1 Corinthians 9:27 in Oriya 27 ଅନ୍ୟ ଲୋକମାନଙ୍କ ନିକଟରେ ପ୍ରଚାର କରି କାଳେ ମୁଁ ନିଜେ କୌଣସି ପ୍ରକାରେ ଅଗ୍ରାହ୍ୟ ହୁଏ, ଏଥିପାଇଁ ମୋହର ନିଜ ଶରୀରକୁ କଷ୍ଟ ଦେଇ ବଶରେ ଦାସ କରି ରଖୁଅଛି।
Other Translations King James Version (KJV) But I keep under my body, and bring it into subjection: lest that by any means, when I have preached to others, I myself should be a castaway.
American Standard Version (ASV) but I buffet my body, and bring it into bondage: lest by any means, after that I have preached to others, I myself should be rejected.
Bible in Basic English (BBE) But I give blows to my body, and keep it under control, for fear that, after having given the good news to others, I myself might not have God's approval.
Darby English Bible (DBY) But I buffet my body, and lead it captive, lest [after] having preached to others I should be myself rejected.
World English Bible (WEB) but I beat my body and bring it into submission, lest by any means, after I have preached to others, I myself should be rejected.
Young's Literal Translation (YLT) but I chastise my body, and bring `it' into servitude, lest by any means, having preached to others -- I myself may become disapproved.
Cross Reference Psalm 50:16 in Oriya 16 ମାତ୍ର ଦୁଷ୍ଟକୁ ପରମେଶ୍ୱର କହନ୍ତି, “ଆମ୍ଭର ବିଧି ପ୍ରଚାର କରିବାକୁ ଓ ତୁମ୍ଭେ ଯେ ଆମ୍ଭର ନିୟମ ଆପଣା ମୁଖରେ ନେଇଅଛ, ତୁମ୍ଭର କି ଅଧିକାର ?
Jeremiah 6:30 in Oriya 30 ସଦାପ୍ରଭୁ ସେମାନଙ୍କୁ ଅଗ୍ରାହ୍ୟ କରିଅଛନ୍ତି, ଏଣୁ ଲୋକେ ସେମାନଙ୍କୁ ଅଗ୍ରାହ୍ୟ ରୂପା ବୋଲି କହିବେ।
Matthew 7:21 in Oriya 21 ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।
Luke 9:25 in Oriya 25 ଆଉ, ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ଆପଣାକୁ ବିନାଶ କରେ ବା ହରାଏ, ତେବେ ତାହାର କି ଲାଭ ?
Luke 12:45 in Oriya 45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
Luke 13:26 in Oriya 26 ସେହି ସମୟରେ ତୁମ୍ଭେମାନେ କହିବାକୁ ଲାଗିବ, ଆମ୍ଭେମାନେ ଆପଣଙ୍କ ସାକ୍ଷାତରେ ଭୋଜନପାନ କଲୁ, ପୁଣି, ଆପଣ ଆମ୍ଭମାନଙ୍କ ଦାଣ୍ଡମାନଙ୍କରେ ଶିକ୍ଷା ଦେଲେ;
Romans 6:18 in Oriya 18 ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ।
Romans 8:13 in Oriya 13 କାରଣ ଯଦି ଶାରୀରିକ ଭାବାନୁସାରେ ତୁମ୍ଭେମାନେ ଜୀବନ ଯାପନ କର, ତେବେ ଅବଶ୍ୟ ମରିବ, କିନ୍ତୁ ଯଦି ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଶରୀରର କର୍ମସବୁକୁ ବିନାଶ କର, ତେବେ ଜୀବିତ ହେବ।
1 Corinthians 4:11 in Oriya 11 ଏସମୟ ପର୍ଯ୍ୟନ୍ତ ସୁଦ୍ଧା ଆମ୍ଭେମାନେ କ୍ଷୁଧିତ ଓ ତୃଷିତ, ବସ୍ତ୍ରହୀନ ଓ ପ୍ରହାରିତ ହେଉଅଛୁ, ପୁଣି, ନିରାଶ୍ରୟ ହୋଇ ଭ୍ରମଣ କରୁ କରୁ
1 Corinthians 6:12 in Oriya 12 ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ସମସ୍ତ ବିଷୟ ହିତଜନକ ନୁହେଁ। ସମସ୍ତ ବିଷୟ ସାଧନ କରିବାକୁ ମୋହର ସ୍ୱାଧୀନତା ଅଛି, କିନ୍ତୁ ମୁଁ କୌଣସି ବିଷୟର ବଶୀଭୂତ ହେବି ନାହିଁ।
1 Corinthians 8:13 in Oriya 13 ଅତଏବ ଯଦି ଖାଦ୍ୟଦ୍ରବ୍ୟ ମୋହର ଭାଇର ବିଘ୍ନର କାରଣ ହୁଏ, ତେବେ ମୋହର ଭାଇ ଯେପରି ମୋ' ଦ୍ୱାରା ବିଘ୍ନ ନ ପାଏ, ଏଥିପାଇଁ ମୁଁ କଦାପି ମାଂସ ଖାଇବି ନାହିଁ।
1 Corinthians 9:25 in Oriya 25 ଯେ କେହି କ୍ରୀଡ଼ାରେ ପ୍ରତିଦ୍ୱନ୍ଦିତା କରେ, ସେ ସମସ୍ତ ବିଷୟରେ ପରିମିତଭୋଗୀ ହୁଏ; ସେମାନେ କ୍ଷୟଣୀୟ ମୁକୁଟ ପାଇବା ନିମନ୍ତେ ତାହା କରନ୍ତି; ମାତ୍ର ଆମ୍ଭେମାନେ ଅକ୍ଷୟ ମୁକୁଟ ପାଇବା ନିମନ୍ତେ ତାହା କରୁ।
1 Corinthians 13:1 in Oriya 1 ଯଦି ମୁଁ ମନୁଷ୍ୟମାନଙ୍କ ଓ ଦୂତମାନଙ୍କ ଭାଷାରେ କଥା କହେ, କିନ୍ତୁ ମୋହର ପ୍ରେମ ନ ଥାଏ, ତେବେ ମୁଁ ଠଣ୍ ଠଣ୍ ଶବ୍ଦକାରକ ପିତଳ ଘଣ୍ଟ କିମ୍ବା ଝମ୍ ଝମ୍ ଶବ୍ଦକାରୀ ଝାଞ୍ଜ ସ୍ୱରୂପ ହୋଇଅଛି।
2 Corinthians 6:4 in Oriya 4 ବରଂ ବହୁ ଧୈର୍ଯ୍ୟରେ, କ୍ଳେଶରେ, ଦୁର୍ଦ୍ଦଶାରେ, ସଙ୍କଟରେ,
2 Corinthians 11:27 in Oriya 27 ଭଣ୍ଡ ଭାଇମାନଙ୍କଠାରୁ ବିପଦରେ, ପରିଶ୍ରମ ଓ କଷ୍ଟ ଭୋଗରେ, ଅନେକ ଥର ଉଜାଗରରେ, କ୍ଷୁଧା ଓ ତୃଷ୍ଣାରେ , ଅନେକ ଥର ଉପବାସରେ, ଶୀତ ଓ ଉଲଙ୍ଗତାରେ।
2 Corinthians 13:5 in Oriya 5 ତୁମ୍ଭେମାନେ ବିଶ୍ୱାସରେ ଅଛ କି ନାହିଁ, ସେ ବିଷୟରେ ଆପଣା ଆପଣାକୁ ପରୀକ୍ଷା କର, ଆପଣା ଆପଣାର ବିଚାର କର କିମ୍ବା ଯୀଶୁ ଖ୍ରୀଷ୍ଟ ଯେ ତୁମ୍ଭମାନଙ୍କଠାରେ ଅଛନ୍ତି, ଏହା କି ତୁମ୍ଭେମାନେ ନିଜ ନିଜ ବିଷୟରେ ଜାଣ ନାହିଁ ? ଯଦି ଏହା ନ ହୁଏ, ତାହାହେଲେ ତୁମ୍ଭେମାନେ ପରୀକ୍ଷାସିଦ୍ଧ ନୁହଁ।
Colossians 3:5 in Oriya 5 ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;
2 Timothy 2:22 in Oriya 22 କିନ୍ତୁ ତୁମ୍ଭେ ଯୌବନ କାଳର ଅଭିଳାଷରୁ ପଳାୟନ କରି, ଯେଉଁମାନେ ଶୁଚି ହୃଦୟରେ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରନ୍ତି, ସେମାନଙ୍କ ସହିତ ଧାର୍ମିକତା, ବିଶ୍ୱାସ, ପ୍ରେମ ଓ ଶାନ୍ତିର ଅନୁଗାମୀ ହୁଅ।
1 Peter 2:11 in Oriya 11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
2 Peter 2:15 in Oriya 15 ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;