1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
Other Translations King James Version (KJV) Know ye not that the unrighteous shall not inherit the kingdom of God? Be not deceived: neither fornicators, nor idolaters, nor adulterers, nor effeminate, nor abusers of themselves with mankind,
American Standard Version (ASV) Or know ye not that the unrighteous shall not inherit the kingdom of God? Be not deceived: neither fornicators, nor idolaters, nor adulterers, nor effeminate, nor abusers of themselves with men,
Bible in Basic English (BBE) Have you not knowledge that evil-doers will have no part in the kingdom of God? Have no false ideas about this: no one who goes after the desires of the flesh, or gives worship to images, or is untrue when married, or is less than a man, or makes a wrong use of men,
Darby English Bible (DBY) Do ye not know that unrighteous [persons] shall not inherit [the] kingdom of God? Do not err: neither fornicators, nor idolaters, nor adulterers, nor those who make women of themselves, nor who abuse themselves with men,
World English Bible (WEB) Or don't you know that the unrighteous will not inherit the Kingdom of God? Don't be deceived. Neither the sexually immoral, nor idolaters, nor adulterers, nor male prostitutes, nor homosexuals,
Young's Literal Translation (YLT) have ye not known that the unrighteous the reign of God shall not inherit? be not led astray; neither whoremongers, nor idolaters, nor adulterers, nor effeminate, nor sodomites,
Cross Reference Genesis 19:5 in Oriya 5 ପୁଣି, ଲୋଟକୁ ଡାକି କହିଲେ, “ଆଜି ରାତ୍ରିରେ ଯେଉଁ ମନୁଷ୍ୟମାନେ ତୁମ୍ଭ ଘରକୁ ଆସିଲେ, ସେମାନେ କାହାନ୍ତି ? ସେମାନଙ୍କୁ ବାହାର କରି ଆମ୍ଭମାନଙ୍କ ପାଖକୁ ଆଣ। ଆମ୍ଭେମାନେ ସେମାନଙ୍କଠାରେ ଉପଗତ ହେବା।”
Exodus 23:1 in Oriya 1 ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।
Leviticus 18:22 in Oriya 22 ତୁମ୍ଭେ ସ୍ତ୍ରୀର ନ୍ୟାୟ ପୁରୁଷ ସହିତ ସଂସର୍ଗ କରିବ ନାହିଁ, ତାହା ଘୃଣାଯୋଗ୍ୟ କର୍ମ।
Leviticus 19:15 in Oriya 15 ତୁମ୍ଭେମାନେ ବିଚାରରେ ଅଧର୍ମ କରିବ ନାହିଁ; ତୁମ୍ଭେ ଦରିଦ୍ରର ମୁଖାପେକ୍ଷା କରିବ ନାହିଁ, କିଅବା ଧନୀର ସମ୍ଭ୍ରମ କରିବ ନାହିଁ, ମାତ୍ର ତୁମ୍ଭେ ଧର୍ମରେ ଆପଣା ପ୍ରତିବାସୀର ବିଚାର କରିବ।
Leviticus 19:35 in Oriya 35 ତୁମ୍ଭେମାନେ ବିଚାର ଅବା ମାପ ଅବା ତୌଲ କିଅବା ପରିମାଣ ବିଷୟରେ ଅଧର୍ମ କରିବ ନାହିଁ।
Leviticus 20:13 in Oriya 13 ପୁଣି, ପୁରୁଷ ଯଦି ପୁରୁଷ ସହିତ ସ୍ତ୍ରୀ ତୁଲ୍ୟ ଯୌନ ସମ୍ପର୍କ ରଖେ, ତେବେ ସେ ଦୁହେଁ ଘୃଣାଯୋଗ୍ୟ କର୍ମ କରିଅଛନ୍ତି; ସେମାନେ ନିତାନ୍ତ ହତ ହେବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।
Deuteronomy 22:5 in Oriya 5 ଯାହା ପୁରୁଷର, ତାହା ସ୍ତ୍ରୀ ପିନ୍ଧିବ ନାହିଁ, କିଅବା ସ୍ତ୍ରୀର ପୋଷାକ ପୁରୁଷ ପିନ୍ଧିବ ନାହିଁ; କାରଣ ଯେକେହି ତାହା କରେ, ସେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣାଯୋଗ୍ୟ ଅଟେ।
Deuteronomy 23:17 in Oriya 17 ଇସ୍ରାଏଲର କନ୍ୟାମାନଙ୍କ ମଧ୍ୟରୁ କେହି ବେଶ୍ୟା ବୃତ୍ତି କରିବ ନାହିଁ, କିଅବା ଇସ୍ରାଏଲର ପୁତ୍ରମାନଙ୍କ ମଧ୍ୟରୁ କେହି ସଦୋମୀ ହେବ ନାହିଁ।
Deuteronomy 25:13 in Oriya 13 ତୁମ୍ଭେ ଆପଣା ଥଳୀରେ ଊଣା ଅଧିକ ଓଜନର ନାନା ପ୍ରକାର ବଟଖରା ରଖିବ ନାହିଁ।
Judges 19:22 in Oriya 22 ସେମାନେ ଆପଣା ଆପଣା ମନକୁ ଖୁସି କଲା ବେଳେ, ଦେଖ, ନଗରର ଲୋକ କେତେକ ପାପାଧମ ସନ୍ତାନ କବାଟରେ ମାରି ମାରି ଘରର ଚାରିପାଖ ଘେରିଲେ; ପୁଣି ସେମାନେ ସେହି ଗୃହକର୍ତ୍ତା ବୃଦ୍ଧ ଲୋକକୁ କହିଲେ, ତୁମ୍ଭ ଗୃହକୁ ଯେଉଁ ମନୁଷ୍ୟ ଆସିଅଛି, ତାହାକୁ ବାହାରକୁ ଆଣ, ଆମ୍ଭେମାନେ ତାହା ସହିତ ଶାରୀରିକ ସମ୍ବନ୍ଧ କରିବା।
Proverbs 11:1 in Oriya 1 ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର।
Proverbs 22:8 in Oriya 8 ଯେ ଅଧର୍ମ ବୀଜ ବୁଣେ, ସେ ବିପଦରୂପ ଶସ୍ୟ କାଟିବ ଓ ତାହାର କୋପରୂପ ଦଣ୍ଡ ଲୁପ୍ତ ହେବ।
Isaiah 10:1 in Oriya 1 ଯେଉଁମାନେ ଅଧର୍ମ ବ୍ୟବସ୍ଥା ସ୍ଥାପନ କରନ୍ତି ଓ ଯେଉଁ ଲେଖକମାନେ ଉପଦ୍ରବର କଥା ଲେଖନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 55:7 in Oriya 7 ଦୁଷ୍ଟ ଆପଣାର ପଥ ଓ ଅଧାର୍ମିକ ଆପଣା ସଂକଳ୍ପ ପରିତ୍ୟାଗ କରୁ; ପୁଣି, ସେ ସଦାପ୍ରଭୁଙ୍କ ପ୍ରତି ଫେରୁ, ତହିଁରେ ସେ ତାହାକୁ ଦୟା କରିବେ; ଆଉ, ସେ ଆମ୍ଭମାନଙ୍କର ପରମେଶ୍ୱରଙ୍କ ପ୍ରତି ଫେରୁ, କାରଣ ସେ ବହୁଳ ରୂପରେ କ୍ଷମା କରିବେ।
Zechariah 5:3 in Oriya 3 ତେବେ ସେ ମୋତେ କହିଲେ, “ଏହା ସମୁଦାୟ ଦେଶ ଉପରକୁ ବାହାରି ଯିବା ଅଭିଶାପ; କାରଣ ଯେ ପ୍ରତ୍ୟେକ ଲୋକ ଚୋରି କରେ, ସେ ତହିଁର ଏକ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ ଓ ଯେ ପ୍ରତ୍ୟେକ ଲୋକ ଶପଥ କରେ, ସେ ତହିଁର ଅନ୍ୟ ପାର୍ଶ୍ୱ ଅନୁସାରେ ପରିଷ୍କୃତ ହେବ।”
Matthew 19:29 in Oriya 29 ପୁଣି, ଯେ କେହି ମୋହର ନାମ ସକାଶେ ଗୃହ କି ଭାଇ କି ଭଉଣୀ କି ପିତା କି ମାତା କି ସନ୍ତାନସନ୍ତତି କି ଭୂମି ପରିତ୍ୟାଗ କରେ, ସେ ବହୁଗୁଣ ପାଇବ, ପୁଣି, ଅନନ୍ତ ଜୀବନର ଅଧିକାରୀ ହେବ।
Matthew 25:34 in Oriya 34 ସେତେବେଳେ ରାଜା ଆପଣା ଦକ୍ଷିଣ ପାର୍ଶ୍ୱସ୍ଥ ଲୋକଙ୍କୁ କହିବେ, ଆସ, ମୋହର ପିତାଙ୍କ ଆଶୀର୍ବାଦପାତ୍ରମାନେ, ତୁମ୍ଭମାନଙ୍କ ନିମନ୍ତେ ଜଗତର ପତ୍ତନାବଧି ଯେଉଁ ରାଜ୍ୟ ପ୍ରସ୍ତୁତ କରାଯାଇଅଛି, ସେଥିରେ ଅଧିକାରୀ ହୁଅ;
Acts 24:25 in Oriya 25 କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା।
Romans 1:18 in Oriya 18 କାରଣ ଯେଉଁ ଲୋକମାନେ ଅଧର୍ମରେ ସତ୍ୟକୁ ପ୍ରତିରୋଧ କରନ୍ତି, ସେମାନଙ୍କର ସମସ୍ତ ଅପବିତ୍ରତା ଓ ଅଧର୍ମ ବିରୁଦ୍ଧରେ ସ୍ୱର୍ଗରୁ ଇଶ୍ବରଙ୍କ କ୍ରୋଧ ପ୍ରକାଶିତ ହେଉଅଛି
Romans 1:26 in Oriya 26 ଏହି କାରଣରୁ ଈଶ୍ୱର ସେମାନଙ୍କୁ ଜଘନ୍ୟ ପାପ ପ୍ରବୃତ୍ତିରେ ସମର୍ପଣ କଲେ, କାରଣ ସେମାନଙ୍କ ସ୍ତ୍ରୀମାନେ ସ୍ୱାଭାବିକ ବ୍ୟବହାର ପରିବର୍ତ୍ତେ ଅସ୍ୱାଭାବିକ ବ୍ୟବହାର କଲେ,
1 Corinthians 3:16 in Oriya 16 ତୁମ୍ଭେମାନେ କି ଜାଣ ନାହିଁ ଯେ, ତୁମ୍ଭେମାନେ ଇଶ୍ବରଙ୍କ ମନ୍ଦିର, ଆଉ ଇଶ୍ବରଙ୍କ ଆତ୍ମା ତୁମ୍ଭମାନଙ୍କ ଅନ୍ତରରେ ବାସ କରନ୍ତି;
1 Corinthians 5:1 in Oriya 1 ପ୍ରକୃତରେ ଶୁଣାଯାଉଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବ୍ୟଭିଚାର ଅଛି, ଆଉ ଏପରି ବ୍ୟଭିଚାର, ଯାହାକି ଅଣଯିହୂଦୀମାନଙ୍କ ମଧ୍ୟରେ ସୁଦ୍ଧା ହୁଏ ନାହିଁ, ଏପରିକି ଜଣେ ଆପଣା ପିତାର ଭାର୍ଯ୍ୟାକୁ ରଖିଅଛି।
1 Corinthians 5:10 in Oriya 10 ଏହି ଜଗତର ବ୍ୟଭିଚାରୀ କି ଧନଲୋଭୀ କି ପରଦ୍ରବ୍ୟ ଲୁଣ୍ଠନକାରୀ କି ପ୍ରତିମାପୂଜକମାନଙ୍କ ସହିତ ଯେ ଆଦୌ ସମ୍ପର୍କ ନ ରଖିବ, ତାହା ନୁହେଁ; ତାହାହେଲେ ତୁମ୍ଭମାନଙ୍କୁ ଜଗତରୁ ବାହାରିଯିବାକୁ ପଡ଼ିବ;
1 Corinthians 6:2 in Oriya 2 ଅବା ସାଧୁମାନେ ଯେ ଜଗତର ବିଚାର କରିବେ, ଏକଥା କି ତୁମ୍ଭେମାନେ ଜାଣ ନାହିଁ ? ଆଉ ଯଦି ଜଗତ ତୁମ୍ଭମାନଙ୍କ ଦ୍ୱାରା ବିଚାରିତ ହୁଏ, ତେବେ ତୁମ୍ଭେମାନେ କି ସାମାନ୍ୟ ସାମାନ୍ୟ ବିଷୟ ବିଚାର କରିବାକୁ ଅଯୋଗ୍ୟ ?
1 Corinthians 6:10 in Oriya 10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
1 Corinthians 6:15 in Oriya 15 ତୁମ୍ଭମାନଙ୍କ ଶରୀର ଯେ ଖ୍ରୀଷ୍ଟଙ୍କ ଅଙ୍ଗ ସ୍ୱରୂପ, ଏହା କି ଜାଣ ନାହିଁ ? ତେବେ ମୁଁ କଅଣ ଖ୍ରୀଷ୍ଟଙ୍କ ଅଙ୍ଗ ଘେନିଯାଇ ବେଶ୍ୟାର ଅଙ୍ଗ କରିବି ? ତାହା କେବେ ହେଁ ନ ହେଉ।
1 Corinthians 6:19 in Oriya 19 ଅବା ତୁମ୍ଭମାନଙ୍କ ଶରୀର ଯେ ଈଶ୍ୱରଙ୍କଠାରୁ ପ୍ରାପ୍ତ ତୁମ୍ଭମାନଙ୍କର ଅନ୍ତର୍ବାସୀ ପବିତ୍ର ଆତ୍ମାଙ୍କ ମନ୍ଦିର, ଏହା କ'ଣ ଜାଣ ନାହିଁ ? ଆଉ, ତୁମ୍ଭେମାନେ ନିଜେ ନିଜର ନୁହଁ;
1 Corinthians 9:24 in Oriya 24 ଯେଉଁମାନେ ରଙ୍ଗଭୂମିରେ ଦୌଡ଼ନ୍ତି, ସେମାନେ ସମସ୍ତେ ଦୌଡ଼ନ୍ତି ସତ, କିନ୍ତୁ କେବଳ ଜଣେ ଯେ ପଣ ପାଏ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ତୁମ୍ଭେମାନେ ଯେପରି ପଣ ପାଇବ, ଏଥିପାଇଁ ସେହିପରି ଦୌଡ଼।
1 Corinthians 15:33 in Oriya 33 ଭ୍ରାନ୍ତ ନ ହୁଅ, କୁସଂସର୍ଗ ଶିଷ୍ଟାଚାର ନଷ୍ଟ କରେ।
1 Corinthians 15:50 in Oriya 50 ହେ ଭାଇମାନେ, ମୁଁ ଏହା କହୁଅଛି, ରକ୍ତମାଂସ ଇଶ୍ବରଙ୍କ ରାଜ୍ୟ ଅଧିକାର କରି ପାରେ ନାହିଁ, କିମ୍ବା କ୍ଷୟ ଅକ୍ଷୟତାକୁ ଅଧିକାର କରେ ନାହିଁ।
Galatians 5:19 in Oriya 19 ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟରୂପେ ଜଣା: ବ୍ୟଭିଚାର, ଅଶୁଚିତା
Ephesians 5:4 in Oriya 4 ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ।
1 Timothy 1:9 in Oriya 9 ନରହନ୍ତା, ବ୍ୟଭିଚାରୀ, ପୁଂମୈଥୁନକାରୀ, ମନୁଷ୍ୟଚୋର, ମିଥ୍ୟାବାଦୀ ଓ ମିଥ୍ୟା ଶପଥକାରୀମାନଙ୍କ ନିମନ୍ତେ ପୁଣି, ଉତ୍ତମ ଶିକ୍ଷାର ବିପରୀତରେ ଯେକୌଣସି ବିଷୟ ଥାଏ, ତାହା ନିମନ୍ତେ ଯେ ନିରୂପିତ ହୋଇଅଛି,
Hebrews 12:14 in Oriya 14 ସମସ୍ତଙ୍କ ସହିତ ଶାନ୍ତିରେ ରହିବାକୁ ଚେଷ୍ଟା କର, ପୁଣି, ଯେଉଁ ପବିତ୍ରତା ବିନା କେହି ପ୍ରଭୁଙ୍କ ଦର୍ଶନ ପାଇବ ନାହିଁ, ସେଥିର ଅନୁସରଣ କର,
Hebrews 12:16 in Oriya 16 କିଅବା କେହି ପାରଦାରିକ, ବା ଥରକର ଖାଦ୍ୟ ନିମନ୍ତେ ଆପଣା ଜ୍ୟେଷ୍ଠାଧିକାର ବିକ୍ରୟକାରୀ ଯେ ଏଷୌ, ତାହା ପରି ବିଧର୍ମାଚାରୀ ହୁଏ, ଏବିଷୟରେ ସାବଧାନ ହୁଅ।
Hebrews 13:4 in Oriya 4 ବିବାହ ସମସ୍ତଙ୍କ ମଧ୍ୟରେ ଆଦରଣୀୟ ହେଉ ଓ ତାହାର ଶଯ୍ୟା ଶୁଚି ଥାଉ, କାରଣ ଈଶ୍ୱର ପାରଦାରିକ ଓ ବ୍ୟଭିଚାରୀମାନଙ୍କ ବିଚାର କରିବେ।
James 1:16 in Oriya 16 ହେ ମୋହର ପ୍ରିୟ ଭାଇମାନେ, ଭ୍ରାନ୍ତ ହୁଅ ନାହିଁ।
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।
Revelation 22:15 in Oriya 15 କୁକୁରମାନେ, ମାୟାବୀ, ବ୍ୟଭିଚାରୀ, ନରଘାତକ, ପ୍ରତିମାପୂଜକ ପୁଣି, ମିଥ୍ୟାପ୍ରିୟ ଓ ମିଥ୍ୟାଚାରୀମାନେ ବାହାରେ ରହିବେ।