1 Corinthians 2:6 in Oriya 6 ତଥାପି ଆମ୍ଭେମାନେ ପରିପକ୍ୱ ଲୋକମାନଙ୍କ ମଧ୍ୟରେ ଜ୍ଞାନର କଥା କହୁ, କିନ୍ତୁ ତାହା ଏହି ଯୁଗର ଜ୍ଞାନ ନୁହେଁ କିମ୍ବା ଏହି ଯୁଗର ନଷ୍ଟକଳ୍ପ ନେତାମାନଙ୍କ ଜ୍ଞାନ ନୁହେଁ,
Other Translations King James Version (KJV) Howbeit we speak wisdom among them that are perfect: yet not the wisdom of this world, nor of the princes of this world, that come to nought:
American Standard Version (ASV) We speak wisdom, however, among them that are fullgrown: yet a wisdom not of this world, nor of the rulers of this world, who are coming to nought:
Bible in Basic English (BBE) But still we have wisdom for those who are complete in knowledge, though not the wisdom of this world, and not of the rulers of this world, who are coming to nothing:
Darby English Bible (DBY) But we speak wisdom among the perfect; but wisdom not of this world, nor of the rulers of this world, who come to nought.
World English Bible (WEB) We speak wisdom, however, among those who are full grown; yet a wisdom not of this world, nor of the rulers of this world, who are coming to nothing.
Young's Literal Translation (YLT) And wisdom we speak among the perfect, and wisdom not of this age, nor of the rulers of this age -- of those becoming useless,
Cross Reference Job 1:1 in Oriya 1 ଊଷ ଦେଶରେ ଆୟୁବ ନାମକ ଏକ ବ୍ୟକ୍ତି ଥିଲା; ଆଉ ସେ ସିଦ୍ଧ, ସରଳ, ପରମେଶ୍ୱର-ଭୟକାରୀ ଓ କୁକ୍ରିୟାତ୍ୟାଗୀ ଥିଲା।
Job 12:19 in Oriya 19 ସେ ଯାଜକମାନଙ୍କୁ ଲୁଟିତ କରି ନେଇଯା'ନ୍ତି ଓ ବିକ୍ରମୀମାନଙ୍କୁ ପରାସ୍ତ କରନ୍ତି।
Job 12:21 in Oriya 21 ସେ ଅଧିପତିମାନଙ୍କ ଉପରେ ତୁଚ୍ଛତା ଢାଳନ୍ତି; ଓ ବଳବାନର ପଟୁକା ଫିଟାଇ ପକାନ୍ତି।
Psalm 2:1 in Oriya 1 ଗୋଷ୍ଠୀୟମାନେ କାହିଁକି କଳହ କରନ୍ତି; ଜନବୃନ୍ଦ କାହିଁକି ଅନର୍ଥକ ବିଷୟ ଭାଳନ୍ତି ?
Psalm 33:10 in Oriya 10 ସଦାପ୍ରଭୁ ଗୋଷ୍ଠୀୟମାନଙ୍କର ମନ୍ତ୍ରଣା ବ୍ୟର୍ଥ କରନ୍ତି; ସେ ଜନବୃନ୍ଦର ସଙ୍କଳ୍ପସବୁ ବିଫଳ କରନ୍ତି।
Psalm 37:37 in Oriya 37 ସିଦ୍ଧ ଲୋକକୁ ଲକ୍ଷ୍ୟ କର ଓ ସରଳ ଲୋକକୁ ନିରୀକ୍ଷଣ କର; କାରଣ ଶାନ୍ତିପ୍ରିୟ ଲୋକର ଶେଷ ଫଳ ଅଛି।
Isaiah 19:11 in Oriya 11 ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ ?
Isaiah 40:23 in Oriya 23 ସେ ଭୂପତିମାନଙ୍କୁ ଅକିଞ୍ଚିତ କରନ୍ତି; ସେ ପୃଥିବୀର ବିଚାରକର୍ତ୍ତାମାନଙ୍କୁ ମୂଲ୍ୟହୀନ କରନ୍ତି।
Matthew 5:48 in Oriya 48 ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।
Matthew 13:22 in Oriya 22 ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
Matthew 19:21 in Oriya 21 ଯୀଶୁ ତାହାଙ୍କୁ କହିଲେ, ଯଦି ତୁମ୍ଭେ ସିଦ୍ଧ ହେବାକୁ ଇଚ୍ଛା କର, ତେବେ ଯାଇ ଆପଣାର ସର୍ବସ୍ୱ ବିକ୍ରୟ କରି ଦରିଦ୍ରମାନଙ୍କୁ ଦାନ କର, ଆଉ ତୁମ୍ଭେ ସ୍ୱର୍ଗରେ ଧନ ପାଇବ; ପୁଣି, ଆସି ମୋହର ଅନୁଗମନ କର।
Luke 16:8 in Oriya 8 ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ।
Acts 4:25 in Oriya 25 ତୁମ୍ଭେ ଆପଣା ଦାସ ଆମ୍ଭମାନଙ୍କ ପିତା ଦାଉଦଙ୍କ ମୁଖ ଦେଇ ପବିତ୍ର ଆତ୍ମାଙ୍କ ଦ୍ୱାରା ଏହି କଥା କହିଅଛ, ଅଣଯିହୂଦୀମାନେ କାହିଁକି କଳହ କଲେ, ଆଉ ଲୋକମାନେ କାହିଁକି ଅନର୍ଥକ ବିଷୟ କଳ୍ପନା କଲେ ?
1 Corinthians 1:18 in Oriya 18 କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଇଶ୍ବରଙ୍କ ଶକ୍ତି ଅଟେ।
1 Corinthians 1:28 in Oriya 28 ଏଥିପାଇଁ ଈଶ୍ୱର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖ ବିଷୟସବୁ ମନୋନୀତ କଲେ, ପୁଣି, ବଳବାନ ବିଷୟସବୁକୁ ଲଜ୍ଜା ଦେବା ନିମନ୍ତେ ଈଶ୍ୱର ଜଗତର ଦୁର୍ବଳ ବିଷୟସବୁ ମନୋନୀତ କଲେ,
1 Corinthians 2:1 in Oriya 1 ଅତଏବ, ହେ ଭାଇମାନେ, ଯେତେବେଳେ ମୁଁ ତୁମ୍ଭମାନଙ୍କ ନିକଟକୁ ଯାଇଥିଲି, ସେତେବେଳେ ଇଶ୍ବରଙ୍କ ନିଗୂଢ଼ ତତ୍ତ୍ୱ ବକ୍ତୃତା କିମ୍ବା ଜ୍ଞାନର ଉତ୍କୃଷ୍ଟତା ସହିତ ଯେ ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲି, ତାହା ନୁହେଁ।
1 Corinthians 2:8 in Oriya 8 ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାଁନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;
1 Corinthians 2:13 in Oriya 13 ସେହି ସମସ୍ତ ବିଷୟ ମଧ୍ୟ ଆମ୍ଭେମାନେ ମନୁଷ୍ୟର ଜ୍ଞାନର ଶିକ୍ଷା ଦ୍ୱାରା ବାକ୍ୟରେ କହି ନ ଥାଉ, ମାତ୍ର ଆତ୍ମିକ ବିଷୟସବୁ ଆତ୍ମିକ ବିଷୟ ଦ୍ୱାରା ବୁଝାଇ ଆତ୍ମାଙ୍କ ଦ୍ୱାରା ଶିକ୍ଷିତ ବାକ୍ୟରେ କହିଥାଉ।
1 Corinthians 14:20 in Oriya 20 ହେ ଭାଇମାନେ, ବୁଦ୍ଧିରେ ବାଳକ ପରି ହୁଅ ନାହିଁ, ବରଂ ମନ୍ଦ ବିଷୟରେ ଶିଶୁ ପରି ହୁଅ, କିନ୍ତୁ ବୁଦ୍ଧିରେ ପୂର୍ଣ୍ଣ- ବୟସ୍କ ହୁଅ।
2 Corinthians 1:12 in Oriya 12 ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଇଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
2 Corinthians 13:11 in Oriya 11 ଶେଷରେ, ହେ ଭାଇମାନେ, ଆନନ୍ଦ କର, ସିଦ୍ଧ ହୁଅ, ପରସ୍ପରକୁ ଉତ୍ସାହିତ କର, ଏକମନା ହୁଅ, ଶାନ୍ତିରେ ବାସ କର, ଆଉ ପ୍ରେମ ଓ ଶାନ୍ତିର ଈଶ୍ୱର ତୁମ୍ଭମାନଙ୍କ ସହିତ ରହିବେ।
Ephesians 2:2 in Oriya 2 ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;
Ephesians 4:11 in Oriya 11 ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି,
Philippians 3:12 in Oriya 12 ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧରାଯାଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି।
Colossians 4:12 in Oriya 12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଇଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।
Hebrews 5:14 in Oriya 14 କିନ୍ତୁ ବୃଦ୍ଧ ଲୋକେ, ଅର୍ଥାତ୍, ଯେଉଁମାନେ ଜ୍ଞାନେନ୍ଦ୍ରିୟଗୁଡ଼ିକର ଅଭ୍ୟାସ ଦ୍ୱାରା ଭଲ ମନ୍ଦ ନିରୂପଣ କରିବାକୁ ସକ୍ଷମ, ସେମାନଙ୍କ ନିମନ୍ତେ ଗୁରୁପାକ ଖାଦ୍ୟ ପ୍ରୟୋଜନ।
James 3:2 in Oriya 2 ଯେଣୁ ଆମ୍ଭେମାନେ ସମସ୍ତେ ଅନେକ ବିଷୟରେ ଝୁଣ୍ଟିପଡ଼ୁ। ଯଦି କେହି ବାକ୍ୟରେ ଝୁଣ୍ଟି ନ ପଡ଼େ, ତେବେ ସେ ସିଦ୍ଧ ପୁରୁଷ, ସମସ୍ତ ଶରୀରକୁ ମଧ୍ୟ ବଶରେ ରଖିବାକୁ ସମର୍ଥ।
James 3:15 in Oriya 15 ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଓ ଭୌତିକ ଅଟେ;
1 Peter 5:10 in Oriya 10 ସମସ୍ତ ଅନୁଗ୍ରହର ଆକର ଯେଉଁ ଈଶ୍ୱର ଆପଣା ଅନନ୍ତ ଗୌରବର ସହଭାଗୀ ହେବା ନିମନ୍ତେ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି, ସେ ତୁମ୍ଭମାନଙ୍କ କ୍ଷଣିକ ଦୁଃଖଭୋଗ ଉତ୍ତାରେ ତୁମ୍ଭମାନଙ୍କୁ ସିଦ୍ଧ, ସୁସ୍ଥିର, ସବଳ ଓ ସଂସ୍ଥାପିତ କରିବେ।