1 John 4:17 in Oriya 17 ଏଥିରେ ପ୍ରେମ ଆମ୍ଭମାନଙ୍କ ମଧ୍ୟରେ ସିଦ୍ଧ ହୋଇଅଛି ଯେ, ବିଚାର ଦିନରେ ଆମ୍ଭେମାନେ ସାହସ ପ୍ରାପ୍ତ ହେବୁ, କାରଣ ସେ ଯେପରି ଅଛନ୍ତି, ଆମ୍ଭେମାନେ ମଧ୍ୟ ଏହି ଜଗତରେ ସେହିପରି ଅଛୁ।
Other Translations King James Version (KJV) Herein is our love made perfect, that we may have boldness in the day of judgment: because as he is, so are we in this world.
American Standard Version (ASV) Herein is love made perfect with us, that we may have boldness in the day of judgment; because as he is, even so are we in this world.
Bible in Basic English (BBE) In this way love is made complete in us, so that we may be without fear on the day of judging, because as he is, so are we in this world.
Darby English Bible (DBY) Herein has love been perfected with us that we may have boldness in the day of judgment, that even as *he* is, *we* also are in this world.
World English Bible (WEB) In this love has been made perfect among us, that we may have boldness in the day of judgment, because as he is, even so are we in this world.
Young's Literal Translation (YLT) In this made perfect hath been the love with us, that boldness we may have in the day of the judgment, because even as He is, we -- we also are in this world;
Cross Reference Matthew 10:15 in Oriya 15 ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ବିଚାର ଦିନରେ ସେହି ନଗରର ଦଶା ଅପେକ୍ଷା ସଦୋମ ଓ ଗମୋରା ଦେଶର ଦଶା ସହନୀୟ ହେବ।
Matthew 10:25 in Oriya 25 ଶିଷ୍ୟ ଆପଣା ଗୁରୁ ଓ ଦାସ ଆପଣା କର୍ତ୍ତା ପରି ହେଲେ ସେମାନଙ୍କ ପକ୍ଷରେ ଯଥେଷ୍ଟ। ସେମାନେ ଯେବେ ଗୃହ କର୍ତ୍ତାଙ୍କୁ ବାଲ୍ଜିବୂଲ୍ ବୋଲି କହିଅଛନ୍ତି, ତେବେ ତାହାଙ୍କର ପରିଜନଙ୍କୁ ତ ଆହୁରି ଅଧିକ କହିବେ।
Matthew 11:22 in Oriya 22 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ତୁମ୍ଭମାନଙ୍କ ଦଶା ଅପେକ୍ଷା ସୋର ଓ ସୀଦୋନର ଦଶା ସହନୀୟ ହେବ।
Matthew 11:24 in Oriya 24 ତଥାପି ମୁଁ ତୁମ୍ଭମାନଙ୍କୁ କହିଅଛି, ବିଚାର ଦିନରେ ତୋର ଦଶା ଅପେକ୍ଷା ସଦୋମ ଦେଶର ଦଶା ସହନୀୟ ହେବ।
Matthew 12:36 in Oriya 36 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି ମନୁଷ୍ୟମାନେ ଯେକୌଣସି ଅସାର କଥା କହନ୍ତି, ବିଚାର ଦିନରେ ସେମାନେ ସେଥିର ଉତ୍ତର ଦେବେ;
John 15:20 in Oriya 20 ଦାସ ଆପଣା କର୍ତ୍ତାଠାରୁ ଶ୍ରେଷ୍ଠ ନୁହେଁ, ମୁଁ ତୁମ୍ଭମାନଙ୍କୁ ଏହି ଯେଉଁ ବାକ୍ୟ କହିଅଛି, ତାହା ସ୍ମରଣ କର। ଯଦି ସେମାନେ ମୋତେ ତାଡ଼ନା କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କୁ ମଧ୍ୟ ତାଡ଼ନା କରିବେ; ଯଦି ସେମାନେ ମୋହର ବାକ୍ୟ ପାଳନ କରିଅଛନ୍ତି, ତାହାହେଲେ ତୁମ୍ଭମାନଙ୍କର ବାକ୍ୟ ମଧ୍ୟ ପାଳନ କରିବେ।
Romans 8:29 in Oriya 29 କାରଣ ଯେଉଁମାନଙ୍କୁ ସେ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ତାହାଙ୍କ ପୁତ୍ରଙ୍କ ପ୍ରତିମୂର୍ତ୍ତିର ଅନୁରୂପ ହେବା ନିମନ୍ତେ ସେ ପୂର୍ବରୁ ନିରୂପଣ ମଧ୍ୟ କରିଥିଲେ, ଯେପରି ସେ ଅନେକ ଭ୍ରାତାଙ୍କ ମଧ୍ୟରେ ଅଗ୍ରଜ ହୁଅନ୍ତି।
Hebrews 12:2 in Oriya 2 ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଇଶ୍ବରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି।
James 2:13 in Oriya 13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।
James 2:22 in Oriya 22 ତୁମ୍ଭେ ଦେଖୁଅଛ ଯେ, ବିଶ୍ୱାସ ତାହାଙ୍କ କର୍ମର ସହକାରୀ ଥିଲା, ଆଉ କର୍ମ ଦ୍ୱାରା ବିଶ୍ୱାସ ସିଦ୍ଧ ହେଲା;
1 Peter 3:16 in Oriya 16 ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ।
1 Peter 4:1 in Oriya 1 ଖ୍ରୀଷ୍ଟ ଶରୀରରେ ଦୁଃଖଭୋଗ କରିଥିବାରୁ ତୁମ୍ଭେମାନେ ମଧ୍ୟ ସେହିପରି ମନ ଧରି ଆପଣାମାନଙ୍କୁ ସୁସଜ୍ଜିତ କର, (କାରଣ ଯେ, ଶରୀରରେ ଦୁଃଖଭୋଗ କରିଅଛି, ସେ ପାପରୁ ନିବୃତ୍ତ ହୋଇଅଛି),
1 Peter 4:13 in Oriya 13 ବରଂ ଯେଉଁ ପରିମାଣରେ ଖ୍ରୀଷ୍ଟଙ୍କ ଦୁଃଖଭୋଗର ସହଭାଗୀ ହେଉଅଛ, ସେହି ପରିମାଣରେ ଆନନ୍ଦ କର, ଯେପରି ତାହାଙ୍କ ମହିମା ପ୍ରକାଶିତ ହେବା ସମୟରେ ମଧ୍ୟ ତୁମ୍ଭେମାନେ ମହାନନ୍ଦରେ ଆନନ୍ଦିତ ହେବ।
2 Peter 2:9 in Oriya 9 ଏହି ପ୍ରକାରେ ପ୍ରଭୁ ଧର୍ମପରାୟଣମାନଙ୍କୁ ପରୀକ୍ଷାରୁ ରକ୍ଷା କରିବାକୁ ପୁଣି, ଅଧାର୍ମିକମାନଙ୍କୁ, ବିଶେଷତଃ ଯେଉଁମାନେ ଶରୀରର କୁତ୍ସିତ କାମାଭିଳାଷରେ ଚାଳିତ ହୋଇ ପ୍ରଭୁତ୍ୱ ଅବଜ୍ଞା କରନ୍ତି, ସେମାନଙ୍କୁ ବିଚାର ଦିନ ନିମନ୍ତେ ଦଣ୍ଡର ଅଧୀନରେ ରଖିବାକୁ ଜାଣନ୍ତି।
2 Peter 3:7 in Oriya 7 ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।
1 John 2:5 in Oriya 5 କିନ୍ତୁ ଯେ ତାହାଙ୍କ ବାକ୍ୟ ପାଳନ କରେ, ତାହାଠାରେ ଇଶ୍ବରଙ୍କ ପ୍ରେମ ପ୍ରକୃତ ରୂପେ ସିଦ୍ଧ ହୋଇଅଛି। ଏତଦ୍ଵାରା ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ତାହାଙ୍କଠାରେ ଅଛୁ।
1 John 2:28 in Oriya 28 ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।
1 John 3:1 in Oriya 1 ଦେଖ, ପିତା ଆମ୍ଭମାନଙ୍କୁ କି ପ୍ରକାର ପ୍ରେମ ଦାନ କରିଅଛନ୍ତି ଯେ, ଆମ୍ଭେମାନେ ଇଶ୍ବରଙ୍କ ସନ୍ତାନ ବୋଲି ଖ୍ୟାତ ହେବୁ, ଆଉ ଆମ୍ଭେମାନେ ତାହା ହିଁ ଅଟୁ। ଏଥିସକାଶେ ଜଗତ ଆମ୍ଭମାନଙ୍କୁ ଚିହ୍ନୁ ନାହିଁ, କାରଣ ତାହା ତାହାଙ୍କୁ ଚିହ୍ନି ନ ଥିଲା।
1 John 3:3 in Oriya 3 ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।
1 John 3:19 in Oriya 19 ତାହା କଲେ, ଆମ୍ଭେମାନେ ଯେ ସତ୍ୟର ସନ୍ତାନ, ଏହା ଜାଣିବା,
1 John 4:12 in Oriya 12 କେହି କେବେ ଈଶ୍ୱରଙ୍କୁ ଦେଖି ନାହିଁ; ଆମ୍ଭେମାନେ ଯଦି ପରସ୍ପରକୁ ପ୍ରେମ କରୁ, ତାହାହେଲେ ଈଶ୍ୱର ଆମ୍ଭମାନଙ୍କଠାରେ ଅଛନ୍ତି ଓ ତାହାଙ୍କ ପ୍ରେମ ଆମ୍ଭମାନଙ୍କଠାରେ ସିଦ୍ଧ ହୋଇଅଛି।