1 Corinthians 4:8 in Oriya 8 ଇତିମଧ୍ୟରେ ତୁମ୍ଭେମାନେ କ'ଣ ପରିତୃପ୍ତ ହୋଇଗଲଣି ? ଇତିମଧ୍ୟରେ ତୁମ୍ଭେମାନେ କ'ଣ ଧନବାନ ହୋଇଗଲଣି ? ଆମ୍ଭମାନଙ୍କ ବିନା ତୁମ୍ଭେମାନେ କଅଣ ରାଜା ହୋଇଅଛ ? ହଁ, ତୁମ୍ଭେମାନେ ରାଜା ହୋଇଥିଲେ ଭଲ ହୋଇଥାଆନ୍ତା, ଯେପରି ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ସହିତ ରାଜତ୍ୱ କରି ପାରିଥାଆନ୍ତୁ।
Other Translations King James Version (KJV) Now ye are full, now ye are rich, ye have reigned as kings without us: and I would to God ye did reign, that we also might reign with you.
American Standard Version (ASV) Already are ye filled, already ye are become rich, ye have come to reign without us: yea and I would that ye did reign, that we also might reign with you.
Bible in Basic English (BBE) For even now you are full, even now you have wealth, you have been made kings without us: truly, I would be glad if you were kings, so that we might be kings with you.
Darby English Bible (DBY) Already ye are filled; already ye have been enriched; ye have reigned without us; and I would that ye reigned, that *we* also might reign with you.
World English Bible (WEB) You are already filled. You have already become rich. You have come to reign without us. Yes, and I wish that you did reign, that we also might reign with you.
Young's Literal Translation (YLT) Already ye are having been filled, already ye were rich, apart from us ye did reign, and I would also ye did reign, that we also with you may reign together,
Cross Reference Numbers 11:29 in Oriya 29 ତେବେ ମୋଶା କହିଲେ, “ତୁମ୍ଭେ ମୋ' ସକାଶୁ କ'ଣ ଈର୍ଷା କରୁଅଛ ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍-ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ !”
Psalm 122:5 in Oriya 5 କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ ବଂଶର ସିଂହାସନସବୁ ସ୍ଥାପିତ ଅଛି।
Proverbs 13:7 in Oriya 7 କେହି ଆପଣାକୁ ଧନୀ ଦେଖାଏ, କିନ୍ତୁ ତାହାର କିଛି ହିଁ ନାହିଁ; କେହି ବା ଆପଣାକୁ ଦରିଦ୍ର ଦେଖାଏ, କିନ୍ତୁ ତାହାର ମହାଧନ ଅଛି।
Proverbs 25:14 in Oriya 14 ବୃଷ୍ଟିହୀନ ମେଘ ଓ ବାୟୁ ଯେପରି, ଆପଣା ଦାନ ବିଷୟରେ ମିଥ୍ୟା ଦର୍ପକାରୀ ସେପରି।
Isaiah 5:21 in Oriya 21 ଯେଉଁମାନେ ଆପଣା ଆପଣା ଦୃଷ୍ଟିରେ ଜ୍ଞାନବାନ ଓ ଆପଣା ଆପଣା ବୋଧରେ ବୁଦ୍ଧିମାନ, ସେମାନେ ସନ୍ତାପର ପାତ୍ର !
Jeremiah 28:6 in Oriya 6 ଅର୍ଥାତ୍, ଯିରିମୀୟ ଭବିଷ୍ୟଦ୍ବକ୍ତା ଏହା କହିଲେ, “ଆମେନ୍; ସଦାପ୍ରଭୁ ସେପରି କରନ୍ତୁ; ସଦାପ୍ରଭୁଙ୍କ ଗୃହର ପାତ୍ର ଓ ନିର୍ବାସିତ ଲୋକସକଳକୁ ବାବିଲରୁ ପୁନର୍ବାର ଏହି ସ୍ଥାନକୁ ଆଣିବା ପାଇଁ ତୁମ୍ଭେ ଯେଉଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛ, ସଦାପ୍ରଭୁ ତୁମ୍ଭର ସେହି ବାକ୍ୟସବୁ ସିଦ୍ଧ କରନ୍ତୁ।
Luke 1:51 in Oriya 51 ସେ ଆପଣା ବାହୁରେ ପରାକ୍ରମ ପ୍ରକାଶ କରିଅଛନ୍ତି, ଅହଂକାରୀମାନଙ୍କୁ ସେମାନଙ୍କ ହୃଦୟର କଳ୍ପନାରେ ଛିନ୍ନଭିନ୍ନ କରିଅଛନ୍ତି;
Luke 6:25 in Oriya 25 ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ। ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ।
Acts 20:29 in Oriya 29 ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,
Acts 26:29 in Oriya 29 ପାଉଲ କହିଲେ, ଅଳ୍ପରେ ହେଉ କି ବହୁତରେ ହେଉ, କେବଳ ଆପଣ ନୁହଁନ୍ତି, ମାତ୍ର ଯେତେ ଲୋକ ଆଜି ମୋର କଥା ଶୁଣୁଅଛନ୍ତି, ଯେପରି ସେମାନେ ସମସ୍ତେ ସୁଦ୍ଧା ଏହି ବନ୍ଧନ ବିନା ମୋହରି ପରି ହୁଅନ୍ତି, ଏହା ମୁଁ ଇଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁଅଛି।
Romans 12:3 in Oriya 3 କାରଣ ମୋତେ ପ୍ରଦତ୍ତ ଅନୁଗ୍ରହ ଦ୍ୱାରା ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରତ୍ୟେକ ଜଣକୁ କହୁଅଛି, ଆପଣା ବିଷୟରେ ଯେପରି ମନେ କରିବା ଉଚିତ୍, ତାହାଠାରୁ ଆପଣାକୁ ଅଧିକ ବଡ଼ ମନେ ନ କର; କିନ୍ତୁ ଈଶ୍ୱର ଯାହାକୁ ଯେ ପରିମାଣରେ ବିଶ୍ୱାସ ବିତରଣ କରିଅଛନ୍ତି, ସେହି ଅନୁସାରେ ପ୍ରତ୍ୟେକ ଜଣ ସୁବୋଧର ପରି ଆପଣା ବିଷୟରେ ମନେ କର।
Romans 12:15 in Oriya 15 ଯେଉଁମାନେ ଆନନ୍ଦ କରନ୍ତି, ସେମାନଙ୍କ ସହିତ ଆନନ୍ଦ କର; ଯେଉଁମାନେ ରୋଦନ କରନ୍ତି, ସେମାନଙ୍କ ସହିତ ରୋଦନ କର।
1 Corinthians 1:5 in Oriya 5 କାରଣ ତାହାଙ୍କଠାରେ ସମସ୍ତ ବିଷୟରେ, ବିଶେଷତଃ ସମସ୍ତ ପ୍ରକାର ଶିକ୍ଷାଦାନରେ ଓ ସମସ୍ତ ପ୍ରକାର ଜ୍ଞାନରେ ତୁମ୍ଭେମାନେ ଧନବାନ ହୋଇଅଛ;
1 Corinthians 3:1 in Oriya 1 ହେ ଭାଇମାନେ, ମୁଁ ଆତ୍ମିକମନା ଲୋକଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହି ପାରିଲି ନାହିଁ, କିନ୍ତୁ ଶାରୀରିକ ଲୋକମାନଙ୍କୁ ଓ ଖ୍ରୀଷ୍ଟଙ୍କଠାରେ ଶିଶୁମାନଙ୍କୁ କହିଲା ପରି ତୁମ୍ଭମାନଙ୍କୁ କହିଲି।
1 Corinthians 4:18 in Oriya 18 ମୁଁ ତୁମ୍ଭମାନଙ୍କ ନିକଟକୁ ଯିବି ନାହିଁ ବୋଲି ମନେ କରି କେହି କେହି ଗର୍ବରେ ପୂର୍ଣ୍ଣ ହୋଇଅଛନ୍ତି।
1 Corinthians 5:6 in Oriya 6 ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ବୋଲି ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ ?
2 Corinthians 11:1 in Oriya 1 ତୁମ୍ଭେମାନେ ଯଦି ମୋର ଅଳ୍ପ ନିର୍ବୋଧତା ସହ୍ୟ କରନ୍ତ ! ହଁ, ତୁମ୍ଭେମାନେ ତ ମୋ' ପ୍ରତି ସହିଷ୍ଣୁ।
2 Corinthians 13:9 in Oriya 9 ଯେଣୁ ଆମ୍ଭେମାନେ ଯେତେବେଳେ ଦୁର୍ବଳ ଓ ତୁମ୍ଭେମାନେ ସବଳ, ସେତେବେଳେ ଆମ୍ଭେମାନେ ଆନନ୍ଦ କରୁ; ତୁମ୍ଭେମାନେ ଯେପରି ସିଦ୍ଧ ହୁଅ, ଏହା ମଧ୍ୟ ଆମ୍ଭେମାନେ ପ୍ରାର୍ଥନା କରୁ।
Galatians 6:3 in Oriya 3 ଯଦି କୌଣସି ଲୋକ ଅସାର ହେଲେ ହେଁ ଆପଣାକୁ ବଡ଼ ବୋଲି ମନେ କରେ, ତେବେ ସେ ନିଜକୁ ପ୍ରବଞ୍ଚନା କରେ।
Philippians 1:27 in Oriya 27 ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,
Philippians 2:12 in Oriya 12 ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲାପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର,
1 Thessalonians 2:19 in Oriya 19 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କ'ଣ ? ତାହା କି ତୁମ୍ଭେମାନେ ନୁହଁ?
1 Thessalonians 3:6 in Oriya 6 କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି;
2 Timothy 2:11 in Oriya 11 ଏହି ବାକ୍ୟ ବିଶ୍ୱାସଯୋଗ୍ୟ, ଯଦି ତାହାଙ୍କ ସହିତ ମରିଅଛୁ, ତେବେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା;
Revelation 3:17 in Oriya 17 ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;
Revelation 5:10 in Oriya 10 ପୁଣି, ସେମାନଙ୍କୁ ଆମ୍ଭମାନଙ୍କ ଇଶ୍ବରଙ୍କ ଉଦ୍ଦେଶ୍ୟରେ ରାଜ କୂଳ ଓ ଯାଜକ କରିଦେଇଅଛ; ଆଉ ସେମାନେ ପୃଥିବୀ ଉପରେ ରାଜତ୍ୱ କରିବେ।