1 Corinthians 15:2 in Oriya 2 ଯଦି ତୁମ୍ଭେମାନେ ତାହା ଦୃଢ଼ ଭାବରେ ଧରିଥାଅ, ତେବେ ତାହା ଦ୍ୱାରା ପରିତ୍ରାଣ ପାଉଅଛ, ନୋହିଲେ ତ ତୁମ୍ଭେମାନେ ବ୍ୟର୍ଥରେ ବିଶ୍ୱାସୀ ହୋଇଥିଲ।
Other Translations King James Version (KJV) By which also ye are saved, if ye keep in memory what I preached unto you, unless ye have believed in vain.
American Standard Version (ASV) by which also ye are saved, if ye hold fast the word which I preached unto you, except ye believed in vain.
Bible in Basic English (BBE) By which you have salvation; that is to say, the form in which it was given to you, if it is fixed in your minds, and if your faith in it is not without effect.
Darby English Bible (DBY) by which also ye are saved, (if ye hold fast the word which I announced to you as the glad tidings,) unless indeed ye have believed in vain.
World English Bible (WEB) by which also you are saved, if you hold firmly the word which I preached to you--unless you believed in vain.
Young's Literal Translation (YLT) through which also ye are being saved, in what words I proclaimed good news to you, if ye hold fast, except ye did believe in vain,
Cross Reference Psalm 106:12 in Oriya 12 ସେତେବେଳେ ସେମାନେ ତାହାଙ୍କ ବାକ୍ୟରେ ବିଶ୍ୱାସ କଲେ; ସେମାନେ ତାହାଙ୍କର ପ୍ରଶଂସା ଗାନ କଲେ।
Proverbs 3:1 in Oriya 1 ହେ ମୋହର ପୁତ୍ର, ତୁମ୍ଭେ ମୋହର ବ୍ୟବସ୍ଥା ପାସୋର ନାହିଁ; ମାତ୍ର ତୁମ୍ଭର ହୃଦୟ ମୋହର ଆଜ୍ଞାସବୁ ପାଳନ କରୁ।
Proverbs 4:13 in Oriya 13 ଉପଦେଶ ଦୃଢ଼ କରି ଧର; ତାକୁ ଛାଡ଼ି ଦିଅ ନାହିଁ; ତାକୁ ରଖ; କାରଣ ତାହା ତୁମ୍ଭର ଜୀବନ।
Proverbs 6:20 in Oriya 20 ହେ ମୋହର ପୁତ୍ର, ତୁମ୍ଭେ ଆପଣା ପିତାର ଆଜ୍ଞା ପାଳନ କର, ପୁଣି, ଆପଣା ମାତାର ଆଦେଶ ପରିତ୍ୟାଗ କର ନାହିଁ।
Proverbs 23:23 in Oriya 23 ସତ୍ୟତା କିଣ, ପୁଣି, ତାହା ବିକ ନାହିଁ; ଜ୍ଞାନ, ଉପଦେଶ ଓ ସୁବିବେଚନା କିଣ।
Luke 8:13 in Oriya 13 ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।
John 8:31 in Oriya 31 ଅତଏବ, ଯୀଶୁ ତାହାଙ୍କୁ ବିଶ୍ୱାସ କରିଥିବା ଯିହୂଦୀମାନଙ୍କୁ କହିଲେ, ଯଦି ତୁମ୍ଭେମାନେ ମୋହର ବାକ୍ୟରେ ସ୍ଥିର ହୋଇ ରହିବ, ତେବେ ତୁମ୍ଭେମାନେ ପ୍ରକୃତରେ ମୋହର ଶିଷ୍ୟ,
Acts 2:47 in Oriya 47 ଏବଂ ସମସ୍ତ ଲୋକଙ୍କର ପ୍ରିୟପାତ୍ର ହେଉଥିଲେ ପୁଣି, ପ୍ରଭୁ, ପରିତ୍ରାଣ ପ୍ରାପ୍ତ ହେଉଥିବା ଲୋକଙ୍କୁ ପ୍ରତିଦିନ ମଣ୍ଡଳୀ ସହିତ ସଂଯୁକ୍ତ କରିବାକୁ ଲାଗିଲେ।
Acts 8:13 in Oriya 13 ଆଉ, ଶିମୋନ ନିଜେ ମଧ୍ୟ ବିଶ୍ୱାସ କରି ବାପ୍ତିଜିତ ହେଲା ଓ ଫିଲିପ୍ପଙ୍କ ସାଥେ ସାଥେ ରହିଲା, ଆଉ ନାନା ଲକ୍ଷଣ ଓ ମହା ମହା ଆଶ୍ଚର୍ଯ୍ୟର କାର୍ଯ୍ୟ ଦେଖି ଆଚମ୍ବିତ ହେବାକୁ ଲାଗିଲା।
Romans 1:16 in Oriya 16 କାରଣ ମୁଁ ସୁସମାଚାର ସମ୍ବନ୍ଧରେ ଲଜ୍ଜାବୋଧ କରେ ନାହିଁ, ଯେଣୁ ତାହା ବିଶ୍ୱାସ କରୁଥିବା ପ୍ରତ୍ୟେକଙ୍କ ପକ୍ଷରେ ପରିତ୍ରାଣ ନିମନ୍ତେ ଇଶ୍ବରଙ୍କ ଶକ୍ତି ଅଟେ, ପ୍ରଥମତଃ ଯିହୂଦୀ ପକ୍ଷରେ, ଆଉ ମଧ୍ୟ ଗ୍ରୀକ୍ ପକ୍ଷରେ।
Romans 11:22 in Oriya 22 ଅତଏବ, ଇଶ୍ବରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଇଶ୍ବରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ।
1 Corinthians 1:18 in Oriya 18 କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଇଶ୍ବରଙ୍କ ଶକ୍ତି ଅଟେ।
1 Corinthians 1:21 in Oriya 21 କାରଣ ଇଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ।
1 Corinthians 15:11 in Oriya 11 ଅତଏବ ମୁଁ ହୁଏ, ବା ସେମାନେ ହୁଅନ୍ତୁ, ଏହି ପ୍ରକାରେ ଆମ୍ଭେମାନେ ପ୍ରଚାର କରୁଥାଉ, ଆଉ ଏହି ପ୍ରକାରେ ତୁମ୍ଭେମାନେ ବିଶ୍ୱାସୀ ହୋଇଥାଅ।
1 Corinthians 15:14 in Oriya 14 ଆଉ, ଯଦି ଖ୍ରୀଷ୍ଟ ଉତ୍ଥିତ ହୋଇ ନାହାଁନ୍ତି, ତେବେ ତ ଆମ୍ଭମାନଙ୍କ ପ୍ରଚାର ବୃଥା, ତୁମ୍ଭମାନଙ୍କ ବିଶ୍ୱାସ ମଧ୍ୟ ବୃଥା,
2 Corinthians 2:15 in Oriya 15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଇଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,
2 Corinthians 6:1 in Oriya 1 ଆହୁରି ମଧ୍ୟ ଇଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।
Galatians 3:4 in Oriya 4 ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ ? ତାହା କ'ଣ ପ୍ରକୃତରେ ବୃଥା ?
Ephesians 2:8 in Oriya 8 କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଇଶ୍ବରଙ୍କ ଦାନ,
Colossians 1:23 in Oriya 23 ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।
2 Thessalonians 2:15 in Oriya 15 ଅତଏବ, ହେ ଭାଇମାନେ, ସ୍ଥିର ଥାଅ, ପୁଣି, ଆମ୍ଭମାନଙ୍କ ବାକ୍ୟ କିମ୍ବା ପତ୍ର ଦ୍ୱାରା ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେହି ସବୁ ଧରି ରଖ।
2 Timothy 1:9 in Oriya 9 ସେ ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି ଓ ପବିତ୍ର ଆହ୍ୱାନରେ ଆହ୍ୱାନ କରିଅଛନ୍ତି; ଆମ୍ଭମାନଙ୍କ କର୍ମ ଅନୁସାରେ ସେ ତାହା କରି ନାହାଁନ୍ତି, ମାତ୍ର ତାହାଙ୍କ ନିଜ ଯୋଜନା ଓ ଅନୁଗ୍ରହ ଅନୁସାରେ କରିଅଛନ୍ତି; ସେହି ଅନୁଗ୍ରହ ଜଗତର ସୃଷ୍ଟି ପୂର୍ବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ଦିଆଯାଇଥିଲା,
Hebrews 2:1 in Oriya 1 ଅତଏବ, ଶୁଣାଯାଇଥିବା ବାକ୍ୟ ପ୍ରତି ଅଧିକ ମନୋଯୋଗୀ ହେବା ଆମ୍ଭମାନଙ୍କର ଉଚିତ୍, ନୋହିଲେ କାଳେ ଆମ୍ଭେମାନେ ଲକ୍ଷ୍ୟଭ୍ରଷ୍ଟ ହେବୁ।
Hebrews 3:6 in Oriya 6 କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
Hebrews 3:14 in Oriya 14 କାରଣ ଆରମ୍ଭରେ ଆମ୍ଭମାନଙ୍କର ଯେଉଁ ବିଶ୍ୱାସ ଥିଲା, ତାହା ଯଦି ଶେଷ ପର୍ଯ୍ୟନ୍ତ ଦୃଢ଼ରୂପେ ଧରି ରଖୁ, ତାହାହେଲେ ଖ୍ରୀଷ୍ଟଙ୍କ ସହଭାଗୀ ହୋଇ ରହିବୁ।
Hebrews 4:14 in Oriya 14 ଅତଏବ ସ୍ୱର୍ଗସମୂହ ମଧ୍ୟ ଦେଇ ଗମନ କରିଅଛନ୍ତି ଯେ ଇଶ୍ବରଙ୍କ ପୁତ୍ର ଯୀଶୁ, ସେ ଆମ୍ଭମାନଙ୍କର ପ୍ରଧାନ ମହାଯାଜକ ହେବାରୁ ଆସ, ଆମ୍ଭେମାନେ ଆମ୍ଭମାନଙ୍କ ବିଶ୍ୱାସମତକୁ ଦୃଢ଼ ଭାବରେ ଧାରଣ କରୁ।
Hebrews 10:23 in Oriya 23 ଆମ୍ଭେମାନେ ଯେଉଁ ଭରସା ସ୍ୱୀକାର କରୁଅଛୁ, ତାହା ଅଟଳ ଭାବରେ ଦୃଢ଼ କରି ଧରୁ, କାରଣ ଯେ ପ୍ରତିଜ୍ଞା କରିଅଛନ୍ତି, ସେ ବିଶ୍ୱସ୍ତ;
James 2:14 in Oriya 14 ହେ ମୋହର ଭାଇମାନେ, ଯଦି କେହି ମୋହର ବିଶ୍ୱାସ ଅଛି ବୋଲି କୁହେ, କିନ୍ତୁ ତାହାର କର୍ମ ନ ଥାଏ, ତେବେ ସେଥିରେ କି ଲାଭ ? ଏପରି ବିଶ୍ୱାସ କ'ଣ ତାହାର ପରିତ୍ରାଣ କରି ପାରେ ?
James 2:17 in Oriya 17 ସେହିପରି ମଧ୍ୟ ବିଶ୍ୱାସ, କର୍ମ ବିନା ନିଜେ ମୃତ।
James 2:26 in Oriya 26 କାରଣ ଆତ୍ମା ବିନା ଶରୀର ଯେପରି ମୃତ, ସେହିପରି କର୍ମ ବିନା ବିଶ୍ୱାସ ମଧ୍ୟ ମୃତ।