1 Corinthians 15:24 in Oriya 24 ତତ୍ପରେ ଯୁଗାନ୍ତ ଉପସ୍ଥିତ ହେବ, ସେ ସମୟରେ ସେ ସମସ୍ତ କର୍ତ୍ତାପଣ, ସମସ୍ତ କ୍ଷମତା ଓ ଶକ୍ତି ଲୋପ କଲା ଉତ୍ତାରେ ପିତା ଈଶ୍ୱରଙ୍କୁ ରାଜତ୍ୱ ସମର୍ପଣ କରିବେ।
Other Translations King James Version (KJV) Then cometh the end, when he shall have delivered up the kingdom to God, even the Father; when he shall have put down all rule and all authority and power.
American Standard Version (ASV) Then `cometh' the end, when he shall deliver up the kingdom to God, even the Father; when he shall have abolished all rule and all authority and power.
Bible in Basic English (BBE) Then comes the end, when he will give up the kingdom to God, even the Father; when he will have put an end to all rule and to all authority and power.
Darby English Bible (DBY) Then the end, when he gives up the kingdom to him [who is] God and Father; when he shall have annulled all rule and all authority and power.
World English Bible (WEB) Then the end comes, when he will deliver up the Kingdom to God, even the Father; when he will have abolished all rule and all authority and power.
Young's Literal Translation (YLT) then -- the end, when he may deliver up the reign to God, even the Father, when he may have made useless all rule, and all authority and power --
Cross Reference Isaiah 9:7 in Oriya 7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Daniel 7:14 in Oriya 14 ପୁଣି, ସମୁଦାୟ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ଯେପରି ତାହାଙ୍କର ସେବା କରିବେ, ଏଥିପାଇଁ ତାହାଙ୍କୁ କର୍ତ୍ତୃତ୍ୱ, ମହିମା ଓ ରାଜ୍ୟ ଦତ୍ତ ହେଲା; ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ କର୍ତ୍ତୃତ୍ୱ, ତାହା ଲୁପ୍ତ ହେବ ନାହିଁ, ଆଉ ତାହାଙ୍କର ରାଜ୍ୟ ଅବିନାଶ୍ୟ।
Daniel 7:27 in Oriya 27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।
Daniel 12:4 in Oriya 4 ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।
Daniel 12:9 in Oriya 9 ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।
Daniel 12:13 in Oriya 13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।
Matthew 10:22 in Oriya 22 ଆଉ ମୋହର ନାମ ସକାଶେ ତୁମ୍ଭେମାନେ ସମସ୍ତଙ୍କ ଦ୍ୱାରା ଘୃଣିତ ହେବ, ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
Matthew 11:27 in Oriya 27 ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
Matthew 13:39 in Oriya 39 ଯେଉଁ ଶତ୍ରୁ ତାହା ବୁଣିଲା, ସେ ଶୟତାନ; ଶସ୍ୟ କାଟିବା ସମୟ ଯୁଗାନ୍ତ, ପୁଣି, କଟାଳିସବୁ ଦୂତମାନେ।
Matthew 24:13 in Oriya 13 ମାତ୍ର ଯେ ଶେଷ ପର୍ଯ୍ୟନ୍ତ ଧୈର୍ଯ୍ୟ ଧରି ରହିବ, ସେ ପରିତ୍ରାଣ ପାଇବ।
Matthew 28:18 in Oriya 18 ପୁଣି, ଯୀଶୁ ସେମାନଙ୍କ ନିକଟକୁ ଆସି ଆଳାପ କରି କହିଲେ, ସ୍ୱର୍ଗ ଓ ପୃଥିବୀର ସମସ୍ତ ଅଧିକାର ମୋତେ ଦିଆଯାଇଅଛି।
Luke 10:22 in Oriya 22 ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
John 3:35 in Oriya 35 ପିତା ପୁତ୍ରଙ୍କୁ ପ୍ରେମ କରନ୍ତି, ପୁଣି, ସମସ୍ତ ବିଷୟ ତାହାଙ୍କ ହସ୍ତରେ ଅର୍ପଣ କରିଅଛନ୍ତି।
John 13:3 in Oriya 3 ସେତେବେଳେ, ପିତା ଯେ ତାହାଙ୍କ ହସ୍ତରେ ସମସ୍ତ ବିଷୟ ସମର୍ପଣ କରିଅଛନ୍ତି ଓ ସେ ଯେ ଇଶ୍ବରଙ୍କ ନିକଟରୁ ଆସିଅଛନ୍ତି, ପୁଣି, ଇଶ୍ବରଙ୍କ ନିକଟକୁ ଯାଉଅଛନ୍ତି,
Romans 8:38 in Oriya 38 କାରଣ ମୃତ୍ୟୁ କି ଜୀବନ, ଦୂତ କି କର୍ତ୍ତାପଣ, ବର୍ତ୍ତମାନ କି ଭବିଷ୍ୟତ କି ପରାକ୍ରମ,
1 Timothy 6:15 in Oriya 15 ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,
1 Peter 4:7 in Oriya 7 ମାତ୍ର ସମସ୍ତ ବିଷୟର ଅନ୍ତିମକାଳ ସନ୍ନିକଟ। ଅତଏବ ସୁବୁଦ୍ଧି ହୁଅ, ପୁଣି, ପ୍ରାର୍ଥନା କରିବା ପାଇଁ ଜାଗ୍ରତ ଥାଅ,