1 Corinthians 5:11 in Oriya 11 କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରିଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।
Other Translations King James Version (KJV) But now I have written unto you not to keep company, if any man that is called a brother be a fornicator, or covetous, or an idolater, or a railer, or a drunkard, or an extortioner; with such an one no not to eat.
American Standard Version (ASV) but as it is, I wrote unto you not to keep company, if any man that is named a brother be a fornicator, or covetous, or an idolater, or a reviler, or a drunkard, or an extortioner; with such a one no, not to eat.
Bible in Basic English (BBE) But the sense of my letter was that if a brother had the name of being one who went after the desires of the flesh, or had the desire for other people's property, or was in the way of using violent language, or being the worse for drink, or took by force what was not his, you might not keep company with such a one, or take food with him.
Darby English Bible (DBY) But now I have written to you, if any one called brother be fornicator, or avaricious, or idolater, or abusive, or a drunkard, or rapacious, not to mix with [him]; with such a one not even to eat.
World English Bible (WEB) But as it is, I wrote to you not to associate with anyone who is called a brother who is a sexual sinner, or covetous, or an idolater, or a slanderer, or a drunkard, or an extortioner. Don't even eat with such a person.
Young's Literal Translation (YLT) and now, I did write to you not to keep company with `him', if any one, being named a brother, may be a whoremonger, or covetous, or an idolater, or a railer, or a drunkard, or an extortioner -- with such a one not even to eat together;
Cross Reference Psalm 10:3 in Oriya 3 କାରଣ ଦୁଷ୍ଟ ଆପଣା ମନୋବାଞ୍ଛା ବିଷୟରେ ଦର୍ପ କରେ; ଆଉ, ଲୋଭୀ ସଦାପ୍ରଭୁଙ୍କୁ ତ୍ୟାଗ କରେ, ମଧ୍ୟ ତାହାଙ୍କୁ ଅବଜ୍ଞା କରେ।
Psalm 50:16 in Oriya 16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ?
Psalm 101:5 in Oriya 5 ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।
Ezekiel 22:12 in Oriya 12 ତୁମ୍ଭ ମଧ୍ୟରେ ଲୋକମାନେ ରକ୍ତପାତ କରିବା ପାଇଁ ଲାଞ୍ଚ ନେଇ ଅଛନ୍ତି; ତୁମ୍ଭେ ସୁଧ ଓ ବୃଦ୍ଧି ଗ୍ରହଣ କରିଅଛ, ଆଉ ତୁମ୍ଭେ ଲୋଭରେ ଉପଦ୍ରବ କରି ଆପଣା ପ୍ରତିବାସୀଠାରୁ ଲାଭ ନେଇଅଛ,” ପୁଣି, ଆମ୍ଭକୁ ପାସୋରିଅଛ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Matthew 18:17 in Oriya 17 ତଥାପି ଯଦି ସେ ସେମାନଙ୍କ କଥା ନ ମାନେ, ତେବେ ମଣ୍ଡଳୀକୁ କୁହ, ଓ ସେ ମଣ୍ଡଳୀ କଥା ମଧ୍ୟ ନ ମାନେ, ତେବେ ସେ ତୁମ୍ଭ ଦୃଷ୍ଟିରେ ଅଣଯିହୂଦୀ ଓ କରଗ୍ରାହୀ ପରି ହେଉ।
Matthew 23:25 in Oriya 25 ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଗିନା ଓ ଥାଳିର ବାହାର ସଫା କରୁଥାଅ, ମାତ୍ର ଭିତରେ ସେଗୁଡ଼ାକ ଲୁଣ୍ଠନକର୍ମ ଓ ଇନ୍ଦ୍ରିୟସେବାରେ ପରିପୂର୍ଣ୍ଣ।
Matthew 24:49 in Oriya 49 ଆପଣା ସହଦାସମାନଙ୍କୁ ପ୍ରହାର କରିବାକୁ ଲାଗେ, ଆଉ ମଦୁଆମାନଙ୍କ ସହିତ ଭୋଜନପାନ କରେ,
Mark 7:21 in Oriya 21 କାରଣ ଭିତରୁ, ମନୁଷ୍ୟର ହୃଦୟରୁ, କୁଚିନ୍ତା ବାହାରେ
Luke 12:15 in Oriya 15 ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।
Luke 12:45 in Oriya 45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
Luke 18:11 in Oriya 11 ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ହେ ଈଶ୍ୱର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କର ଆଦାୟକାରୀ ପରି ସୁଦ୍ଧା ନୁହେଁ;
Luke 21:34 in Oriya 34 କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
Acts 9:17 in Oriya 17 ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ,ଏଥି ନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି।
Romans 13:13 in Oriya 13 ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
Romans 16:17 in Oriya 17 ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;
1 Corinthians 5:1 in Oriya 1 ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୂଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।
1 Corinthians 5:13 in Oriya 13 କିନ୍ତୁ ଯେଉଁମାନେ ବାହାରେ ଅଛନ୍ତି, ସେମାନଙ୍କ ବିଚାର ଈଶ୍ୱର କରିବେ। ସେହି ଦୁଷ୍ଟ ଲୋକକୁ ତୁମ୍ଭମାନଙ୍କ ମଧ୍ୟରୁ ବାହାର କରିଦିଅ।
1 Corinthians 6:6 in Oriya 6 ମାତ୍ର ଜଣେ ବିଶ୍ବାସୀ ଅନ୍ୟ ବିଶ୍ବାସୀ ବିରୁଦ୍ଧରେ ବିଚାରାଳୟରେ ଅଭିଯୋଗ କରେ, ତାହା ପୁଣି, ଅବିଶ୍ୱାସୀମାନଙ୍କ ନିକଟରେ !
1 Corinthians 6:10 in Oriya 10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
1 Corinthians 7:12 in Oriya 12 କିନ୍ତୁ ଅନ୍ୟ ସମସ୍ତଙ୍କୁ ମୁଁ କହେ (ପ୍ରଭୁ କହନ୍ତି ନାହିଁ), ଯଦି କୌଣସି ଭାଇର ଅବିଶ୍ୱାସିନୀ ଭାର୍ଯ୍ୟା ଥାଏ, ଆଉ ସେ ତା'ର ସହିତ ବାସ କରିବାକୁ ସମ୍ମତ ହୁଏ, ତାହାହେଲେ ସେ ତାକୁ ପରିତ୍ୟାଗ ନ କରୁ।
1 Corinthians 7:15 in Oriya 15 ତଥାପି ଯଦି ଅବିଶ୍ୱାସୀ ପୃଥକ ହେବାକୁ ଇଚ୍ଛା କରେ, ତେବେ ସେ ପୃଥକ୍ ହେଉ; ଏପରି ସ୍ଥଳେ ସେହି ଭାଇ ବା ଭଉଣୀ ଆବଦ୍ଧ ନୁହଁନ୍ତି; ଈଶ୍ୱର ତୁମ୍ଭମାନଙ୍କୁ ଶାନ୍ତିରେ ଆଚରଣ କରିବାକୁ ଆହ୍ୱାନ କରିଅଛନ୍ତି।
1 Corinthians 8:11 in Oriya 11 ଏଣୁ ଯେଉଁ ଦୁର୍ବଳ ଭ୍ରାତା ନିମନ୍ତେ ଖ୍ରୀଷ୍ଟ ମୃତ୍ୟୁଭୋଗ କଲେ, ସେ ତୁମ୍ଭ ଜ୍ଞାନ ଦ୍ୱାରା ନଷ୍ଟ ହେଉଅଛି।
1 Corinthians 10:7 in Oriya 7 ଯେପରି ସେମାନଙ୍କ ମଧ୍ୟରେ କେତେକ ପ୍ରତିମାପୂଜକ ହେଲେ, ସେପରି ତୁମ୍ଭେମାନେ ପ୍ରତିମାପୂଜକ ହୁଅ ନାହିଁ; ଯେପରି ଲେଖା ଅଛି, “ଲୋକମାନେ ଭୋଜନପାନ କରିବାକୁ ବସିଲେ, ଆଉ ନୃତ୍ୟ କରିବାକୁ ଉଠିଲେ।”
1 Corinthians 10:14 in Oriya 14 ଅତଏବ, ହେ ମୋହର ପ୍ରିୟମାନେ, ପ୍ରତିମା ପୂଜାରୁ ପଳାୟନ କର।
1 Corinthians 10:18 in Oriya 18 ଶାରୀରିକ ଜନ୍ମାନୁସାରେ ଯେଉଁମାନେ ଇସ୍ରାଏଲ ଲୋକ, ସେମାନଙ୍କୁ ଦେଖ; ଯେଉଁମାନେ ବଳିମାଂସ ଭୋଜନ କରନ୍ତି, ସେମାନେ କି ବେଦିର ସହଭାଗୀ ନୁହଁନ୍ତି ?
1 Corinthians 11:21 in Oriya 21 କାରଣ ଭୋଜନ ସମୟରେ ପ୍ରତ୍ୟେକ ଜଣ ଅନ୍ୟର ଅପେକ୍ଷା ନ କରି ଆପଣା ଆହାର ଭୋଜନ କରେ, ସେଥିପାଇଁ ଜଣେ କ୍ଷୁଧାରେ ରହେ ଓ ଅନ୍ୟ ଜଣେ ମାତାଲ ହୁଏ।
2 Corinthians 12:20 in Oriya 20 କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;
Galatians 2:12 in Oriya 12 ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ଅଣଯିହୂଦୀ ବିଶ୍ୱାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ୱାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ୍ ରଖିଲେ।
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Ephesians 5:5 in Oriya 5 କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ଦେବପୂଜକ -ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ୱରଙ୍କର ରାଜ୍ୟରେ ଅଧିକାର ନାହିଁ।
Ephesians 5:18 in Oriya 18 ଆଉ ଦ୍ରାକ୍ଷାରସରେ ମତ୍ତ ନ ହୁଅ, ସେଥିରୁ ତ ଅତ୍ୟାଚାର ଜନ୍ମେ, ମାତ୍ର ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା ପରସ୍ପରକୁ ଉତ୍ସାହ ଦିଅ,
Colossians 3:5 in Oriya 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
1 Thessalonians 4:3 in Oriya 3 କାରଣ ତୁମ୍ଭେମାନେ ଯେପରି ପବିତ୍ର ହୁଅ, ଏହା ହିଁ ଇଶ୍ବରଙ୍କ ଇଚ୍ଛା, ଅର୍ଥାତ୍, ତୁମ୍ଭେମାନେ ଯେପରି ବ୍ୟଭିଚାରରୁ ପୃଥକ୍ ରୁହ,
1 Thessalonians 5:7 in Oriya 7 ଯେଣୁ ଯେଉଁମାନେ ନିଦ୍ରା ଯାଆନ୍ତି, ଆଉ ଯେଉଁମାନେ ମାତାଲ ହୁଅନ୍ତି, ସେମାନେ ରାତ୍ରିରେ ମାତାଲ ହୁଅନ୍ତି।
2 Thessalonians 3:6 in Oriya 6 ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଆମ୍ଭେମାନେ ତୁମ୍ଭମାନଙ୍କୁ ଏହି ଆଜ୍ଞା ଦେଉଅଛୁ, ଯେକୌଣସି ଭାଇ ଆମ୍ଭମାନଙ୍କଠାରୁ ପାଇଥିବା ଶିକ୍ଷା ଅନୁସାରେ ଆଚରଣ ନ କରି ଆଳସ୍ୟରେ ଜୀବନ କାଟେ, ତାହାଠାରୁ ଆପଣା ଆପଣାକୁ ଅଲଗା କର।
2 Thessalonians 3:14 in Oriya 14 ଆଉ ଯେବେ କେହି ଏହି ପତ୍ରରେ ଲେଖାଯାଇଥିବା ଆମ୍ଭମାନଙ୍କ କଥା ନ ମାନେ, ତେବେ ସେହି ଲୋକକୁ ଚିହ୍ନି ରଖ, ପୁଣି, ସେ ଯେପରି ଲଜ୍ଜିତ ହୁଏ, ଏଥି ନିମନ୍ତେ ତାହା ସହିତ ସମ୍ପର୍କ ରଖ ନାହିଁ;
1 Timothy 3:3 in Oriya 3 ମଦ୍ୟପାୟୀ କି ବିବାଦପ୍ରିୟ ନ ହୋଇ ବରଂ ମୃଦୁଶୀଳ, ନିର୍ବିରୋଧ ଓ ନିର୍ଲୋଭ ହେବେ,
1 Timothy 6:5 in Oriya 5 ପୁଣି, ଯେଉଁମାନେ ଈଶ୍ୱରପରାୟଣତାକୁ ଲାଭର ଉପାୟ ବୋଲି ମନେ କରନ୍ତି, ଏପରି ଭ୍ରଷ୍ଟମନା ଓ ସତ୍ୟବର୍ଜିତ ଲୋକମାନଙ୍କର ସର୍ବଦା ବିରୋଧ ଜନ୍ମେ।
1 Timothy 6:9 in Oriya 9 ମାତ୍ର ଯେଉଁମାନେ ଧନୀ ହେବାକୁ ଇଚ୍ଛା କରନ୍ତି, ସେମାନେ ପରୀକ୍ଷା ଓ ଫାନ୍ଦରେ, ପୁଣି, ଅନେକ ପ୍ରକାର ଭୁଲ୍ ଓ କ୍ଷତିଜନକ ଅଭିଳାଷରେ ପଡ଼ନ୍ତି, ଏହି ସବୁ ମନୁଷ୍ୟକୁ ଧ୍ୱଂସ ଓ ବିନାଶରୂପ ସାଗରରେ ବୁଡ଼ାଇ ଦିଏ।
2 Peter 2:14 in Oriya 14 ସେମାନଙ୍କର ଚକ୍ଷୁ ବ୍ୟଭିଚାରିଣୀ ସ୍ତ୍ରୀରେ ପରିପୂର୍ଣ୍ଣ ହୋଇ ପାପରୁ କ୍ଷାନ୍ତ ହୁଏ ନାହିଁ, ସେମାନେ ଚଞ୍ଚଳମତି ଲୋକମାନଙ୍କୁ ପ୍ରଲୋଭିତ କରନ୍ତି, ସେମାନଙ୍କର ହୃଦୟ ଧନଲୋଭରେ ଅଭ୍ୟସ୍ତ, ସେମାନେ ଅଭିଶାପର ସନ୍ତାନ,
2 John 1:10 in Oriya 10 କେହି ଯଦି ଏହି ଶିକ୍ଷା ନ ଘେନି ତୁମ୍ଭମାନଙ୍କ ନିକଟକୁ ଆସେ, ତେବେ ତାହାକୁ ଗୃହରେ ଅତିଥି ନ କର ଓ ସମ୍ବର୍ଦ୍ଧନା ଜଣାଅ ନାହିଁ;
Revelation 2:14 in Oriya 14 କିନ୍ତୁ ତୁମ୍ଭ ବିରୁଦ୍ଧରେ ଆମ୍ଭର କଥା ଅଛି, ଯେଉଁ ବିଲୀୟାମ ଦେବପ୍ରସାଦ (ଭୋଗ) ଭୋଜନ ଓ ବେଶ୍ୟାଗମନରୂପ ଫାନ୍ଦ ଇସ୍ରାଏଲ ସନ୍ତାନମାନଙ୍କ ସମ୍ମୁଖରେ ପକାଇବାକୁ ବାଲାକକୁ ଶିକ୍ଷା ଦେଇଥିଲା, ତାହାର ମତାବଲମ୍ୱୀ କେତେକ ଜଣ ତୁମ୍ଭ ମଧ୍ୟରେ ସେଠାରେ ଅଛନ୍ତି।
Revelation 2:20 in Oriya 20 ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ।
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Revelation 22:15 in Oriya 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।