1 Corinthians 4:6 in Oriya 6 ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହି ସବୁ କଥା ମୋ' ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା' ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ', ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ।
Other Translations King James Version (KJV) And these things, brethren, I have in a figure transferred to myself and to Apollos for your sakes; that ye might learn in us not to think of men above that which is written, that no one of you be puffed up for one against another.
American Standard Version (ASV) Now these things, brethren, I have in a figure transferred to myself and Apollos for your sakes; that in us ye might learn not `to go' beyond the things which are written; that no one of you be puffed up for the one against the other.
Bible in Basic English (BBE) My brothers, it is because of you that I have taken Apollos and myself as examples of these things, so that in us you might see that it is not wise to go farther than what is in the holy Writings, so that no one of you may be lifted up against his brother.
Darby English Bible (DBY) Now these things, brethren, I have transferred, in their application, to myself and Apollos, for your sakes, that ye may learn in us the [lesson of] not [letting your thoughts go] above what is written, that ye may not be puffed up one for [such a] one against another.
World English Bible (WEB) Now these things, brothers, I have in a figure transferred to myself and Apollos for your sakes, that in us you might learn not to think beyond the things which are written, that none of you be puffed up against one another.
Young's Literal Translation (YLT) And these things, brethren, I did transfer to myself and to Apollos because of you, that in us ye may learn not to think above that which hath been written, that ye may not be puffed up one for one against the other,
Cross Reference Numbers 11:28 in Oriya 28 ତହିଁରେ (ନୂନର ପୁତ୍ର ଯିହୋଶୂୟ ନାମକ) ମୋଶାଙ୍କର ଜଣେ ମନୋନୀତ ପରିଚାରକ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ ମୋଶା, ସେମାନଙ୍କୁ ନିଷେଧ କରନ୍ତୁ।”
Job 11:11 in Oriya 11 କାରଣ ସେ ଅସାର ଲୋକଙ୍କୁ ଜାଣନ୍ତି; ସେ ଆଲୋଚନା ନ କରି ହିଁ ଅଧର୍ମ ଦେଖନ୍ତି।
Psalm 8:4 in Oriya 4 ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ ? ଓ ମନୁଷ୍ୟର ସନ୍ତାନ କିଏ ଯେ, ତୁମ୍ଭେ ତାହାର ତତ୍ତ୍ୱାବଧାନ କରୁଅଛ ?
Psalm 146:3 in Oriya 3 ତୁମ୍ଭେମାନେ ଅଧିପତିମାନଙ୍କ ଉପରେ, କିଅବା ଯାହାଠାରେ କୌଣସି ସାହାଯ୍ୟ ନାହିଁ, ଏପରି ମନୁଷ୍ୟ ସନ୍ତାନ ଉପରେ ନିର୍ଭର କର ନାହିଁ।
Isaiah 2:22 in Oriya 22 ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ ?
Jeremiah 17:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।
Matthew 23:8 in Oriya 8 କିନ୍ତୁ ତୁମ୍ଭେମାନେ ଗୁରୁ ବୋଲି ସମ୍ବୋଧିତ ହୁଅ ନାହିଁ, କାରଣ ତୁମ୍ଭମାନଙ୍କର ଗୁରୁ ଜଣେ, ପୁଣି, ତୁମ୍ଭେମାନେ ସମସ୍ତେ ଭାଇ।
John 3:26 in Oriya 26 ଆଉ, ସେମାନେ ଯୋହନଙ୍କ ନିକଟକୁ ଯାଇ ତାଙ୍କୁ କହିଲେ, ହେ ଗୁରୁ, ଯେ ଯର୍ଦନର ଅପର ପାରିରେ ଆପଣଙ୍କ ସହିତ ଥିଲେ, ଯାହାଙ୍କ ସମ୍ବନ୍ଧରେ ଆପଣ ସାକ୍ଷ୍ୟ ଦେଇଅଛନ୍ତି, ଦେଖନ୍ତୁ, ସେ ବାପ୍ତିସ୍ମ ଦେଉଅଛନ୍ତି ଓ ସମସ୍ତେ ତାହାଙ୍କ ନିକଟକୁ ଯାଉଅଛନ୍ତି।
Romans 12:3 in Oriya 3 କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
1 Corinthians 1:12 in Oriya 12 ମୋ' କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହିି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର , ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର।
1 Corinthians 1:19 in Oriya 19 ଯେଣୁ ଏହା ଲେଖା ଅଛି, “ଆମ୍ଭେ ଜ୍ଞାନୀମାନଙ୍କର ଜ୍ଞାନ ନଷ୍ଟ କରିବା, ଆଉ ବୁଦ୍ଧିମାନମାନଙ୍କର ବୁଦ୍ଧି ଅଗ୍ରାହ୍ୟ କରିବା।”
1 Corinthians 1:31 in Oriya 31 ଅତଏବ, ଯେପରି ଲେଖା ଅଛି, “ଯେ ଦର୍ପ କରେ, ସେ ପ୍ରଭୁଙ୍କଠାରେ ଦର୍ପ କରୁ।”
1 Corinthians 3:4 in Oriya 4 ଯେହେତୁ ଯେତେବେଳେ ଜଣେ କୁହେ, ମୁଁ ପାଉଲଙ୍କର, ପୁଣି, ଆଉ ଜଣେ କୁହେ, ମୁଁ ଆପଲ୍ଲଙ୍କର, ସେତେବେଳେ ତୁମ୍ଭେମାନେ କି ଶାରୀରିକ ନୁହଁ ?
1 Corinthians 3:19 in Oriya 19 କାରଣ ଏହି ଜଗତର ଜ୍ଞାନ ଇଶ୍ବରଙ୍କ ନିକଟରେ ମୂର୍ଖତା। ଯେଣୁ ଲେଖା ଅଛି, “ସେ ଜ୍ଞାନୀମାନଙ୍କୁ ସେମାନଙ୍କର ଧୂର୍ତ୍ତତାରେ ଧରନ୍ତି,”
1 Corinthians 3:21 in Oriya 21 ଅତଏବ, କେହି ମନୁଷ୍ୟଠାରେ ଗର୍ବ ନ କରୁ;
1 Corinthians 4:18 in Oriya 18 ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି।
1 Corinthians 5:2 in Oriya 2 ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥି ନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ ?
1 Corinthians 5:6 in Oriya 6 ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ବୋଲି ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ ?
1 Corinthians 8:1 in Oriya 1 ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।
1 Corinthians 9:23 in Oriya 23 ମୁଁ ଯେପରି ସୁସମାଚାରର ଆଶୀର୍ବାଦର ସହଭାଗୀ ହୁଏ, ଏଥିପାଇଁ ମୁଁ ସୁସମାଚାର ନିମନ୍ତେ ସବୁ କରେ।
1 Corinthians 13:4 in Oriya 4 ପ୍ରେମ ଦୀର୍ଘସହିଷ୍ଣୁ ପ୍ରେମ ହିତଜନକ, ଈର୍ଷା କରେ ନାହିଁ, ଆତ୍ମବଡ଼ିମା କରେ ନାହିଁ, ଅହଙ୍କାର କରେ ନାହିଁ,
2 Corinthians 4:15 in Oriya 15 ଯେଣୁ ସମସ୍ତ ବିଷୟ ତୁମ୍ଭମାନଙ୍କ ସକାଶେ ହେଉଅଛି, ସେହିପରି ଅନେକ ଲୋକଙ୍କଠାରେ ଅନୁଗ୍ରହ ଅତ୍ୟଧିକ ବୃଦ୍ଧି ପାଇ ଇଶ୍ବରଙ୍କ ଗୌରବାର୍ଥେ ବହୁଳ ଧନ୍ୟବାଦର କାରଣ ହେଉ।
2 Corinthians 10:7 in Oriya 7 ତୁମ୍ଭେମାନେ ବାହ୍ୟ ବିଷୟସବୁ ଦେଖୁଅଛ। ଯଦି କେହି ଆପଣାକୁ ଖ୍ରୀଷ୍ଟଙ୍କର ବୋଲି ବିଶ୍ୱାସ କରେ, ତେବେ ସେ ଯେପରି ଖ୍ରୀଷ୍ଟଙ୍କର, ଆମ୍ଭେମାନେ ମଧ୍ୟ ଯେ ସେହିପରି ଖ୍ରୀଷ୍ଟଙ୍କର, ଏହା ସେ ପୁଣି, ଆପେ ବିବେଚନା କରୁ।
2 Corinthians 10:12 in Oriya 12 କାରଣ ଯେଉଁମାନେ ଆତ୍ମପ୍ରଶଂସା କରନ୍ତି, ସେମାନଙ୍କ ମଧ୍ୟରୁ କାହାରି କାହାରି ସାଙ୍ଗରେ ନିଜର ଗଣନା ବା ତୁଳନା କରିବାକୁ ଆମ୍ଭେମାନେ ସାହସ କରୁ ନାହୁଁ; କିନ୍ତୁ ସେମାନେ ନିଜେ ନିଜେ ନିଜ ଦ୍ୱାରା ନିଜର ପରିମାଣ ଓ ନିଜ ସହିତ ନିଜର ତୁଳନା କରି ନିର୍ବୋଧତା ପ୍ରକାଶ କରନ୍ତି।
2 Corinthians 10:15 in Oriya 15 ଆମ୍ଭେମାନେ ପରିମାଣ ଅତିକ୍ରମ କରି ଅନ୍ୟର ପରିଶ୍ରମ ବିଷୟରେ ଦର୍ପ କରୁ ନାହୁଁ, ମାତ୍ର ତୁମ୍ଭମାନଙ୍କ ବିଶ୍ୱାସର ବୃଦ୍ଧି ସଙ୍ଗେ ସଙ୍ଗେ ଆମ୍ଭମାନଙ୍କ ପରିମାଣ ଅନୁସାରେ ଆମ୍ଭମାନଙ୍କ କାର୍ଯ୍ୟ ତୁମ୍ଭମାନଙ୍କ ଦ୍ୱାରା ଯେପରି ଅଧିକରୁ ଅଧିକତର ବିସ୍ତାରିତ ହେବ,
2 Corinthians 11:4 in Oriya 4 କାରଣ ଯେଉଁ ଯୀଶୁଙ୍କୁ ଆମ୍ଭେମାନେ ପ୍ରଚାର କଲୁ ନାହିଁ, ଏପରି ଅନ୍ୟ ଯୀଶୁଙ୍କୁ ଯଦି କେହି ଆସି ପ୍ରଚାର କରେ, ବା ଯେଉଁ ଆତ୍ମା ତୁମ୍ଭେମାନେ ପ୍ରାପ୍ତ ହେଲ ନାହିଁ, ଏପରି ଅନ୍ୟ ଏକ ଆତ୍ମା ପ୍ରାପ୍ତ ହୁଅ, ଅବା ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କଲ ନାହିଁ, ଏପରି ଅନ୍ୟ ଏକ ସୁସମାଚାର ପ୍ରାପ୍ତ ହୁଅ, ତାହାହେଲେ ତୁମ୍ଭେମାନେ ତ ବଡ଼ ସହିଷ୍ଣୁ।
2 Corinthians 11:12 in Oriya 12 କିନ୍ତୁ ଦର୍ପର ବିଷୟରେ ଆମ୍ଭମାନଙ୍କ ପରି ଦେଖାଯିବା ନିମନ୍ତେ ଯେଉଁମାନେ ସୁଯୋଗ ଅନ୍ୱେଷଣ କରନ୍ତି, ମୁଁ ଯେପରି ସେମାନଙ୍କୁ ସୁଯୋଗ ନ ଦିଏ, ଏଥି ନିମନ୍ତେ ମୁଁ ଯାହା କରୁଅଛି, ତାହା କରୁଥିବି।
2 Corinthians 12:6 in Oriya 6 ଆଉ ଦର୍ପ କରିବାକୁ ଇଚ୍ଛା କଲେ ହେଁ ମୁଁ ନିର୍ବୋଧ ହେବି ନାହିଁ, ଯେଣୁ ମୁଁ ସତ୍ୟ କହିବି କିନ୍ତୁ କାଳେ କୌଣସି ଲୋକ ମୋତେ ଯେପ୍ରକାର ଦେଖେ କିମ୍ବା ମୋ'ଠାରୁ ଯେପ୍ରକାର ଶୁଣେ, ମୋ' ପ୍ରତି ପ୍ରକାଶିିତ ବିଷୟରେ ଅତ୍ୟଧିକ ଶ୍ରେଷ୍ଠତା ହେତୁ ଯେପରି ମୋ' ବିଷୟରେ ଅଧିକ ବୋଧ ନ କରେ, ଏଥିପାଇଁ ମୁଁ କ୍ଷାନ୍ତ ହୋଇଥାଏ।
2 Corinthians 12:19 in Oriya 19 ଏପର୍ଯ୍ୟନ୍ତ ତୁମ୍ଭେମାନେ ଭାବୁଅଛ ଯେ, ଆମ୍ଭେମାନେ ତୁମ୍ଭମାନଙ୍କ ନିକଟରେ ଦୋଷ କଟାଉଅଛୁ। ଇଶ୍ବରଙ୍କ ସାକ୍ଷାତରେ ଖ୍ରୀଷ୍ଟଙ୍କ ସେବକ ସ୍ୱରୂପେ ଆମ୍ଭେମାନେ କଥା କହୁଅଛୁ। କିନ୍ତୁ ହେ ପ୍ରିୟମାନେ, ସମସ୍ତ ବିଷୟ ତୁମ୍ଭମାନଙ୍କ ନିଷ୍ଠା ନିମନ୍ତେ କହୁଅଛୁ।
Colossians 2:18 in Oriya 18 ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;
1 Thessalonians 1:5 in Oriya 5 ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।
2 Timothy 2:10 in Oriya 10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୖେର୍ଯ୍ୟ ଧରି ସହ୍ୟ କରୁଅଛି।