1 John 2:16 in Oriya 16 କାରଣ ଶାରୀରିକ ଅଭିଳାଷ, ଚକ୍ଷୁର ଅଭିଳାଷ ଓ ଲୌକିକ ଗର୍ବ, ସଂସାରରେ ଥିବା ଏହି ସମସ୍ତ ବିଷୟ ପିତାଙ୍କଠାରୁ ନୁହେଁ, ମାତ୍ର ସଂସାରରୁ ଉତ୍ପନ୍ନ ହୋଇଥାଏ।
Other Translations King James Version (KJV) For all that is in the world, the lust of the flesh, and the lust of the eyes, and the pride of life, is not of the Father, but is of the world.
American Standard Version (ASV) For all that is in the world, the lust of the flesh and the lust of the eyes and the vain glory of life, is not of the Father, but is of the world.
Bible in Basic English (BBE) Because everything in the world, the desire of the flesh, the desire of the eyes, and the pride of life, is not of the Father but of the world.
Darby English Bible (DBY) because all that [is] in the world, the lust of the flesh, and the lust of the eyes, and the pride of life, is not of the Father, but is of the world.
World English Bible (WEB) For all that is in the world, the lust of the flesh, the lust of the eyes, and the pride of life, isn't the Father's, but is the world's.
Young's Literal Translation (YLT) because all that `is' in the world -- the desire of the flesh, and the desire of the eyes, and the ostentation of the life -- is not of the Father, but of the world,
Cross Reference Genesis 3:6 in Oriya 6 ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।
Genesis 6:2 in Oriya 2 ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
Numbers 11:4 in Oriya 4 ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ-ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ?
Numbers 11:34 in Oriya 34 ତହିଁରେ ସେହି ସ୍ଥାନର ନାମ କିବ୍ରୋତ୍-ହତ୍ତାବା ହେଲା; ଯେହେତୁ ସେମାନେ ସେହି ସ୍ଥାନରେ ଲୋକମାନଙ୍କୁ କବର ଦେଲେ।
Joshua 7:21 in Oriya 21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋ' ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।
Esther 1:3 in Oriya 3 ଆପଣା ଅଧିକାରର ତୃତୀୟ ବର୍ଷରେ ଆପଣା ସକଳ ଅଧିପତି ଓ ଦାସମାନଙ୍କ ପାଇଁ ଭୋଜ ପ୍ରସ୍ତୁତ କଲେ; ତହିଁରେ ପାରସ୍ୟ ଓ ମାଦୀୟା ଦେଶର ବିକ୍ରମୀ ଲୋକମାନେ ପୁଣି କୁଳୀନ ଓ ପ୍ରଦେଶାଧିପତିମାନେ ତାହାର ସାକ୍ଷାତରେ ଉପସ୍ଥିତ ହେଲେ।
Job 31:1 in Oriya 1 ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି ?
Psalm 73:6 in Oriya 6 ଏହେତୁ ଅହଙ୍କାର ସେମାନଙ୍କ ଗଳାର ହାର ସ୍ୱରୂପ ହୁଏ; ଦୌରାତ୍ମ୍ୟ ବସ୍ତ୍ର ପରି ସେମାନଙ୍କୁ ଆଚ୍ଛାଦନ କରେ।
Psalm 78:18 in Oriya 18 ପୁଣି, ସେମାନେ ଆପଣାମାନଙ୍କ ଅଭିଳାଷ ପୂରଣାର୍ଥେ ଭକ୍ଷ୍ୟ ମାଗି ଆପଣା ଆପଣା ମନରେ ପରମେଶ୍ୱରଙ୍କର ପରୀକ୍ଷା କଲେ।
Psalm 78:30 in Oriya 30 ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ
Psalm 119:36 in Oriya 36 ଲୋଭ ପ୍ରତି ନୁହେଁ, ମାତ୍ର ତୁମ୍ଭ ପ୍ରମାଣ-ବାକ୍ୟ ପ୍ରତି ମୋ' ଚିତ୍ତର ସ୍ନେହ ଜନ୍ମାଅ।
Proverbs 6:25 in Oriya 25 ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।
Proverbs 27:20 in Oriya 20 ଯେପରି ପାତାଳ ଓ ବିନାଶ-ସ୍ଥାନ କେତେବେଳେ ତୃପ୍ତ ନୁହେଁ, ସେପରି ମନୁଷ୍ୟର ଚକ୍ଷୁ କେତେବେଳେ ତୃପ୍ତ ନୁହେଁ।
Ecclesiastes 5:10 in Oriya 10 ଯେଉଁ ଲୋକ ରୂପା ଭଲ ପାଏ, ସେ ରୂପାରେ ତୃପ୍ତ ହେବ ନାହିଁ; କିଅବା ଯେଉଁ ଲୋକ ପ୍ରଚୁରତା ଭଲ ପାଏ, ସେ ଆୟବୃଦ୍ଧିରେ ତୃପ୍ତ ହେବ ନାହିଁ; ଏହା ହିଁ ଅସାର।
Daniel 4:30 in Oriya 30 ରାଜା ଏହି କଥା କହିଲା, ମୁଁ ଆପଣା ବଳର ପ୍ରଭାବରେ ଓ ଆପଣା ପ୍ରତାପର ମହିମା ନିମନ୍ତେ ରାଜଧାନୀ କରିବା ପାଇଁ ଯାହା ନିର୍ମାଣ କରିଅଛି, ଏହି କି ସେହି ମହତୀ ବାବିଲ ନୁହେଁ ?
Matthew 4:8 in Oriya 8 ପୁଣି, ଥରେ ଶୟତାନ ଯୀଶୁଙ୍କୁ ଗୋଟିଏ ଅତି ଉଚ୍ଚ ପର୍ବତ ଉପରକୁ ନେଇଯାଇ ଜଗତର ସମସ୍ତ ରାଜ୍ୟ ଓ ସେ ସବୁର ଏୗଶ୍ୱର୍ଯ୍ୟ ଦେଖାଇ କହିଲା,
Matthew 5:28 in Oriya 28 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।
Luke 4:5 in Oriya 5 ଆଉ ସେ ତାହାଙ୍କୁ ଉପରକୁ ନେଇଯାଇ ଏକ ମୁହୂର୍ତ୍ତ ମଧ୍ୟରେ ପୃଥିବୀର ସମସ୍ତ ରାଜ୍ୟ ତାହାଙ୍କୁ ଦେଖାଇଲା।
Romans 13:14 in Oriya 14 ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ।
1 Corinthians 10:6 in Oriya 6 ସେମାନେ ଯେପ୍ରକାର ମନ୍ଦ ବିଷୟରେ ଅଭିଳାଷୀ ହୋଇଥିଲେ, ଆମ୍ଭେମାନେ ଯେପରି ସେପ୍ରକାରେ ଅଭିଳାଷୀ ନ ହେଉ, ଏଥି ନିମନ୍ତେ ଏହି ସମସ୍ତ ବିଷୟ ଆମ୍ଭମାନଙ୍କ ପକ୍ଷରେ ଦୃଷ୍ଟାନ୍ତ ସ୍ୱରୂପ ହୋଇଅଛି।
Galatians 5:17 in Oriya 17 କାରଣ ଶରୀରର ଅଭିଳାଷ ଆତ୍ମାଙ୍କ ପ୍ରତିକୂଳ, ଆଉ ଆତ୍ମାଙ୍କ ଅଭିଳାଷ ଶରୀରର ପ୍ରତିକୂଳ, ଯେଣୁ ଏହି ଦୁଇ ପରସ୍ପରର ବିପରୀତ; ଫଳତଃ ତୁମ୍ଭେମାନେ ଯାହା ଯାହା ଇଚ୍ଛା କର, ସେହି ସବୁ କରି ପାର ନାହିଁ।
Galatians 5:24 in Oriya 24 ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି।
Ephesians 2:3 in Oriya 3 ସେହି ଅନାଜ୍ଞାବହ ସନ୍ତାନମାନଙ୍କ ସହିତ ଆମ୍ଭେମାନେ ସମସ୍ତେ ମଧ୍ୟ ଏକ ସମୟରେ ଆମ୍ଭମାନଙ୍କ ଶାରୀରିକ ଅଭିଲାଷ ଅନୁସାରେ ଜୀବନ ଯାପନ କରି ଶାରୀରିକ ଓ ମନର କାମନା ପୂର୍ଣ୍ଣ କରୁଥିଲୁ, ପୁଣି, ଅନ୍ୟମାନଙ୍କ ପରି ସୁଦ୍ଧା ସ୍ୱଭାବତଃ କ୍ରୋଧର ପାତ୍ର ଥିଲୁ;
Titus 2:12 in Oriya 12 ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନ ଯାପନ କରୁ,
Titus 3:3 in Oriya 3 କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ।
James 3:15 in Oriya 15 ଏପରି ଜ୍ଞାନ ଊର୍ଦ୍ଧ୍ୱରୁ ଆଗତ ନୁହେଁ, ମାତ୍ର ତାହା ପାର୍ଥିବ, ଶାରୀରିକ ଓ ଭୌତିକ ଅଟେ;
1 Peter 1:14 in Oriya 14 ତୁମ୍ଭମାନଙ୍କ ପୂର୍ବ ଅଜ୍ଞାନତା ସମୟର କୁଅଭିଳାଷର ଅନୁରୂପୀ ହୁଅ ନାହିଁ,
1 Peter 2:11 in Oriya 11 ହେ ପ୍ରିୟମାନେ, ତୁମ୍ଭେ ବିଦେଶୀ ଓ ପ୍ରବାସୀ ବୋଲି ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଶାରୀରିକ ଅଭିଳାଷଗୁଡ଼ିକରୁ ବିମୁଖ ହୁଅ, ସେଗୁଡ଼ିକ ଆତ୍ମାର ବିରୁଦ୍ଧରେ ଯୁଦ୍ଧ କରେ।
1 Peter 4:2 in Oriya 2 ଯେପରି ତୁମ୍ଭେମାନେ ଜାଗତିକ ଜୀବନର ଅବଶିଷ୍ଟ କାଳ ମନୁଷ୍ୟର କୁଅଭିଳାଷ ଅନୁସାରେ କ୍ଷେପଣ ନ କରି ଇଶ୍ବରଙ୍କ ଇଚ୍ଛାନୁସାରେ କ୍ଷେପଣ କର।
2 Peter 2:10 in Oriya 10 ସେମାନେ ଦୁଃସାହସୀ ଓ ସ୍ୱେଚ୍ଛାଚାରୀ ହୋଇ ଅଲୌକିକ ଶକ୍ତିମାନଙ୍କର ନିନ୍ଦା କରିବାକୁ ଭୟ କରନ୍ତି ନାହିଁ,
2 Peter 2:18 in Oriya 18 କାରଣ ସେମାନେ ନିରର୍ଥକ ଅହଂକାରର କଥା କହି ଭ୍ରାନ୍ତ ଆଚରଣକାରୀମାନଙ୍କଠାରୁ ପ୍ରାୟ ଉଦ୍ଧାର ପାଉଥିବା ଲୋକମାନଙ୍କୁ ଶାରୀରିକ ସୁଖାଭିଳାଷରେ କାମୁକତା ଦ୍ୱାରା ପ୍ରଲୋଭିତ କରନ୍ତି;
Jude 1:16 in Oriya 16 ସେମାନେ ବଚସାକାରୀ, ଆପଣା ଆପଣା ଅବସ୍ଥାରେ ଅସନ୍ତୁଷ୍ଟ ଓ ନିଜ ନିଜ କୁଅଭିଳାଷରେ ଚାଳିତ; ସେମାନଙ୍କ ମୁଖ ବଡ଼ ବଡ଼ କଥା କହେ ଓ ସ୍ୱାର୍ଥସିଦ୍ଧି ନିମନ୍ତେ ସେମାନେ ଲୋକଙ୍କ ମୁହଁ ଉପରେ ପ୍ରଶଂସା କରନ୍ତି।
Revelation 18:11 in Oriya 11 ଆଉ ପୃଥିବୀର ବଣିକମାନେ ତାହା ନିମନ୍ତେ କ୍ରନ୍ଦନ ଓ ଶୋକ କରିବେ, କାରଣ କେହି ସେମାନଙ୍କ ବାଣିଜ୍ୟଦ୍ରବ୍ୟ ଆଉ କ୍ରୟ କରିବ ନାହିଁ ଯଥା,