1 John 4:1 in Oriya 1 ହେ ପ୍ରିୟମାନେ, ପ୍ରତ୍ୟେକ ଆତ୍ମାଙ୍କୁ ବିଶ୍ୱାସ କର ନାହିଁ, ବରଂ ଆତ୍ମାମାନେ ଈଶ୍ୱରଙ୍କଠାରୁ ଆଗତ କି ନାହିଁ, ଏହା ସେମାନଙ୍କୁ ପରୀକ୍ଷା କରି ଦେଖ, କାରଣ ଜଗତରେ ଅନେକ ଭଣ୍ଡ ଭାବବାଦୀ ବାହାରି ଅଛନ୍ତି।
Other Translations King James Version (KJV) Beloved, believe not every spirit, but try the spirits whether they are of God: because many false prophets are gone out into the world.
American Standard Version (ASV) Beloved, believe not every spirit, but prove the spirits, whether they are of God; because many false prophets are gone out into the world.
Bible in Basic English (BBE) My loved ones, do not put your faith in every spirit, but put them to the test, to see if they are from God: because a great number of false prophets have gone out into the world.
Darby English Bible (DBY) Beloved, believe not every spirit, but prove the spirits, if they are of God; because many false prophets are gone out into the world.
World English Bible (WEB) Beloved, don't believe every spirit, but test the spirits, whether they are of God, because many false prophets have gone out into the world.
Young's Literal Translation (YLT) Beloved, every spirit believe not, but prove the spirits, if of God they are, because many false prophets have gone forth to the world;
Cross Reference Deuteronomy 13:1 in Oriya 1 ଯଦି ତୁମ୍ଭ ମଧ୍ୟରେ କୌଣସି ଭବିଷ୍ୟଦ୍ବକ୍ତା ଅବା କୌଣସି ସ୍ୱପ୍ନଦର୍ଶକ ଉଠେ, ପୁଣି ସେ କୌଣସି ଚିହ୍ନ କି ଆଶ୍ଚର୍ଯ୍ୟକର୍ମ ନିରୂପଣ କରେ,
Proverbs 14:15 in Oriya 15 ନିର୍ବୋଧ ଲୋକ ସବୁ କଥା ବିଶ୍ୱାସ କରେ; ମାତ୍ର ଚତୁର ଲୋକ ଆପଣାର ସବୁ ଗତି ଭଲ କରି ବୁଝେ।
Jeremiah 5:31 in Oriya 31 ଭବିଷ୍ୟଦ୍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ ?
Jeremiah 29:8 in Oriya 8 ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।
Matthew 7:15 in Oriya 15 ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ !
Matthew 24:4 in Oriya 4 ସେଥିରେ ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ସାବଧାନ, କେହି ଯେପରି ତୁମ୍ଭମାନଙ୍କୁ ଭ୍ରାନ୍ତ ନ କରେ।
Matthew 24:23 in Oriya 23 ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ' କିବା ‘ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ।
Mark 13:21 in Oriya 21 ସେତେବେଳେ ‘ଦେଖ, ଖ୍ରୀଷ୍ଟ ଏଠାରେ' କିମ୍ଵା ‘ଦେଖ, ସେଠାରେ', କେହି ଯେବେ ତୁମ୍ଭମାନଙ୍କୁ ଏପରି କହିବ, ତେବେ ତାହା ବିଶ୍ୱାସ କର ନାହିଁ।
Luke 12:57 in Oriya 57 ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ?
Luke 21:8 in Oriya 8 ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।
Acts 17:11 in Oriya 11 ଥେସଲନୀକୀରେ ଥିବା ଯିହୂଦୀମାନଙ୍କଠାରୁ ଏମାନେ ସୁଶୀଳ ଥିଲେ। ଏମାନେ ପୂର୍ଣ୍ଣ ଆଗ୍ରହରେ ବାକ୍ୟ ଗ୍ରହଣ କଲେ, ପୁଣି, ଏହି ସମସ୍ତ ସତ୍ୟ କି ନା, ତାହା ଜାଣିବା ନିମନ୍ତେ ପ୍ରତିଦିନ ଶାସ୍ତ୍ର ଅନୁସନ୍ଧାନ କରୁଥିଲେ।
Acts 20:29 in Oriya 29 ମୋହର ପ୍ରସ୍ଥାନ ପରେ ନିଷ୍ଠୁର ବାଘଗୁଡ଼ାକ ଯେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବେଶ କରି ପଲ ପ୍ରତି ଦୟାହୀନ ବ୍ୟବହାର କରିବେ,
Romans 16:18 in Oriya 18 କାରଣ ଏହିପରି ଲୋକେ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟଙ୍କର ଦାସ ନୁହଁନ୍ତି, କିନ୍ତୁ ଆପଣା ଆପଣା ଉଦରର ଦାସ ଅଟନ୍ତି, ପୁଣି, ମିଷ୍ଟବାକ୍ୟ ଓ ଚାଟୁଭାଷାରେ ସରଳ ହୃଦୟ ଲୋକଙ୍କର ମନ ଭୁଲାନ୍ତି।
1 Corinthians 12:10 in Oriya 10 ଅନ୍ୟ ଜଣକୁ ନାନା ଶକ୍ତିର କାର୍ଯ୍ୟ ସାଧନ କରିବାର, ଆଉ ଜଣକୁ ଭାବବାଣୀ କହିବାର, ଅନ୍ୟ ଜଣକୁ ଭିନ୍ନ ଭିନ୍ନ ଆତ୍ମା ଚିହ୍ନିବାର, ଆଉ ଜଣକୁ ବିଭିନ୍ନ ପରଭାଷା କହିବାର, ଅନ୍ୟ ଜଣକୁ ଭାଷାର ଅର୍ଥ କରିବାର ଶକ୍ତି ଦାନ କରାଯାଏ।
1 Corinthians 14:29 in Oriya 29 ଆଉ, ଦୁଇ ବା ତିନି ଜଣ ଭାବବାଣୀ କହନ୍ତୁ, ପୁଣି, ଅନ୍ୟମାନେ ବିଚାର କରନ୍ତୁ।
1 Thessalonians 5:21 in Oriya 21 ବରଂ ସମସ୍ତ ବିଷୟ ପରୀକ୍ଷା କର;
1 Timothy 4:1 in Oriya 1 ଆତ୍ମା ସ୍ପଷ୍ଟରୂପେ କହୁଅଛନ୍ତି, ଶେଷ କାଳରେ କେହି କେହି ଭ୍ରଷ୍ଟବିବେକ ମିଥ୍ୟାବାଦୀ ଲୋକମାନଙ୍କ କପଟପଣରେ
2 Timothy 3:13 in Oriya 13 କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।
2 Peter 2:1 in Oriya 1 କିନ୍ତୁ ଲୋକମାନଙ୍କ ମଧ୍ୟରେ ଭଣ୍ଡ ଭାବବାଦୀମାନେ ମଧ୍ୟ ଉତ୍ପନ୍ନ ହେଲେ; ସେହିପରି ତୁମ୍ଭମାନଙ୍କ ମଧ୍ୟରେ ସୁଦ୍ଧା ଭଣ୍ଡ ଶିକ୍ଷକମାନେ ଉତ୍ପନ୍ନ ହେବେ; ସେମାନେ ବିନାଶଜନକ ଭ୍ରାନ୍ତ ମତ ଗୁପ୍ତରେ ପ୍ରଚଳନ କରି ସେମାନଙ୍କର କ୍ରୟକର୍ତ୍ତା ପ୍ରଭୁଙ୍କୁ ହିଁ ଅସ୍ୱୀକାର କରିବେ, ପୁଣି, ଆପଣାମାନଙ୍କର ଆକସ୍ମିକ ସର୍ବନାଶ ଘଟାଇବେ।
1 John 2:18 in Oriya 18 ହେ ବତ୍ସଗଣ, ଶେଷକାଳ ଉପସ୍ଥିତ, ପୁଣି, ଭଣ୍ଡଖ୍ରୀଷ୍ଟ ଆସିବ ବୋଲି ତୁମ୍ଭେମାନେ ଯେପରି ଶୁଣିଥିଲ, ସେହିପରି ଏବେ ମଧ୍ୟ ଅନେକ ଭଣ୍ଡଖ୍ରୀଷ୍ଟ ଉଠିଲେଣି; ଏତଦ୍ଵାରା ଆମ୍ଭେମାନେ ଜାଣୁଅଛୁ ଯେ, ଶେଷକାଳ ଉପସ୍ଥିତ।
2 John 1:7 in Oriya 7 କାରଣ ଯେଉଁମାନେ ଯୀଶୁ ଖ୍ରୀଷ୍ଟ ଦେହବନ୍ତ ହୋଇ ଅବତୀର୍ଣ୍ଣ ହୋଇଅଛନ୍ତି ବୋଲି ଅସ୍ୱୀକାର କରନ୍ତି, ଏପରି ଅନେକ ପ୍ରବଞ୍ଚକ ଜଗତରେ ବାହାରି ଆସିଅଛନ୍ତି। ଏହି ପ୍ରକାର ଲୋକ ସେହି ପ୍ରବଞ୍ଚକ ଓ ଭଣ୍ଡଖ୍ରୀଷ୍ଟ।
Revelation 2:2 in Oriya 2 ଆମ୍ଭେ ତୁମ୍ଭର କର୍ମ, ପରିଶ୍ରମ ଓ ଧୈର୍ଯ୍ୟ ଜାଣୁ; ପୁଣି, ତୁମ୍ଭେ ଯେ ଦୁଷ୍ଟମାନଙ୍କର କ୍ରିୟା ସହି ନ ପାର, ଆଉ ଯେଉଁମାନେ ଆପଣା ଆପଣାକୁ ପ୍ରେରିତ ବୋଲି କହନ୍ତି, କିନ୍ତୁ ପ୍ରକୃତରେ ପ୍ରେରିତ ନୁହଁନ୍ତି, ସେମାନଙ୍କୁ ପରିକ୍ଷା କରି ମିଥ୍ୟାବାଦୀ ବୋଲି ଚିହ୍ନିଅଛ,