1 Corinthians 14:37 in Oriya 37 କେହି ଯଦି ଆପଣାକୁ ଭାବବାଦୀ ବା ଆତ୍ମିକ ଦାନ ପ୍ରାପ୍ତ ବୋଲି ମନେ କରେ, ତାହାହେଲେ ମୁଁ ତୁମ୍ଭମାନଙ୍କୁ ଯାହା ଯାହା ଲେଖୁଅଛି, ସେହି ସବୁ ଯେ ପ୍ରଭୁଙ୍କ ଆଜ୍ଞା, ଏହା ସେ ଜ୍ଞାତ ହେଉ।
Other Translations King James Version (KJV) If any man think himself to be a prophet, or spiritual, let him acknowledge that the things that I write unto you are the commandments of the Lord.
American Standard Version (ASV) If any man thinketh himself to be a prophet, or spiritual, let him take knowledge of the things which I write unto you, that they are the commandment of the Lord.
Bible in Basic English (BBE) If any man seems to himself to be a prophet or to have the Spirit, let him take note of the things which I am writing to you, as being the word of the Lord.
Darby English Bible (DBY) If any one thinks himself to be a prophet or spiritual, let him recognise the things that I write to you, that it is [the] Lord's commandment.
World English Bible (WEB) If any man thinks himself to be a prophet, or spiritual, let him recognize the things which I write to you, that they are the commandment of the Lord.
Young's Literal Translation (YLT) if any one doth think to be a prophet, or spiritual, let him acknowledge the things that I write to you -- that of the Lord they are commands;
Cross Reference Numbers 24:3 in Oriya 3 ତେବେ ସେ ଆପଣା ପ୍ରସଙ୍ଗ ନେଇ କହିଲା, “ବିୟୋରର ପୁତ୍ର ବିଲୀୟମ କହୁଅଛି ଓ ଯାହାର ଚକ୍ଷୁ ପ୍ରସନ୍ନ ହୋଇଅଛି, ସେହି ବ୍ୟକ୍ତି କହୁଅଛି,
Numbers 24:16 in Oriya 16 ଯେ ପରମେଶ୍ୱରଙ୍କ ବାକ୍ୟ ଶୁଣୁଅଛି ଓ ସର୍ବ-ପ୍ରଧାନଙ୍କର ତତ୍ତ୍ୱ ଜାଣୁଅଛି, ଯେ ସର୍ବଶକ୍ତିମାନଙ୍କର ଦର୍ଶନ ପାଉଅଛି, ସେ ତଳେ ପଡ଼ି ଓ ପ୍ରସନ୍ନ ଚକ୍ଷୁ ହୋଇ କହୁଅଛି;
Luke 10:16 in Oriya 16 ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ।
Romans 12:3 in Oriya 3 କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
1 Corinthians 7:25 in Oriya 25 କୁମାରୀମାନଙ୍କ ବିଷୟରେ ମୁଁ ପ୍ରଭୁଙ୍କଠାରୁ କୌଣସି ଆଜ୍ଞା ପାଇ ନାହିଁ; କିନ୍ତୁ ପ୍ରଭୁଙ୍କ ଅନୁଗ୍ରହରେ ବିଶ୍ୱାସପାତ୍ର ହୋଇ ନିଜର ମତ ଦେଉଅଛି।
1 Corinthians 7:40 in Oriya 40 କିନ୍ତୁ ସେ ସେହିପରି ରହିଲେ ଅଧିକ ସୁଖୀ ହେବ, ଏହା ମୋହର ମତ, ଆଉ ମୁଁ ମଧ୍ୟ ଇଶ୍ବରଙ୍କ ଆତ୍ମା ପାଇଅଛି ବୋଲି ମନେ କରେ।
1 Corinthians 8:2 in Oriya 2 ଯଦି କେହି କୌଣସି ବିଷୟରେ ଜ୍ଞାନୀ ବୋଲି ମନେ କରେ, ତେବେ ତାହାର ଯେପରି ଜାଣିବା ଉଚିତ୍, ସେ ଏପର୍ଯ୍ୟନ୍ତ ସେପରି ଜାଣି ନାହିଁ;
1 Corinthians 13:1 in Oriya 1 ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟ କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।
2 Corinthians 10:7 in Oriya 7 ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ।
2 Corinthians 10:12 in Oriya 12 କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ନିଜର ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ନିଜ ଦ୍ୱାରା ନିଜର ପରିମାଣ ଓ ନିଜ ସହିତ ନିଜର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି।
2 Corinthians 11:4 in Oriya 4 କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ।
2 Corinthians 11:12 in Oriya 12 କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥି ନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି।
Galatians 6:8 in Oriya 8 ଯେଣୁ ଯେ ଆପଣା ଶରୀର ଉଦ୍ଦେଶ୍ୟରେ ବୁଣେ, ସେ ଶରୀରରୁ ଉତ୍ପନ୍ନ କ୍ଷୟଣୀୟ ଶସ୍ୟ କାଟିବ; କିନ୍ତୁ ଯେ ଆତ୍ମାଙ୍କ ଉଦ୍ଦେଶ୍ୟରେ ବୁଣେ, ସେ ଆତ୍ମାଙ୍କଠାରୁ ଉତ୍ପନ୍ନ ଅନନ୍ତ ଜୀବନରୂପ ଶସ୍ୟ କାଟିବ।
1 Thessalonians 4:1 in Oriya 1 ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ।
2 Peter 3:2 in Oriya 2 ତୁମ୍ଭେମାନେ ଯେପରି ପବିତ୍ର ଭାବବାଦୀମାନଙ୍କ ଦ୍ୱାରା ପୂର୍ବକାଳରେ ଉକ୍ତ ବାକ୍ୟସବୁ ପୁଣି, ତୁମ୍ଭମାନଙ୍କ ପ୍ରେରିତମାନଙ୍କ ଦ୍ୱାରା କଥିତ ପ୍ରଭୁ ଓ ତ୍ରାଣକର୍ତ୍ତାଙ୍କର ଆଜ୍ଞାଗୁଡ଼ିକ ସ୍ମରଣରେ ରଖ, ଏଥି ନିମନ୍ତେ ଉଭୟ ପତ୍ରରେ ମୁଁ ତୁମ୍ଭମାନଙ୍କୁ ସେହି ସବୁ ସ୍ମରଣ କରାଇ ତୁମ୍ଭମାନଙ୍କ ସରଳ ମନକୁ ଉତ୍ତେଜିତ କରିବାକୁ ଚେଷ୍ଟା କରୁଅଛି।
1 John 4:6 in Oriya 6 କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ; ଯେ ଈଶ୍ୱରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ୱରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।
Jude 1:17 in Oriya 17 କିନ୍ତୁ, ହେ ପ୍ରିୟମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପ୍ରେରିତମାନେ ପୂର୍ବେ ଯେଉଁ ସବୁ କଥା କହିଅଛନ୍ତି, ସେହି ସବୁ ସ୍ମରଣ କର;