1 Corinthians 5:1 in Oriya 1 ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୂଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।
Other Translations King James Version (KJV) It is reported commonly that there is fornication among you, and such fornication as is not so much as named among the Gentiles, that one should have his father's wife.
American Standard Version (ASV) It is actually reported that there is fornication among you, and such fornication as is not even among the Gentiles, that one `of you' hath his father's wife.
Bible in Basic English (BBE) It is said, in fact, that there is among you a sin of the flesh, such as is not seen even among the Gentiles, that one of you has his father's wife.
Darby English Bible (DBY) It is universally reported [that there is] fornication among you, and such fornication as [is] not even among the nations, so that one should have his father's wife.
World English Bible (WEB) It is actually reported that there is sexual immorality among you, and such sexual immorality as is not even named among the Gentiles, that one has his father's wife.
Young's Literal Translation (YLT) Whoredom is actually heard of among you, and such whoredom as is not even named among the nations -- as that one hath the wife of the father! --
Cross Reference Genesis 35:22 in Oriya 22 ସେହି ଦେଶରେ ଇସ୍ରାଏଲ ବାସ କରିବା ବେଳେ ରୁବେନ୍ ଯାଇ ଆପଣା ପିତାଙ୍କର ବିଲହା ନାମ୍ନୀ ଉପପତ୍ନୀ ସଙ୍ଗରେ ଶୟନ କଲା, ପୁଣି, ଇସ୍ରାଏଲ ତାହା ଶୁଣିଲେ।
Genesis 37:2 in Oriya 2 ଯାକୁବଙ୍କର ବୃତ୍ତାନ୍ତ ଏହି। ଯୋଷେଫ, ସତର ବର୍ଷ ବୟସ ସମୟରେ, ଆପଣା ଭାଇମାନଙ୍କ ସହିତ ପଶୁପଲ ଚରାଉଥିଲେ; ସେ ଆପଣା ପିତୃଭାର୍ଯ୍ୟା ବିଲ୍ହା ଓ ସିଳ୍ପାର ପୁତ୍ରମାନଙ୍କର ସଙ୍ଗୀ ବାଳକ ଥିଲା; ପୁଣି, ଯୋଷେଫ ସେହି ଭାଇମାନଙ୍କ କୁବ୍ୟବହାରର ବାର୍ତ୍ତା ପିତା ନିକଟକୁ ଆଣୁଥାଏ।
Genesis 49:4 in Oriya 4 ତୁମ୍ଭେ ଉଚ୍ଛଳିତ ଜଳ ତୁଲ୍ୟ, ତୁମ୍ଭର ପ୍ରଧାନତା ରହିବ ନାହିଁ; କାରଣ ତୁମ୍ଭେ ଆପଣା ପିତୃଶଯ୍ୟାକୁ ଗମନ କଲ; ତେବେ ତାହା ଅଶୁଚି କଲ; ସେ ମୋହର ଶଯ୍ୟାକୁ ଗଲା।
Leviticus 18:8 in Oriya 8 ତୁମ୍ଭେ ଆପଣା ପିତୃଭାର୍ଯ୍ୟାର ଆବରଣୀୟ ଅନାବୃତ କରିବ ନାହିଁ; ତାହା ତୁମ୍ଭ ପିତାର ଆବରଣୀୟ ଅଟେ।
Leviticus 20:11 in Oriya 11 ପୁଣି, ଯେଉଁ ଲୋକ ଆପଣା ପିତୃର ଭାର୍ଯ୍ୟା ସହିତ ଶାରୀରିକ ସମ୍ପର୍କ ରଖେ, ସେ ଆପଣା ପିତାର ଆବରଣୀୟ ଅନାବୃତ କରିଅଛି; ସେ ଦୁହେଁ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
Deuteronomy 22:30 in Oriya 30 କୌଣସି ପୁରୁଷ ଆପଣା ପିତୃଭାର୍ଯ୍ୟାକୁ ଗ୍ରହଣ କରିବ ନାହିଁ ଓ ଆପଣା ପିତାର ଅଞ୍ଚଳ ଅନାବୃତ କରିବ ନାହିଁ।
Deuteronomy 27:20 in Oriya 20 “ଯେକେହି ଆପଣା ପିତୃର ଭାର୍ଯ୍ୟା ସଙ୍ଗେ ଶୟନ କରେ, ସେ ଶାପଗ୍ରସ୍ତ ହେଉ।” ଯେହେତୁ ସେ ଆପଣା ପିତାର ଅଧୀକାରକୁ ଅନାବୃତ କଲା। ତହିଁରେ ସମସ୍ତ ଲୋକ କହିବେ, ‘ଆମେନ୍'।
1 Samuel 2:24 in Oriya 24 ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ।
2 Samuel 16:22 in Oriya 22 ଏଉତ୍ତାରେ ଲୋକମାନେ ଅବଶାଲୋମ ନିମନ୍ତେ ଗୃହର ଛାତ ଉପରେ ଏକ ତମ୍ବୁ ପ୍ରସାରିଲେ; ତହୁଁ ଅବଶାଲୋମ ସମସ୍ତ ଇସ୍ରାଏଲ ସାକ୍ଷାତରେ ଆପଣା ପିତାଙ୍କ ଉପପତ୍ନୀମାନଙ୍କ ସହିତ ସହବାସ କଲା।
2 Samuel 20:3 in Oriya 3 ଏଉତ୍ତାରେ ଦାଉଦ ଯିରୂଶାଲମର ଆପଣା ପ୍ରାସାଦକୁ ଆସିଲେ; ପୁଣି ରାଜା ଆପଣାର ଯେଉଁ ଦଶ ଉପପତ୍ନୀଙ୍କୁ ପ୍ରାସାଦ ଜଗିବାକୁ ଛାଡ଼ି ଯାଇଥିଲେ, ସେମାନଙ୍କୁ ପ୍ରହରୀ-ଗୃହରେ ରଖି ଖାଦ୍ୟ ଯୋଗାଇଲେ, ମାତ୍ର ସେମାନଙ୍କ ସହିତ ସହବାସ କଲେ ନାହିଁ। ଏଣୁ ସେମାନେ ମରଣ ଦିନ ପର୍ଯ୍ୟନ୍ତ ରୁଦ୍ଧ ହୋଇ ବିଧବା ପରି ରହିଲେ।
1 Chronicles 5:1 in Oriya 1 ଇସ୍ରାଏଲର ପ୍ରଥମଜାତ ରୁବେନ୍ର ସନ୍ତାନଗଣର କଥା, ରୁବେନ୍ ପ୍ରଥମଜାତ ଥିଲା; ମାତ୍ର ସେ ଆପଣା ପିତୃଶଯ୍ୟା ଅଶୁଚି କରିବାରୁ ତାହାର ଜ୍ୟେଷ୍ଠାଧିକାର ଇସ୍ରାଏଲର ପୁତ୍ର ଯୋଷେଫର ପୁତ୍ରମାନଙ୍କୁ ଦିଆଯାଇଥିଲା; ତଥାପି ଜ୍ୟେଷ୍ଠାଧିକାରାନୁସାରେ ବଂଶାବଳୀ ଲେଖା ହୁଏ ନାହିଁ।
Jeremiah 2:33 in Oriya 33 ତୁମ୍ଭେ ପ୍ରେମର ଚେଷ୍ଟାରେ କିପରି ଆପଣା ପଥ ସଜାଡ଼ୁଅଛ ! ଏହି କାରଣରୁ ଦୁଷ୍ଟା ସ୍ତ୍ରୀମାନଙ୍କୁ ହିଁ ତୁମ୍ଭେ ଆପଣା ପଥ ଶିଖାଇଅଛ।
Ezekiel 16:47 in Oriya 47 ତଥାପି ତୁମ୍ଭେ ସେମାନଙ୍କ ପଥରେ ଗମନ କରି ନାହଁ, କିଅବା ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ କର୍ମ କରି ନାହଁ; ମାତ୍ର ତାହା ଅତି କ୍ଷୁଦ୍ର ଥିଲା ପରି ମନେକରି, ତୁମ୍ଭେ ଆପଣାର ସମସ୍ତ ଆଚାର ବ୍ୟବହାରରେ ସେମାନଙ୍କ ଅପେକ୍ଷା ଅଧିକ ଭ୍ରଷ୍ଟା ହୋଇଅଛ।
Ezekiel 16:51 in Oriya 51 ପୁଣି, ଶମରୀୟା ତୁମ୍ଭ ପାପର ଅର୍ଦ୍ଧେକ ପାପ କରି ନାହିଁ; ମାତ୍ର ତୁମ୍ଭେ ସେମାନଙ୍କ ଅପେକ୍ଷା ଆପଣା ଘୃଣାଯୋଗ୍ୟ କ୍ରିୟା ଅଧିକ ବଢ଼ାଇଅଛ ଓ ଆପଣାର କୃତ ସକଳ ଘୃଣାଯୋଗ୍ୟ କ୍ରିୟା ଦ୍ୱାରା ତୁମ୍ଭେ ଆପଣା ଭଗିନୀଗଣକୁ ଧାର୍ମିକ ପରି କରିଅଛ।
Ezekiel 22:10 in Oriya 10 ତୁମ୍ଭ ମଧ୍ୟରେ ଲୋକମାନେ ଆପଣା ଆପଣା ପିତାର ଆବରଣୀୟ ଅନାବୃତ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଋତୁ ସମୟରେ ଅଶୁଚି ଥିବା ସ୍ତ୍ରୀକୁ ବଳାତ୍କାର କରିଅଛନ୍ତି।
Amos 2:7 in Oriya 7 ସେମାନେ ଦରିଦ୍ରର ମସ୍ତକରେ ଧୂଳିର ଆକାଂକ୍ଷା କରନ୍ତି ଓ ନମ୍ର ଲୋକମାନଙ୍କର ମାର୍ଗ ବକ୍ର କରନ୍ତି; ପୁଣି, ଆମ୍ଭର ପବିତ୍ର ନାମ ଅପବିତ୍ର କରିବା ପାଇଁ ଜଣେ ପୁରୁଷ ଓ ତାହାର ପିତା ଏକ ଯୁବତୀଠାରେ ଗମନ କରନ୍ତି;
Acts 15:20 in Oriya 20 କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ପରଦାର, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।
Acts 15:29 in Oriya 29 ଏହି ସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।
1 Corinthians 1:11 in Oriya 11 କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ବନ୍ଧରେ ମୋ' ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି।
1 Corinthians 5:11 in Oriya 11 କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରିଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
1 Corinthians 6:13 in Oriya 13 ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
1 Corinthians 6:18 in Oriya 18 ବ୍ୟଭିଚାରଠାରୁ ପଳାୟନ କର। ମନୁଷ୍ୟ ଅନ୍ୟ ଯେକୌଣସି ପାପ କରେ, ତାହା ଶରୀରର ବହିର୍ଭୂତ; କିନ୍ତୁ ଯେ ବ୍ୟଭିଚାର କରେ, ସେ ଆପଣା ନିଜ ଶରୀର ବିରୁଦ୍ଧରେ ପାପ କରେ।
2 Corinthians 7:12 in Oriya 12 ଏଣୁ ଯଦ୍ୟପି ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି,ତଥାପି ଯେ ଅନ୍ୟାୟ କରିଅଛି, ବା ଯେ ଅନ୍ୟାୟ ସହିଅଛି, ତାହା ନିମନ୍ତେ ଯେ ଲେଖିଲି, ତାହା ନୁହେଁ, ମାତ୍ର ଆମ୍ଭମାନଙ୍କ ନିମନ୍ତେ ତୁମ୍ଭମାନଙ୍କ ଆଗ୍ରହ ଯେପରି ଇଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ମଧ୍ୟରେ ପ୍ରକାଶିତ ହୁଏ, ସେଥିନିମନ୍ତେ ଲେଖିଲି। ଅତଏବ, ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ।
2 Corinthians 12:21 in Oriya 21 କାଳେ ମୁଁ ପୁନର୍ବାର ଉପସ୍ଥିତ ହେଲେ ମୋହର ଈଶ୍ୱର ତୁମ୍ଭମାନଙ୍କ ସମ୍ବନ୍ଧରେ ମୋତେ ପୁନର୍ବାର ଅବନତ କରନ୍ତି, ପୁଣି, ଯେଉଁମାନେ ପୂର୍ବରେ ପାପ କରିଅଛନ୍ତି, ଆଉ ଆପଣା ଆପଣା କୃତ ଅଶୁଚିତା, ବ୍ୟଭିଚାର ଓ କାମୁକତା ସକାଶେ ଅନୁତାପ କରି ନାହାଁନ୍ତି, ଏପରି ଅନେକ ଲୋକଙ୍କ ନିିମନ୍ତେ ମୁଁ ଶୋକ କରେ।
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Ephesians 5:3 in Oriya 3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
Colossians 3:5 in Oriya 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
1 Thessalonians 4:7 in Oriya 7 କାରଣ ଈଶ୍ୱର ଆମ୍ଭମାନଙ୍କୁ ଅଶୁଚିତାରେ ଜୀବନ ଯାପନ କରିବା ନିମନ୍ତେ ଆହ୍ୱାନ ନ କରି ପବିତ୍ର ହେବା ନିମନ୍ତେ ଆହ୍ୱାନ କରିଅଛନ୍ତି।
Revelation 2:21 in Oriya 21 ଆମ୍ଭେ ତାହାକୁ ମନପରିବର୍ତ୍ତନ କରିବାକୁ ସମୟ ଦେଲେ ହେଁ ସେ ଆପଣା ବେଶ୍ୟାବୃତ୍ତିରୁ ମନପରିବର୍ତ୍ତନ କରିବାକୁ ଇଚ୍ଛୁକ ହେଉ ନାହିଁ।
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।