1 John 3:12 in Oriya 12 ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା ? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।
Other Translations King James Version (KJV) Not as Cain, who was of that wicked one, and slew his brother. And wherefore slew he him? Because his own works were evil, and his brother's righteous.
American Standard Version (ASV) not as Cain was of the evil one, and slew his brother. And wherefore slew he him? Because his works were evil, and his brother's righteous.
Bible in Basic English (BBE) Not being of the Evil One like Cain, who put his brother to death. And why did he put him to death? Because his works were evil and his brother's works were good.
Darby English Bible (DBY) not as Cain was of the wicked one, and slew his brother; and on account of what slew he him? because his works were wicked, and those of his brother righteous.
World English Bible (WEB) unlike Cain, who was of the evil one, and killed his brother. Why did he kill him? Because his works were evil, and his brother's righteous.
Young's Literal Translation (YLT) not as Cain -- of the evil one he was, and he did slay his brother, and wherefore did he slay him? because his works were evil, and those of his brother righteous.
Cross Reference Genesis 4:4 in Oriya 4 ଆଉ ହେବଲ ମଧ୍ୟ ନିଜ ପଲର ପ୍ରଥମଜାତ କେତେକ ପଶୁ ଓ ସେମାନଙ୍କ ମେଦ ଉତ୍ସର୍ଗ କଲେ। ସଦାପ୍ରଭୁ ହେବଲଙ୍କୁ ଓ ତାଙ୍କର ନୈବେଦ୍ୟକୁ ଗ୍ରାହ୍ୟ କଲେ।
Genesis 4:25 in Oriya 25 ଏଥିଉତ୍ତାରେ ଆଦମ ପୁନଶ୍ଚ ଆପଣା ଭାର୍ଯ୍ୟାଙ୍କର ସହବାସ କରନ୍ତେ, ସେ ଏକ ପୁତ୍ର ପ୍ରସବ କରି ତାହାର ନାମ ଶେଥ (ଅର୍ଥାତ୍ ପ୍ରତିନିଧି) ଦେଲେ; ଯେହେତୁ ସେ କହିଲେ, “ପରମେଶ୍ୱର ହେବଲର ପ୍ରତିନିଧି ରୂପେ ଆଉ ଗୋଟିଏ ପୁତ୍ର ମୋତେ ଦେଇଅଛନ୍ତି, କାରଣ କୟିନ ତାକୁ ବଧ କରିଥିଲା।”
1 Samuel 18:14 in Oriya 14 ଆଉ ଦାଉଦ ଆପଣାର ସବୁ କଥାରେ ବୁଦ୍ଧିମାନ ହେଲେ ଓ ସଦାପ୍ରଭୁ ତାଙ୍କ ସଙ୍ଗରେ ହେଲେ।
1 Samuel 19:4 in Oriya 4 ପୁଣି, ଯୋନାଥନ ଆପଣା ପିତା ଶାଉଲଙ୍କୁ ଦାଉଦଙ୍କ ବିଷୟରେ ଭଲ କଥା କହି ତାଙ୍କୁ କହିଲା, ମହାରାଜ, ଆପଣା ଦାସ ଦାଉଦ ବିରୁଦ୍ଧରେ ପାପ ନ କରନ୍ତୁ, ଯେହେତୁ ସେ ଆପଣଙ୍କ ବିରୁଦ୍ଧରେ ପାପ କରି ନାହିଁ; ମାତ୍ର ତାହାର ସମସ୍ତ କର୍ମ ଆପଣଙ୍କ ପକ୍ଷରେ ଅତି ମଙ୍ଗଳଜନକ ହୋଇଅଛି;
1 Samuel 22:14 in Oriya 14 ଏଥିରେ ଅହୀମେଲକ୍ ରାଜାଙ୍କୁ ଉତ୍ତର ଦେଇ କହିଲା, ଆପଣଙ୍କ ସମସ୍ତ ଦାସ ମଧ୍ୟରେ ଦାଉଦ ପରି କିଏ ବିଶ୍ୱାସ୍ୟ ? ସେ ତ ମହାରାଜାଙ୍କର ଜୁଆଁଇ ଓ ଆପଣଙ୍କର ସଭାସଦ୍ ଓ ଆପଣଙ୍କ ଗୃହରେ ସମ୍ଭ୍ରାନ୍ତ।
Psalm 37:12 in Oriya 12 ଦୁଷ୍ଟ ଧାର୍ମିକର ପ୍ରତିକୂଳରେ କୁକଳ୍ପନା କରେ ଓ ତାହା ଉପରେ ଦନ୍ତ କଡ଼ମଡ଼ କରେ।
Psalm 38:20 in Oriya 20 ମଧ୍ୟ ଯେଉଁମାନେ ହିତର ପରିବର୍ତ୍ତେ ଅହିତ କରନ୍ତି, ସେମାନେ ମୋହର ବିପକ୍ଷ; କାରଣ ମୁଁ ଉତ୍ତମ ବିଷୟର ଅନୁଗମନ କରେ।
Proverbs 29:10 in Oriya 10 ରକ୍ତପାତପ୍ରିୟ ଲୋକମାନେ ସିଦ୍ଧ ବ୍ୟକ୍ତିକୁ ଘୃଣା କରନ୍ତି; ପୁଣି, ସେମାନେ ସରଳ ଲୋକର ପ୍ରାଣ ଖୋଜନ୍ତି।
Proverbs 29:27 in Oriya 27 ଅଧର୍ମକାରୀ ଲୋକ ଧାର୍ମିକର ଘୃଣା ବିଷୟ, ପୁଣି, ସରଳପଥଗାମୀ ଦୁଷ୍ଟ ଲୋକର ଘୃଣା ବିଷୟ ହୁଏ।
Matthew 13:19 in Oriya 19 ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ।
Matthew 13:38 in Oriya 38 କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
Matthew 23:35 in Oriya 35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
Matthew 27:23 in Oriya 23 ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ।
Luke 11:51 in Oriya 51 ସେ ସବୁର ପରିଶୋଧ ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ଯୁଗର ଲୋକମାନଙ୍କଠାରୁ ନିଆଯିବ।
John 10:32 in Oriya 32 ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ମୁଁ ପିତାଙ୍କଠାରୁ ଅନେକ ଉତ୍ତମ କର୍ମ ତୁମ୍ଭମାନଙ୍କୁ ଦେଖାଇଅଛି; ସେହି ସବୁ କର୍ମ ମଧ୍ୟରୁ କେଉଁ କର୍ମ ନିମନ୍ତେ ମୋତେ ପଥର ଫୋପାଡ଼ୁଅଛ ?
John 15:19 in Oriya 19 ଯଦି ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇଥାଆନ୍ତ, ତେବେ ଜଗତ ତୁମ୍ଭମାନଙ୍କୁ ଆପଣାର ଲୋକ ଜାଣି ପ୍ରେମ କରନ୍ତା; କିନ୍ତୁ ତୁମ୍ଭେମାନେ ଜଗତରୁ ଉତ୍ପନ୍ନ ହୋଇ ନାହଁ, ବରଂ ମୁଁ ତୁମ୍ଭମାନଙ୍କୁ ଜଗତ ମଧ୍ୟରୁ ମନୋନୀତ କରିଅଛି, ଏଥି ନିମନ୍ତେ ଜଗତ ତୁମ୍ଭମାନଙ୍କୁ ଘୃଣା କରେ।
John 18:38 in Oriya 38 ପୀଲାତ ତାହାଙ୍କୁ କହିଲେ, ସତ୍ୟ କ'ଣ ? ଏହା କହି ସେ ପୁଣି, ଯିହୂଦୀମାନଙ୍କ ନିକଟକୁ ବାହାରକୁ ଯାଇ ସେମାନଙ୍କୁ କହିଲେ, ଆମ୍ଭେ ଏହାଠାରେ କୌଣସି ଦୋଷ ପାଉ ନାହୁଁ।
Acts 7:52 in Oriya 52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
1 Thessalonians 2:14 in Oriya 14 କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦା ଦେଶସ୍ଥ ମଣ୍ଡଳୀସମୁହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୂଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହି ସବୁ ଦୁଃଖଭୋଗ କରୁଅଛ।
Hebrews 11:4 in Oriya 4 ବିଶ୍ୱାସ ଦ୍ୱାରା ହେବଲ ଇଶ୍ବରଙ୍କ ଛାମୁରେ କୟିନ ଅପେକ୍ଷା ଉତ୍କୃଷ୍ଟ ବଳି ଉତ୍ସର୍ଗ କଲେ ଓ ତଦ୍ୱାରା ସେ ଧାର୍ମିକ ବୋଲି ସାକ୍ଷ୍ୟ ପାଇଲେ; ଈଶ୍ୱର ନିଜେ ତାଙ୍କ ଦାନ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ଆଉ ସେ ମୃତ ହେଲେ ହେଁ ବିଶ୍ୱାସ ଦ୍ୱାରା ଆଜି ପର୍ଯ୍ୟନ୍ତ କଥା କହୁଅଛନ୍ତି।
Hebrews 12:24 in Oriya 24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।
1 Peter 4:4 in Oriya 4 ଏପ୍ରକାର ଉଚ୍ଛୃଙ୍ଖଳ ପନ୍ଥାରେ ତୁମ୍ଭେମାନେ ଯେ ସେମାନଙ୍କ ସହିତ ଧାବମାନ ହେଉ ନାହଁ, ଏହା ସେମାନେ ଆଶ୍ଚର୍ଯ୍ୟ ମଣି ତୁମ୍ଭମାନଙ୍କର ନିନ୍ଦା କରନ୍ତି;
1 John 2:13 in Oriya 13 ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
1 John 3:8 in Oriya 8 ଯେ ପାପ କରେ, ସେ ଶୟତାନରୁ ଜାତ, କାରଣ ଶୟତାନ ଆରମ୍ଭରୁ ପାପ କରିଆସୁଅଛି। ଶୟତାନର କାର୍ଯ୍ୟ ବିନାଶ କରିବା ଉଦ୍ଦେଶ୍ୟରେ ହିଁ ଇଶ୍ବରଙ୍କ ପୁତ୍ର ପ୍ରକାଶିତ ହେଲେ।
Jude 1:11 in Oriya 11 ହାୟ, ସେମାନେ ସନ୍ତାପର ପାତ୍ର, କାରଣ ସେମାନେ କୟିନର ପଥରେ ଚାଲିଯାଇଅଛନ୍ତି, ଅର୍ଥଲୋଭ ସକାଶେ ବିଲୀୟାମ ଭ୍ରାନ୍ତିରେ ପଡ଼ିଯାଇଅଛନ୍ତି ଓ କୋରହ ସଦୃଶ ବିଦ୍ରୋହ କରି ବିନଷ୍ଟ ହୋଇଅଛନ୍ତି।
Revelation 17:6 in Oriya 6 ମୁଁ ସେହି ସ୍ତ୍ରୀଲୋକକୁ ସାଧୂମାନଙ୍କ ଓ ଯୀଶୁଙ୍କ ସାକ୍ଷୀମାନଙ୍କ ରକ୍ତପାନରେ ମତ୍ତ ହେବାର ଦେଖିଲି। ତାହାକୁ ଦେଖି ମୁଁ ଅତ୍ୟନ୍ତ ଆଶ୍ଚର୍ଯ୍ୟାନ୍ୱିତ ହେଲି।