1 John 2:8 in Oriya 8 ପୁନଶ୍ଚ, ମୁଁ ନୂତନ ଆଜ୍ଞା ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, ଏହା ତାହାଙ୍କଠାରେ ଓ ତୁମ୍ଭମାନଙ୍କଠାରେ ସତ୍ୟ ବୋଲି ପ୍ରକାଶ ପାଏ। କାରଣ ଅନ୍ଧକାର ଘୁଞ୍ଚିଯାଉଅଛି ଓ ସତ୍ୟ ଜ୍ୟୋତିଃ ପ୍ରକାଶିତ ହେଲାଣି।
Other Translations King James Version (KJV) Again, a new commandment I write unto you, which thing is true in him and in you: because the darkness is past, and the true light now shineth.
American Standard Version (ASV) Again, a new commandment write I unto you, which thing is true in him and in you; because the darkness is passing away, and the true light already shineth.
Bible in Basic English (BBE) Again, I give you a new law, which is true in him and in you; for the night is near its end and the true light is even now shining out.
Darby English Bible (DBY) Again, I write a new commandment to you, which thing is true in him and in you, because the darkness is passing and the true light already shines.
World English Bible (WEB) Again, I write a new commandment to you, which is true in him and in you; because the darkness is passing away, and the true light already shines.
Young's Literal Translation (YLT) again, a new command I write to you, which thing is true in him and in you, because the darkness doth pass away, and the true light doth now shine;
Cross Reference Psalm 27:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ଦୀପ୍ତି ଓ ମୋହର ପରିତ୍ରାଣ; ମୁଁ କାହାକୁ ଭୟ କରିବି ? ସଦାପ୍ରଭୁ ମୋ' ଜୀବନର ବଳ; ମୁଁ କାହାଠାରୁ ଭୀତ ହେବି ?
Psalm 36:9 in Oriya 9 କାରଣ ତୁମ୍ଭଠାରେ ଜୀବନର ନିର୍ଝର ଅଛି; ତୁମ୍ଭ ଦୀପ୍ତିରେ ଆମ୍ଭେମାନେ ଦୀପ୍ତି ଦେଖିବା।
Psalm 84:11 in Oriya 11 କାରଣ ସଦାପ୍ରଭୁ ପରମେଶ୍ୱର ସୂର୍ଯ୍ୟ ଓ ଢାଲ ଅଟନ୍ତି; ସଦାପ୍ରଭୁ ଅନୁଗ୍ରହ ଓ ଗୌରବ ଦେବେ; ସେ ସରଳାଚାରୀମାନଙ୍କଠାରୁ କୌଣସି ମଙ୍ଗଳ ବିଷୟ ଅଟକାଇବେ ନାହିଁ।
Song of Solomon 2:11 in Oriya 11 କାରଣ, ଦେଖ, ଶୀତକାଳ ଗତ ହେଲା, ବୃଷ୍ଟି ଶେଷ ହୋଇଗଲା ;
Isaiah 9:2 in Oriya 2 ଯେଉଁ ଗୋଷ୍ଠୀ ଅନ୍ଧକାରରେ ଭ୍ରମଣ କଲେ, ସେମାନେ ମହାଆଲୁଅ ଦେଖିଅଛନ୍ତି; ଯେଉଁମାନେ ମୃତ୍ୟୁୁଚ୍ଛାୟାରୂପ ଦେଶରେ ବାସ କଲେ, ସେମାନଙ୍କ ଉପରେ ଦୀପ୍ତି ଉଦିତ ହୋଇଅଛି।
Isaiah 60:1 in Oriya 1 ଉଠ, ଦୀପ୍ତିମତୀ ହୁଅ, କାରଣ ତୁମ୍ଭର ଦୀପ୍ତି ଉପସ୍ଥିତ ଓ ସଦାପ୍ରଭୁଙ୍କର ପ୍ରତାପ ତୁମ୍ଭ ଉପରେ ଉଦିତ ହୋଇଅଛି।
Malachi 4:2 in Oriya 2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
Matthew 4:16 in Oriya 16 ଅନ୍ଧକାରବାସୀ ଲୋକେ ମହା ଆଲୋକ ଦର୍ଶନ କଲେ, ଆଉ ମୃତ୍ୟୁର ଅଞ୍ଚଳ ଓ ଛାୟାରେ ଅବସ୍ଥିତ ଲୋକଙ୍କ ନିମନ୍ତେ ଆଲୋକ ଉଦିତ ହେଲା।
Luke 1:79 in Oriya 79 ସେହି ସ୍ନେହପୂର୍ଣ୍ଣ କରୁଣା ହେତୁ ପ୍ରଭୁଙ୍କ ଲୋକମାନଙ୍କୁ ସେମାନଙ୍କ ପାପମୋଚନ ଦ୍ୱାରା ପରିତ୍ରାଣ ଜ୍ଞାନ ଦେବା ନିମନ୍ତେ ତୁ (ବାପ୍ତିଜକ ଯୋହନ) ପ୍ରଭୁଙ୍କର ପଥ ପ୍ରସ୍ତୁତ କରିବାକୁ ତାହାଙ୍କର ଅଗ୍ରଗାମୀ ହେବୁ।
John 1:4 in Oriya 4 ତାହାଙ୍କଠାରେ ଜୀବନ ଥିଲା ଓ ସେହି ଜୀବନ ମନୁଷ୍ୟମାନଙ୍କର ଜ୍ୟୋତିଃ।
John 1:9 in Oriya 9 ଯେଉଁ ସତ୍ୟ ଜ୍ୟୋତିଃ ପ୍ରତ୍ୟେକ ମନୁଷ୍ୟକୁ ଆଲୋକ ପ୍ରଦାନ କରନ୍ତି, ସେ ଜଗତକୁ ଆସୁଥିଲେ।
John 8:12 in Oriya 12 ଯୀଶୁ ପୁନର୍ବାର ଲୋକମାନଙ୍କୁ ଶିକ୍ଷା ଦେଇ କହିଲେ, ମୁଁ ଜଗତର ଜ୍ୟୋତିଃ; ଯେ ମୋହର ଅନୁଗମନ କରେ, ସେ କେବେ ହେଁ ଅନ୍ଧକାରରେ ଭ୍ରମଣ କରିବ ନାହିଁ, ବରଂ ଜୀବନର ଜ୍ୟୋତିଃ ପାଇବ।
John 12:35 in Oriya 35 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଆଉ ଅଳ୍ପ ସମୟ ମାତ୍ର ଜ୍ୟୋତିଃ ତୁମ୍ଭମାନଙ୍କ ମଧ୍ୟରେ ଅଛି। ଅନ୍ଧକାର ଯେପରି ତୁମ୍ଭମାନଙ୍କୁ ଗ୍ରାସ ନ କରେ, ଏଥି ନିମନ୍ତେ ତୁମ୍ଭମାନଙ୍କ ନିକଟରେ ଜ୍ୟୋତିଃ ଥାଉ ଥାଉ ଗମନାଗମନ କର; ଯେ ଅନ୍ଧକାରରେ ଗମନାଗମନ କରେ, ସେ କେଉଁଠାକୁ ଯାଉଅଛି, ତାହା ଜାଣେ ନାହିଁ।
John 12:46 in Oriya 46 ଯେ କେହି ମୋ'ଠାରେ ବିଶ୍ୱାସ କରେ, ସେ ଯେପରି ଅନ୍ଧକାରରେ ବାସ ନ କରେ, ଏଥିପାଇଁ ମୁଁ ଜଗତକୁ ଜ୍ୟୋତିଃ ହୋଇ ଆସିଅଛି।
John 13:34 in Oriya 34 ତୁମ୍ଭେମାନେ ପରସ୍ପରକୁ ପ୍ରେମ କର, ଏହି ନୂତନ ଆଜ୍ଞା ମୁଁ ତୁମ୍ଭମାନଙ୍କୁ ଦେଉଅଛି; ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ମଧ୍ୟ ସେହିପରି ପରସ୍ପରକୁ ପ୍ରେମ କର।
John 15:12 in Oriya 12 ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା।
Acts 17:30 in Oriya 30 ଈଶ୍ୱର ସେହି ଅଜ୍ଞାନତାର କାଳ ଉପେକ୍ଷା କରିଅଛନ୍ତି ସତ୍ୟ, କିନ୍ତୁ ଏବେ ସେ ସର୍ବତ୍ର ସମସ୍ତ ମନୁଷ୍ୟଙ୍କୁ ମନ ପରିବର୍ତ୍ତନ କରିବା ନିମନ୍ତେ ଜଣାନ୍ତି;
Acts 26:18 in Oriya 18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।
Romans 13:12 in Oriya 12 ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ।
2 Corinthians 4:4 in Oriya 4 ଇଶ୍ବରଙ୍କ ପ୍ରତିମୂର୍ତ୍ତି ଯେ ଖ୍ରୀଷ୍ଟ ତାହାଙ୍କ ଗୌରବମୟ ସୁସମାଚାରର ଆଲୋକ ଯେପରି ଏହି ପ୍ରକାର ଲୋକଙ୍କ ପ୍ରତି ପ୍ରକାଶିତ ନ ହୁଏ, ଏଥି ନିମନ୍ତେ ଏହି ଜଗତ୍ପତି ଅବିଶ୍ୱାସୀମାନଙ୍କର ଜ୍ଞାନଚକ୍ଷୁ ଅନ୍ଧ କରିଅଛି।
2 Corinthians 8:9 in Oriya 9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।
Ephesians 5:1 in Oriya 1 ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଇଶ୍ବରଙ୍କ ଅନୁକାରୀ ହୁଅ;
Ephesians 5:8 in Oriya 8 କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ଵରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ଵରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
1 Thessalonians 5:4 in Oriya 4 କିନ୍ତୁ, ହେ ଭାଇମାନେ, ତୁମ୍ଭେମାନେ ଅନ୍ଧକାରରେ ନାହଁ ଯେ ସେ ଦିନ ଚୋରର ପରି ଅନପେକ୍ଷିତ ଭାବରେ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେବ,
2 Timothy 1:10 in Oriya 10 କିନ୍ତୁ ଏବେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କର ଆଗମନ ହେବା ଦ୍ୱାରା ପ୍ରକାଶିତ ହୋଇଅଛି; ସେ ମୃତ୍ୟୁକୁ ଲୋପ କରିଅଛନ୍ତି, ପୁଣି, ସୁସମାଚାର ଦ୍ୱାରା ଜୀବନ ଓ ଅମରତାକୁ ଆଲୋକରେ ପ୍ରକାଶ କରିଅଛନ୍ତି;
1 Peter 1:21 in Oriya 21 ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ଗୌରବାନ୍ୱିତ କରିଅଛନ୍ତି, ସେହି ଈଶ୍ୱରଙ୍କଠାରେ ତୁମ୍ଭେମାନେ ତାହାଙ୍କ ଦ୍ୱାରା ବିଶ୍ୱାସ କରୁଅଛ, ଏଣୁ ଈଶ୍ୱର ତୁମ୍ଭମାନଙ୍କର ବିଶ୍ୱାସ ଓ ଭରସାର ସ୍ଥାନ ଅଟନ୍ତି।
1 Peter 4:1 in Oriya 1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),
1 John 3:14 in Oriya 14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ।
1 John 4:11 in Oriya 11 ହେ ପ୍ରିୟମାନେ, ଈଶ୍ୱର ଯଦି ଆମ୍ଭମାନଙ୍କୁ ଏପରି ପ୍ରେମ କଲେ, ତେବେ ଆମ୍ଭମାନଙ୍କର ମଧ୍ୟ ପରସ୍ପରକୁ ପ୍ରେମ କରିବା ଉଚିତ୍।
1 John 4:21 in Oriya 21 ଯେ ଈଶ୍ୱରଙ୍କୁ ପ୍ରେମ କରେ, ସେ ଆପଣା ଭାଇକୁ ମଧ୍ୟ ପ୍ରେମ କରୁ, ଏହି ଆଜ୍ଞା ଆମ୍ଭେମାନେ ତାହାଙ୍କଠାରୁ ପାଇଅଛୁ।