1 John 5:1 in Oriya 1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
Other Translations King James Version (KJV) Whosoever believeth that Jesus is the Christ is born of God: and every one that loveth him that begat loveth him also that is begotten of him.
American Standard Version (ASV) Whosoever believeth that Jesus is the Christ is begotten of God: and whosoever loveth him that begat loveth him also that is begotten of him.
Bible in Basic English (BBE) Everyone who has faith that Jesus is the Christ is a child of God: and everyone who has love for the Father has love for his child.
Darby English Bible (DBY) Every one that believes that Jesus is the Christ is begotten of God; and every one that loves him that has begotten loves also him that is begotten of him.
World English Bible (WEB) Whoever believes that Jesus is the Christ is born of God. Whoever loves the father also loves the child who is born of him.
Young's Literal Translation (YLT) Every one who is believing that Jesus is the Christ, of God he hath been begotten, and every one who is loving Him who did beget, doth love also him who is begotten of Him:
Cross Reference Matthew 16:16 in Oriya 16 ଶିମୋନ ପିତର ଉତ୍ତର ଦେଲେ, ଆପଣ ଖ୍ରୀଷ୍ଟ, ଜୀବନ୍ତ ଇଶ୍ବରଙ୍କ ପୁତ୍ର।
John 1:12 in Oriya 12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଇଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
John 3:3 in Oriya 3 ଯୀଶୁ ତାଙ୍କୁ ଉତ୍ତର ଦେଲେ, ସତ୍ୟ ସତ୍ୟ ମୁଁ ତୁମ୍ଭକୁ କହୁଅଛି, ପୁନର୍ବାର ଜନ୍ମ ନ ହେଲେ କେହି ଇଶ୍ବରଙ୍କ ରାଜ୍ୟ ଦେଖି ପାରେ ନାହିଁ।
John 6:69 in Oriya 69 ଆଉ, ଆପଣ ଯେ ଈଶ୍ୱରଙ୍କର ସେହି ପବିତ୍ର ପୁରୁଷ, ଏହା ଆମ୍ଭେମାନେ ବିଶ୍ୱାସ କରିଅଛୁ ଓ ଜାଣିଅଛୁ।
John 8:42 in Oriya 42 ଯୀଶୁ ସେମାନଙ୍କୁ କହିଲେ, ଈଶ୍ୱର ଯଦି ତୁମ୍ଭମାନଙ୍କର ପିତା ହୋଇଥାଆନ୍ତେ, ତାହାହେଲେ ତୁମ୍ଭେମାନେ ମୋତେ ପ୍ରେମ କରନ୍ତ; କାରଣ ମୁଁ ଈଶ୍ୱରଙ୍କଠାରୁ ଆସିଅଛି; ମୁଁ ନିଜଠାରୁ ଆସି ନାହିଁ, କିନ୍ତୁ ସେ ମୋତେ ପ୍ରେରଣ କଲେ।
John 15:23 in Oriya 23 ଯେ ମୋତେ ଘୃଣା କରେ, ସେ ମୋର ପିତାଙ୍କୁ ମଧ୍ୟ ଘୃଣା କରେ।
Romans 10:9 in Oriya 9 ଯେଣୁ ତୁମ୍ଭେ ଯଦି ମୁଖରେ ଯୀଶୁଙ୍କୁ ପ୍ରଭୁ ବୋଲି ସ୍ୱୀକାର କରିବ, ଆଉ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି ବୋଲି ହୃଦୟରେ ବିଶ୍ୱାସ କରିବ, ତେବେ ପରିତ୍ରାଣ ପ୍ରାପ୍ତ ହେବ;
James 1:18 in Oriya 18 ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।
1 Peter 1:3 in Oriya 3 ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଈଶ୍ୱର ଓ ପିତା ଧନ୍ୟ; ସେ ମୃତମାନଙ୍କ ମଧ୍ୟରୁ ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଜୀବନଦାୟକ ଭରସା ପ୍ରାପ୍ତି ନିମନ୍ତେ,
1 Peter 1:22 in Oriya 22 ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;
1 John 2:10 in Oriya 10 ଯେ ଆପଣା ଭାଇକୁ ପ୍ରେମ କରେ, ସେ ଜ୍ୟୋତିଃରେ ରହେ, ପୁଣି, ତାହାଠାରେ ଝୁଣ୍ଟିବାର କୌଣସି କାରଣ ନାହିଁ।
1 John 2:22 in Oriya 22 ଯୀଶୁ ଯେ ଖ୍ରୀଷ୍ଟ ଅଟନ୍ତି, ଏହା ଯେ ନାସ୍ତି କରେ, ତାହାଠାରୁ ଆଉ ମିଥ୍ୟାବାଦୀ କିଏ ? ଯେ ପିତା ଓ ପୁତ୍ରଙ୍କୁ ନାସ୍ତି କରେ, ସେ ତ ସେହି ଭଣ୍ଡଖ୍ରୀଷ୍ଟ।
1 John 2:29 in Oriya 29 ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ।
1 John 3:9 in Oriya 9 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଇଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ।
1 John 3:14 in Oriya 14 ଆମ୍ଭେମାନେ ଜାଣୁ ଯେ, ଆମ୍ଭେମାନେ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛୁ, ଯେଣୁ ଆମ୍ଭେମାନେ ଭାଇମାନଙ୍କୁ ପ୍ରେମ କରୁଅଛୁ। ଯେ ପ୍ରେମ କରେ ନାହିଁ, ସେ ମୃତ୍ୟୁର ଅଧିନରେ ଥାଏ।
1 John 3:17 in Oriya 17 କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଇଶ୍ବରଙ୍କ ପ୍ରେମ କିପରି ରହିପାରେ ?
1 John 4:2 in Oriya 2 ଏହା ଦ୍ୱାରା ତୁମ୍ଭେମାନେ ଇଶ୍ବରଙ୍କ ଆତ୍ମାଙ୍କୁ ଚିହ୍ନି ପାରିବ, ଯୀଶୁ ଖ୍ରୀଷ୍ଟ ଯେ ଦେହବନ୍ତ ହୋଇ ଆସିଅଛନ୍ତି, ଏହା ଯେକୌଣସି ଆତ୍ମା ସ୍ୱୀକାର କରେ, ସେ ଈଶ୍ୱରଙ୍କଠାରୁ ଆଗତ,
1 John 4:7 in Oriya 7 ହେ ପ୍ରିୟମାନେ, ଆସ, ଆମ୍ଭେମାନେ ପରସ୍ପରକୁ ପ୍ରେମ କରୁ, କାରଣ ପ୍ରେମ ଈଶ୍ୱରଙ୍କଠାରୁ ଜାତ, ଆଉ ଯେ କେହି ପ୍ରେମ କରେ, ସେ ଈଶ୍ୱରଙ୍କଠାରୁ ଜାତ ଓ ଈଶ୍ୱରଙ୍କୁ ଜାଣେ।
1 John 4:14 in Oriya 14 ପିତା ଯେ ପୁତ୍ରଙ୍କୁ ଜଗତର ତ୍ରାଣକର୍ତ୍ତା ହେବା ନିମନ୍ତେ ପ୍ରେରଣ କରିଅଛନ୍ତି, ଏହା ଆମ୍ଭେମାନେ ଦେଖିଅଛୁ ଓ ସାକ୍ଷ୍ୟ ଦେଉଅଛୁ।
1 John 4:20 in Oriya 20 ଈଶ୍ୱରଙ୍କୁ ପ୍ରେମ କରୁଅଛି ବୋଲି କହି ଯଦି କେହି ଆପଣା ଭାଇକୁ ଘୃଣା କରେ, ତାହାହେଲେ ସେ ମିଥ୍ୟାବାଦୀ, ଯେଣୁ ଯେଉଁ ଭାଇକୁ ଦେଖିଅଛି, ଯଦି ତାହାକୁ କେହି ପ୍ରେମ ନ କରେ, ତାହାହେଲେ ଯେଉଁ ଈଶ୍ୱରଙ୍କୁ ସେ ଦେଖି ନାହିଁ, ତାହାଙ୍କୁ ପ୍ରେମ କରି ପାରେ ନାହିଁ।
1 John 5:4 in Oriya 4 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।