1 John 1:7 in Oriya 7 କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
Other Translations King James Version (KJV) But if we walk in the light, as he is in the light, we have fellowship one with another, and the blood of Jesus Christ his Son cleanseth us from all sin.
American Standard Version (ASV) but if we walk in the light, as he is in the light, we have fellowship one with another, and the blood of Jesus his Son cleanseth us from all sin.
Bible in Basic English (BBE) But if we are walking in the light, as he is in the light, we are all united with one another, and the blood of Jesus his Son makes us clean from all sin.
Darby English Bible (DBY) But if we walk in the light as *he* is in the light, we have fellowship with one another, and the blood of Jesus Christ his Son cleanses us from all sin.
World English Bible (WEB) But if we walk in the light, as he is in the light, we have fellowship with one another, and the blood of Jesus Christ, his Son, cleanses us from all sin.
Young's Literal Translation (YLT) and if in the light we may walk, as He is in the light -- we have fellowship one with another, and the blood of Jesus Christ His Son doth cleanse us from every sin;
Cross Reference Psalm 56:13 in Oriya 13 କାରଣ ତୁମ୍ଭେ ମୃତ୍ୟୁୁରୁ ମୋ' ପ୍ରାଣକୁ ଉଦ୍ଧାର କରିଅଛ; ଯେପରି ମୁଁ ଜୀବିତମାନଙ୍କ ଦୀପ୍ତିରେ ପରମେଶ୍ୱରଙ୍କ ସମ୍ମୁଖରେ ଗମନାଗମନ କରିବି; ଏଥିପାଇଁ ତୁମ୍ଭେ କ'ଣ ପତନରୁ ମୋ' ଚରଣକୁ ଉଦ୍ଧାର କରିବ ନାହିଁ ?
Psalm 89:15 in Oriya 15 ଯେଉଁ ଲୋକେ ଆନନ୍ଦଧ୍ୱନି ଜାଣନ୍ତି, ସେମାନେ ଧନ୍ୟ; ହେ ସଦାପ୍ରଭୁ, ସେମାନେ ତୁମ୍ଭ ମୁଖର ଦୀପ୍ତିରେ ଗମନାଗମନ କରନ୍ତି।
Psalm 97:11 in Oriya 11 ଧାର୍ମିକମାନଙ୍କ ପାଇଁ ଦୀପ୍ତି ଓ ସରଳମନାମାନଙ୍କ ପାଇଁ ଆନନ୍ଦ ବୁଣା ଯାଇଅଛି।
Psalm 104:2 in Oriya 2 ତୁମ୍ଭେ ବସ୍ତ୍ର ପରି ଦୀପ୍ତି ପରିଧାନ କରିଅଛ; ତୁମ୍ଭେ ଚନ୍ଦ୍ରାତପ ପରି ଆକାଶମଣ୍ଡଳ ବିସ୍ତାର କରିଅଛ।
Isaiah 2:5 in Oriya 5 ହେ ଯାକୁବ ବଂଶ, ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଦୀପ୍ତିରେ ଗମନ କରୁ।
Amos 3:3 in Oriya 3 ଏକ ପରାମର୍ଶ ନ ହେଲେ କି ଦୁଇ ଜଣ ଏକତ୍ର ଗମନ କରିବେ ?
Zechariah 13:1 in Oriya 1 ସେହି ଦିନ ପାପ ଓ ଅଶୁଚିତାର ନିମନ୍ତେ ଦାଉଦ-ବଂଶର ଓ ଯିରୂଶାଲମର ନିବାସୀଗଣର ପ୍ରତି ଏକ ନିର୍ଝର ଖୋଲାଯିବ।
John 1:29 in Oriya 29 ତହିଁ ଆରଦିନ ସେ ଯୀଶୁଙ୍କୁ ନିଜ ପାଖକୁ ଆସୁଥିବା ଦେଖି କହିଲେ, ଏହି ଦେଖ, ଇଶ୍ବରଙ୍କ ମେଷଶାବକ, ଯେ ଜଗତର ପାପ ବୋହିନେଇଯାଆନ୍ତି।
John 12:35 in Oriya 35 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥି ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।
Romans 13:12 in Oriya 12 ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ।
1 Corinthians 6:11 in Oriya 11 ଆଉ, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି ଏହି ପ୍ରକାର ଥିଲ; କିନ୍ତୁ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ଓ ଆମ୍ଭମାନଙ୍କ ଇଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭେମାନେ ଧୌତ ହୋଇଅଛ, ପବିତ୍ରୀକୃତ ହୋଇଅଛ ଓ ଧାର୍ମିକ ବୋଲି ଗଣିତ ହୋଇଅଛ।
Ephesians 1:7 in Oriya 7 ତାହାଙ୍କ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ସେହି ପ୍ରିୟତମଙ୍କ ଠାରେ ତାହାଙ୍କ ରକ୍ତ ଦ୍ୱାରା ମୁକ୍ତି, ଅର୍ଥାତ୍ ଅପରାଧ ସବୁର କ୍ଷମା ପ୍ରାପ୍ତ ହୋଇଅଛୁ।
Ephesians 5:8 in Oriya 8 କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ଵରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ଵରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
1 Timothy 6:16 in Oriya 16 ଯେ ଏକମାତ୍ର ଅମର ଓ ଅଗମ୍ୟ ଜ଼୍ୟୋତିର୍ନିବାସୀ, ଯାହାଙ୍କୁ କୌଣସି ମର୍ତ୍ତ୍ୟ କେବେ ଦେଖି ନାହିଁ ବା ଦେଖି ପାରେ ନାହିଁ, ସେ ଉପଯୁକ୍ତ ସମୟରେ ତାହା ଦର୍ଶାଇବେ; ଅନନ୍ତକାଳ ପର୍ଯ୍ୟନ୍ତ ତାହାଙ୍କ ସମ୍ଭ୍ରମ ଓ ପରାକ୍ରମ ପ୍ରକାଶିତ ହେଉ। ଆମେନ୍।
Hebrews 9:14 in Oriya 14 ତେବେ ଯେଉଁ ଖ୍ରୀଷ୍ଟ ଚିରନ୍ତନ ଆତ୍ମାଙ୍କ ଦ୍ୱାରା ଆପଣାକୁ ନିଖୁନ୍ତ ବଳି ସ୍ୱରୂପେ ଇଶ୍ବରଙ୍କ ନିକଟରେ ଉତ୍ସର୍ଗ କଲେ, ତାହାଙ୍କ ରକ୍ତ କେତେ ଅଧିକ ପରିମାଣରେ ଜୀବିତ ଇଶ୍ବରଙ୍କ ସେବା କରିବା ନିମନ୍ତେ ମୃତ କର୍ମରୁ ଆମ୍ଭମାନଙ୍କ ବିବେକକୁ ଶୁଦ୍ଧ ନ କରିବ !
James 1:17 in Oriya 17 ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ।
1 Peter 1:19 in Oriya 19 ବରଂ ନିଖୁନ୍ତ ଓ ନିଷ୍କଳଙ୍କ ମେଷଶାବକ ସଦୃଶ ଖ୍ରୀଷ୍ଟଙ୍କ ବହୁମୂଲ୍ୟ ରକ୍ତରେ ମୁକ୍ତ ହୋଇଅଛ।
1 John 1:3 in Oriya 3 ଯାହା ଆମ୍ଭେମାନେ ଦେଖିଅଛୁ ଓ ଶୁଣିଅଛୁ, ତାହା ତୁମ୍ଭମାନଙ୍କୁ ମଧ୍ୟ ଜଣାଉଅଛୁ, ଯେପରି ତୁମ୍ଭମାନଙ୍କର ମଧ୍ୟ ଆମ୍ଭମାନଙ୍କ ସହିତ ସହଭାଗିତା ହୋଇ ପାରେ; ଆଉ ଆମ୍ଭମାନଙ୍କର ସହଭାଗିତା ପିତା ଓ ତାହାଙ୍କର ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କ ସହିତ ଅଛି।
1 John 1:5 in Oriya 5 ଆମ୍ଭେମାନେ ତାହାଙ୍କଠାରୁ ଯେଉଁ ସମ୍ବାଦ ଶୁଣିଅଛୁ ଓ ତୁମ୍ଭମାନଙ୍କୁ ଜଣାଉଅଛୁ, ତାହା ଏହି, ଈଶ୍ୱର ଜ୍ୟୋତିଃସ୍ୱରୂପ, ଆଉ ତାହାଙ୍କଠାରେ ଅନ୍ଧକାରର ଲେଶ ନାହିଁ।
1 John 2:1 in Oriya 1 ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।
1 John 2:9 in Oriya 9 ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି।
1 John 5:6 in Oriya 6 ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।
1 John 5:8 in Oriya 8 ଏହି ପୃଥିବୀରେ ଆତ୍ମା, ଜଳ ଏବଂ ରକ୍ତ ସାକ୍ଷ୍ୟ ଦିଅନ୍ତି ଏବଂ ସେମାନେ ଏକ।
2 John 1:4 in Oriya 4 ତୁମ୍ଭର ସନ୍ତାନମାନଙ୍କ ମଧ୍ୟରୁ କେତେକଙ୍କୁ ପିତାଙ୍କଠାରୁ ପ୍ରାପ୍ତ ଆଜ୍ଞାନୁଯାୟୀ ସତ୍ୟରେ ଆଚରଣ କରୁଥିବା ଦେଖି ମୁଁ ବିଶେଷ ଆନନ୍ଦିତ।
3 John 1:4 in Oriya 4 ମୋହର ସନ୍ତାନମାନେ ଯେ ସତ୍ୟରେ ଆଚରଣ କରୁଅଛନ୍ତି, ଏହା ଶୁଣିବାଠାରୁ ମୋର ଆନନ୍ଦର ଆଉ ବଡ଼ ବିଷୟ ନାହିଁ।
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Revelation 7:14 in Oriya 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।
Revelation 12:11 in Oriya 11 ଆଉ ସେମାନେ ମେଷଶାବକଙ୍କ ରକ୍ତ ଓ ଆପଣା ଆପଣା ସାକ୍ଷ୍ୟର ବାକ୍ୟ ଦ୍ୱାରା ତାହାକୁ ଜୟ କରିଅଛନ୍ତି, ପୁଣି, ସେମାନେ ମୃତ୍ୟୁ ପର୍ଯ୍ୟନ୍ତ ଆପଣା ଆପଣା ପ୍ରାଣକୁ ପ୍ରିୟ ଜ୍ଞାନ କରି ନ ଥିଲେ।