1 Corinthians 8:4 in Oriya 4 ଏଣୁ ଦେବପ୍ରସାଦ ଭୋଜନ ବିଷୟରେ ଆମ୍ଭେମାନେ ଜାଣୁ ଯେ, ଜଗତରେ ଦେବତା ବୋଲି କିଛି ନାହିଁ, ଆଉ ଏକ ଈଶ୍ୱର ବିନା ଦ୍ୱିତୀୟ ନାହିଁ।
Other Translations King James Version (KJV) As concerning therefore the eating of those things that are offered in sacrifice unto idols, we know that an idol is nothing in the world, and that there is none other God but one.
American Standard Version (ASV) Concerning therefore the eating of things sacrificed to idols, we know that no idol is `anything' in the world, and that there is no God but one.
Bible in Basic English (BBE) So, then, as to the question of taking food offered to images, we are certain that an image is nothing in the world, and that there is no God but one.
Darby English Bible (DBY) -- concerning then the eating of things sacrificed to idols, we know that an idol [is] nothing in [the] world, and that there [is] no other God save one.
World English Bible (WEB) Therefore concerning the eating of things sacrificed to idols, we know that no idol is anything in the world, and that there is no other God but one.
Young's Literal Translation (YLT) Concerning the eating then of the things sacrificed to idols, we have known that an idol `is' nothing in the world, and that there is no other God except one;
Cross Reference Deuteronomy 3:24 in Oriya 24 “ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭେ ଆପଣା ଦାସ ନିକଟରେ ଆପଣା ମହିମା ଓ ବଳବାନ୍ ହସ୍ତ ପ୍ରକାଶ କରିବାକୁ ଆରମ୍ଭ କରିଅଛ; ତୁମ୍ଭର କ୍ରିୟା ତୁଲ୍ୟ ଓ ତୁମ୍ଭର ପରାକ୍ରାନ୍ତ କର୍ମ ତୁଲ୍ୟ ଯେ କରିପାରେ, ସ୍ୱର୍ଗରେ କି ମର୍ତ୍ତ୍ୟରେ ଏପରି ଆଉ କିଏ ଅଛି ?
Deuteronomy 4:35 in Oriya 35 ଏସବୁ ତୁମ୍ଭ ପ୍ରତି ପ୍ରକାଶିତ ହେଲା, ଯେପରି ତୁମ୍ଭେ ଜାଣିବ ଯେ, ସଦାପ୍ରଭୁ ପରମେଶ୍ୱର ଅଟନ୍ତି, ତାହାଙ୍କ ତୁଲ୍ୟ ଆଉ କେହି ନାହିଁ।
Deuteronomy 4:39 in Oriya 39 ଏନିମନ୍ତେ ତୁମ୍ଭେ ଆଜି ଏହା ଜ୍ଞାତ ହୁଅ ଓ ଆପଣା ହୃଦୟରେ ଏହା ବିବେଚନା କର, ଉର୍ଦ୍ଧ୍ୱସ୍ଥ ସ୍ୱର୍ଗରେ ଓ ଅଧଃସ୍ଥ ପୃଥିବୀରେ ସଦାପ୍ରଭୁ ହିଁ ପରମେଶ୍ୱର ଅଟନ୍ତି, ଅନ୍ୟ କେହି ନାହାନ୍ତି।
Deuteronomy 6:4 in Oriya 4 ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।
Deuteronomy 32:39 in Oriya 39 ଏବେ ଦେଖ, ଆମ୍ଭେ, ଆମ୍ଭେ ହିଁ ସେ ଅଟୁ; ଆମ୍ଭ ସଙ୍ଗେ ଆଉ କୌଣସି ଦେବତା ନାହିଁ; ଆମ୍ଭେ ବଧ କରୁ ଓ ଆମ୍ଭେ ଜୀବନ ଦାନ କରୁ; ଆମ୍ଭେ କ୍ଷତ କରିଅଛୁ ଓ ଆମ୍ଭେ ସୁସ୍ଥ କରୁ; ପୁଣି, ଆମ୍ଭ ହସ୍ତରୁ ଯେ ଉଦ୍ଧାର କରିପାରେ, ଏପରି କେହି ନାହିଁ।
Psalm 115:4 in Oriya 4 ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Isaiah 37:16 in Oriya 16 “ହେ କିରୂବଗଣ ଉପରେ ଉପବିଷ୍ଟ ସୈନ୍ୟାଧିପତି ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ, କେବଳ ତୁମ୍ଭେ ପୃଥିବୀସ୍ଥ ସମୁଦାୟ ରାଜ୍ୟର ପରମେଶ୍ୱର ଅଟ; ତୁମ୍ଭେ ସ୍ୱର୍ଗ ଓ ପୃଥିବୀ ନିର୍ମାଣ କରିଅଛ।
Isaiah 37:20 in Oriya 20 ଏଣୁ ଏବେ, ହେ ସଦାପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
Isaiah 41:24 in Oriya 24 ଦେଖ, ତୁମ୍ଭେମାନେ ଅକିଞ୍ଚିତ ଓ ତୁମ୍ଭମାନଙ୍କର କାର୍ଯ୍ୟ କିଛି ହିଁ ନୁହେଁ; ଯେଉଁ ଲୋକ ତୁମ୍ଭମାନଙ୍କୁ ମନୋନୀତ କରେ, ସେ ଘୃଣାସ୍ପଦ।
Isaiah 44:6 in Oriya 6 ସଦାପ୍ରଭୁ, ଇସ୍ରାଏଲର ରାଜା ଓ ତାହାର ମୁକ୍ତିଦାତା ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ଆଦି ଓ ଆମ୍ଭେ ଅନ୍ତ, ପୁଣି ଆମ୍ଭ ଛଡ଼ା ପରମେଶ୍ୱର ଆଉ ନାହିଁ।
Isaiah 44:8 in Oriya 8 ତୁମ୍ଭେମାନେ କମ୍ପିତ କିଅବା ଭୀତ ହୁଅ ନାହିଁ; ଆମ୍ଭେ କ'ଣ ପୂର୍ବରୁ ତୁମ୍ଭମାନଙ୍କ ନିକଟରେ ପ୍ରକାଶ କରି ନାହୁଁ ଓ ତୁମ୍ଭମାନଙ୍କୁ ତାହା ଜଣାଇ ନାହୁଁ ? ତୁମ୍ଭେମାନେ ଆମ୍ଭର ସାକ୍ଷୀ। ଆମ୍ଭ ଭିନ୍ନ ଆଉ କି ପରମେଶ୍ୱର ଅଛନ୍ତି ? ଅନ୍ୟ ଶୈଳ ନାହିଁ; ଆମ୍ଭେ କାହାକୁ ଜାଣୁ ନା।”
Isaiah 44:24 in Oriya 24 ତୁମ୍ଭର ମୁକ୍ତିଦାତା ସଦାପ୍ରଭୁ, ଗର୍ଭରୁ ଯେ ତୁମ୍ଭକୁ ଗଢ଼ିଲେ, ସେ ଏହା କହନ୍ତି; “ଆମ୍ଭେ ସଦାପ୍ରଭୁ, ଆମ୍ଭେ ସବୁ କାର୍ଯ୍ୟ ସାଧନ କରୁ ଆମ୍ଭେ ଏକାକୀ ଆକାଶମଣ୍ଡଳ ବିସ୍ତାର କରୁ; ଆମ୍ଭେ ପୃଥିବୀକୁ ପ୍ରସାର କରୁ; ଆମ୍ଭର ସଙ୍ଗୀ କିଏ ?
Isaiah 45:5 in Oriya 5 ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା;
Isaiah 45:14 in Oriya 14 ସଦାପ୍ରଭୁ ଏହି କଥା କହନ୍ତି, “ମିସରର ପରିଶ୍ରମର, କୂଶର ବାଣିଜ୍ୟର ଫଳ ଓ ଦୀର୍ଘକାୟ ସବାୟୀୟମାନେ ତୁମ୍ଭ ନିକଟକୁ ଆସିବେ ଓ ତୁମ୍ଭର ହେବେ; ସେମାନେ ତୁମ୍ଭର ପଶ୍ଚାଦ୍ଗାମୀ ହେବେ; ଶୃଙ୍ଖଳରେ ଆବଦ୍ଧ ହୋଇ ସେମାନେ ଆସିବେ; ପୁଣି, ସେମାନେ ତୁମ୍ଭକୁ ପ୍ରଣାମ କରିବେ ଓ ନିବେଦନ କରି କହିବେ, ନିଶ୍ଚୟ ପରମେଶ୍ୱର ତୁମ୍ଭ ମଧ୍ୟରେ ଅଛନ୍ତି; ତାହାଙ୍କ ବିନୁ ଆଉ କେହି ନାହିଁ, ଆଉ କେହି ପରମେଶ୍ୱର ନାହାନ୍ତି।”
Jeremiah 10:10 in Oriya 10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Jeremiah 51:17 in Oriya 17 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ହୋଇଅଛି ଓ ଜ୍ଞାନବିହୀନ ଅଟେ; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଛାଞ୍ଚରେ ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ଶ୍ୱାସବାୟୁ ନାହିଁ।
Habakkuk 2:19 in Oriya 19 ଯେଉଁ ଜନ କାଷ୍ଠକୁ କହେ, ଜାଗ୍ରତ ହୁଅ; ମୂକ ପ୍ରସ୍ତରକୁ କହେ ଉଠ, ସେ ସନ୍ତାପର ପାତ୍ର ! ସେ କି ଶିକ୍ଷା ଦେବ ? ଦେଖ, ତାହା ସୁନା ଓ ରୂପାରେ ମଣ୍ଡିତ, ତହିଁ ମଧ୍ୟରେ କିଛି ହିଁ ଶ୍ୱାସବାୟୁ ନାହିଁ।
Mark 12:29 in Oriya 29 ଯୀଶୁ ଉତ୍ତର ଦେଲେ, ପ୍ରଧାନ ଆଜ୍ଞା ଏହି, ହେ ଇସ୍ରାଏଲ, ଶୁଣ; ପ୍ରଭୁ ଆମ୍ଭମାନଙ୍କ ଈଶ୍ୱର ଏକମାତ୍ର ପ୍ରଭୁ ଅଟନ୍ତି;
Acts 14:15 in Oriya 15 ହେ ମହାଶୟମାନେ, କାହିଁକି ଏସମସ୍ତ କରୁଅଛନ୍ତି ? ଆମ୍ଭେମାନେ ମଧ୍ୟ ଆପଣମାନଙ୍କ ପରି ସୁଖଦୁଃଖଭୋଗୀ ମନୁଷ୍ୟ, ଆପଣମାନଙ୍କ ନିକଟରେ ଏହି ସୁସମାଚାର ପ୍ରଚାର କରୁଅଛୁ, ଯେପରି ଆପଣମାନେ ଏହି ସବୁ ଅସାର ବସ୍ତୁଠାରୁ ବିମୁଖ ହୋଇ ଜୀବନ୍ତ ଇଶ୍ବରଙ୍କ ପ୍ରତି ଫେରନ୍ତି। ସେ ଆକାଶମଣ୍ଡଳ, ପୃଥିବୀ, ସମୁଦ୍ର ଓ ସେସବୁରେ ଥିବା ସମସ୍ତ ସୃଷ୍ଟି କରିଅଛନ୍ତି;
Acts 19:26 in Oriya 26 ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
1 Corinthians 8:1 in Oriya 1 ଦେବପ୍ରସାଦ ସମ୍ବନ୍ଧରେ ମୋହର ଉତ୍ତର ଏହି, ଆମ୍ଭ ସମସ୍ତଙ୍କର ଜ୍ଞାନ ଅଛି ବୋଲି ତୁମ୍ଭେମାନେ ଯାହା କହୁଅଛ, ତାହା ଆମ୍ଭେମାନେ ଜାଣୁ। ଜ୍ଞାନ ଅହଙ୍କାର ଜନ୍ମାଏ, କିନ୍ତୁ ପ୍ରେମରୁ ନିଷ୍ଠା ଜାତ ହୁଏ।
1 Corinthians 8:6 in Oriya 6 ତଥାପି ଆମ୍ଭମାନଙ୍କର ଏକମାତ୍ର ଈଶ୍ୱର, ଅର୍ଥାତ୍ ଯେଉଁ ପିତାଙ୍କଠାରୁ ସମସ୍ତ ବିଷୟ ହୋଇଅଛି, ଆଉ ଆମ୍ଭେମାନେ ତାହାଙ୍କ ନିମନ୍ତେ ହୋଇଅଛୁ, ପୁଣି, ଏକମାତ୍ର ପ୍ରଭୁ, ଅର୍ଥାତ୍ ଯୀଶୁ ଖ୍ରୀଷ୍ଟ, ତାହାଙ୍କ ଦ୍ୱାରା ସମସ୍ତ ବିଷୟ ହୋଇଅଛି, ପୁଣି, ତାହାଙ୍କ ଦ୍ୱାରା ଆମ୍ଭେମାନେ ହୋଇଅଛୁ।
1 Corinthians 8:10 in Oriya 10 କାରଣ ଜ୍ଞାନୀ ଯେ ତୁମ୍ଭେ, ତୁମ୍ଭକୁ ଯଦି କେହି ପ୍ରତିମାର ମନ୍ଦିରରେ ଭୋଜନରେ ବସିବାର ଦେଖେ, ତେବେ ସେ ଦୁର୍ବଳ ହୋଇଥିଲେ ତା'ର ବିବେକ କ'ଣ ଦେବପ୍ରସାଦ ଭୋଜନ କରିବାକୁ ସାହସିକ ହେବ ନାହିଁ ?
1 Corinthians 10:19 in Oriya 19 ତେବେ ଦେବପ୍ରସାଦ ବୋଲି ଯେ କିଛି ଅଛି ବା ପ୍ରତିମା ବୋଲି ଯେ କିଛି ଅଛି, ଏହା କି ମୁଁ କହୁଅଛି ?
Ephesians 4:6 in Oriya 6 ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି।
1 Timothy 1:17 in Oriya 17 ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ୱର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍।
1 Timothy 2:5 in Oriya 5 କାରଣ ଏକମାତ୍ର ଈଶ୍ୱର ଅଛନ୍ତି, ଆଉ ଈଶ୍ୱର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;
Jude 1:25 in Oriya 25 ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଏକମାତ୍ର ଈଶ୍ୱର, ଗୌରବ, ପ୍ରତାପ, ପରାକ୍ରମ ଓ କର୍ତ୍ତାପଣ ଅନାଦିକାଳ, ବର୍ତ୍ତମାନ ଓ ଯୁଗେ ଯୁଗେ ତାହାଙ୍କର। ଆମେନ୍।