1 Corinthians 16:2 in Oriya 2 ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥି ନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ।
Other Translations King James Version (KJV) Upon the first day of the week let every one of you lay by him in store, as God hath prospered him, that there be no gatherings when I come.
American Standard Version (ASV) Upon the first day of the week let each one of you lay by him in store, as he may prosper, that no collections be made when I come.
Bible in Basic English (BBE) On the first day of the week, let every one of you put by him in store, in measure as he has done well in business, so that it may not be necessary to get money together when I come.
Darby English Bible (DBY) On [the] first of [the] week let each of you put by at home, laying up [in] whatever [degree] he may have prospered, that there may be no collections when I come.
World English Bible (WEB) On the first day of the week, let each one of you save, as he may prosper, that no collections be made when I come.
Young's Literal Translation (YLT) on every first `day' of the week, let each one of you lay by him, treasuring up whatever he may have prospered, that when I may come then collections may not be made;
Cross Reference Genesis 26:12 in Oriya 12 ଏଥିଉତ୍ତାରେ ଇସ୍ହାକ ସେହି ଦେଶରେ କୃଷିକର୍ମ କରି ସେହି ବର୍ଷ ଶହେ ଗୁଣ ଲାଭ କଲେ; ପୁଣି, ସଦାପ୍ରଭୁ ତାଙ୍କୁ ଆଶୀର୍ବାଦ କଲେ।
Genesis 30:27 in Oriya 27 ସେତେବେଳେ ଲାବନ ତାହାକୁ କହିଲା, “ବିନୟ କରୁଅଛି, ତୁମ୍ଭେ ମୋ' ପ୍ରତି ଅନୁଗ୍ରହ କର, କାରଣ ତୁମ୍ଭ ସକାଶୁ ସଦାପ୍ରଭୁ ମୋତେ ଆଶୀର୍ବାଦ କରିଅଛନ୍ତି, ଏହା ମୁଁ ଗଣକତା ଦ୍ୱାରା ଜାଣିଅଛି।
Genesis 30:30 in Oriya 30 କାରଣ, ମୋହର ଆସିବା ପୂର୍ବରେ ତୁମ୍ଭର ଅଳ୍ପ ସମ୍ପତ୍ତି ଥିଲା, ମାତ୍ର ଏବେ ବୃଦ୍ଧି ପାଇ ପ୍ରଚୁର ହୋଇଅଛି; ପୁଣି, ମୁଁ ଯେକୌଣସି ଜାଗାକୁ ତୁମ୍ଭର ମେଷପଲକୁ ଚରାଇବାକୁ ନେଲି ସଦାପ୍ରଭୁ ତୁମ୍ଭର ମଙ୍ଗଳ କରିଅଛନ୍ତି; ମାତ୍ର ମୁଁ ଆପଣା ପରିବାର ନିମନ୍ତେ କେବେ ସଞ୍ଚୟ କରିବି ?”
Genesis 32:10 in Oriya 10 ତୁମ୍ଭେ ଏହି ଦାସ ପ୍ରତି ଯେଉଁ ସମସ୍ତ ଦୟା ଓ ଯେଉଁ ସମସ୍ତ ବିଶ୍ୱସ୍ତତା ପ୍ରକାଶ କରିଅଛ, ମୁଁ ତହିଁର ଅଳ୍ପ ମଧ୍ୟ ପାଇବାର ଯୋଗ୍ୟ ନୁହେଁ; ଯେହେତୁ ମୁଁ ନିଜର ଯଷ୍ଟିମାତ୍ର ଘେନି ଏହି ଯର୍ଦ୍ଦନ ପାର ହୋଇଥିଲି, ମାତ୍ର ଏବେ ମୁଁ ଦୁଇ ଦଳ ହୋଇଅଛି।
Genesis 33:11 in Oriya 11 ଏଣୁ ନିବେଦନ କରୁଅଛି, ଆପଣଙ୍କ ନିକଟକୁ ଆନୀତ ଏହି ଆଶୀର୍ବାଦ ଗ୍ରହଣ କରନ୍ତୁ; କାରଣ ପରମେଶ୍ୱର ମୋତେ ଅନୁଗ୍ରହ କରିଅଛନ୍ତି, ପୁଣି, ମୋହର ସବୁ ଅଛି।” ଏହିରୂପେ ଅତ୍ୟନ୍ତ ଆଗ୍ରହ ସହିତ ପ୍ରାର୍ଥନା କରନ୍ତେ, ଏଷୌ ତାହା ଗ୍ରହଣ କଲା।
Deuteronomy 8:18 in Oriya 18 ମାତ୍ର ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ସ୍ମରଣ କରିବ, କାରଣ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଆପଣାର ଯେଉଁ ନିୟମ ବିଷୟରେ ଶପଥ କରିଥିଲେ, ତାହା ସେ ଆଜି ଦିନ ପରି ସ୍ଥିର କରିବା ପାଇଁ ତୁମ୍ଭକୁ ଐଶ୍ୱର୍ଯ୍ୟ ପାଇବାର ସାମର୍ଥ୍ୟ ଦେଲେ।
Deuteronomy 15:11 in Oriya 11 କାରଣ ଦେଶରୁ ଦରିଦ୍ରମାନେ କେବେ ହେଁ ଲୋପ ପାଇବେ ନାହିଁ; ଏନିମନ୍ତେ ମୁଁ ତୁମ୍ଭକୁ ଆଜ୍ଞା ଦେଇ କହୁଅଛି, ତୁମ୍ଭେ ନିଶ୍ଚୟ ଆପଣା ଦେଶସ୍ଥ ଭାଇ ପ୍ରତି, ଆପଣା ଦୁଃଖୀ ପ୍ରତି ଓ ଆପଣା ଦୀନହୀନ ପ୍ରତି ଆପଣା ହସ୍ତ ମୁକ୍ତ କରିବ।
2 Chronicles 31:10 in Oriya 10 ସାଦୋକ ବଂଶୀୟ ପ୍ରଧାନ ଯାଜକ ଅସରୀୟ ତାଙ୍କୁ ଉତ୍ତର କରି କହିଲା, ଲୋକମାନେ ସଦାପ୍ରଭୁଙ୍କ ଗୃହକୁ ଉପହାର ଆଣିବା ପାଇଁ ଆରମ୍ଭ କରିବା ସମୟଠାରୁ ଆମ୍ଭେମାନେ ଭୋଜନ କରିଅଛୁ ଓ ତୃପ୍ତ ହୋଇଅଛୁ ଓ ପ୍ରଚୁର ଅବଶିଷ୍ଟ ରଖିଅଛୁ; କାରଣ ସଦାପ୍ରଭୁ ଆପଣା ଲୋକମାନଙ୍କୁ ଆଶୀର୍ବାଦ କରିଅଛନ୍ତି; ତେଣୁ ଯାହା ଅବଶିଷ୍ଟ ରହିଅଛି, ତାହା ଏହି ବୃହତ୍ ଦ୍ରବ୍ୟରାଶି।
Haggai 2:16 in Oriya 16 ସେହି ସକଳ ସମୟରେ କେହି କୋଡିଏ ପରିମାଣବିଶିଷ୍ଟ ଶସ୍ୟ ଗଦା ନିକଟକୁ ଆସିଲେ, କେବଳ ତହିଁର ଦଶ ପରିମାଣ ହେଲା; କେହି ଦ୍ରାକ୍ଷାରସ କୁଣ୍ଡରୁ ପଚାଶ ପାତ୍ର ନେବାକୁ ଆସିଲେ, କେବଳ ତହିଁର କୋଡିଏ ପାତ୍ର ହେଲା।
Malachi 3:9 in Oriya 9 ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି।
Mark 12:41 in Oriya 41 ପରେ ସେ ଭଣ୍ଡାର ସମ୍ମୁୁଖରେ ବସି ଲୋକସମୂହ କିପରି ସେଥିରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ସେଥିରେ ବେଶି ପକାଇଲେ;
Mark 14:8 in Oriya 8 ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି।
Luke 16:10 in Oriya 10 ଯେ ଅତି ଅଳ୍ପ ବିଷୟରେ ବିଶ୍ୱସ୍ତ, ସେ ବହୁତ ବିଷୟରେ ମଧ୍ୟ ବିଶ୍ୱସ୍ତ ଅଟେ, ପୁଣି, ଯେ ଅତି ଅଳ୍ପ ବିଷୟରେ ଅବିଶ୍ୱସ୍ତ ସେ ବହୁତ ବିଷୟରେ ମଧ୍ୟ ଅବିଶ୍ୱସ୍ତ।
Luke 24:1 in Oriya 1 ଆଉ ବିଶ୍ରାମବାରରେ ସେମାନେ ବିଧି ଅନୁସାରେ ବିଶ୍ରାମ କଲେ, କିନ୍ତୁ ସପ୍ତାହର ପ୍ରଥମ ଦିନର ଅତି ପ୍ରତ୍ୟୁଷରେ ସେମାନେ ସେମାନଙ୍କ ପ୍ରସ୍ତୁତ ସୁଗନ୍ଧିଦ୍ରବ୍ୟ ଘେନି ସମାଧି ନିକଟକୁ ଗଲେ।
John 20:19 in Oriya 19 ସେହି ଦିନ, ଅର୍ଥାତ୍, ସପ୍ତାହର ପ୍ରଥମ ଦିନ ସନ୍ଧ୍ୟା ସମୟରେ ଯେତେବେଳେ ଶିଷ୍ୟମାନେ ଯେଉଁ ଗୃହରେ ଥିଲେ, ସେଥିର ଦ୍ୱାରଗୁଡ଼ିକ ଯିହୂଦୀମାନଙ୍କ ଭୟରେ ରୁଦ୍ଧ ଥିଲା, ସେତେବେଳେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।
John 20:26 in Oriya 26 ଆଠ ଦିନ ପରେ ତାହାଙ୍କ ଶିଷ୍ୟମାନେ ପୁନର୍ବାର ଭିତରେ ଥିଲେ ଓ ଥୋମା ସେମାନଙ୍କ ସାଙ୍ଗରେ ଥିଲେ। ଦ୍ୱାରସବୁ ରୁଦ୍ଧ ଥିବା ସମୟରେ ଯୀଶୁ ଆସି ମଧ୍ୟସ୍ଥଳରେ ଠିଆ ହୋଇ କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ।
Acts 20:7 in Oriya 7 ଆମ୍ଭେମାନେ ସପ୍ତାହର ପ୍ରଥମ ଦିନରେ ଯେତେବେଳେ ରୁଟି ଭାଙ୍ଗିବାକୁ ଏକତ୍ରିତ ହୋଇଥିଲେ, ପାଉଲ ସେତେବେଳେ ଆରଦିନ ଯିବେ ବୋଲି ଉଦ୍ୟତ ହେଉଥିବାରୁ, ସେମାନଙ୍କୁ ଉପଦେଶ ଦେବାକୁ ଲାଗିଲେ ଓ ମଧ୍ୟରାତ୍ର ଯାଏ ଦୀର୍ଘ ଭାଷଣ ଦେଲେ।
2 Corinthians 8:1 in Oriya 1 ହେ ଭାଇମାନେ, ମାକିଦନିଆର ମଣ୍ଡଳୀସମୂହ ମଧ୍ୟରେ ଇଶ୍ବରଙ୍କ ଦିଆଯାଇଥବା ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ;
2 Corinthians 8:11 in Oriya 11 ଏବେ ସେହି କର୍ମ ମଧ୍ୟ ସମାପ୍ତ କର, ଯେପରି ଇଚ୍ଛା କରିବାରେ ଯେପ୍ରକାର ଆଗ୍ରହଭାବ ଥିଲା, ସେହି ପ୍ରକାରେ ତୁମ୍ଭମାନଙ୍କ ଅବସ୍ଥା ପ୍ରମାଣେ କାର୍ଯ୍ୟ ମଧ୍ୟ ସମାପ୍ତ ହେବ।
2 Corinthians 9:3 in Oriya 3 ତଥାପି ମୁଁ ଭାଇମାନଙ୍କୁ ପଠାଉଅଛି, ଯେପରି ଏ ସମ୍ବନ୍ଧରେ ତୁମ୍ଭମାନଙ୍କ ବିଷୟରେ ଆମ୍ଭମାନଙ୍କ ଦର୍ପ ବ୍ୟର୍ଥ ନ ହୁଏ, ପୁଣି, ମୋହର କଥାନୁସାରେ ତୁମ୍ଭେମାନେ ପ୍ରସ୍ତୁତ ହୁଅ,
Revelation 1:10 in Oriya 10 ମୁଁ ପ୍ରଭୁଙ୍କ ଦିନରେ ଆତ୍ମାଙ୍କ ଦ୍ୱାରା ସମ୍ପୂର୍ଣ୍ଣ ଭାବରେ ଚାଳିତ ହୋଇ ମୋହର ପଶ୍ଚାତରେ ତୂରୀଶବ୍ଦ ପରି ଗୋଟିଏ ମହାସ୍ୱର ଏହା କହୁଥିବା ଶୁଣିଲି,