1 John 3:1 in Oriya 1 ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
Other Translations King James Version (KJV) Behold, what manner of love the Father hath bestowed upon us, that we should be called the sons of God: therefore the world knoweth us not, because it knew him not.
American Standard Version (ASV) Behold what manner of love the Father hath bestowed upon us, that we should be called children of God; and `such' we are. For this cause the world knoweth us not, because it knew him not.
Bible in Basic English (BBE) See what great love the Father has given us in naming us the children of God; and such we are. For this reason the world does not see who we are, because it did not see who he was.
Darby English Bible (DBY) See what love the Father has given to us, that we should be called [the] children of God. For this reason the world knows us not, because it knew him not.
World English Bible (WEB) Behold, how great a love the Father has bestowed on us, that we should be called children of God! For this cause the world doesn't know us, because it didn't know him.
Young's Literal Translation (YLT) See ye what love the Father hath given to us, that children of God we may be called; because of this the world doth not know us, because it did not know Him;
Cross Reference 2 Samuel 7:19 in Oriya 19 ତଥାପି, ହେ ପ୍ରଭୁ, ସଦାପ୍ରଭୁ, ତୁମ୍ଭ ଦୃଷ୍ଟିରେ ଏହା ହିଁ କ୍ଷୁଦ୍ର ବିଷୟ ହେଲା; ଏହେତୁ ତୁମ୍ଭେ ଆପଣା ଦାସର ବଂଶ ବିଷୟରେ ଆଗତ ଦୀର୍ଘକାଳର କଥା ମଧ୍ୟ କହିଅଛ; ହେ ପ୍ରଭୁ, ସଦାପ୍ରଭୁ, ଏହା କ'ଣ ମନୁଷ୍ୟର ବ୍ୟବସ୍ଥା ?
Psalm 31:19 in Oriya 19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍ !
Psalm 36:7 in Oriya 7 ହେ ପରମେଶ୍ୱର, ତୁମ୍ଭର ସ୍ନେହପୂର୍ଣ୍ଣ କରୁଣା କିପରି ବହୁମୂଲ୍ୟ ! ପୁଣି, ମନୁଷ୍ୟ-ସନ୍ତାନଗଣ ତୁମ୍ଭ ପକ୍ଷଛାୟା ତଳେ ଆଶ୍ରୟ ନିଅନ୍ତି।
Psalm 89:1 in Oriya 1 ଇଷ୍ରାହୀୟ ଏଥନର ମସ୍କୀଲ୍। ମୁଁ ସର୍ବଦା ସଦାପ୍ରଭୁଙ୍କ ବିବିଧ ଦୟା ବିଷୟ ଗାନ କରିବି; ମୁଁ ଆପଣା ମୁଖରେ ତୁମ୍ଭର ବିଶ୍ୱସ୍ତତା ପୁରୁଷ-ପରମ୍ପରା ପ୍ରତି ପ୍ରକାଶ କରିବି।
Jeremiah 3:19 in Oriya 19 ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍ଗମନରୁ ବିମୁଖ ହେବ ନାହିଁ।”
Hosea 1:10 in Oriya 10 ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”
John 1:12 in Oriya 12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଇଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
John 3:16 in Oriya 16 କାରଣ ଈଶ୍ୱର ଜଗତକୁ ଏଡ଼େ ପ୍ରେମ କଲେ ଯେ, ସେ ଆପଣା ଅଦ୍ୱିତୀୟ ପୁତ୍ରଙ୍କୁ ଦାନ କଲେ, ଯେପରି ଯେ କେହି ତାହାଙ୍କଠାରେ ବିଶ୍ୱାସ କରେ, ସେ ବିନଷ୍ଟ ନ ହୋଇ ଅନନ୍ତ ଜୀବନ ପ୍ରାପ୍ତ ହୁଏ।
John 15:18 in Oriya 18 ଯଦି ଜଗତ ତୁମ୍ଭମାନଙ୍କୁ ଘୃଣା କରେ, ତେବେ ତୁମ୍ଭମାନଙ୍କୁ ଘୃଣା କରିବା ପୂର୍ବେ ତାହା ଯେ ମୋତେ ଘୃଣା କରିଅଛି, ଏହା ଜାଣ।
John 16:3 in Oriya 3 ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାଁନ୍ତି।
John 17:25 in Oriya 25 ହେ ଧାର୍ମିକ ପିତା, ଜଗତ ତୁମ୍ଭକୁ ଜାଣି ନାହିଁ, କିନ୍ତୁ ମୁଁ ତୁମ୍ଭକୁ ଜାଣିଅଛି; ଆଉ, ତୁମ୍ଭେ ଯେ ମୋତେ ପ୍ରେରଣ କଲ, ତାହା ଏମାନେ ଜାଣିଅଛନ୍ତି;
Romans 5:8 in Oriya 8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
Romans 8:14 in Oriya 14 ଯେଣୁ ଯେତେ ଲୋକ ଇଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଇଶ୍ବରଙ୍କ ସନ୍ତାନ।
Romans 8:21 in Oriya 21 ଆଉ ତାହା ଭରସାଯୁକ୍ତ ହୋଇ ବଶୀଭୂତ ହେଲା, ଯେଣୁ ସୃଷ୍ଟି ନିଜେ ମଧ୍ୟ ଇଶ୍ବରଙ୍କ ସନ୍ତାନମାନଙ୍କ ଗୌରବମୟ ଅବସ୍ଥା ସମ୍ବନ୍ଧୀୟ ସ୍ୱାଧୀନତା ପ୍ରାପ୍ତି ନିମନ୍ତେ କ୍ଷୟର ଦାସତ୍ୱରୁ ମୁକ୍ତ ହେବ।
Romans 8:32 in Oriya 32 ଯେ ଆପଣା ପୁତ୍ରଙ୍କୁ ସୁଦ୍ଧା ରକ୍ଷା କଲେ ନାହିଁ, ମାତ୍ର ଆମ୍ଭ ସମସ୍ତଙ୍କ ନିମନ୍ତେ ତାହାଙ୍କୁ ସମର୍ପଣ କଲେ, ସେ କିପରି ତାହାଙ୍କ ସହିତ ମଧ୍ୟ ସମସ୍ତ ବିଷୟ ଆମ୍ଭମାନଙ୍କୁ ଅନୁଗ୍ରହରେ ଦାନ ନ କରିବେ ?
Romans 9:25 in Oriya 25 ଯେପରି ସେ ହୋଶେୟଙ୍କ ପୁସ୍ତକରେ ମଧ୍ୟ କହନ୍ତି, “ଯେଉଁମାନେ ଆମ୍ଭର ଲୋକ ନ ଥିଲେ, ସେମାନଙ୍କୁ ଆମ୍ଭେ ଆମ୍ଭର ଲୋକ ବୋଲି କହିବା; ଆଉ, ଯେ ଅପ୍ରିୟ ଥିଲା, ତାହାକୁ ପ୍ରିୟ ବୋଲି କହିବା।'
2 Corinthians 6:18 in Oriya 18 ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।
Galatians 3:26 in Oriya 26 କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କର ସନ୍ତାନ ହୋଇଅଛ;
Galatians 3:29 in Oriya 29 ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରାହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।
Galatians 4:5 in Oriya 5 ଯେପରି ସେ ମୂଲ୍ୟ ଦେଇ ମୋଶାଙ୍କ ବ୍ୟବସ୍ଥାଧୀନ ଲୋକମାନଙ୍କୁ ମୁକ୍ତ କରନ୍ତି, ପୁଣି, ଆମ୍ଭେମାନେ ପୁତ୍ରତ୍ୱର ଅଧିକାରପ୍ରାପ୍ତ ହେଉ।
Ephesians 2:4 in Oriya 4 ମାତ୍ର ଏପରି ଅପରାଧରେ ମୃତ ହେଲେ ହେଁ ଦୟାସାଗର ଯେ ଈଶ୍ୱର, ସେ ଆମ୍ଭମାନଙ୍କୁ ଯେଉଁ ମହା ପ୍ରେମରେ ପ୍ରେମ କଲେ, ସେଥିସକାଶେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କ ସହିତ ଜୀବିତ କରିଅଛନ୍ତି, ଏଣୁ ଅନୁଗ୍ରହରେ ତୁମ୍ଭେମାନେ ପରିତ୍ରାଣ ପାଇଅଛ,
Ephesians 3:18 in Oriya 18 ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈୖର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ,
Colossians 3:3 in Oriya 3 କାରଣ ତୁମ୍ଭେମାନେ ମରିଅଛ, ଆଉ ତୁମ୍ଭମାନଙ୍କର ଜୀବନ ଈଶ୍ୱରଙ୍କଠାରେ ଖ୍ରୀଷ୍ଟଙ୍କ ସହିତ ଗୁପ୍ତ ଅଛି।
1 John 4:9 in Oriya 9 ଏଥିରେ ହିଁ ଇଶ୍ବରଙ୍କ ପ୍ରେମ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହୋଇଅଛି ଯେ, ସେ ଆପଣାର ଅଦ୍ୱିତୀୟ ପୁତ୍ରଙ୍କୁ ଜଗତକୁ ପ୍ରେରଣ କଲେ, ଯେପରି ଆମ୍ଭେମାନେ ତାହାଙ୍କ ଦ୍ୱାରା ଜୀବନ ପ୍ରାପ୍ତ ହେଉ।
Revelation 21:7 in Oriya 7 ଯେ ଜୟ କରେ, ସେ ଏହି ସମସ୍ତର ଅଧିକାରୀ ହେବ; ଆମ୍ଭେ ତାହାର ଈଶ୍ୱର ହେବୁ, ପୁଣି, ସେ ଆମ୍ଭର ପୁତ୍ର ହେବ।