1 John 5:7 in Oriya 7 ଆତ୍ମା, ଜଳ ଓ ବାକ୍ୟ, ଏହି ତିନି ସ୍ୱର୍ଗରେ ସାକ୍ଷ୍ୟ ଦିଅନ୍ତି, ପୁଣି, ତିନି ଏକ ଅଟନ୍ତି।
Other Translations King James Version (KJV) For there are three that bear record in heaven, the Father, the Word, and the Holy Ghost: and these three are one.
American Standard Version (ASV) And it is the Spirit that beareth witness, because the Spirit is the truth.
Bible in Basic English (BBE) And the Spirit is the witness, because the Spirit is true.
Darby English Bible (DBY) For they that bear witness are three:
World English Bible (WEB) For there are three who testify{Only a few recent manuscripts add "in heaven: the Father, the Word, and the Holy Spirit; and these three are one. And there are three that testify on earth"}:
Young's Literal Translation (YLT) because three are who are testifying `in the heaven, the Father, the Word, and the Holy Spirit, and these -- the three -- are one;
Cross Reference Deuteronomy 6:4 in Oriya 4 ହେ ଇସ୍ରାଏଲ, ଶୁଣ, ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଏକମାତ୍ର ସଦାପ୍ରଭୁ ଅଟନ୍ତି।
Psalm 33:6 in Oriya 6 ଗଗନମଣ୍ଡଳ ସଦାପ୍ରଭୁଙ୍କ ବାକ୍ୟରେ, ଆଉ ତହିଁର ସମସ୍ତ ବାହିନୀ ତାହାଙ୍କ ମୁଖର ନିଶ୍ୱାସରେ ନିର୍ମିତ।
Isaiah 48:16 in Oriya 16 ତୁମ୍ଭେମାନେ ଆମ୍ଭ ନିକଟକୁ ଆସି ଏହି କଥା ଶୁଣ; ଆମ୍ଭେ ପ୍ରଥମରୁ ଗୋପନରେ କହି ନାହୁଁ; ତାହା ହେଉଥିବା ସମୟରୁ ଆମ୍ଭେ ସେଠାରେ ଅଛୁ; ପୁଣି, ଏବେ ପ୍ରଭୁ, ସଦାପ୍ରଭୁ ମୋତେ ଓ ତାହାଙ୍କ ଆତ୍ମାକୁ ପ୍ରେରଣ କରିଅଛନ୍ତି।
Isaiah 61:1 in Oriya 1 ପ୍ରଭୁ ସଦାପ୍ରଭୁଙ୍କର ଆତ୍ମା ମୋ'ଠାରେ ଅଧିଷ୍ଠାନ କରନ୍ତି; କାରଣ ନମ୍ର ଲୋକମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବା ପାଇଁ ସଦାପ୍ରଭୁ ମୋତେ ଅଭିଷିକ୍ତ କରିଅଛନ୍ତି; ସେ ଭଗ୍ନାନ୍ତଃକରଣ ଲୋକମାନଙ୍କର କ୍ଷତ ବାନ୍ଧିବାକୁ, ବନ୍ଦୀ ଲୋକମାନଙ୍କ ପ୍ରତି ମୁକ୍ତି ଓ କାରାବଦ୍ଧ ଲୋକମାନଙ୍କ ପ୍ରତି କାରାଗାର ମୁକ୍ତ ହେବାର କଥା ପ୍ରଚାର କରିବାକୁ;
Matthew 3:16 in Oriya 16 ଯୀଶୁ ବାପ୍ତିଜିତ ହେଲାକ୍ଷଣି ଜଳରୁ ଉଠି ଆସିଲେ, ଆଉ ଦେଖ, ଆକାଶ ଉନ୍ମୁକ୍ତ ହେଲା, ପୁଣି, ସେ ଇଶ୍ବରଙ୍କ ଆତ୍ମାଙ୍କୁ କପୋତ ପରି ଅବତରଣ କରି ଆପଣା ଉପରକୁ ଆସିବା ଦେଖିଲେ।
Matthew 17:5 in Oriya 5 ସେ ଏହି କଥା କହୁ କହୁ, ଦେଖ, ଖଣ୍ଡେ ମେଘ ସେମାନଙ୍କୁ ଆଚ୍ଛାଦନ କଲା, ଆଉ ଦେଖ, ସେହି ମେଘରୁ ଏହି ବାଣୀ ହେଲା, “ଏ ଆମ୍ଭର ପ୍ରିୟ ପୁତ୍ର ଏହାଙ୍କଠାରେ ଆମ୍ଭର ପରମ ସନ୍ତୋଷ” ଏହାଙ୍କ ବାକ୍ୟ ଶୁଣ।
Matthew 18:16 in Oriya 16 କିନ୍ତୁ ଯଦି ସେ ନ ଶୁଣେ, ତେବେ ତୁମ୍ଭ ସାଙ୍ଗରେ ଆଉ ଜଣେ ବା ଦୁଇ ଜଣକୁ ନେଇ ଯାଅ, ଯେପରି ଦୁଇ ବା ତିନି ସାକ୍ଷୀଙ୍କ ମୁଖରେ ସମସ୍ତ କଥା ସ୍ଥିର କରାଯିବ।
Matthew 28:19 in Oriya 19 ଅତଏବ, ତୁମ୍ଭେମାନେ ଯାଇ ସମସ୍ତ ଜାତିର ଲୋକଙ୍କୁ ପିତା, ପୁତ୍ର ଓ ପବିତ୍ର ଆତ୍ମାଙ୍କ ନାମରେ ବାପ୍ତିସ୍ମ ଦେଇ,
John 1:1 in Oriya 1 ଆଦ୍ୟରେ ବାକ୍ୟ ଥିଲେ, ବାକ୍ୟ ଇଶ୍ବରଙ୍କ ସଙ୍ଗରେ ଥିଲେ, ସେହି ବାକ୍ୟ ଈଶ୍ୱର ଥିଲେ।
John 1:32 in Oriya 32 ଆଉ, ଯୋହନ ସାକ୍ଷ୍ୟ ଦେଇ କହିଲେ, ମୁଁ ଆତ୍ମାଙ୍କୁ କପୋତ ପରି ଆକାଶରୁ ଅବତରଣ କରିବା ଦେଖିଅଛି, ଆଉ ସେ ତାହାଙ୍କ ଉପରେ ଅବସ୍ଥାନ କଲେ।
John 5:26 in Oriya 26 କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି;
John 8:13 in Oriya 13 ସେଥିରେ ଫାରୂଶୀମାନେ ତାହାଙ୍କୁ କହିଲେ, ତୁମ୍ଭେ ନିଜ ବିଷୟରେ ସାକ୍ଷ୍ୟ ଦେଉଅଛ, ତୁମ୍ଭର ସାକ୍ଷ୍ୟ ସତ୍ୟ ନୁହେଁ।
John 8:18 in Oriya 18 ମୁଁ ନିଜେ ନିଜର ସାକ୍ଷୀ, ପୁଣି, ମୋହର ପ୍ରେରଣକର୍ତ୍ତା ପିତା ମୋ' ବିଷୟରେ ସାକ୍ଷ୍ୟ ଦେଉଅଛନ୍ତି।
John 8:54 in Oriya 54 ଯୀଶୁ ଉତ୍ତର ଦେଲେ, ମୁଁ ଯଦି ନିଜର ଗୌରବ କରୁଥାଏ, ତେବେ ମୋହର ଗୌରବ କିଛି ନୁହେଁ; ମୋହର ଯେଉଁ ପିତାଙ୍କୁ ତୁମ୍ଭେମାନେ ତୁମ୍ଭମାନଙ୍କ ଈଶ୍ୱର ବୋଲି କହୁଅଛ, ସେ ମୋହର ଗୌରବ କରୁଅଛନ୍ତି;
John 10:30 in Oriya 30 ମୁଁ ଓ ପିତା ଏକ।
John 10:37 in Oriya 37 ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;
John 12:28 in Oriya 28 ପିତଃ, ଆପଣା ନାମ ମହିମାନ୍ୱିତ କର। ସେଥିରେ ଆକାଶରୁ ଏହି ବାଣୀ ହେଲା, ଆମ୍ଭେ ତାହା ମହିମାନ୍ୱିତ କରିଅଛୁ, ଆଉ ପୁନର୍ବାର ମହିମାନ୍ୱିତ କରିବୁ।
Acts 2:33 in Oriya 33 ଅତଏବ, ଈଶ୍ୱର ଯୀଶୁଙ୍କୁ ଉନ୍ନତ କରି ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ବସାଇ ତାହାଙ୍କ ସହିତ ରାଜତ୍ୱ କରିବାକୁ ଅଧିକାର ଦେଲେ, ଏବଂ ସେ ଆମ୍ଭମାନଙ୍କୁ ପବିତ୍ର ଆତ୍ମାଙ୍କୁ ଦେଲେ ଯାହାଙ୍କୁ ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି।
Acts 5:32 in Oriya 32 ପୁଣି, ଆମ୍ଭେମାନେ ଏହି ସମସ୍ତ ବିଷୟର ସାକ୍ଷୀ, ଆଉ ଯେଉଁ ପବିତ୍ର ଆତ୍ମାଙ୍କୁ ଈଶ୍ୱର ଆପଣା ଆଜ୍ଞା ପାଳନକାରୀମାନଙ୍କୁ ଦେଇଅଛନ୍ତି, ସେ ମଧ୍ୟ ସାକ୍ଷୀ।
1 Corinthians 12:4 in Oriya 4 ଅନୁଗ୍ରହ ଦାନ ବିଭିନ୍ନ ପ୍ରକାର, କିନ୍ତୁ ଆତ୍ମା ଏକ;
Hebrews 2:3 in Oriya 3 ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା ? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
Hebrews 4:12 in Oriya 12 କାରଣ ଇଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
1 John 1:1 in Oriya 1 ଆଦ୍ୟରୁ ଯେ ଥିଲେ, ଯାହାଙ୍କ ବାକ୍ୟ ଆମ୍ଭେମାନେ ଶୁଣିଅଛୁ, ଯାହାଙ୍କୁ ସ୍ୱଚକ୍ଷୁରେ ଦେଖିଅଛୁ, ଯାହାଙ୍କୁ ନିରୀକ୍ଷଣ କରିଅଛୁ ଓ ସ୍ୱହସ୍ତରେ ସ୍ପର୍ଶ କରିଅଛୁ, ସେହି ଜୀବନ ସ୍ୱରୂପ ବାକ୍ୟ ସମ୍ବନ୍ଧରେ ଜଣାଉଅଛୁ।
1 John 5:6 in Oriya 6 ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।
1 John 5:10 in Oriya 10 ଯେ ଇଶ୍ବରଙ୍କ ପୁତ୍ରଙ୍କଠାରେ ବିଶ୍ୱାସ କରେ, ସେ ଆପଣାର ଅନ୍ତରରେ ଏହି ସାକ୍ଷ୍ୟ ପାଇଅଛି; ଯେ ଇଶ୍ବରଙ୍କ ସାକ୍ଷ୍ୟ ବିଶ୍ୱାସ କରେ ନାହିଁ, ସେ ତାହାଙ୍କୁ ମିଥ୍ୟାବାଦୀ କରିଅଛି, କାରଣ ଈଶ୍ୱର ଆପଣା ପୁତ୍ରଙ୍କ ବିଷୟରେ ଯେଉଁ ସାକ୍ଷ୍ୟ ଦେଇଅଛନ୍ତି, ସେଥିରେ ସେ ବିଶ୍ୱାସ କରି ନାହିଁ।
Revelation 1:4 in Oriya 4 ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ
Revelation 19:13 in Oriya 13 ସେ ରକ୍ତନିମଜ୍ଜିତ ବସ୍ତ୍ର ପରିହିତ, ପୁଣି, ତାହାଙ୍କର ନାମ ଇଶ୍ବରଙ୍କ ବାକ୍ୟ।