1 Corinthians 5:8 in Oriya 8 ଅତଏବ ଆସ, ଆମ୍ଭେମାନେ ପୁରାତନ ଖମୀର କିଅବା ଦୁଷ୍ଟତା ଓ କୁକର୍ମରୂପ ଖମୀର ଦ୍ୱାରା ପର୍ବ ପାଳନ ନ କରି ସରଳତା ଓ ସତ୍ୟରୂପ ଖମୀରଶୂନ୍ୟ ରୁଟି ଦ୍ୱାରା ପର୍ବ ପାଳନ କରୁ।
Other Translations King James Version (KJV) Therefore let us keep the feast, not with old leaven, neither with the leaven of malice and wickedness; but with the unleavened bread of sincerity and truth.
American Standard Version (ASV) wherefore let us keep the feast, not with old leaven, neither with the leaven of malice and wickedness, but with the unleavened bread of sincerity and truth.
Bible in Basic English (BBE) Let us then keep the feast, not with old leaven, and not with the leaven of evil thoughts and acts, but with the unleavened bread of true thoughts and right feelings.
Darby English Bible (DBY) so that let us celebrate the feast, not with old leaven, nor with leaven of malice and wickedness, but with unleavened [bread] of sincerity and truth.
World English Bible (WEB) Therefore let us keep the feast, not with old yeast, neither with the yeast of malice and wickedness, but with the unleavened bread of sincerity and truth.
Young's Literal Translation (YLT) so that we may keep the feast, not with old leaven, nor with the leaven of evil and wickedness, but with unleavened food of sincerity and truth.
Cross Reference Exodus 12:15 in Oriya 15 ତୁମ୍ଭେମାନେ ସାତ ଦିନ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ; ବିଶେଷତଃ ପ୍ରଥମ ଦିନ ଆପଣା ଆପଣା ଗୃହରୁ ତାଡ଼ି ଦୂର କରିବ, କାରଣ ଯେଉଁ ଜନ ପ୍ରଥମ ଦିନଠାରୁ ସପ୍ତମ ଦିନ ପର୍ଯ୍ୟନ୍ତ ତାଡ଼ି ମିଶ୍ରିତ ରୁଟି ଖାଇବ, ସେ ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ।
Exodus 13:6 in Oriya 6 ସପ୍ତାହ ପର୍ଯ୍ୟନ୍ତ ତାଡ଼ିଶୂନ୍ୟ ରୁଟି ଖାଇବ ଓ ସପ୍ତମ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସବ କରିବ।
Leviticus 23:6 in Oriya 6 ପୁଣି, ସେହି ମାସର ପଞ୍ଚଦଶ ଦିନରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ତାଡ଼ିଶୂନ୍ୟ ରୁଟିର ପର୍ବ ହେବ; ସାତ ଦିନ ଯାଏ ତୁମ୍ଭେମାନେ ତାଡ଼ିଶୂନ୍ୟ ରୁଟି ଭୋଜନ କରିବ।
Numbers 28:16 in Oriya 16 ଆହୁରି ପ୍ରଥମ ମାସର ଚତୁର୍ଦ୍ଦଶ ଦିନରେ ସଦାପ୍ରଭୁଙ୍କର ନିସ୍ତାର ପର୍ବ ହେବ।
Deuteronomy 16:3 in Oriya 3 ତୁମ୍ଭେ ତାହା ସହିତ ତାଡ଼ିଯୁକ୍ତ କିଛି ଭୋଜନ କରିବ ନାହିଁ; ତୁମ୍ଭେ ସାତ ଦିନ ପର୍ଯ୍ୟନ୍ତ ତାହା ସହିତ ତାଡ଼ିଶୂନ୍ୟ, ଅର୍ଥାତ୍, ଦୁଃଖରୂପ ରୁଟି ଭୋଜନ କରିବ; କାରଣ ତୁମ୍ଭେ ତରତର ହୋଇ ମିସରରୁ ବାହାର ହୋଇଥିଲ; ଏଣୁ ତୁମ୍ଭେ ଯାବଜ୍ଜୀବନ ମିସର ଦେଶରୁ ଆପଣା ବାହାରିବାର ଦିନ ସ୍ମରଣ କରିବ।
Deuteronomy 16:16 in Oriya 16 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତାହାଙ୍କ ସମ୍ମୁଖରେ ବର୍ଷକେ ତିନି ଥର ତୁମ୍ଭର ପୁରୁଷ ସମସ୍ତେ ତାଡ଼ିଶୂନ୍ୟ ରୁଟିର ପର୍ବ ସମୟରେ, ସପ୍ତାହ ସମୂହର ପର୍ବ ସମୟରେ ଓ ପତ୍ରକୁଟୀର ପର୍ବ ସମୟରେ ଦେଖା ଦେବେ; ମାତ୍ର ସେମାନେ ଖାଲି ହାତରେ ସଦାପ୍ରଭୁଙ୍କ ସମ୍ମୁଖରେ ଦେଖା ଦେବେ ନାହିଁ।
Joshua 24:14 in Oriya 14 ଏହେତୁ ଏବେ ସଦାପ୍ରଭୁଙ୍କୁ ଭୟ କର, ପୁଣି ସମ୍ପୂର୍ଣ୍ଣ ରୂପେ ଓ ସତ୍ୟତାରେ ତାହାଙ୍କର ସେବା କର; ଆଉ ତୁମ୍ଭମାନଙ୍କ ପୂର୍ବପୁରୁଷମାନେ ନଦୀ ସେପାରିରେ ଓ ମିସରରେ ଯେଉଁ ଦେବତାମାନଙ୍କର ସେବା କଲେ, ସେମାନଙ୍କୁ ଦୂର କର; ତୁମ୍ଭେମାନେ ସଦାପ୍ରଭୁଙ୍କର ସେବା କର।
Psalm 32:2 in Oriya 2 ସଦାପ୍ରଭୁ ଯାହା ପ୍ରତି ଅଧର୍ମର ଆରୋପ ନ କରନ୍ତି ଓ ଯାହାର ଆତ୍ମାରେ ପ୍ରବଞ୍ଚନା ନାହିଁ, ସେ ଧନ୍ୟ।
Psalm 42:4 in Oriya 4 ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।
Isaiah 25:6 in Oriya 6 ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।
Isaiah 30:29 in Oriya 29 ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।
Matthew 16:6 in Oriya 6 ଯୀଶୁ ସେମାନଙ୍କୁ କହିଲେ, ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ।
Matthew 16:12 in Oriya 12 ସେ ଯେ ରୁଟିର ଖମୀରଠାରୁ ସାବଧାନ ହୋଇ ରହିବା ପାଇଁ ନ କହି ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଶିକ୍ଷାରୁ ସାବଧାନ ହୋଇ ରହିବା ପାଇଁ ସେମାନଙ୍କୁ କହିଥିଲେ, ଏହା ସେମାନେ ସେତେବେଳେ ବୁଝିଲେ।
Matthew 26:4 in Oriya 4 ଆଉ ଯୀଶୁଙ୍କୁ ଛଳରେ ଧରି ବଧ କରିବା ନିମନ୍ତେ ମନ୍ତ୍ରଣା କଲେ;
Mark 8:15 in Oriya 15 ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ।
Luke 12:1 in Oriya 1 ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।
John 1:47 in Oriya 47 ଯୀଶୁ ନଥନିୟେଲଙ୍କୁ ଆପଣା ନିକଟକୁ ଆସୁଥିବା ଦେଖି ତାଙ୍କ ବିଷୟରେ କହିଲେ, ଏହି ଦେଖ, ପ୍ରକୃତରେ ଏ ଜଣେ ଇସ୍ରାଏଲୀୟ ଲୋକ, ଏହାଙ୍କଠାରେ ଛଳନା ନାହିଁ।
John 18:28 in Oriya 28 ପରେ ସେମାନେ ଯୀଶୁଙ୍କୁ କୟାଫାଙ୍କ ନିକଟରୁ ପ୍ରାସାଦକୁ ଘେନିଗଲେ; ସେତେବେଳେ ପ୍ରାତଃକାଳ ହୋଇଥିଲା; ଆଉ, ସେମାନେ ଯେପରି ଅଶୁଚି ନ ହୋଇ ନିସ୍ତାର ପର୍ବର ଭୋଜ ପ୍ରତିପାଳନ କରି ପାରନ୍ତି, ଏଥି ନିମନ୍ତେ ନିଜେ ପ୍ରାସାଦ ମଧ୍ୟରେ ପ୍ରବେଶ କଲେ ନାହିଁ।
1 Corinthians 3:3 in Oriya 3 ଯେଣୁ, ଏପର୍ଯ୍ୟନ୍ତ ତୁମ୍ଭେମାନେ ଶାରୀରିକ ଅଟ। କାରଣ ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଈର୍ଷା ଓ ବିବାଦ ରହିଅଛି, ତୁମ୍ଭେମାନେ କି ଶାରୀରିକ ନୁହଁ ଓ ମନୁଷ୍ୟର ସ୍ୱଭାବ ଅନୁସାରେ କି ଆଚରଣ କରୁ ନାହଁ ?
1 Corinthians 5:1 in Oriya 1 ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୂଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।
1 Corinthians 5:6 in Oriya 6 ତୁମ୍ଭମାନଙ୍କର ଏପରି ଗର୍ବ କରିବା ଭଲ ନୁହେଁ। ତୁମ୍ଭେମାନେ କି ଜାଣ ନାହିଁ ଯେ, ଅଳ୍ପ ବୋଲି ଖମୀର ସମସ୍ତ ମଇଦା ପିଣ୍ଡୁଳାକୁ ଖମୀରମୟ କରିଦିଏ ?
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
2 Corinthians 1:12 in Oriya 12 ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଇଶ୍ବରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ।
2 Corinthians 8:8 in Oriya 8 ମୁଁ ଆଦେଶ ଦେଲା ପରି କହୁ ନାହିଁ, ମାତ୍ର ଅନ୍ୟମାନଙ୍କ ଉଦ୍ଯୋଗ ଉଲ୍ଲେଖ କରି ତୁମ୍ଭମାନଙ୍କ ପ୍ରେମର ସରଳତା ମଧ୍ୟ ସପ୍ରମାଣ କରିବା ନିମନ୍ତେ କହୁଅଛି।
2 Corinthians 12:20 in Oriya 20 କାରଣ କାଳେ ଅବା ମୁଁ ଉପସ୍ଥିତ ହେଲେ, ତୁମ୍ଭମାନଙ୍କୁ ଯେପରି ଦେଖିବାକୁ ଇଚ୍ଛା କରୁଅଛି, ସେପରି ତୁମ୍ଭମାନଙ୍କୁ ନ ଦେଖେ, ଆଉ, ତୁମ୍ଭେମାନେ ମୋତେ ଯେପରି ଦେଖିବାକୁ ଇଚ୍ଛା ନ କର, ସେପରି ମୋତେ ଦେଖ, ଏଥିପାଇଁ ମୁଁ ଭୟ କରୁଅଛି; କାଳେ ଅବା ବିବାଦ, ଈର୍ଷା, କ୍ରୋଧ, ଦଳାଦଳି, ପରନିନ୍ଦା, କାନକୁହାକୋହି, ଦାମ୍ଭିକତା, ଗଣ୍ଡଗୋଳ ହୁଏ;
Ephesians 4:17 in Oriya 17 ଅତଏବ ମୁଁ ପ୍ରଭୁଙ୍କ ନାମରେ ବିଶେଷ ଅନୁରୋଧ କରି କହୁଅଛି, ଅବିଶ୍ୱାସୀମାନେ ଯେପରି ଆପଣା ଆପଣା ମନର ଅସାରତାରେ ଆଚରଣ କରନ୍ତି, ତୁମ୍ଭେମାନେ ସେହିପରି ଆଚରଣ କର ନାହିଁ;
Ephesians 6:24 in Oriya 24 ଯେତେ ଲୋକ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ଚିରନ୍ତନ ପ୍ରେମରେ ପ୍ରେମ କରନ୍ତି, ଅନୁଗ୍ରହ ସେମାନଙ୍କ ସହବର୍ତ୍ତୀ ହେଉ।
1 Peter 2:1 in Oriya 1 ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,
1 Peter 4:2 in Oriya 2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଇଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
1 John 3:18 in Oriya 18 ହେ ବତ୍ସଗଣ, ଆସ, ଆମ୍ଭେମାନେ ବାକ୍ୟରେ କି ଜିହ୍ୱାରେ ପ୍ରେମ ନ କରି କାର୍ଯ୍ୟରେ ଓ ସତ୍ୟରେ ପ୍ରେମ କରୁ।