1 John 1:2 in Oriya 2 ସେହି ଜୀବନ ପ୍ରକାଶିତ ହେଲେ, ଆଉ ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ; ଯେଉଁ ଅନନ୍ତ ଜୀବନ ପିତାଙ୍କ ସଙ୍ଗରେ ଥିଲେ ଓ ଆମ୍ଭମାନଙ୍କ ନିକଟରେ ପ୍ରକାଶିତ ହେଲେ, ତାହାଙ୍କ ବିଷୟରେ ତୁମ୍ଭମାନଙ୍କୁ ଜଣାଉଅଛୁ।
Other Translations King James Version (KJV) (For the life was manifested, and we have seen it, and bear witness, and shew unto you that eternal life, which was with the Father, and was manifested unto us;)
American Standard Version (ASV) (and the life was manifested, and we have seen, and bear witness, and declare unto you the life, the eternal `life', which was with the Father, and was manifested unto us);
Bible in Basic English (BBE) (And the life was made clear to us, and we have seen it and are witnessing to it and giving you word of that eternal life which was with the Father and was seen by us);
Darby English Bible (DBY) (and the life has been manifested, and we have seen, and bear witness, and report to you the eternal life, which was with the Father, and has been manifested to us:)
World English Bible (WEB) (and the life was revealed, and we have seen, and testify, and declare to you the life, the eternal life, which was with the Father, and was revealed to us);
Young's Literal Translation (YLT) and the Life was manifested, and we have seen, and do testify, and declare to you the Life, the age-during, which was with the Father, and was manifested to us --
Cross Reference Proverbs 8:22 in Oriya 22 ସଦାପ୍ରଭୁ ନିଜ ଗତିର ଆରମ୍ଭରେ, ତାହାଙ୍କ କର୍ମସକଳର ପୂର୍ବରେ ମୋତେ ଅଧିକାର କରିଥିଲେ।
John 1:1 in Oriya 1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଇଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ।
John 1:4 in Oriya 4 ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।
John 1:18 in Oriya 18 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ, ପିତାଙ୍କ କୋଳସ୍ଥିତ ଅଦ୍ୱିତୀୟ ପୁତ୍ର ତାହାଙ୍କୁ ପ୍ରକାଶ କଲେ।
John 3:13 in Oriya 13 ଆଉ, ଯେଉଁ ମନୁଷ୍ୟପୁତ୍ର ସ୍ୱର୍ଗରୁ ଅବତରଣ କଲେ, ତାହାଙ୍କ ବିନା ଆଉ କେହି ସ୍ୱର୍ଗାରୋହଣ କରି ନାହିଁ।
John 7:29 in Oriya 29 ମୁଁ ତାହାଙ୍କୁ ଜାଣେ, କାରଣ ମୁଁ ତାହାଙ୍କଠାରୁ ଉତ୍ପନ୍ନ, ଆଉ ସେ ମୋତେ ପ୍ରେରଣ କଲେ।
John 8:38 in Oriya 38 ମୁଁ ପିତାଙ୍କ ନିକଟରେ ଯାହା ଯାହା ଦେଖିଅଛି, ସେହି ସବୁ କହୁଅଛି; ଅତଏବ, ତୁମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ପିତା ନିକଟରୁ ଯାହା ଯାହା ଶୁଣିଅଛ, ସେହି ସବୁ କର।
John 11:25 in Oriya 25 ଯୀଶୁ ତାଙ୍କୁ କହିଲେ, ମୁଁ ପୁନରୁତ୍ଥାନ ଓ ଜୀବନ; ଯେ ମୋ'ଠାରେ ବିଶ୍ୱାସ କରେ, ସେ ଯଦ୍ୟପି ମରେ, ତଥାପି ସେ ବଞ୍ଚିବ,
John 14:6 in Oriya 6 ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ।
John 15:27 in Oriya 27 ଆଉ, ତୁମ୍ଭେମାନେ ମଧ୍ୟ ସାକ୍ଷୀ, କାରଣ ତୁମ୍ଭେମାନେ ଆରମ୍ଭରୁ ମୋ' ସହିତ ରହିଅଛ।
John 16:28 in Oriya 28 ମୁଁ ପିତାଙ୍କ ନିକଟରୁ ଜଗତକୁ ଆସିଅଛି; ପୁନର୍ବାର ମୁଁ ଜଗତ ପରିତ୍ୟାଗ କରି ପିତାଙ୍କ ନିକଟକୁ ଯାଉଅଛି।
John 17:3 in Oriya 3 ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।
John 17:5 in Oriya 5 ଆଉ ଏବେ, ହେ ପିତା, ଜଗତର ସୃଷ୍ଟି ପୂର୍ବେ ତୁମ୍ଭ ସହିତ ମୋହର ଯେଉଁ ମହିମା ଥିଲା, ତଦ୍ବାରା ତୁମ୍ଭେ ମୋତେ ତୁମ୍ଭ ସହିତ ମହିମାନ୍ୱିତ କର।
John 21:14 in Oriya 14 ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହେଲା ଉତ୍ତାରେ ଯୀଶୁ ଶିଷ୍ୟମାନଙ୍କୁ ଏହି ତୃତୀୟ ଥର ଦର୍ଶନ ଦେଲେ।
Acts 1:22 in Oriya 22 ସେହି ସମୟରେ ଯେଉଁ ଲୋକମାନେ ଆମ୍ଭମାନଙ୍କ ସଙ୍ଗୀ ହୋଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ଆମ୍ଭମାନଙ୍କ ସହିତ ତାହାଙ୍କ ପୁନରୁତ୍ଥାନର ସାକ୍ଷୀ ହେବା ଆବଶ୍ୟକ।
Acts 2:32 in Oriya 32 ଏହି ଯୀଶୁଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେହି ବିଷୟରେ ଅମ୍ଭେମାନେ ସମସ୍ତେ ସାକ୍ଷୀ।
Acts 3:15 in Oriya 15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।
Acts 5:32 in Oriya 32 ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ୱର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ।
Acts 10:41 in Oriya 41 ସମସ୍ତ ଲୋକଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ ନାହିଁ, ମାତ୍ର ଇଶ୍ବରଙ୍କ ଦ୍ୱାରା ପୂର୍ବନିରୂପିତ ସାକ୍ଷୀ ଯେ ଆମ୍ଭେମାନେ, ଆମ୍ଭମାନଙ୍କର ପ୍ରତ୍ୟକ୍ଷ ହେବାକୁ ଦେଲେ। ସେ ମୃତମାନଙ୍କ ମଧ୍ୟରୁ ଉଠିଲା ପରେ ଆମ୍ଭେମାନେ ତାହାଙ୍କ ସହିତ ଭୋଜନପାନ କଲୁ,
Romans 8:3 in Oriya 3 ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ମୋଶାଙ୍କ ବ୍ୟବସ୍ଥା ଯାହା ସାଧନ କରି ପାରିଲା ନାହିଁ, ତାହା ଈଶ୍ୱର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,
Romans 16:25 in Oriya 25 ଯେଉଁ ଈଶ୍ୱର ମୋହର ସୁସମାଚାର ଓ ଯୀଶୁଖ୍ରୀଷ୍ଟଙ୍କ ବିଷୟକ ପ୍ରଚାର ଅନୁସାରେ, ଅର୍ଥାତ୍ ଯେଉଁ ନିଗୂଢ଼ତତ୍ତ୍ୱ ପ୍ରାଚୀନ କାଳରୁ ଗୁପ୍ତ ଥିଲା,
Galatians 4:4 in Oriya 4 କିନ୍ତୁ କାଳ ସମ୍ପୂର୍ଣ୍ଣ ହୁଅନ୍ତେ, ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କୁ ପ୍ରେରଣ କଲେ; ସେ ସ୍ତ୍ରୀଜାତ ହୋଇ ମୋଶାଙ୍କ ବ୍ୟବସ୍ଥାଧୀନ ହେଲେ,
1 Timothy 3:16 in Oriya 16 ଈଶ୍ୱରପରାୟଣତାର ନିଗୂଢ଼ତତ୍ତ୍ୱ ଯେ ମହତ୍, ଏହା ସମସ୍ତେ ସ୍ୱୀକାର କରନ୍ତି। ତାହା ଏହି, ସେ ଦେହବନ୍ତ ହୋଇ ପ୍ରକାଶିତ ହେଲେ, ଆତ୍ମାରେ ଧାର୍ମିକ ବୋଲି ପ୍ରମାଣିତ ହେଲେ, ଦୂତମାନଙ୍କ ଦ୍ୱାରା ଦେଖାଗଲେ, ଜାତିମାନଙ୍କ ମଧ୍ୟରେ ପ୍ରଚାରିତ ହେଲେ, ଜଗତରେ ବିଶ୍ୱାସପାତ୍ର ହେଲେ, ଗୌରବରେ ଗୃହୀତ ହେଲେ।
2 Timothy 1:10 in Oriya 10 କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;
Titus 1:2 in Oriya 2 ଇଶ୍ବରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥି ନିମନ୍ତେ ମୁଁ ପ୍ରେରିତ ହୋଇଅଛି;
1 Peter 5:1 in Oriya 1 ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,
1 John 1:1 in Oriya 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
1 John 3:5 in Oriya 5 ଆଉ ତୁମ୍ଭେମାନେ ଜାଣ ଯେ, ସେ ପାପ ବୋହିନେଇଯିବା ପାଇଁ ପ୍ରକାଶିତ ହେଲେ, ଆଉ ତାହାଙ୍କଠାରେ ପାପ ନାହିଁ।
1 John 3:8 in Oriya 8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଇଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।
1 John 5:11 in Oriya 11 ସେହି ସାକ୍ଷ୍ୟ ଏହି ଯେ, ଈଶ୍ୱର ଆମ୍ଭମାନଙ୍କୁ ଅନନ୍ତ ଜୀବନ ଦେଇଅଛନ୍ତି, ପୁଣି, ସେହି ଜୀବନ ତାହାଙ୍କ ପୁତ୍ରଙ୍କଠାରେ ଅଛି।
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।