1 Corinthians 3:10 in Oriya 10 ମୋତେ ଦିଆଯାଇଥିବା ଇଶ୍ବରଙ୍କ ଅନୁଗ୍ରହ ଅନୁସାରେ ମୁଁ ଜଣେ ବୁଦ୍ଧିମାନ ଗୃହ ନିର୍ମାଣକାରୀ ତୁଲ୍ୟ ଭିତ୍ତିମୂଳ ସ୍ଥାପନ କରିଅଛି, ଅନ୍ୟ ଜଣେ ତାହା ଉପରେ ନିର୍ମାଣ କରୁଅଛି। କିନ୍ତୁ ପ୍ରତ୍ୟେକ ଲୋକ ତାହା ଉପରେ କିପରି ନିର୍ମାଣ କରୁଅଛି, ସେ ସମ୍ବନ୍ଧରେ ସାବଧାନ ହେଉ।
Other Translations King James Version (KJV) According to the grace of God which is given unto me, as a wise masterbuilder, I have laid the foundation, and another buildeth thereon. But let every man take heed how he buildeth thereupon.
American Standard Version (ASV) According to the grace of God which was given unto me, as a wise masterbuilder I laid a foundation; and another buildeth thereon. But let each man take heed how he buildeth thereon.
Bible in Basic English (BBE) In the measure of the grace given to me, I, as a wise master-builder, have put the base in position, and another goes on building on it. But let every man take care what he puts on it.
Darby English Bible (DBY) According to the grace of God which has been given to me, as a wise architect, I have laid the foundation, but another builds upon it. But let each see how he builds upon it.
World English Bible (WEB) According to the grace of God which was given to me, as a wise master builder I laid a foundation, and another builds on it. But let each man be careful how he builds on it.
Young's Literal Translation (YLT) According to the grace of God that was given to me, as a wise master-builder, a foundation I have laid, and another doth build on `it',
Cross Reference 1 Kings 3:9 in Oriya 9 ଏହେତୁ ଯେପରି ଆମ୍ଭେ ଭଲ ଓ ମନ୍ଦର ପ୍ରଭେଦ ଜାଣି ପାରିବୁ, ଏଥିପାଇଁ ତୁମ୍ଭ ଲୋକମାନଙ୍କର ବିଚାର କରିବା ନିମନ୍ତେ ତୁମ୍ଭର ଏହି ଦାସକୁ ଜ୍ଞାନୀ ମନ ଦିଅ; କାରଣ, ତୁମ୍ଭର ଏହି ମହାଗୋଷ୍ଠୀର ବିଚାର କରିବାକୁ କିଏ ସମର୍ଥ ?”
2 Chronicles 2:12 in Oriya 12 ହୂରମ୍ ଆହୁରି କହିଲା, ସ୍ୱର୍ଗ ଓ ପୃଥିବୀର ସୃଷ୍ଟିକର୍ତ୍ତା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, ସେ ସଦାପ୍ରଭୁଙ୍କ ନିମନ୍ତେ ଏକ ଗୃହ ଓ ଆପଣା ରାଜ୍ୟ ନିମନ୍ତେ ଏକ ଗୃହ ନିର୍ମାଣ କରିବା ପାଇଁ ଦାଉଦ ରାଜାଙ୍କୁ ବୁଦ୍ଧି ଓ ବିବେଚନାବିଶିଷ୍ଟ ଏକ ଜ୍ଞାନବାନ୍ ପୁତ୍ର ଦେଇଅଛନ୍ତି।
Ecclesiastes 12:9 in Oriya 9 ଆହୁରି, ଉପଦେଶକ ଜ୍ଞାନବାନ ହେବାରୁ ଲୋକମାନଙ୍କୁ ନିତ୍ୟ ଜ୍ଞାନ ଶିକ୍ଷା ଦେଲେ; ପୁଣି, ସେ ବିବେଚନା ଓ ଅନୁସନ୍ଧାନ କରି ଅନେକ ହିତୋପଦେଶ କ୍ରମ ଅନୁସାରେ ସଜାଡ଼ି ରଖିଲେ।
Daniel 12:3 in Oriya 3 ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।
Zechariah 4:9 in Oriya 9 “ଯିରୁବ୍ବାବିଲଙ୍କ ହସ୍ତ ଏହି ଗୃହର ଭିତ୍ତିମୂଳ ସ୍ଥାପନ କରିଅଛି; ତାଙ୍କ ହସ୍ତ ମଧ୍ୟ ତାହା ସମାପ୍ତ କରିବ; ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭମାନଙ୍କ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।”
Matthew 7:24 in Oriya 24 ଏଣୁ ଯେ କେହି ମୋହର ଏହି ସମସ୍ତ କଥା ଶୁଣେ ଓ ପାଳନ କରେ, ସେ ପଥର ଉପରେ ଘର ତିଆରି କରିବା ଜଣେ ବୁଦ୍ଧିମାନ ଲୋକ ସଦୃଶ ହେବ।
Matthew 24:45 in Oriya 45 ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ ?
Luke 11:35 in Oriya 35 ଅତଏବ ସାବଧାନ, ଯେପରି ତୁମ୍ଭ ଅନ୍ତରରେ ଥିବା ଆଲୋକ ଅନ୍ଧାର ନ ହୁଏ।
Luke 21:8 in Oriya 8 ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।
Acts 18:27 in Oriya 27 ସେ ଆଖାୟା ଦେଶକୁ ଯିବା ପାଇଁ ଇଚ୍ଛା କରିବାରୁ ଭାଇମାନେ ତାହାଙ୍କୁ ଉତ୍ସାହ ଦେଇ ତାହାଙ୍କୁ ଗ୍ରହଣ କରିବା ନିମନ୍ତେ ଶିଷ୍ୟମାନଙ୍କୁ ଲେଖିଲେ। ସେ ସେଠାରେ ଉପସ୍ଥିତ ହୋଇ, ଯେଉଁମାନେ ବିଶ୍ୱାସ କରିଥିଲେ, ଇଶ୍ବରଙ୍କ ଅନୁଗ୍ରହ ଦ୍ୱାରା ସେମାନଙ୍କର ବହୁତ ଉପକାର କଲେ,
Romans 1:5 in Oriya 5 ଆଉ, ଯେଉଁ ଅଣଯିହୂଦୀମାନଙ୍କ ମଧ୍ୟରେ ତୁମ୍ଭେମାନେ ଯୀଶୁ ଖ୍ରୀଷ୍ଟଙ୍କର ପ୍ରେରିତ ହୋଇଅଛ,
Romans 12:3 in Oriya 3 କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
Romans 15:15 in Oriya 15 ତଥାପି ମୋତେ ଇଶ୍ବରଙ୍କ କର୍ତ୍ତୃକ ଦିଆଯାଇଥିବା ଅନୁଗ୍ରହ ହେତୁ ମୁଁ ତୁମ୍ଭମାନଙ୍କୁ ପୁନର୍ବାର ସ୍ମରଣ କରାଇବା ନିମନ୍ତେ କେତେକ ପରିମାଣରେ ଅଧିକ ସାହସ ସହିତ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି।
Romans 15:20 in Oriya 20 ହଁ, ଯେପରି ମୁଁ ଅନ୍ୟ ଲୋକର ମୂଳଦୂଆ ଉପରେ ନ ଗଢ଼େ, ଏଥି ନିମନ୍ତେ ଯେଉଁ ସ୍ଥାନରେ ଖ୍ରୀଷ୍ଟଙ୍କ ନାମ ଉଚ୍ଚାରିତ ହୋଇ ନାହିଁ, ଏପରି ସ୍ଥାନରେ ସୁସମାଚାର ପ୍ରଚାର କରିବା ପାଇଁ ମୁଁ ଲକ୍ଷ୍ୟ କରି ଆସିଅଛି;
1 Corinthians 3:5 in Oriya 5 ଆପଲ୍ଲ କିଏ ? ପାଉଲ ବା କିଏ ? ସେମାନେ ତ ସେବକମାତ୍ର, ଯେଉଁମାନଙ୍କ ଦ୍ୱାରା, ପ୍ରତ୍ୟେକକୁ ପ୍ରଭୁ ଯେପରି ଦେଇଅଛନ୍ତି, ତଦନୁସାରେ ତୁମ୍ଭେମାନେ ବିଶ୍ୱାସ କରିଅଛ।
1 Corinthians 3:11 in Oriya 11 କାରଣ ଯେଉଁ ଭିତ୍ତିମୂଳ ସ୍ଥାପିତ ହୋଇଅଛି, ତାହା ବ୍ୟତୀତ ଅନ୍ୟ ଭିତ୍ତିମୂଳ କେହି ସ୍ଥାପନ କରି ପାରେ ନାହିଁ, ସେହି ଭିତ୍ତିମୂଳ ଯୀଶୁ ଖ୍ରୀଷ୍ଟ।
1 Corinthians 9:2 in Oriya 2 ଯଦ୍ୟପି ମୁଁ ଅନ୍ୟମାନଙ୍କ ନିକଟରେ ଜଣେ ପ୍ରେରିତ ନୁହେଁ, ତଥାପି ତୁମ୍ଭମାନଙ୍କ ନିକଟରେ ଅବଶ୍ୟ ଜଣେ ପ୍ରେରିତ, କାରଣ ପ୍ରଭୁଙ୍କଠାରେ ତୁମ୍ଭେମାନେ ମୋହର ପ୍ରେରିତପଦର ମୁଦ୍ରାଙ୍କ ସ୍ୱରୂପ।
1 Corinthians 15:10 in Oriya 10 କିନ୍ତୁ ମୁଁ ଯାହା ହୋଇଅଛି, ତାହା ଇଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଇଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।
2 Corinthians 10:15 in Oriya 15 ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ୱାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ୱାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ,
2 Corinthians 11:13 in Oriya 13 କାରଣ ଏହିପରି ଲୋକେ ଭଣ୍ଡ ପ୍ରେରିତ ଓ ଶଠ କାର୍ଯ୍ୟକାରୀ, ସେମାନେ ଖ୍ରୀଷ୍ଟଙ୍କ ପ୍ରେରିତମାନଙ୍କ ବେଶ ଧାରଣ କରନ୍ତି।
Ephesians 2:20 in Oriya 20 ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେହି କୋଣର ପ୍ରଧାନ ପ୍ରସ୍ତର;
Ephesians 3:2 in Oriya 2 ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଇଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ,
Colossians 1:29 in Oriya 29 ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋ'ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି।
Colossians 4:17 in Oriya 17 ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ।
1 Timothy 1:11 in Oriya 11 ଏହା ତ ମୋ ନିକଟରେ ସମର୍ପିତ ପରମଧନ୍ୟ ଇଶ୍ବରଙ୍କ ଗୌରବମୟ ସୁସମାଚାରର ଶିକ୍ଷା ଅନୁଯାୟୀ ଅଟେ।
1 Timothy 4:16 in Oriya 16 ଆପଣା ବିଷୟରେ ଓ ଆପଣା ଶିକ୍ଷା ବିଷୟରେ ସତର୍କ ହୁଅ,ଏହି ସମସ୍ତ ବିଷୟରେ ଲାଗି ରୁହ, କାରଣ ତାହା କଲେ ତୁମ୍ଭେ ଆପଣା ପରିତ୍ରାଣ ଓ ତୁମ୍ଭର ଶ୍ରୋତାମାନଙ୍କର ପରିତ୍ରାଣ ମଧ୍ୟ ସାଧନ କରିବ।
2 Timothy 2:15 in Oriya 15 ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଇଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
James 3:1 in Oriya 1 ହେ ମୋହର ଭାଇମାନେ, ତୁମ୍ଭେମାନେ ଅନେକେ ଶିକ୍ଷକ ହୁଅ ନାହିଁ; ଏହା ଜାଣ, ଯେ ଆମ୍ଭେମାନେ ଯିଏ ଶିକ୍ଷା ଦେଉ, ଗୁରୁତର ଦଣ୍ଡ ପାଇବା।
1 Peter 4:11 in Oriya 11 କେହି ଯଦି ପ୍ରଚାର କରେ, ତେବେ ସେ ଇଶ୍ବରଙ୍କ ବାକ୍ୟର ପ୍ରଚାରକ ପରି ପ୍ରଚାର କରୁ; କେହି ଯଦି ସେବା କରେ, ତେବେ ସେ ଈଶ୍ୱରଙ୍କଠାରୁ ଶକ୍ତିପ୍ରାପ୍ତଲୋକ ପରି ସେବା କରୁ, ଯେପରି ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ୱର ଗୌରବାନ୍ୱିତ ହେବେ; ଯୁଗେ ଯୁଗେ ଗୌରବ ଓ ପରାକ୍ରମ ତାହାଙ୍କର। ଆମେନ୍।
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
Revelation 21:14 in Oriya 14 ସେହି ନଗରୀର ପ୍ରାଚୀରର ଦ୍ୱାଦଶ ଭିତ୍ତିମୂଳ, ସେହି ସବୁ ଉପରେ ମେଷଶାବକଙ୍କ ଦ୍ୱାଦଶ ପ୍ରେରିତଙ୍କ ଦ୍ୱାଦଶ ନାମ ଲିଖିତ ଅଛି।
Revelation 21:19 in Oriya 19 ନଗରୀର ପ୍ରାଚୀରର ଭିତ୍ତିମୂଳ ସମସ୍ତ ପ୍ରକାର ବହୁମୂଲ୍ୟ ମଣିରେ ଭୂଷିତ। ପ୍ରଥମ ଭିତ୍ତିମୂଳ ହୀରକର, ଦ୍ୱିତୀୟ ନୀଳକାନ୍ତ ମଣିର, ତୃତୀୟ ବୈଦୂର୍ଯ୍ୟ ମଣିର, ଚତୁର୍ଥ ମରକତ ମଣିର,