1 John 5:13 in Oriya 13 ଇଶ୍ବରଙ୍କ ପୁତ୍ରଙ୍କ ନାମରେ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଯେପରି ଜାଣ ଯେ, ତୁମ୍ଭେମାନେ ଅନନ୍ତ ଜୀବନ ପାଇଅଛ, ଏଥି ନିମନ୍ତେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
Other Translations King James Version (KJV) These things have I written unto you that believe on the name of the Son of God; that ye may know that ye have eternal life, and that ye may believe on the name of the Son of God.
American Standard Version (ASV) These things have I written unto you, that ye may know that ye have eternal life, `even' unto you that believe on the name of the Son of God.
Bible in Basic English (BBE) I have put these things in writing for you who have faith in the name of the Son of God, so that you may be certain that you have eternal life.
Darby English Bible (DBY) These things have I written to you that ye may know that ye have eternal life who believe on the name of the Son of God.
World English Bible (WEB) These things I have written to you who believe in the name of the Son of God, that you may know that you have eternal life, and that you may continue to believe in the name of the Son of God.
Young's Literal Translation (YLT) These things I did write to you who are believing in the name of the Son of God, that ye may know that life ye have age-during, and that ye may believe in the name of the Son of God.
Cross Reference John 1:12 in Oriya 12 ମାତ୍ର ଯେତେ ଲୋକ ତାହାଙ୍କୁ ଗ୍ରହଣ କଲେ, ଅର୍ଥାତ୍, ଯେଉଁମାନେ ତାହାଙ୍କ ନାମରେ ବିଶ୍ୱାସ କଲେ, ସେ ସମସ୍ତଙ୍କୁ ସେ ଇଶ୍ବରଙ୍କ ସନ୍ତାନ ହେବା ନିମନ୍ତେ ଅଧିକାର ଦେଲେ;
John 2:23 in Oriya 23 ନିସ୍ତାର ପର୍ବର ଉତ୍ସବ ସମୟରେ ସେ ଯିରୂଶାଲମରେ ଥିବା ସମୟରେ ଅନେକେ ତାହାଙ୍କ ସାଧିତ ଆଶ୍ଚର୍ଯ୍ୟ କର୍ମଗୁଡ଼ିକ ଦେଖି ତାହାଙ୍କ ନାମରେ ବିଶ୍ୱାସ କଲେ,
John 3:18 in Oriya 18 ଯେ ତାହାଙ୍କଠାରେ ବିଶ୍ୱାସ କରେ, ସେ ବିଚାରିତ ହୁଏ ନାହିଁ; ଯେ ବିଶ୍ୱାସ କରେ ନାହିଁ, ସେ ବିଚାରିତ ହୋଇ ସାରିଲାଣି, କାରଣ ସେ ଇଶ୍ବରଙ୍କ ଅଦ୍ୱିତୀୟ ପୁତ୍ରଙ୍କ ନାମରେ ବିଶ୍ୱାସ କରି ନାହିଁ।
John 20:31 in Oriya 31 କିନ୍ତୁ ତୁମ୍ଭେମାନେ ଯେପରି ବିଶ୍ୱାସ କର ଯେ, ଯୀଶୁ ଇଶ୍ବରଙ୍କ ପୁତ୍ର ଖ୍ରୀଷ୍ଟ ଅଟନ୍ତି, ପୁଣି, ବିଶ୍ୱାସ କରି ଯେପରି ତୁମ୍ଭେମାନେ ତାହାଙ୍କ ନାମରେ ଜୀବନ ପ୍ରାପ୍ତ ହୁଅ, ଏଥି ନିମନ୍ତେ ଏସମସ୍ତ ଲେଖାଯାଇଅଛି।
John 21:24 in Oriya 24 ଯେ ଏହି ସମସ୍ତ ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି ଓ ଏହି ସମସ୍ତ ଲେଖିଅଛନ୍ତି, ସେ ସେହି ଶିଷ୍ୟ; ଆଉ, ତାହାଙ୍କ ସାକ୍ଷ୍ୟ ଯେ ସତ୍ୟ, ତାହା ଆମ୍ଭେମାନେ ଜାଣୁ।
Acts 3:16 in Oriya 16 ପୁଣି, ତାହାଙ୍କ ନାମରେ ବିଶ୍ୱାସ କରିବାରୁ ଏହି ଯେଉଁ ଲୋକକୁ ଆପଣମାନେ ଦେଖୁଛନ୍ତି ଓ ଜାଣିଅଛନ୍ତି,ଏହାକୁ ତାହାଙ୍କ ନାମ ବଳବାନ କରିଅଛି; ହଁ, ତାହାଙ୍କ ଦ୍ୱାରା ଦିଆଯାଇଥିବା ବିଶ୍ୱାସ ଆପଣ ସମସ୍ତଙ୍କ ସାକ୍ଷାତରେ ଏହାକୁ ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ ଦାନ କରିଅଛି।
Acts 4:12 in Oriya 12 ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।
Romans 8:15 in Oriya 15 କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
2 Corinthians 5:1 in Oriya 1 କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ।
Galatians 4:6 in Oriya 6 ଆଉ ତୁମ୍ଭେମାନେ ପୁତ୍ର, ଏଥିସକାଶେ ଈଶ୍ୱର ଆପଣା ନିକଟରୁ ନିଜ ପୁତ୍ରଙ୍କ ଆତ୍ମାଙ୍କୁ ଆମ୍ଭମାନଙ୍କ ହୃଦୟକୁ ପ୍ରେରଣ କଲେ; ସେହି ଆତ୍ମା ଆବ୍ବା, ପିତଃ ବୋଲି ଡାକନ୍ତି।
1 Timothy 1:15 in Oriya 15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।
1 Peter 5:12 in Oriya 12 ଇଶ୍ବରଙ୍କ ସତ୍ୟ ଅନୁଗ୍ରହ ଯେ ଏହି ପ୍ରକାର, ଏବିଷୟରେ ସାକ୍ଷ୍ୟ ଦେଇ ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ସିଲ୍ୱାନଙ୍କ ଦ୍ୱାରା ମୁଁ ସଂକ୍ଷେପରେ ପତ୍ର ଲେଖିଲି; ମୋ' ବୋଧରେ ସେ ଜଣେ ବିଶ୍ୱସ୍ତ ଭ୍ରାତା। ତୁମ୍ଭେମାନେ ଏହି ଅନୁଗ୍ରହରେ ସୁସ୍ଥିର ହୋଇଥାଅ।
2 Peter 1:10 in Oriya 10 ଅତଏବ, ହେ ଭାଇମାନେ, ତୁମ୍ଭେମାନେ ଆପଣା ଆପଣା ଆହ୍ୱାନ ଓ ମନୋନୟନକୁ ସ୍ଥିର କରିବା ନିମନ୍ତେ ଅଧିକ ଯତ୍ନଶୀଳ ହୁଅ; ଯେଣୁ ଏପରି କଲେ ତୁମ୍ଭେମାନେ କେବେ ହେଁ ଝୁଣ୍ଟିପଡ଼ିବ ନାହିଁ,
1 John 1:1 in Oriya 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
1 John 1:4 in Oriya 4 ଆମ୍ଭମାନଙ୍କର ଆନନ୍ଦ ଯେପରି ପରିପୂର୍ଣ୍ଣ ହୁଏ, ଏଥି ନିମନ୍ତେ ଆମ୍ଭେମାନେ ଏହି ସବୁ ଲେଖୁଅଛୁ।
1 John 2:1 in Oriya 1 ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।
1 John 2:13 in Oriya 13 ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
1 John 2:21 in Oriya 21 ତୁମ୍ଭେମାନେ ସତ୍ୟ ଜାଣି ନ ଥିବାରୁ ମୁଁ ଯେ ତୁମ୍ଭମାନଙ୍କ ନିକଟକୁ ଲେଖିଲି, ତାହା ନୁହେଁ, ମାତ୍ର ତୁମ୍ଭେମାନେ ସତ୍ୟ ଜାଣିଥିବାରୁ ଓ କୌଣସି ମିଥ୍ୟା ସତ୍ୟରୁ ଜାତ ହୁଏ ନାହିଁ ବୋଲି ଜାଣିଥିବାରୁ ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି।
1 John 2:26 in Oriya 26 ଯେଉଁମାନେ ତୁମ୍ଭମାନଙ୍କୁ ଭ୍ରାନ୍ତ କରିବାକୁ ଚେଷ୍ଟା କରନ୍ତି, ସେମାନଙ୍କ ସମ୍ବନ୍ଧରେ ମୁଁ ତୁମ୍ଭମାନଙ୍କ ନିକଟକୁ ଏହି ସମସ୍ତ ଲେଖିଲି।
1 John 3:23 in Oriya 23 ତାହାଙ୍କର ଆଜ୍ଞା ଏହି ଯେ, ଆମ୍ଭେମାନେ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କ ନାମରେ ବିଶ୍ୱାସ କରିବା ଓ ତାହାଙ୍କ ଦତ୍ତ ଆଜ୍ଞାନୁସାରେ ପରସ୍ପରକୁ ପ୍ରେମ କରିବା।
1 John 5:10 in Oriya 10 ଯେ ଇଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଇଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।