍ତେ ଜଗତର ପୂର୍ବେ ନିରୂପଣ କରିଥିଲେ।
1 Corinthians 2:10 in Oriya 10 କିନ୍ତୁ ଈଶ୍ୱର ଆମ୍ଭମାନଙ୍କ ନିମନ୍ତେ ପବିତ୍ର ଆତ୍ମାଙ୍କ ଦ୍ୱାରା ସେ ସମସ୍ତ ପ୍ରକାଶ କରିଅଛନ୍ତି ଯେଣୁ ସେହି ଆତ୍ମା ସମସ୍ତ ବିଷୟ, ହଁ, ଈଶ୍ୱରଙ୍କର ଗଭୀର ବିଷୟସବୁ ଅନୁସନ୍ଧାନ କରନ୍ତି।
1 Corinthians 13:2 in Oriya 2 ଆଉ, ଯଦି ମୋହର ଭାବବାଣୀ କହିବାର ଶକ୍ତି ଥାଏ ଏବଂ ମୁଁ ସମସ୍ତ ନିଗୂଢ଼ତତ୍ତ୍ୱ ଓ ସମସ୍ତ ଜ୍ଞାନରେ ପାରଦର୍ଶୀ ହୋଇଥାଏ, ପୁଣି, ପର୍ବତକୁ ସ୍ଥାନାନ୍ତର କରିବା ନିମନ୍ତେ ମୋହର ସମ୍ପୂର୍ଣ୍ଣ ବିଶ୍ୱାସ ଥାଏ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ କିଛି ନୁହେଁ।
1 Corinthians 14:9 in Oriya 9 ସେହିପରି ତୁମ୍ଭେମାନେ ମଧ୍ୟ ଯଦି ଜିହ୍ୱା ଦ୍ୱାରା ସହଜ ବୋଧଗମ୍ୟ କଥା ନ କୁହ, ତେବେ କ'ଣ କହୁଅଛ, ତାହା କିପରି ଜଣାଯିବ ? କାରଣ ତୁମ୍ଭେମାନେ ଶୂନ୍ୟକୁ କହିବା ପରି ହେବ।
1 Corinthians 14:16 in Oriya 16 ନତୁବା ତୁମ୍ଭେ ଯଦି ଆତ୍ମା ଦ୍ୱାରା ଧନ୍ୟବାଦ ଦିଅ, ତେବେ ସାଧାରଣ ଲୋକ ତୁମ୍ଭ କଥା ନ ବୁଝିବାରୁ କିପରି ତୁମ୍ଭ ଧନ୍ୟବାଦରେ ଆମେନ୍ କହିବ ?
1 Corinthians 14:18 in Oriya 18 ମୁଁ ତୁମ୍ଭ ସମସ୍ତଙ୍କ ଅପେକ୍ଷା ଅଧିକ ରୂପେ ପରଭାଷାରେ କଥା କହେ ବୋଲି ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛି;
1 Corinthians 14:27 in Oriya 27 ଯଦି କେହି ପରଭାଷାରେ କଥା କହେ, ତେବେ ଦୁଇ ଅବା ଅଧିକ ହେଲେ ତିନି ଜଣ ପାଳି ଅନୁସାରେ କହନ୍ତୁ, ଆଉ ଜଣେ ଅର୍ଥ କରୁ।
1 Corinthians 15:51 in Oriya 51 ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ,
Ephesians 3:3 in Oriya 3 ଅର୍ଥାତ୍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସକ୍ଷିପ୍ତ ଭାବରେ ଲେଖିଅଛି।
Ephesians 6:19 in Oriya 19 ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ,
Colossians 1:26 in Oriya 26 ସେହି ନିଗୂଢ଼ତତ୍ତ୍ୱ ପୂର୍ବଯୁଗ ଓ ପୂର୍ବପୁରୁଷମାନଙ୍କଠାରୁ ଗୁପ୍ତ ହୋଇ ରହିଥିଲା, କିନ୍ତୁ ଏବେ ତାହାଙ୍କ ସାଧୁମାନଙ୍କ ନିକଟରେ ପ୍ରକାଶିତ ହୋଇଅଛି।
Colossians 2:2 in Oriya 2 ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍ ଇଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି।
1 Timothy 3:9 in Oriya 9 ମଦ୍ୟପାନରେ ଅନାସକ୍ତ ଓ କୁତ୍ସିତ ଧନଲାଭରେ ନିର୍ଲୋଭ ହେବା ଆବଶ୍ୟକ;
1 Timothy 3:16 in Oriya 16 ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ।
Revelation 10:7 in Oriya 7 ମାତ୍ର ଇଶ୍ବରଙ୍କ ଦ୍ୱାରା ଆପଣା ଦାସ ଭାବବାଦୀମାନଙ୍କ ପ୍ରତି ପ୍ରଚାର କରାଯାଇଥିବା ଶୁଭସମ୍ବାଦ ଅନୁସାରେ ସପ୍ତମ ଦୂତ ବାକ୍ୟ ଘୋଷଣା କରିବା ସମୟରେ, ଅର୍ଥାତ୍ ଯେତେବେଳେ ସେ ତୂରୀଧ୍ୱନୀ କରିବାକୁ ଉଦ୍ୟତ ହେବେ, ସେତେବେଳେ ଇଶ୍ବରଙ୍କ ନିଗୂଢ଼ ସଂକଳ୍ପ ମଧ୍ୟ ସଫଳ ହେବ।