1 John 2:13 in Oriya 13 ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
Other Translations King James Version (KJV) I write unto you, fathers, because ye have known him that is from the beginning. I write unto you, young men, because ye have overcome the wicked one. I write unto you, little children, because ye have known the Father.
American Standard Version (ASV) I write unto you, fathers, because ye know him who is from the beginning. I write unto you, young men, because ye have overcome the evil one. I have written unto you, little children, because ye know the Father.
Bible in Basic English (BBE) I am writing to you, fathers, because you have knowledge of him who was from the first. I am writing to you, young men, because you have overcome the Evil One. I have sent a letter to you, children, because you have knowledge of the Father.
Darby English Bible (DBY) I write to you, fathers, because ye have known him [that is] from the beginning. I write to you, young men, because ye have overcome the wicked [one]. I write to you, little children, because ye have known the Father.
World English Bible (WEB) I write to you, fathers, because you know him who is from the beginning. I write to you, young men, because you have overcome the evil one. I write to you, little children, because you know the Father.
Young's Literal Translation (YLT) I write to you, fathers, because ye have known him who `is' from the beginning; I write to you, young men, because ye have overcome the evil. I write to you, little youths, because ye have known the Father:
Cross Reference Psalm 90:2 in Oriya 2 ପର୍ବତଗଣର ଉତ୍ପତ୍ତିର ଓ ତୁମ୍ଭ ଦ୍ୱାରା ପୃଥିବୀ ଓ ଜଗତର ସୃଷ୍ଟିର ପୂର୍ବଠାରୁ ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ତୁମ୍ଭେ ପରମେଶ୍ୱର ଅଟ।
Psalm 91:14 in Oriya 14 ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।
Psalm 148:12 in Oriya 12 ଯୁବକ ଓ ଯୁବତୀମାନେ; ବୃଦ୍ଧ ଓ ବାଳକମାନେ;
Proverbs 20:29 in Oriya 29 ଯୁବାମାନଙ୍କର ବଳ ସେମାନଙ୍କର ଭୂଷଣ, ବୃଦ୍ଧମାନଙ୍କର ପକ୍ୱକେଶ ସେମାନଙ୍କର ଶୋଭା।
Joel 2:28 in Oriya 28 ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।
Zechariah 9:17 in Oriya 17 ଯେହେତୁ ତାଙ୍କ ମଙ୍ଗଳଭାବ କିପରି ମହତ ଓ ତାଙ୍କର ସୌନ୍ଦର୍ଯ୍ୟ କିପରି ମହତ ! ଶସ୍ୟ ଯୁବାଗଣକୁ ଓ ନୂତନ ଦ୍ରାକ୍ଷାରସ ଯୁବତୀଗଣକୁ ବର୍ଦ୍ଧିଷ୍ଣୁ କରିବ।
Matthew 11:27 in Oriya 27 ମୋର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋ'ବିଷୟ ମୋଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
Matthew 13:19 in Oriya 19 ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
Matthew 13:38 in Oriya 38 କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
Luke 10:22 in Oriya 22 ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋ’ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।
John 8:19 in Oriya 19 ସେଥିରେ ସେମାନେ ତାହାଙ୍କୁ ପଚାରିବାକୁ ଲାଗିଲେ, ତୁମ୍ଭର ପିତା କାହାନ୍ତି ? ଯୀଶୁ ଉତ୍ତର ଦେଲେ, ତୁମ୍ଭେମାନେ ମୋତେ ଜାଣ ନାହିଁ କିମ୍ବା ମୋହର ପିତାଙ୍କୁ ମଧ୍ୟ ଜାଣ ନାହିଁ; ଯଦି ମୋତେ ଜାଣନ୍ତ, ତେବେ ମୋହର ପିତାଙ୍କୁ ମଧ୍ୟ ଜାଣନ୍ତ।
John 8:54 in Oriya 54 ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ୱର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି;
John 14:7 in Oriya 7 ଯଦି ତୁମ୍ଭେମାନେ ମୋତେ ଜାଣିଥାଆନ୍ତ, ତାହାହେଲେ ମୋହର ପିତାଙ୍କୁ ମଧ୍ୟ ଜାଣିଥାଆନ୍ତ; ଏବେ ହେଁ ତାହାଙ୍କୁ ଜାଣୁଅଛ ଓ ତାହାଙ୍କୁ ଦେଖିଅଛ।
John 14:9 in Oriya 9 ଯୀଶୁ ତାହାଙ୍କୁ କହିଲେ, ଫିଲିପ୍ପ, ଏତେକାଳ ମୁଁ ତୁମ୍ଭମାନଙ୍କ ସାଙ୍ଗରେ ଅଛି, ଆଉ ତୁମ୍ଭେ କ'ଣ ମୋତେ ଜାଣିଲ ନାହିଁ ? ଯେ ମୋତେ ଦର୍ଶନ କରିଅଛି, ସେ ପିତାଙ୍କୁ ଦର୍ଶନ କରିଅଛି; ଆମ୍ଭମାନଙ୍କୁ ପିତାଙ୍କୁ ଦର୍ଶନ କରାଉନ୍ତୁ ବୋଲି ତୁମ୍ଭେ କିପରି କହୁଅଛ ?
John 16:3 in Oriya 3 ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାଁନ୍ତି।
John 17:3 in Oriya 3 ଆଉ, ଏକମାତ୍ର ସତ୍ୟ ଈଶ୍ୱର ଯେ ତୁମ୍ଭେ, ତୁମ୍ଭକୁ ଓ ତୁମ୍ଭର ପ୍ରେରିତ ଯୀଶୁ ଖ୍ରୀଷ୍ଟଙ୍କୁ ଜାଣିବା ଅନନ୍ତ ଜୀବନ ଅଟେ।
John 17:21 in Oriya 21 ଯେପରି ସେମାନେ ସମସ୍ତେ ଏକ ହୁଅନ୍ତି; ହେ ପିତା, ତୁମ୍ଭେ ଯେପ୍ରକାରେ ମୋ'ଠାରେ ଅଛ ଓ ମୁଁ ତୁମ୍ଭଠାରେ ଅଛି, ସେମାନେ ମଧ୍ୟ ସେପ୍ରକାରେ ଆମ୍ଭମାନଙ୍କଠାରେ ରହନ୍ତୁ, ଯେପରି ତୁମ୍ଭେ ମୋତେ ପ୍ରେରଣ କଲ ବୋଲି ଜଗତ ବିଶ୍ୱାସ କରେ।
2 Corinthians 4:6 in Oriya 6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଇଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
Ephesians 6:10 in Oriya 10 ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ।
1 Timothy 5:1 in Oriya 1 ତୁମ୍ଭେ ବୃଦ୍ଧ ବ୍ୟକ୍ତିଙ୍କୁ ଭର୍ତ୍ସନା କର ନାହିଁ, କିନ୍ତୁ ତାହାକୁ ପିତା ବୋଲି ଭାବି ଆଚରଣ କର; ଯୁବକମାନଙ୍କୁ ଭାଇ ପରି,
Titus 2:6 in Oriya 6 ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ;
1 Peter 5:8 in Oriya 8 ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;
1 John 1:1 in Oriya 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
1 John 2:1 in Oriya 1 ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।
1 John 2:3 in Oriya 3 ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।
1 John 2:12 in Oriya 12 ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତାହାଙ୍କ ନାମ ସକାଶେ ତୁମ୍ଭମାନଙ୍କର ପାପ କ୍ଷମା ହୋଇଅଛି।
1 John 2:14 in Oriya 14 ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ। ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଇଶ୍ବରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
1 John 3:12 in Oriya 12 ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା ? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।
1 John 4:4 in Oriya 4 ହେ ବତ୍ସଗଣ, ତୁମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ, ଆଉ ତୁମ୍ଭେମାନେ ସେମାନଙ୍କୁ ଜୟ କରିଅଛ, କାରଣ ତୁମ୍ଭମାନଙ୍କଠାରେ ଯେ ଅଛନ୍ତି, ସେ, ଜଗତରେ ଯେ ଅଛି, ତାହାଠାରୁ ମହାନ।
1 John 5:4 in Oriya 4 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
1 John 5:18 in Oriya 18 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।
1 John 5:20 in Oriya 20 ଆହୁରି ମଧ୍ୟ ଆମ୍ଭେମାନେ ଜାଣୁ ଯେ, ଇଶ୍ବରଙ୍କ ପୁତ୍ର ଆସିଅଛନ୍ତି ଏବଂ ସତ୍ୟମୟଙ୍କୁ ଜାଣିବା ନିମନ୍ତେ ଆମ୍ଭମାନଙ୍କୁ ଜ୍ଞାନ ଦେଇଅଛନ୍ତି; ପୁଣି, ଆମ୍ଭେମାନେ ସେହି ସତ୍ୟମୟଙ୍କଠାରେ, ଅର୍ଥାତ୍, ତାହାଙ୍କ ପୁତ୍ର ଯୀଶୁ ଖ୍ରୀଷ୍ଟଙ୍କଠାରେ ଥାଉ। ସେ ସତ୍ୟ ଈଶ୍ୱର ଓ ଅନନ୍ତ ଜୀବନ ଅଟନ୍ତି।