1 John 3:2 in Oriya 2 ହେ ପ୍ରିୟମାନେ, ବର୍ତ୍ତମାନ ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ଅଟୁ, ଆଉ ଆମ୍ଭେମାନେ କ'ଣ ହେବା, ତାହା ଏପର୍ଯ୍ୟନ୍ତ ପ୍ରକାଶିତ ହୋଇ ନାହିଁ। ଆମ୍ଭେମାନେ ଜାଣୁ ଯେ, ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ଆମ୍ଭେମାନେ ତାହାଙ୍କ ସଦୃଶ ହେବା, କାରଣ ସେ ଯେପରି, ଆମ୍ଭେମାନେ ସେହିପରି ତାହାଙ୍କୁ ଦର୍ଶନ କରିବା।
Other Translations King James Version (KJV) Beloved, now are we the sons of God, and it doth not yet appear what we shall be: but we know that, when he shall appear, we shall be like him; for we shall see him as he is.
American Standard Version (ASV) Beloved, now are we children of God, and it is not yet made manifest what we shall be. We know that, if he shall be manifested, we shall be like him; for we shall see him even as he is.
Bible in Basic English (BBE) My loved ones, now we are children of God, and at present it is not clear what we are to be. We are certain that at his revelation we will be like him; for we will see him as he is.
Darby English Bible (DBY) Beloved, now are we children of God, and what we shall be has not yet been manifested; we know that if it is manifested we shall be like him, for we shall see him as he is.
World English Bible (WEB) Beloved, now we are children of God, and it is not yet revealed what we will be. But we know that, when he is revealed, we will be like him; for we will see him just as he is.
Young's Literal Translation (YLT) beloved, now, children of God are we, and it was not yet manifested what we shall be, and we have known that if he may be manifested, like him we shall be, because we shall see him as he is;
Cross Reference Job 19:26 in Oriya 26 ପୁଣି, ମୋହର ଚର୍ମ ଏହି ରୂପେ ବିନଷ୍ଟ ହେଲା ଉତ୍ତାରେ ହେଁ ମୁଁ ମାଂସବିହୀନ ହୋଇ ପରମେଶ୍ୱରଙ୍କୁ ଦେଖିବି;
Psalm 16:11 in Oriya 11 ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।”
Psalm 17:15 in Oriya 15 ମାତ୍ର ମୁଁ ଧର୍ମରେ ତୁମ୍ଭ ମୁଖ ଦର୍ଶନ କରିବି; ମୁଁ ତୁମ୍ଭ ଆକାରରେ ଜାଗ୍ରତ ହେବା ବେଳେ ପରିତୃପ୍ତ ହେବି।
Psalm 31:19 in Oriya 19 ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍ !
Isaiah 56:5 in Oriya 5 ସେମାନଙ୍କୁ ଆମ୍ଭେ ଆମ୍ଭ ଗୃହ ମଧ୍ୟରେ ଓ ଆମ୍ଭ ପ୍ରାଚୀର ଭିତରେ ପୁତ୍ର କନ୍ୟା ଅପେକ୍ଷା ଉତ୍ତମ ସ୍ମରଣାର୍ଥକ ସ୍ତମ୍ଭ ଓ ନାମ ଦେବା; ଆମ୍ଭେ ସେମାନଙ୍କୁ ଅନନ୍ତକାଳସ୍ଥାୟୀ ନାମ ଦେବା, ତାହା କଟା ହେବ ନାହିଁ।”
Malachi 3:2 in Oriya 2 ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;
Matthew 5:8 in Oriya 8 ଶୁଦ୍ଧଚିତ୍ତ ଲୋକେ ଧନ୍ୟ, କାରଣ ସେମାନେ ଇଶ୍ବରଙ୍କ ଦର୍ଶନ ପାଇବେ।
John 17:24 in Oriya 24 ହେ ପିତା, ତୁମ୍ଭେ ମୋତେ ଯେଉଁମାନଙ୍କୁ ଦେଇଅଛ, ମୁଁ ଯେଉଁଠାରେ ଥାଏ, ସେମାନେ ମଧ୍ୟ ଯେପରି ସେଠାରେ ମୋହର ସହିତ ରହିବେ ଓ ଜଗତର ପତ୍ତନ ପୂର୍ବେ ତୁମ୍ଭେ ମୋତେ ପ୍ରେମ କରିଥିବାରୁ ମୋତେ ଯେଉଁ ମହିମା ଦେଇଅଛ, ମୋହର ସେହି ମହିମା ସେମାନେ ଯେପରି ଦେଖିବେ, ଏହା ମୋହର ଇଚ୍ଛା।
Romans 8:14 in Oriya 14 ଯେଣୁ ଯେତେ ଲୋକ ଇଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ଚାଳିତ ହୁଅନ୍ତି, ସେମାନେ ଇଶ୍ବରଙ୍କ ସନ୍ତାନ।
Romans 8:18 in Oriya 18 କାରଣ ମୋ' ବିଚାରରେ, ଯେଉଁ ଗୌରବ ଆମ୍ଭମାନଙ୍କ ପ୍ରତି ପ୍ରକାଶିତ ହେବ, ତାହା ତୁଳନାରେ ଏହି ବର୍ତ୍ତମାନ କାଳର ଦୁଃଖଭୋଗ କିଛି ହିଁ ନୁହେଁ।
Romans 8:29 in Oriya 29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
1 Corinthians 2:9 in Oriya 9 କିନ୍ତୁ ଯେପରି ଲେଖା ଅଛି, “ଚକ୍ଷୁ ଯାହା ଦେଖି ନାହିଁ, କର୍ଣ୍ଣ ଯାହା ଶୁଣି ନାହିଁ, ଆଉ ମନୁଷ୍ୟର ହୃଦୟରେ ଯାହା ଜାତ ହୋଇ ନାହିଁ, ଯେ ସମସ୍ତ ବିଷୟ ଈଶ୍ୱର ଆପଣା ପ୍ରେମକାରୀ ଲୋକମାନଙ୍କ ନିମନ୍ତେ ପ୍ରସ୍ତୁତ କରିଅଛନ୍ତି।”
1 Corinthians 13:12 in Oriya 12 କାରଣ ଏବେ ଆମ୍ଭେମାନେ ନିଗୂଢ଼ ବାକ୍ୟରୂପ ଦର୍ପଣର ସାହାଯ୍ୟରେ ଦେଖୁଅଛୁ, କିନ୍ତୁ ସେତେବେଳେ ମୁଖାମୁଖି ହୋଇ ଦେଖିବା; ଏତେବେଳେ ମୁଁ ଆଂଶିକ ଭାବେ ଜାଣୁଅଛି, କିନ୍ତୁ ସେତେବେଳେ, ମୁଁ ଯେପରି ପରିଚିତ, ସେହିପରି ମଧ୍ୟ ପରିଚୟ ପାଇବି।
1 Corinthians 15:49 in Oriya 49 ଆଉ, ଆମ୍ଭେମାନେ ଯେପରି ମୃତ୍ତିକାରେ ନିର୍ମିତ ସେହି ମନୁଷ୍ୟର ପ୍ରତିମୂର୍ତ୍ତି ଧାରଣ କରିଅଛୁ, ସେପରି ସେହି ସ୍ୱର୍ଗୀୟ ବ୍ୟକ୍ତିଙ୍କ ପ୍ରତିମୂର୍ତ୍ତି ମଧ୍ୟ ଧାରଣ କରିବା।
2 Corinthians 3:18 in Oriya 18 କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ସେହି ମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯେ କି ଆତ୍ମା, ତାହାଙ୍କଠାରୁ ଏହି ସବୁ ହେଉଅଛି।
2 Corinthians 4:17 in Oriya 17 କାରଣ ଏହି କ୍ଷଣକାଳସ୍ଥାୟୀ ଲଘୁ କ୍ଳେଶ ଅତ୍ୟଧିକ ବାହୁଲ୍ୟ ରୂପେ ଆମ୍ଭମାନଙ୍କ ନିମନ୍ତେ ଅନନ୍ତକାଳସ୍ଥାୟୀ ମହା ଗୌରବ ସାଧନ କରୁଅଛି;
2 Corinthians 5:6 in Oriya 6 ଅତଏବ ଆମ୍ଭେମାନେ ସର୍ବଦା ସାହସୀ ଅଟୁ, ଆଉ ଏହି ଶରୀରରେ ଯେପର୍ପ୍ୟନ୍ତ ନିବାସ କରୁଅଛୁ, ସେପର୍ଯ୍ୟନ୍ତ ଯେ ପ୍ରଭୁଙ୍କଠାରୁ ଦୂରରେ ପ୍ରବାସ କରୁଅଛୁ, ଏହା ଜାଣୁ।
Galatians 3:26 in Oriya 26 କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ୱରଙ୍କର ସନ୍ତାନ ହୋଇଅଛ;
Galatians 4:6 in Oriya 6 ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି।
Philippians 3:21 in Oriya 21 ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରି ପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ।
Colossians 3:4 in Oriya 4 ଆମ୍ଭମାନଙ୍କର ଜୀବନ ସ୍ୱରୂପ ଯେ ଖ୍ରୀଷ୍ଟ, ଯେତେବେଳେ ସେ ପ୍ରକାଶିତ ହେବେ, ସେତେବେଳେ ତୁମ୍ଭେମାନେ ମଧ୍ୟ ତାହାଙ୍କ ସହିତ ଗୌରବରେ ପ୍ରକାଶିତ ହେବ।
Hebrews 9:28 in Oriya 28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
2 Peter 1:4 in Oriya 4 ତଦ୍ୱାରା ସେ ଆମ୍ଭମାନଙ୍କୁ ବହୁମୂଲ୍ୟ ଓ ଅତି ମହତ ପ୍ରତିଜ୍ଞାମାନ ଦାନ କରିଅଛନ୍ତି, ଯେପରି ସେହି ସବୁ ଦ୍ୱାରା ତୁମ୍ଭେମାନେ କୁଅଭିଳାଷରୁ ଜାତ ଯେଉଁ ବିନାଶ ଜଗତରେ ଅଛି, ସେଥିରୁ ରକ୍ଷା ପାଇ ଐଶ୍ୱରିକ ସ୍ୱଭାବର ସହଭାଗୀ ହୁଅ।
1 John 2:28 in Oriya 28 ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।
1 John 3:1 in Oriya 1 ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
1 John 5:1 in Oriya 1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
Revelation 22:4 in Oriya 4 ସେମାନେ ତାହାଙ୍କ ମୁଖ ଦର୍ଶନ କରିବେ ଓ ତାହାଙ୍କ ନାମ ସେମାନଙ୍କ କପାଳରେ ଲିଖିତ ରହିବ।