1 Corinthians 15:52 in Oriya 52 କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନିରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା।
Other Translations King James Version (KJV) In a moment, in the twinkling of an eye, at the last trump: for the trumpet shall sound, and the dead shall be raised incorruptible, and we shall be changed.
American Standard Version (ASV) in a moment, in the twinkling of an eye, at the last trump: for the trumpet shall sound, and the dead shall be raised incorruptible, and we shall be changed.
Bible in Basic English (BBE) In a second, in the shutting of an eye, at the sound of the last horn: for at that sound the dead will come again, free for ever from the power of death, and we will be changed.
Darby English Bible (DBY) in an instant, in [the] twinkling of an eye, at the last trumpet; for the trumpet shall sound, and the dead shall be raised incorruptible, and *we* shall be changed.
World English Bible (WEB) in a moment, in the twinkling of an eye, at the last trumpet. For the trumpet will sound, and the dead will be raised incorruptible, and we will be changed.
Young's Literal Translation (YLT) in a moment, in the twinkling of an eye, in the last trumpet, for it shall sound, and the dead shall be raised incorruptible, and we -- we shall be changed:
Cross Reference Exodus 19:16 in Oriya 16 ଏଥିଉତ୍ତାରେ ତୃତୀୟ ଦିନର ପ୍ରଭାତ ହୁଅନ୍ତେ, ମେଘ ଗର୍ଜ୍ଜନ ଓ ବିଜୁଳି ଓ ପର୍ବତ ଉପରେ ନିବିଡ଼ ମେଘ ଓ ଅତିଶୟ ଉଚ୍ଚ ସ୍ୱରରେ ତୂରୀଧ୍ୱନି ହେବାକୁ ଲାଗିଲା; ତହିଁରେ ଛାଉଣିସ୍ଥିତ ସମସ୍ତ ଲୋକ କମ୍ପାନ୍ୱିତ ହେଲେ।
Exodus 20:18 in Oriya 18 ସେତେବେଳେ ସମସ୍ତ ଲୋକ ମେଘ ଗର୍ଜ୍ଜନ ଓ ବିଜୁଳି ଓ ତୂରୀଧ୍ୱନି ଓ ଧୂମଯୁକ୍ତ ପର୍ବତ ଦେଖିଲେ; ପୁଣି, ତାହା ଦେଖି ସେମାନେ କମ୍ପିତ ହୋଇ ଦୂରରେ ଠିଆ ହେଲେ।
Exodus 33:5 in Oriya 5 କାରଣ ସଦାପ୍ରଭୁ ମୋଶାଙ୍କୁ କହିଥିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ ଏହି କଥା କୁହ, ତୁମ୍ଭେମାନେ ଶକ୍ତଗ୍ରୀବ ଲୋକ; ଯଦି ଆମ୍ଭେ ଏକ ନିମିଷ ତୁମ୍ଭ ମଧ୍ୟକୁ ଯିବା, ତେବେ ତୁମ୍ଭଙ୍କୁ ସଂହାର କରିବା; ତୁମ୍ଭେ ଏବେ ଆପଣା ଶରୀରରୁ ଆଭରଣ ଦୂର କର, ତହିଁରେ ତୁମ୍ଭ ପ୍ରତି କି କର୍ତ୍ତବ୍ୟ ତାହା ଜାଣିବା।”
Numbers 10:4 in Oriya 4 ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।
Numbers 16:21 in Oriya 21 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଆପଣାମାନଙ୍କୁ ପୃଥକ୍ କର, ତହିଁରେ ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା।”
Numbers 16:45 in Oriya 45 “ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।”
Psalm 73:19 in Oriya 19 ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।
Isaiah 18:3 in Oriya 3 ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।
Isaiah 27:13 in Oriya 13 ଆଉ, ସେହି ଦିନରେ ଏକ ବୃହତ ତୂରୀ ବାଜିବ; ପୁଣି, ଅଶୂର ଦେଶରେ ନଷ୍ଟକଳ୍ପ ଓ ମିସର ଦେଶରେ ତାଡ଼ିତ ଲୋକମାନେ ଆସିବେ; ପୁଣି, ସେମାନେ ଯିରୂଶାଲମର ପବିତ୍ର ପର୍ବତରେ ସଦାପ୍ରଭୁଙ୍କୁ ପ୍ରଣାମ କରିବେ।
Ezekiel 33:3 in Oriya 3 ସେହି ବ୍ୟକ୍ତି ଦେଶ ବିରୁଦ୍ଧରେ ଖଡ଼୍ଗ ଆସିବାର ଦେଖିଲେ, ଯଦି ତୂରୀ ବଜାଏ ଓ ଲୋକମାନଙ୍କୁ ସଚେତନ କରାଏ;
Ezekiel 33:6 in Oriya 6 ମାତ୍ର ସେ ପ୍ରହରୀ ଯଦି ଖଡ଼୍ଗ ଆସିବାର ଦେଖି ତୂରୀ ନ ବଜାଏ, ପୁଣି, ଲୋକମାନେ ସଚେତନ ନ ହୁଅନ୍ତି, ଆଉ ଖଡ଼୍ଗ ଆସି ସେମାନଙ୍କ ମଧ୍ୟରୁ କୌଣସି ଲୋକକୁ ସଂହାର କରେ; ତେବେ ସେ ନିଜ ଅଧର୍ମରେ ସଂହାରିତ ହେଲା, ମାତ୍ର ଆମ୍ଭେ ତାହାର ରକ୍ତର ପରିଶୋଧ ସେହି ପ୍ରହରୀର ହସ୍ତରୁ ନେବା।
Zechariah 9:14 in Oriya 14 ପୁଣି, ସଦାପ୍ରଭୁ ସେମାନଙ୍କୁ ଉର୍ଦ୍ଧ୍ୱରୁ ଦେଖା ଯିବେ ଓ ତାହାଙ୍କର ତୀର ବିଜୁଳି ପରି ବାହାର ହେବ; ଆଉ, ପ୍ରଭୁ ସଦାପ୍ରଭୁ ତୂରୀ ବଜାଇବେ ଓ ଦକ୍ଷିଣ ଦିଗର ଘୂର୍ଣ୍ଣିବାୟୁରେ ଗମନ କରିବେ।
Matthew 24:31 in Oriya 31 ଆଉ, ସେ ମହାତୂରୀଧ୍ୱନି ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।
John 5:25 in Oriya 25 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ୱରଙ୍କର ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ।
John 5:28 in Oriya 28 ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି,
1 Corinthians 15:42 in Oriya 42 ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର। କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ;
1 Corinthians 15:50 in Oriya 50 ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଇଶ୍ବରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ।
1 Thessalonians 4:16 in Oriya 16 କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଇଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ;
2 Peter 3:10 in Oriya 10 ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
Revelation 8:2 in Oriya 2 ତତ୍ପରେ ମୁଁ ଇଶ୍ବରଙ୍କ ସମ୍ମୁଖରେ ଦଣ୍ଡାୟମାନ ସପ୍ତ ଦୂତଙ୍କୁ ଦେଖିଲି, ସେମାନଙ୍କୁ ସପ୍ତ ତୂରୀ ଦିଆ ହେଲା।
Revelation 8:13 in Oriya 13 ପରେ ମୁଁ ଦୃଷ୍ଟିପାତ କଲି, ଆଉ ଆକାଶର ମଧ୍ୟଭାଗରେ ଉଡ଼ୁଥିବା ଗୋଟିଏ ଉତ୍କ୍ରୋଶପକ୍ଷୀ ଉଚ୍ଚସ୍ୱରରେ ଏହା କହୁଥିବା ଶୁଣିଲି, ହାୟ, ହାୟ, ହାୟ, ପୃଥିବୀନିବାସୀମାନେ ସନ୍ତାପର ପାତ୍ର, କାରଣ ଆହୁରି ତିନି ଜଣ ଦୂତ ତୂରୀଧ୍ୱନୀ କରିବାକୁ ଯାଉଅଛନ୍ତି।
Revelation 9:13 in Oriya 13 ଷଷ୍ଠ ଦୂତ ତୂରୀଧ୍ୱନୀ କରନ୍ତେ ମୁଁ ଇଶ୍ବରଙ୍କ ସମ୍ମୁଖସ୍ଥ ସୁବର୍ଣ୍ଣ ବେଦିର ଶୃଙ୍ଗମାନଙ୍କ ମଧ୍ୟରୁ ଗୋଟିଏ ସ୍ୱର ଶୁଣିଲି,