1 John 2:19 in Oriya 19 ସେମାନେ ଆମ୍ଭମାନଙ୍କ ମଧ୍ୟରୁ ବାହାରିଲେ, କିନ୍ତୁ ଆମ୍ଭମାନଙ୍କ ଦଳର ଲୋକ ନ ଥିଲେ; କାରଣ ଯଦି ଆମ୍ଭମାନଙ୍କ ଦଳର ଲୋକ ହୋଇଥାଆନ୍ତେ, ତେବେ ଆମ୍ଭମାନଙ୍କ ସହିତ ରହିଥାଆନ୍ତେ; କିନ୍ତୁ ସମସ୍ତେ ଯେ ଆମ୍ଭମାନଙ୍କ ଦଳର ଲୋକ ନୁହଁନ୍ତି, ଏହା ଯେପରି ପ୍ରକାଶ ପାଇବ, ଏଥି ନିମନ୍ତେ ସେମାନେ ବାହାରିଗଲେ।
Other Translations King James Version (KJV) They went out from us, but they were not of us; for if they had been of us, they would no doubt have continued with us: but they went out, that they might be made manifest that they were not all of us.
American Standard Version (ASV) They went out from us, but they were not of us; for if they had been of us, they would have continued with us: but `they went out', that they might be made manifest that they all are not of us.
Bible in Basic English (BBE) They went out from us but they were not of us; if they had been of us they would still be with us: but they went out from us so that it might be made clear that they were not of us.
Darby English Bible (DBY) They went out from among us, but they were not of us; for if they had been of us, they would have surely remained with us, but that they might be made manifest that none are of us.
World English Bible (WEB) They went out from us, but they didn't belong to us; for if they had belonged to us, they would have continued with us. But they left, that they might be revealed that none of them belong to us.
Young's Literal Translation (YLT) out of us they went forth, but they were not of us, for if they had been of us, they would have remained with us; but -- that they might be manifested that they are not all of us.
Cross Reference Deuteronomy 13:13 in Oriya 13 ଯେ ପାପାଧମ ସନ୍ତାନ କେତେକ ଜଣ ତୁମ୍ଭ ମଧ୍ୟରୁ ବାହାରି, ଚାଲ, ଆମ୍ଭେମାନେ ଅନ୍ୟ ଦେବତାଗଣର ସେବା କରୁ, ତୁମ୍ଭମାନଙ୍କ ଅଜ୍ଞାତ ଦେବତାଗଣ ବିଷୟରେ ଏହା କହି ସେମାନଙ୍କ ନଗର ନିବାସୀମାନଙ୍କୁ ଭୁଲାଇ ନେଇଅଛନ୍ତି;
Job 17:9 in Oriya 9 ତଥାପି ଧାର୍ମିକ ଆପଣା ମାର୍ଗ ଦୃଢ଼ କରି ଧରିବ ଓ ଶୁଚିହସ୍ତ ଲୋକ ଆହୁରି ଆହୁରି ବଳବାନ ହେବ।
Psalm 37:28 in Oriya 28 କାରଣ ସଦାପ୍ରଭୁ ନ୍ୟାୟ ବିଚାର ଭଲ ପାଆନ୍ତି ଓ ଆପଣା ସଦ୍ଭକ୍ତମାନଙ୍କୁ ପରିତ୍ୟାଗ କରନ୍ତି ନାହିଁ; ସେମାନେ ଅନନ୍ତକାଳ ରକ୍ଷିତ ହୁଅନ୍ତି; ମାତ୍ର ଦୁଷ୍ଟର ବଂଶ ଉଚ୍ଛିନ୍ନ ହେବେ।
Psalm 41:9 in Oriya 9 ହଁ, ମୋହର ନିଜ ସୁହୃଦ, ଯାହାକୁ ମୁଁ ବିଶ୍ୱାସ କଲି, ଯେ ମୋହର ରୁଟି ଖାଇଲା, ସେ ଆମ୍ଭ ବିରୁଦ୍ଧରେ ଆପଣା ଗୋଇଠି ଉଠାଇଅଛି।
Psalm 125:1 in Oriya 1 ଆରୋହଣ-ଗୀତ। ଯେଉଁମାନେ ସଦାପ୍ରଭୁଙ୍କଠାରେ ନିର୍ଭର ରଖନ୍ତି, ସେମାନେ ଅଟଳ ଓ ନିତ୍ୟସ୍ଥାୟୀ ସିୟୋନ ପର୍ବତ ତୁଲ୍ୟ।
Jeremiah 32:38 in Oriya 38 ପୁଣି, ସେମାନେ ଆମ୍ଭର ଲୋକ ହେବେ ଓ ଆମ୍ଭେ ସେମାନଙ୍କର ପରମେଶ୍ୱର ହେବା;
Matthew 13:20 in Oriya 20 ଯେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରେ, କିନ୍ତୁ ତାହାଠାରେ ଚେର ନ ମାଡ଼ିବାରୁ କ୍ଷଣକାଳମାତ୍ର ସ୍ଥିର ହୋଇ ରୁହେ,
Matthew 24:24 in Oriya 24 କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ କରିବେ।
Mark 4:5 in Oriya 5 ଆଉ କେତେକ ଅଳ୍ପ ମାଟି ଥିବା ପଥୁରିଆ ଭୂଇଁରେ ପଡ଼ିଲା ଏବଂ ବେଶି ମାଟି ନ ଥିବାରୁ ଶୀଘ୍ର ଗଜା ହେଲା,
Mark 4:16 in Oriya 16 ସେହିପରି ଯେଉଁମାନେ ବାକ୍ୟ ଶୁଣିବାକ୍ଷଣି ଆନନ୍ଦରେ ତାହା ଗ୍ରହଣ କରନ୍ତି,
Mark 13:22 in Oriya 22 ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ଭ୍ରାନ୍ତ କରିବେ।
Luke 8:13 in Oriya 13 ପୁଣି, ଯେଉଁମାନେ ପଥର ଉପରେ ଅଛନ୍ତି, ସେମାନେ ବାକ୍ୟ ଶୁଣି ଆନନ୍ଦରେ ଗ୍ରହଣ କରନ୍ତି; କିନ୍ତୁ ସେମାନଙ୍କର ଚେର ନ ଥିବାରୁ ସେମାନେ ଅଳ୍ପ ସମୟ ବିଶ୍ୱାସ କରନ୍ତି ଓ ପରୀକ୍ଷା ସମୟରେ ଧର୍ମତ୍ୟାଗୀ ହୁଅନ୍ତି।
John 4:14 in Oriya 14 କିନ୍ତୁ ମୁଁ ଯେଉଁ ଜଳ ଦେବି, ତାହା ଯେ କେହି ପାନ କରିବ, ସେ କେବେ ହେଁ ତୃଷିତ ହେବ ନାହିଁ, ବରଂ ମୁଁ ତାହାକୁ ଯେଉଁ ଜଳ ଦେବି, ତାହା ଅନନ୍ତ ଜୀବନଦାୟକ ଜଳର ନିର୍ଝର ସ୍ୱରୂପେ ତାହାଠାରେ ଉଚ୍ଛୁଳି ଉଠୁଥିବ।
John 6:37 in Oriya 37 ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋ' ନିକଟକୁ ଆସିବେ; ଆଉ, ଯେ ମୋ' ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;
John 10:28 in Oriya 28 ପୁଣି, ମୁଁ ସେମାନଙ୍କୁ ଅନନ୍ତ ଜୀବନ ଦିଏ, ଆଉ ସେମାନେ କଦାପି କେବେ ହେଁ ବିନଷ୍ଟ ହେବେ ନାହିଁ, ପୁଣି, କେହି ମୋ' ହସ୍ତରୁ ସେମାନଙ୍କୁ ହରଣ କରିବ ନାହିଁ।
John 15:2 in Oriya 2 ମୋ'ଠାରେ ଥିବା ଯେକୌଣସି ଶାଖା ଫଳ ନ ଫଳେ, ତାହା ସେ କାଟିପକାନ୍ତି; ଆଉ, ଯେକୌଣସି ଶାଖା ଫଳ ଫଳେ, ଅଧିକ ଫଳ ଫଳିବା ନିମନ୍ତେ ସେ ତାହା ପରିଷ୍କାର କରନ୍ତି।
Acts 15:24 in Oriya 24 ଆମ୍ଭେମାନେ ଶୁଣିଅଛୁ ଯେ, ଆମ୍ଭେମାନେ ଯେଉଁ ଲୋକମାନଙ୍କୁ କୌଣସି ଆଜ୍ଞା ଦେଇ ନାହୁଁ, ଆମ୍ଭମାନଙ୍କ ମଧ୍ୟରୁ ଏପ୍ରକାର କେତେକ ଲୋକ କଥା ଦ୍ୱାରା ଆପଣମାନଙ୍କର ମନକୁ ଅସ୍ଥିର କରି ଆପଣମାନଙ୍କୁ ବିଚଳିତ କରିଅଛନ୍ତି;
Acts 20:30 in Oriya 30 ପୁଣି, ଲୋକେ ତୁମ୍ଭମାନଙ୍କ ମଧ୍ୟରୁ ସୁଦ୍ଧା ଉଠି ଶିଷ୍ୟମାନଙ୍କୁ ଆପଣାମାନଙ୍କ ପଛରେ ଟାଣିନେବା ପାଇଁ ବିପରୀତ କଥାଗୁଡ଼ାକ କହିବେ, ଏହା ମୁଁ ଜାଣେ।
Romans 9:6 in Oriya 6 କିନ୍ତୁ ଇଶ୍ବରଙ୍କ ବାକ୍ୟ ଯେ ବିଫଳ ହୋଇଅଛି, ଏପରି ନୁହେଁ। କାରଣ ଯେଉଁମାନେ ଇସ୍ରାଏଲ ବଂଶରେ ଜାତ, ସେମାନେ ଯେ ସମସ୍ତେ ଇସ୍ରାଏଲ,
Romans 11:5 in Oriya 5 ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।
1 Corinthians 11:19 in Oriya 19 ଯେପରି ତୁମ୍ଭମାନଙ୍କ ମଧ୍ୟରେ ପରୀକ୍ଷାସିଦ୍ଧ ଲୋକମାନେ ପ୍ରକାଶିତ ହୁଅନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ତ ଦଳଭେଦ ନିଶ୍ଚୟ ଘଟିବ।
2 Timothy 2:10 in Oriya 10 ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୖେର୍ଯ୍ୟ ଧରି ସହ୍ୟ କରୁଅଛି।
2 Timothy 2:19 in Oriya 19 ତଥାପି ଇଶ୍ବରଙ୍କ ସ୍ଥାପିତ ସୁଦୃଢ଼ ଭିତ୍ତିମୂଳ ଅଟଳ ରହିଅଛି, ଆଉ ତହିଁ ଉପରେ ଏହା ମୁଦ୍ରାଙ୍କିତ ହୋଇଅଛି, ପ୍ରଭୁ ଆପଣା ଲୋକମାନଙ୍କୁ ଜାଣନ୍ତି, ଆଉ, ଯେ କେହି ପ୍ରଭୁଙ୍କର ନାମ ଧରେ, ସେ ଅଧର୍ମରୁ ଦୂରରେ ରହୁ।
2 Timothy 3:9 in Oriya 9 କିନ୍ତୁ ସେମାନେ ଆଉ ଅଧିକ ଆଗକୁ ଯିବେ ନାହିଁ; କାରଣ ସେହି ଦୁଇ (ଯନ୍ନିସ୍ ଓ ଯମ୍ବ୍ରୀସ୍ ) ଜଣଙ୍କର ମୁର୍ଖତା ଯେପରି ପ୍ରକାଶ ପାଇଥିଲା, ସେହିପରି ଏମାନଙ୍କର ମଧ୍ୟ ସମସ୍ତଙ୍କ ନିକଟରେ ଜଣାପଡ଼ିବ।
Hebrews 10:39 in Oriya 39 ମାତ୍ର ଯେଉଁମାନେ ବିନାଶ ନିମନ୍ତେ ପଶ୍ଚାତ୍ପଦ ହୁଅନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ନୋହୁଁ, କିନ୍ତୁ ଯେଉଁମାନେ ଆତ୍ମାର ପରିତ୍ରାଣ ନିମନ୍ତେ ବିଶ୍ୱାସ କରନ୍ତି, ଆମ୍ଭେମାନେ ସେମାନଙ୍କ ଦଳର ଲୋକ ଅଟୁ।
1 Peter 1:2 in Oriya 2 ପିତା ଇଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।
2 Peter 2:20 in Oriya 20 ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।
Jude 1:1 in Oriya 1 ଯିହୂଦା, ଯୀଶୁଖ୍ରୀଷ୍ଟଙ୍କ ଜଣେ ଦାସ ଓ ଯାକୁବଙ୍କ ଭାଇ, ଯେଉଁମାନେ ଆହୂତ ଓ ପିତା ଇଶ୍ବରଙ୍କ ପ୍ରିୟପାତ୍ର, ପୁଣି, ଯୀଶୁଖ୍ରୀଷ୍ଟଙ୍କ ନିମନ୍ତେ ସୁରକ୍ଷିତ, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି।
Jude 1:19 in Oriya 19 ସେମାନେ ଦଳଭେଦ ସୃଷ୍ଟି କରନ୍ତି, ସେମାନେ ସାଂସାରିକମନା ଓ ଇଶ୍ବରଙ୍କ ଆତ୍ମାବିହୀନ।