1 Corinthians 3:13 in Oriya 13 ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ।
Other Translations King James Version (KJV) Every man's work shall be made manifest: for the day shall declare it, because it shall be revealed by fire; and the fire shall try every man's work of what sort it is.
American Standard Version (ASV) each man's work shall be made manifest: for the day shall declare it, because it is revealed in fire; and the fire itself shall prove each man's work of what sort it is.
Bible in Basic English (BBE) Every man's work will be made clear in that day, because it will be tested by fire; and the fire itself will make clear the quality of every man's work.
Darby English Bible (DBY) the work of each shall be made manifest; for the day shall declare [it], because it is revealed in fire; and the fire shall try the work of each what it is.
World English Bible (WEB) each man's work will be revealed. For the Day will declare it, because it is revealed in fire; and the fire itself will test what sort of work each man's work is.
Young's Literal Translation (YLT) of each the work shall become manifest, for the day shall declare `it', because in fire it is revealed, and the work of each, what kind it is, the fire shall prove;
Cross Reference Isaiah 8:20 in Oriya 20 ବ୍ୟବସ୍ଥା ଓ ପ୍ରମାଣବାକ୍ୟରେ ଅନ୍ଵେଷଣ କର। ଯଦି ସେମାନେ ଏହି ବାକ୍ୟାନୁସାରେ କଥା ନ କହନ୍ତି, ତେବେ ନିଶ୍ଚୟ ସେମାନଙ୍କ ନିମନ୍ତେ ଅରୁଣୋଦୟ ନାହିଁ।
Isaiah 28:17 in Oriya 17 ପୁଣି, ଆମ୍ଭେ ନ୍ୟାୟ ବିଚାରକୁ ପରିମାଣ ରଜ୍ଜୁ ଓ ଧାର୍ମିକତାକୁ ଓଳମ କରିବା; ଆଉ, ଶିଳାବୃଷ୍ଟି ମିଥ୍ୟାରୂପ ଆଶ୍ରୟକୁ ବିନାଶ କରିବ ଓ ଜଳରାଶି ଲୁଚିବା ସ୍ଥାନକୁ ମଗ୍ନ କରିବ।
Jeremiah 23:29 in Oriya 29 ସଦାପ୍ରଭୁ କହନ୍ତି, “ଆମ୍ଭର ବାକ୍ୟ କି ଅଗ୍ନି ସ୍ୱରୂପ ନୁହେଁ ? ଓ ପାଷାଣ ଖଣ୍ଡବିଖଣ୍ଡକାରୀ ହାତୁଡ଼ି ତୁଲ୍ୟ ନୁହେଁ ?”
Ezekiel 13:10 in Oriya 10 ଶାନ୍ତି ନ ଥିଲେ ହେଁ ସେମାନେ ଶାନ୍ତି ଅଛି ବୋଲି କହି ଆମ୍ଭ ଲୋକମାନଙ୍କୁ ଭୁଲାଇ ଅଛନ୍ତି; ଆଉ, କେହି କାନ୍ଥ ନିର୍ମାଣ କଲେ ଦେଖ, ସେମାନେ ଅମିଶ୍ରିତ ମସଲାରେ ତାହା ଲେପନ କରନ୍ତି,”
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
Malachi 3:17 in Oriya 17 ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।”
Luke 2:35 in Oriya 35 ସେଥିପାଇଁ ଏହି ଶିଶୁ ଇସ୍ରାଏଲ ମଧ୍ୟରେ ଅନେକଙ୍କ ପତନ ଓ ଉତ୍ଥାନ ନିମନ୍ତେ ଏବଂ ଯାହା ବିରୁଦ୍ଧରେ କଥା କୁହାଯିବ, ଏପରି ଚିହ୍ନ ହେବା ନିମନ୍ତେ ନିରୂପିତ, ପୁଣି, ତୁମ୍ଭ ନିଜ ପ୍ରାଣକୁ ମଧ୍ୟ ଖଡ଼୍ଗ ବିଦ୍ଧ କରିବ।
Romans 2:5 in Oriya 5 କିନ୍ତୁ ତୁମ୍ଭେ ଆପଣା କଠିନ ଓ ଅପରିବର୍ତ୍ତିତ ହୃଦୟ ଅନୁସାରେ, ଯେଉଁ ଦିନ ଇଶ୍ବରଙ୍କ ନ୍ୟାୟବିଚାର ପ୍ରକାଶ ପାଇବ, ସେହି କ୍ରୋଧର ଦିନରେ ନିଜ ପାଇଁ କ୍ରୋଧ ସଞ୍ଚୟ କରୁଅଛ;
Romans 2:16 in Oriya 16 ଯେଉଁ ଦିନରେ ଈଶ୍ୱର ମୋହର ସୁସମାଚାର ଅନୁସାରେ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ମନୁଷ୍ୟମାନଙ୍କର ଗୁପ୍ତ ବିଷୟଗୁଡ଼ିକ ବିଚାର କରିବେ, ସେହି ଦିନ ଏହା ପ୍ରକାଶ ପାଇବ।
1 Corinthians 1:8 in Oriya 8 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦିବସରେ ଯେପରି ତୁମ୍ଭେମାନେ ଅନିନ୍ଦନୀୟ ହୁଅ, ଏଥିପାଇଁ ସେ ତୁମ୍ଭମାନଙ୍କୁ ଶେଷ ପର୍ଯ୍ୟନ୍ତ ମଧ୍ୟ ସ୍ଥିର ରଖିବେ।
1 Corinthians 3:14 in Oriya 14 ଯେ ଯାହା ନିର୍ମାଣ କରିଅଛି, ତା'ର ସେହି କର୍ମ ଯଦି ରହିବ, ତେବେ ସେ ପୁରସ୍କାର ପାଇବ;
1 Corinthians 4:5 in Oriya 5 ତେଣୁ, ସମୟର ପୂର୍ବେ ପ୍ରଭୁଙ୍କ ନ ଆସିବା ପର୍ଯ୍ୟନ୍ତ କୌଣସି ବିଷୟ ବିଚାର କର ନାହିଁ ସେ ଅନ୍ଧକାରର ଗୁପ୍ତ ବିଷୟଗୁଡ଼ିକ ଆଲୋକରେ ଦେଖାଇବେ, ପୁଣି, ହୃଦୟର ସଂକଳ୍ପସମସ୍ତ ପ୍ରକାଶ କରିବେ ସେତେବେଳେ ପ୍ରତ୍ୟେକ ଜଣ ଈଶ୍ୱରଙ୍କଠାରୁ ପ୍ରଶଂସା ପାଇବ।
2 Thessalonians 1:7 in Oriya 7 ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଇଶ୍ବରଙ୍କ ପକ୍ଷରେ ନ୍ୟାୟର ବିଷୟ;
2 Timothy 1:18 in Oriya 18 (ମହାଦିନରେ ସେ ଯେପରି ପ୍ରଭୁଙ୍କଠାରୁ ଦୟା ପ୍ରାପ୍ତ ହୁଅନ୍ତି, ଏହା ପ୍ରଭୁ ତାହାଙ୍କ ପ୍ରତି ଅନୁଗ୍ରହ କରନ୍ତୁ), ଆଉ ଏଫିସରେ ସେ କିପରି ଅନେକ ସେବା କରିଅଛନ୍ତି, ତାହା ତୁମ୍ଭେ ଉତ୍ତମ ରୂପେ ଜାଣିଅଛ।
2 Timothy 3:9 in Oriya 9 କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ (ଯନ୍ନିସ୍ ଓ ଯମ୍ବ୍ରୀସ୍ ) ଜଣଙ୍କର ମୁର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ।
1 Peter 1:7 in Oriya 7 ଯେପରି ଅଗ୍ନି ଦ୍ୱାରା ପରୀକ୍ଷିତ କ୍ଷୟଣୀୟ ସୁବର୍ଣ୍ଣ ଅପେକ୍ଷା ଅଧିକ ବହୁମୂଲ୍ୟ ଯେ ତୁମ୍ଭମାନଙ୍କର ପରୀକ୍ଷାସିଦ୍ଧ ବିଶ୍ୱାସ, ତାହା ଯୀଶୁଖ୍ରୀଷ୍ଟଙ୍କ ପ୍ରକାଶିତ ହେବା ସମୟରେ ପ୍ରଶଂସା, ଗୌରବ ଓ ସମ୍ଭ୍ରମର କାରଣ ହେବ।
1 Peter 4:12 in Oriya 12 ହେ ପ୍ରିୟମାନେ, ତୁମ୍ଭମାନଙ୍କ ପରୀକ୍ଷା ନିମନ୍ତେ ଯେଉଁ ଦୁଃଖଭୋଗରୂପ ଅଗ୍ନି ଉପସ୍ଥିତ ହୋଇଅଛି, ତାହା ଅଦ୍ଭୁତ ଘଟଣା ବୋଲି ମନେ କରି ଆଶ୍ଚର୍ଯ୍ୟ ଜ୍ଞାନ କର ନାହିଁ;
2 Peter 3:10 in Oriya 10 ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
Revelation 20:12 in Oriya 12 ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।