1 John 3:14 in Oriya 14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ।
Other Translations King James Version (KJV) We know that we have passed from death unto life, because we love the brethren. He that loveth not his brother abideth in death.
American Standard Version (ASV) We know that we have passed out of death into life, because we love the brethren. He that loveth not abideth in death.
Bible in Basic English (BBE) We are conscious that we have come out of death into life because of our love for the brothers. He who has no love is still in death.
Darby English Bible (DBY) *We* know that we have passed from death to life, because we love the brethren. He who does not love [his] brother abides in death.
World English Bible (WEB) We know that we have passed out of death into life, because we love the brothers. He who doesn't love his brother remains in death.
Young's Literal Translation (YLT) we -- we have known that we have passed out of the death to the life, because we love the brethren; he who is not loving the brother doth remain in the death.
Cross Reference Psalm 16:3 in Oriya 3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।
Proverbs 21:16 in Oriya 16 ଯେ ବୁଦ୍ଧିର ପଥ ଛାଡ଼ି ଭ୍ରମଣ କରେ, ସେ ପ୍ରେତମାନଙ୍କ ସଭାରେ ବାସ କରିବ।
Matthew 25:40 in Oriya 40 ପୁଣି, ରାଜା ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ମୋହର ଏହି କ୍ଷୁଦ୍ରତମ ଭ୍ରାତୃବୃନ୍ଦଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରିଥିବାରୁ ମୋ ପ୍ରତି ହିଁ ତାହା କରିଅଛ।
Luke 15:24 in Oriya 24 କାରଣ ମୋହର ଏହି ପୁଅ ମରିଥିଲା, ପୁନର୍ବାରେ ବଞ୍ଚିଲା; ହଜିଯାଇଥିଲା, ଆଉ ମିଳିଲା। ସେଥିରେ ସେମାନେ ଉତ୍ସବ କରିବାକୁ ଲାଗିଲେ।
Luke 15:32 in Oriya 32 କିନ୍ତୁ ଏହି ଯେ ତୋହର ଭାଇଟି ମରିଥିଲା, ପୁନର୍ବାର ବଞ୍ଚିଲା, ହଜିଯାଇଥିଲା, ଆଉ ମିଳିଲା, ସେହି ହେତୁରୁ ଉତ୍ସବ ଓ ଆନନ୍ଦ କରିବା ଉଚିତ୍ ଥିଲା।
John 5:24 in Oriya 24 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି।
John 13:35 in Oriya 35 ଯଦି ତୁମ୍ଭମାନଙ୍କର ପରସ୍ପର ପ୍ରତି ପ୍ରେମ ଥାଏ, ତାହାହେଲେ ତୁମ୍ଭେମାନେ ଯେ ମୋହର ଶିଷ୍ୟ, ଏହା ସମସ୍ତେ ତଦ୍ବାରା ଜ୍ଞାତ ହେବେ।
John 15:12 in Oriya 12 ମୁଁ ଯେପରି ତୁମ୍ଭମାନଙ୍କୁ ପ୍ରେମ କରିଅଛି, ତୁମ୍ଭେମାନେ ସେହିପରି ପରସ୍ପରକୁ ପ୍ରେମ କର, ଏହି ମୋହର ଆଜ୍ଞା।
John 15:17 in Oriya 17 ତୁମ୍ଭେମାନେ ଯେପରି ପରସ୍ପରକୁ ପ୍ରେମ କର, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କୁ ଏହି ସମସ୍ତ ଆଜ୍ଞା ଦେଉଅଛି।
2 Corinthians 5:1 in Oriya 1 କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ।
Galatians 5:22 in Oriya 22 କିନ୍ତୁ ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁୁତା, ପରୋପକାରିତା,
Ephesians 1:15 in Oriya 15 ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ,
Ephesians 2:1 in Oriya 1 ଏହି ସଂସାରର ଭାବାନୁସାରେ ପୁଣି, ଆକାଶମଣ୍ଡଳ ରାଜ୍ୟର ଅଧିପତି,
Ephesians 2:5 in Oriya 5 ପୁଣି, ତାହାଙ୍କ ସହିତ ଆମ୍ଭମାନଙ୍କୁ ଉତ୍ଥାପିତ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଆମ୍ଭମାନଙ୍କୁ ତାହାଙ୍କ ସହିତ ସ୍ୱର୍ଗରେ ଉପବେଶନ କରାଇଅଛନ୍ତି,
Colossians 1:4 in Oriya 4 ଆମ୍ଭେମାନେ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ପିତା ଈଶ୍ୱରଙ୍କୁ ସର୍ବଦା ଧନ୍ୟବାଦ ଦେଉଅଛୁ;
1 Thessalonians 4:9 in Oriya 9 ଭ୍ରାତୃପ୍ରେମ ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ଆବଶ୍ୟକ ନାହିଁ, କାରଣ ତୁମ୍ଭେମାନେ ପରସ୍ପରକୁ ପ୍ରେମ କରିବା ନିମନ୍ତେ ଇଶ୍ବରଙ୍କ ଦ୍ୱାରା ନିଜେ ଶିକ୍ଷିତ ହୋଇଅଛ,
Hebrews 6:10 in Oriya 10 କାରଣ ଈଶ୍ୱର ତୁମ୍ଭମାନଙ୍କର କର୍ମ, ଆଉ ସାଧୁଲୋକମାନଙ୍କର ସେବା କରିଥିବା ଦ୍ୱାରା ଓ ଯାହା ଏବେ ମଧ୍ୟ କରୁଥିବା ଦ୍ୱାରା ତାହାଙ୍କ ନାମ ପ୍ରତି ତୁମ୍ଭେମାନେ ଯେଉଁ ପ୍ରେମ କରୁଅଛ, ତାହା ଈଶ୍ୱର ଯେ ଭୁଲିଯିବେ, ଏପରି ଅନ୍ୟାୟକାରୀ ସେ ନୁହଁନ୍ତି।
Hebrews 13:1 in Oriya 1 ଭ୍ରାତୃପ୍ରେମ ସ୍ଥିର ହୋଇଥାଉ।
1 Peter 1:22 in Oriya 22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
1 Peter 3:8 in Oriya 8 ଶେଷ କଥା ଏହି, ତୁମ୍ଭେମାନେ ସମସ୍ତେ ଏକମନା, ପରସ୍ପରର ସୁଖଦୁଃଖର ସହଭାଗୀ, ଭ୍ରାତୃପ୍ରେମରେ ପ୍ରେମୀ, କୋମଳ ହୃଦୟ ଓ ନମ୍ରଚିତ୍ତ ହୁଅ;
2 Peter 1:7 in Oriya 7 ଧର୍ମପରାୟଣତା ସହିତ ଭ୍ରାତୃସ୍ନେହ, ପୁଣି, ଭ୍ରାତୃସ୍ନେହ ସହିତ ପ୍ରେମ ଯୋଗ କର।
1 John 2:3 in Oriya 3 ଯଦି ଆମ୍ଭେମାନେ ତାହାଙ୍କ ଆଜ୍ଞା ପାଳନ କରୁ, ତେବେ ତଦ୍ୱାରା ଜ୍ଞାତ ହେଉ ଯେ, ଆମ୍ଭେମାନେ ତାହାଙ୍କୁ ଜାଣୁ।
1 John 2:9 in Oriya 9 ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି।
1 John 3:23 in Oriya 23 ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।
1 John 4:7 in Oriya 7 ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ୱରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ୱରଙ୍କଠାରୁ ଜାତ ଓ ଈଶ୍ୱରଙ୍କୁ ଜାଣେ।
1 John 4:12 in Oriya 12 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ୱର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।
1 John 4:20 in Oriya 20 ଈଶ୍ୱରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ୱରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ।
1 John 5:2 in Oriya 2 ଆମ୍ଭେମାନେ ଯେତେବେଳେ ଈଶ୍ୱରଙ୍କୁ ପ୍ରେମ କରୁ ଓ ତାହାଙ୍କ ଆଜ୍ଞା ପାଳନ କରୁ, ସେତେବେଳେ ତଦ୍ୱାରା ଜାଣି ପାରୁ ଯେ, ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନମାନଙ୍କୁ ପ୍ରେମ କରୁଅଛୁ।
1 John 5:13 in Oriya 13 ଇଶ୍ବରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
1 John 5:19 in Oriya 19 ଆମ୍ଭେମାନେ ଯେ ଈଶ୍ୱରଙ୍କଠାରୁ ଜାତ ଓ ସମସ୍ତ ଜଗତ ଯେ ପାପାତ୍ମାର ଅଧୀନ, ଏହା ଆମ୍ଭେମାନେ ଜାଣୁ।