1 John 5:18 in Oriya 18 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଯେ ପାପ କରେ ନାହିଁ, ବରଂ ସେ ଈଶ୍ୱରଙ୍କଠାରୁ ଜାତ ହୋଇ ଆପଣାକୁ ରକ୍ଷା କରେ, ଆଉ ପାପାତ୍ମା ତାହାକୁ ସ୍ପର୍ଶ କରେ ନାହିଁ, ଏହା ଆମ୍ଭେମାନେ ଜାଣୁ।
Other Translations King James Version (KJV) We know that whosoever is born of God sinneth not; but he that is begotten of God keepeth himself, and that wicked one toucheth him not.
American Standard Version (ASV) We know that whosoever is begotten of God sinneth not; but he that was begotten of God keepeth himself, and the evil one toucheth him not.
Bible in Basic English (BBE) We are certain that one who is a child of God will do no sin, but the Son of God keeps him so that he is not touched by the Evil One.
Darby English Bible (DBY) We know that every one begotten of God does not sin, but he that has been begotten of God keeps himself, and the wicked [one] does not touch him.
World English Bible (WEB) We know that whoever is born of God doesn't sin, but he who was born of God keeps himself, and the evil one doesn't touch him.
Young's Literal Translation (YLT) We have known that every one who hath been begotten of God doth not sin, but he who was begotten of God doth keep himself, and the evil one doth not touch him;
Cross Reference Psalm 17:4 in Oriya 4 ମନୁଷ୍ୟର କାର୍ଯ୍ୟ ବୁଝି ମୁଁ ତୁମ୍ଭ ଓଷ୍ଠାଧରର ବାକ୍ୟ ଦ୍ୱାରା ଦୁର୍ଜ୍ଜନର ପଥରୁ ଆପଣାକୁ ରକ୍ଷା କରିଅଛି।
Psalm 18:23 in Oriya 23 ମଧ୍ୟ ମୁଁ ତାହାଙ୍କ ଉଦ୍ଦେଶ୍ୟରେ ସିଦ୍ଧ ଥିଲି ଓ ମୁଁ ନିଜ ଅପରାଧରୁ ଆପଣାକୁ ରକ୍ଷା କଲି।
Psalm 39:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ, ଯିଦୂଥୂନ ପାଇଁ ଦାଉଦଙ୍କର ଗୀତ। ମୁଁ କହିଲି, “ମୁଁ ଜିହ୍ୱାରେ ପାପ ନ କରିବା ପାଇଁ ଆପଣା ପଥ ବିଷୟରେ ସାବଧାନ ହେବି; ଦୁଷ୍ଟ ମୋ' ସମ୍ମୁଖରେ ଥିବା ପର୍ଯ୍ୟନ୍ତ ମୁଁ ଆପଣା ମୁଖକୁ ଲଗାମ ଦେଇ ରଖିବି।”
Psalm 119:101 in Oriya 101 ମୁଁ ଯେପରି ତୁମ୍ଭର ବାକ୍ୟ ପାଳନ କରିବି, ଏଥିପାଇଁ ପ୍ରତ୍ୟେକ କୁପଥରୁ ମୁଁ ଆପଣା ପାଦ ଅଟକାଇଅଛି।
Proverbs 4:23 in Oriya 23 ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
John 1:13 in Oriya 13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ।
John 3:2 in Oriya 2 ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ।
John 14:30 in Oriya 30 ମୁଁ ତୁମ୍ଭମାନଙ୍କ ସହିତ ଆଉ ଅଧିକ କଥାବାର୍ତ୍ତା କରିବି ନାହିଁ, କାରଣ ଜଗତର ଅଧିପତି ଆସୁଅଛି; ଆଉ, ମୋ'ଠାରେ ତାହାର କିଛି ହିଁ ନାହିଁ;
John 15:4 in Oriya 4 ମୋ'ଠାରେ ରୁହ, ସେଥିରେ ମୁଁ ତୁମ୍ଭମାନଙ୍କଠାରେ ରହିବି। ଶାଖା ଯେପରି ଦ୍ରାକ୍ଷାଲତାରେ ନ ରହିଲେ ନିଜରୁ ଫଳ ଫଳି ପାରେ ନାହିଁ, ସେହିପରି ତୁମ୍ଭେମାନେ ମଧ୍ୟ ମୋ'ଠାରେ ନ ରହିଲେ ଫଳ ଫଳି ପାର ନାହିଁ।
John 15:7 in Oriya 7 ଯଦି ତୁମ୍ଭେମାନେ ମୋ'ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।
John 15:9 in Oriya 9 ପିତା ଯେପ୍ରକାର ମୋତେ ପ୍ରେମ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାର ତୁମ୍ଭମାନଙ୍କୁ ପ୍ରେମ କରିଅଛି; ମୋହର ପ୍ରେମରେ ସ୍ଥିର ହୋଇ ରହିଥାଅ।
Acts 11:23 in Oriya 23 ସେ ଉପସ୍ଥିତ ହୋଇ ଈଶ୍ୱରଙ୍କର ଅନୁଗ୍ରହ ଦେଖି ଆନନ୍ଦିତ ହେଲେ, ଆଉ ଯେପରି ସେମାନେ ହୃଦୟର ଏକାଗ୍ରତାରେ ପ୍ରଭୁଙ୍କ ପ୍ରତି ଆସକ୍ତ ହୋଇ ରୁହନ୍ତି, ସେଥିନିମନ୍ତେ ସମସ୍ତଙ୍କୁ ଉତ୍ସାହ ଦେଲେ;
James 1:18 in Oriya 18 ଆମ୍ଭେମାନେ ଯେପରି ତାହାଙ୍କ ସୃଷ୍ଟ ବିଷୟମାନଙ୍କ ମଧ୍ୟରୁ ଏକ ପ୍ରକାର ପ୍ରଥମ ଫଳ ସ୍ୱରୂପ ହେଉ, ଏଥି ନିମନ୍ତେ ସେ ଆପଣା ଇଚ୍ଛାନୁସାରେ ସତ୍ୟ ବାକ୍ୟ ଦ୍ୱାରା ଆମ୍ଭମାନଙ୍କୁ ଜନ୍ମ ଦେଲେ।
James 1:27 in Oriya 27 ଅନାଥ ଓ ବିଧବାମାନଙ୍କୁ ସେମାନଙ୍କ ଦୁଃଖାବସ୍ଥାରେ ସଂଖୋଳିବା ପୁଣି, ସଂସାରରୁ ଆପଣାକୁ ନିଷ୍କଳଙ୍କ ରୂପେ ରକ୍ଷା କରିବା, ଏହା ଆମ୍ଭମାନଙ୍କ ଈଶ୍ୱର ଓ ପିତାଙ୍କ ଛାମୁରେ ବିଶୁଦ୍ଧ ଓ ନିର୍ମଳ ଧର୍ମପରାୟଣତା ଅଟେ।
1 Peter 1:23 in Oriya 23 ଯେଣୁ ତୁମ୍ଭେମାନେ କ୍ଷୟଣୀୟ ବୀଜରୁ ନୁହେଁ, ବରଂ ଅକ୍ଷୟ ବୀଜରୁ, ଅର୍ଥାତ୍ ଇଶ୍ବରଙ୍କ ଜୀବନ୍ତ ଓ ନିତ୍ୟସ୍ଥାୟୀ ବାକ୍ୟ ଦ୍ୱାରା ନୂତନୀକୃତ ହୋଇଅଛ।
1 John 2:13 in Oriya 13 ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ। ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି, କାରଣ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ।
1 John 2:29 in Oriya 29 ସେ ଧାର୍ମିକ ଅଟନ୍ତି, ଏହା ଯଦି ଜାଣ, ତେବେ ଯେ କେହି ଧର୍ମାଚରଣ କରେ, ସେ ଯେ ତାହାଙ୍କଠାରୁ ଜାତ, ଏହା ମଧ୍ୟ ଜାଣ।
1 John 3:3 in Oriya 3 ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ।
1 John 3:9 in Oriya 9 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ପାପ କରେ ନାହିଁ, କାରଣ ଇଶ୍ବରଙ୍କ ବୀଜ ତାହାଠାରେ ରହେ, ଆଉ ସେ ଈଶ୍ୱରଙ୍କଠାରୁ ଜାତ ହେବାରୁ ପାପ କରି ପାରେ ନାହିଁ।
1 John 3:12 in Oriya 12 ପାପାତ୍ମାର ସନ୍ତାନ ଯେ କୟିନ, ତାହା ପରି ହୁଅ ନାହିଁ, ସେ ଆପଣା ଭାଇକୁ ବଧ କଲା; ଆଉ ସେ ତାହାକୁ କାହିଁକି ବଧ କଲା ? କାରଣ ଏହି ଯେ, ତାହାର କାର୍ଯ୍ୟ ପାପମୟ, ଆଉ ତାହାର ଭାଇର କାର୍ଯ୍ୟ ଧର୍ମମୟ ଥିଲା।
1 John 4:6 in Oriya 6 କିନ୍ତୁ ଆମ୍ଭେମାନେ ଈଶ୍ୱରଙ୍କଠାରୁ ଜାତ; ଯେ ଈଶ୍ୱରଙ୍କୁ ଜାଣେ, ସେ ଆମ୍ଭମାନଙ୍କ କଥା ଶୁଣେ; ଯେ ଈଶ୍ୱରଙ୍କଠାରୁ ଜାତ ନୁହେଁ, ସେ ଆମ୍ଭମାନଙ୍କ କଥା ଶୁଣେ ନାହିଁ। ଏତଦ୍ଵାରା ଆମ୍ଭେମାନେ ସତ୍ୟମୟ ଆତ୍ମା ଓ ଭ୍ରାନ୍ତିପୂର୍ଣ୍ଣ ଆତ୍ମାକୁ ଚିହ୍ନି ପାରୁ।
1 John 5:1 in Oriya 1 ଯେ କେହି ଯୀଶୁଙ୍କୁ ଖ୍ରୀଷ୍ଟ ବୋଲି ବିଶ୍ୱାସ କରେ, ସେ ଈଶ୍ୱରଙ୍କଠାରୁ ଜାତ; ଆଉ, ଯେ କେହି ଜନ୍ମଦାତାଙ୍କୁ ପ୍ରେମ କରେ, ସେ ତାହାଙ୍କଠାରୁ ଜାତ ହୋଇଥିବା ସନ୍ତାନମାନଙ୍କୁ ମଧ୍ୟ ପ୍ରେମ କରେ।
1 John 5:4 in Oriya 4 ଯେ କେହି ଈଶ୍ୱରଙ୍କଠାରୁ ଜାତ, ସେ ଜଗତକୁ ଜୟ କରେ, ଆଉ ଯାହା ଜଗତକୁ ଜୟ କରିଅଛି, ତାହା ଆମ୍ଭମାନଙ୍କର ବିଶ୍ୱାସ।
1 John 5:21 in Oriya 21 ହେ ବତ୍ସଗଣ, ପ୍ରତିମାମାନଙ୍କଠାରୁ ଆପଣା ଆପଣାକୁ ରକ୍ଷା କର। ଆମେନ୍।
Jude 1:21 in Oriya 21 ପୁଣି, ଅନନ୍ତ ଜୀବନ ନିମନ୍ତେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦୟାର ଅପେକ୍ଷା କରି ଇଶ୍ବରଙ୍କ ପ୍ରେମରେ ଆପଣାମାନଙ୍କୁ ସ୍ଥିର କରି ରଖ।
Jude 1:24 in Oriya 24 ଯେ ତୁମ୍ଭମାନଙ୍କୁ ଝୁଣ୍ଟିବାରୁ ରକ୍ଷା କରିବାକୁ ପୁଣି, ଆପଣା ଗୌରବ ସମ୍ମୁଖରେ ମହାନନ୍ଦରେ ନିର୍ଦ୍ଦୋଷ ରୂପେ ଉପସ୍ଥିତ କରିବାକୁ ସକ୍ଷମ,
Revelation 2:13 in Oriya 13 ଯେଉଁଠାରେ ଶୟତାନର ସିଂହାସନ, ସେଠାରେ ଯେ ତୁମ୍ଭେ ବାସ କରୁଅଛ, ଏହା ଆମ୍ଭେ ଜାଣୁ; ତଥାପି ତୁମ୍ଭେ ଆମ୍ଭର ନାମ ଦୃଢ଼ରୂପେ ଧରିଅଛ, ଆଉ ଆମ୍ଭର ବିଶ୍ୱସ୍ତ ସାକ୍ଷୀ ଆନ୍ତିପା ଯେତେବେଳେ ତୁମ୍ଭମାନଙ୍କ ମଧ୍ୟରେ ଶୟତାନର ସେହି ବସତି ସ୍ଥଳରେ ହତ ହୋଇଥିଲା, ତୁମ୍ଭେ ଆମ୍ଭଠାରେ ବିଶ୍ୱାସ କରୁଅଛ ବୋଲି ସେତେବେଳେ ସୁଦ୍ଧା ଅସ୍ୱୀକାର କରି ନ ଥିଲ।
Revelation 3:8 in Oriya 8 ସେ ଏହା କହନ୍ତି, ଆମ୍ଭେ ତୁମ୍ଭର କାର୍ଯ୍ୟ ଜାଣୁ; ଦେଖ, ଆମ୍ଭେ ତୁମ୍ଭ ସମ୍ମୁଖରେ ଗୋଟିଏ ଦ୍ୱାର ଫିଟାଇଅଛୁ, କେହି ତାହା ବନ୍ଦ କରି ପାରେ ନାହିଁ, କାରଣ ତୁମ୍ଭର ଶକ୍ତି ସାମାନ୍ୟ, ତଥାପି ତୁମ୍ଭେ ଆମ୍ଭର ବାକ୍ୟ ପାଳନ କରି ଆମ୍ଭର ନାମ ଅସ୍ୱୀକାର କରି ନାହଁ।