1 Corinthians 6:15 in Oriya 15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି ? ତାହା କେବେ ହେଁ ନ ହେଉ।
Other Translations King James Version (KJV) Know ye not that your bodies are the members of Christ? shall I then take the members of Christ, and make them the members of an harlot? God forbid.
American Standard Version (ASV) Know ye not that your bodies are members of Christ? shall I then take away the members of Christ, and make them members of a harlot? God forbid.
Bible in Basic English (BBE) Do you not see that your bodies are part of the body of Christ? how then may I take what is a part of the body of Christ and make it a part of the body of a loose woman? such a thing may not be.
Darby English Bible (DBY) Do ye not know that your bodies are members of Christ? Shall I then, taking the members of the Christ, make [them] members of a harlot? Far be the thought.
World English Bible (WEB) Don't you know that your bodies are members of Christ? Shall I then take the members of Christ, and make them members of a prostitute? May it never be!
Young's Literal Translation (YLT) Have ye not known that your bodies are members of Christ? having taken, then, the members of the Christ, shall I make `them' members of an harlot? let it be not!
Cross Reference Genesis 44:17 in Oriya 17 ତହିଁରେ ଯୋଷେଫ କହିଲେ, “ଏପରି କର୍ମ ଆମ୍ଭଠାରୁ ଦୂର ହେଉ; ଯାହାଠାରୁ ତାଟିଆ ମିଳିଅଛି, ସେ ଆମ୍ଭର ଦାସ ହେବ; ମାତ୍ର ତୁମ୍ଭେମାନେ କୁଶଳରେ ପିତାଙ୍କ ନିକଟକୁ ଚାଲି ଯାଅ।”
Luke 20:16 in Oriya 16 ସେ ଆସି ଏହି କୃଷକମାନଙ୍କୁ ବିନାଶ କରିବେ ଓ ଅନ୍ୟମାନଙ୍କୁ ଅଙ୍ଗୁର କ୍ଷେତ୍ର ଦେବେ। ଏହା ଶୁଣି ସେମାନେ କହିଲେ, ତାହା ନ ହେଉ।
Romans 3:3 in Oriya 3 ତେବେ କ'ଣ ? ଯଦି ଯିହୁଦୀମାନଙ୍କ ମଧ୍ୟରୁ କେହି କେହି ଅବିଶ୍ୱସ୍ତ ହେଲେ, ସେମାନଙ୍କର ଅବିଶ୍ୱସ୍ତତା କ'ଣ ଇଶ୍ବରଙ୍କ ବିଶ୍ୱସ୍ତତାକୁ ନିଷ୍ଫଳ କରିବ ?
Romans 3:6 in Oriya 6 ତାହା କେବେ ହେଁ ନ ହେଉ, କାରଣ ତାହାହେଲେ ଈଶ୍ୱର କିପରି ଜଗତର ବିଚାର କରିବେ ?
Romans 3:31 in Oriya 31 ତେବେ, ଆମ୍ଭେମାନେ କି ବିଶ୍ୱାସ ଦ୍ୱାରା ମୋଶାଙ୍କ ବ୍ୟବସ୍ଥାକୁ ଲୋପ କରୁଅଛୁ ? ତାହା କେବେ ହେଁ ନ ହେଉ, ବରଂ ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାକୁ ସଂସ୍ଥାପନ କରୁଅଛୁ।
Romans 6:2 in Oriya 2 ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା ?
Romans 6:15 in Oriya 15 ତେବେ କ'ଣ ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥି ନିମନ୍ତେ କି ପାପ କରିବା ? ତାହା କେବେ ହେଁ ନ ହେଉ।
Romans 7:7 in Oriya 7 ତେବେ, ଆମ୍ଭେମାନେ କ'ଣ କହିବା ? ମୋଶାଙ୍କ ବ୍ୟବସ୍ଥା କ'ଣ ପାପ ? ତାହା କେବେ ହେଁ ନ ହେଉ। ବରଂ ପାପ କ'ଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।
Romans 7:13 in Oriya 13 ତେବେ, ଯାହା ଉତ୍ତମ, ତାହା କି ମୋ' ପକ୍ଷରେ ମୃତ୍ୟୁଦାୟକ ହେଲା ? ତାହା କେବେ ହେଁ ନ ହେଉ। କିନ୍ତୁ ପାପ ମୃତ୍ୟୁଦାୟକ ହେଲା, ଯେପରି ଯାହା ଉତ୍ତମ, ତାହା ଦେଇ ମୋ' ପ୍ରତି ମୃତ୍ୟୁ ସାଧନ କରିବା ଦ୍ୱାରା ପାପ, ପାପ ବୋଲି ପ୍ରକାଶ ପାଏ, ପୁଣି, ଯେପରି ଆଜ୍ଞା ଦ୍ୱାରା ପାପ ଅତିଶୟ ପାପମୟ ହୁଏ।
Romans 12:5 in Oriya 5 ସେହିପରି ଅନେକ ଯେ ଆମ୍ଭେମାନେ, ଖ୍ରୀଷ୍ଟଙ୍କଠାରେ ଏକ ଶରୀର ଓ ପ୍ରତ୍ୟେକେ ପରସ୍ପର ଅଙ୍ଗପ୍ରତ୍ୟଙ୍ଗ।
1 Corinthians 6:13 in Oriya 13 ଖାଦ୍ୟ ଉଦର ନିମନ୍ତେ, ପୁଣି, ଉଦର ଖାଦ୍ୟ ନିମନ୍ତେ; କିନ୍ତୁ ଈଶ୍ୱର ଉଭୟକୁ ଲୋପ କରିବେ। ଶରୀର ବ୍ୟଭିଚାର ନିମନ୍ତେ ନୁହେଁ, କିନ୍ତୁ ପ୍ରଭୁଙ୍କ ନିମନ୍ତେ, ଆଉ ପ୍ରଭୁ ଶରୀର ନିମନ୍ତେ;
1 Corinthians 6:19 in Oriya 19 ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
1 Corinthians 11:3 in Oriya 3 କିନ୍ତୁ ଖ୍ରୀଷ୍ଟ ଯେ ପ୍ରତ୍ୟେକ ପୁରୁଷର ମସ୍ତକ ସ୍ୱରୂପ ଏବଂ ପୁରୁଷ ଯେ ସ୍ତ୍ରୀର ମସ୍ତକ ସ୍ୱରୂପ ଓ ଈଶ୍ୱର ଯେ ଖ୍ରୀଷ୍ଟଙ୍କର ମସ୍ତକ ସ୍ୱରୂପ, ଏହା ତୁମ୍ଭେମାନେ ଜାଣ ବୋଲି ମୋହର ଇଚ୍ଛା।
1 Corinthians 12:27 in Oriya 27 ତୁମ୍ଭେମାନେ ଖ୍ରୀଷ୍ଟଙ୍କ ଶରୀର, ଆଉ ଏକ ଏକ ଜଣ ଏକ ଏକ ଅଙ୍ଗ ସ୍ୱରୂପ।
Galatians 2:17 in Oriya 17 କିନ୍ତୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚେଷ୍ଟା କରି ଆମ୍ଭେମାନେ ନିଜେ ମଧ୍ୟ ଯଦି ପାପୀ ବୋଲି ଦେଖାଗଲୁ, ତେବେ ଖ୍ରୀଷ୍ଟ କି ପାପର ସେବକ ? ତାହା କେବେ ହେଁ ନ ହେଉ।
Galatians 3:21 in Oriya 21 ତେବେ ମୋଶାଙ୍କ ବ୍ୟବସ୍ଥା କି ଇଶ୍ବରଙ୍କ ପ୍ରତିଜ୍ଞାସମୂହର ବିରୁଦ୍ଧ ? ତାହା କେବେ ହେଁ ନ ହେଉ; କାରଣ ଯଦି ଜୀବନ ଦେବାକୁ ସମର୍ଥ ଏପରି ମୋଶାଙ୍କ ବ୍ୟବସ୍ଥା ଦିଆଯାଇଥାନ୍ତା, ତେବେ ଧାର୍ମିକତା ପ୍ରକୃତରେ ମୋଶାଙ୍କ ବ୍ୟବସ୍ଥାମୂଳକ ହୁଅନ୍ତା।
Galatians 6:14 in Oriya 14 କିନ୍ତୁ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର କ୍ରୁଶ ବ୍ୟତୀତ ଆଉ କାହିଁରେ ଦର୍ପ କରିବା ମୋ'ଠାରୁ ଦୂରେ ଥାଉ; ତାହାଙ୍କ ଦ୍ୱାରା ଜଗତ ମୋ' ପ୍ରତି ଓ ମୁଁ ଜଗତ ପ୍ରତି କ୍ରୁଶରେ ହତ ହୋଇଅଛି।
Ephesians 1:22 in Oriya 22 ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ;
Ephesians 4:12 in Oriya 12 ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ,
Ephesians 4:15 in Oriya 15 କିନ୍ତୁୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ଵରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ;
Ephesians 5:23 in Oriya 23 କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ଵରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ଵରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା।
Ephesians 5:30 in Oriya 30 ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ।
Colossians 2:19 in Oriya 19 ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ୱରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି।