1 Kings 1:34 in Oriya 34 ଆଉ, ସେଠାରେ ସାଦୋକ ଯାଜକ ଓ ନାଥନ ଭବିଷ୍ୟଦ୍ବକ୍ତା ତାହାକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରନ୍ତୁ; ପୁଣି, ତୁମ୍ଭେମାନେ ତୂରୀ ବଜାଇ କୁହ, ଶଲୋମନ ରାଜା ଚିରଜୀବୀ ହେଉନ୍ତୁ।
Other Translations King James Version (KJV) And let Zadok the priest and Nathan the prophet anoint him there king over Israel: and blow ye with the trumpet, and say, God save king Solomon.
American Standard Version (ASV) and let Zadok the priest and Nathan the prophet anoint him there king over Israel; and blow ye the trumpet, and say, `Long' live king Solomon.
Bible in Basic English (BBE) And there let Zadok the priest and Nathan the prophet put the holy oil on him to make him king over Israel; and sounding the horn say, Long life to King Solomon!
Darby English Bible (DBY) and let Zadok the priest and Nathan the prophet anoint him there king over Israel; and blow ye with the trumpet, and say, Long live king Solomon!
Webster's Bible (WBT) And let Zadok the priest and Nathan the prophet anoint him there king over Israel: and blow ye with the trumpet, and say, God save king Solomon.
World English Bible (WEB) and let Zadok the priest and Nathan the prophet anoint him there king over Israel; and blow you the trumpet, and say, [Long] live king Solomon.
Young's Literal Translation (YLT) and anointed him there hath Zadok the priest -- and Nathan the prophet -- for king over Israel, and ye have blown with a trumpet, and said, Let king Solomon live;
Cross Reference 1 Samuel 10:1 in Oriya 1 ଏଥିଉତ୍ତାରେ ଶାମୁୟେଲ ତୈଳପାତ୍ର ନେଇ ତାଙ୍କର ମସ୍ତକରେ ଢାଳିଲେ ଓ ତାଙ୍କୁ ଚୁମ୍ବନ କରି କହିଲେ, ସଦାପ୍ରଭୁ କି ଆପଣା ଅଧିକାର ଉପରେ ତୁମ୍ଭକୁ ଅଗ୍ରଣୀ ହେବା ପାଇଁ ଅଭିଷେକ କରି ନାହାନ୍ତି ?
1 Samuel 16:3 in Oriya 3 ପୁଣି, ଯିଶୀକି ସେ ବଳିଦାନ ପାଇଁ ନିମନ୍ତ୍ରଣ କର, ତହିଁରେ ତୁମ୍ଭର ଯାହା କର୍ତ୍ତବ୍ୟ, ତାହା ଆମ୍ଭେ ତୁମ୍ଭକୁ ଜଣାଇବା, ପୁଣି, ଆମ୍ଭେ ଯାହାକୁ କହିବା, ତୁମ୍ଭେ ଆମ୍ଭ ପାଇଁ ତାହାକୁ ଅଭିଷେକ କରିବ।
1 Samuel 16:12 in Oriya 12 ତହିଁରେ ସେ ଲୋକ ପଠାଇ ତାହାକୁ ଅଣାଇଲା। ସେ ଈଷତ୍ ରକ୍ତବର୍ଣ୍ଣ ଓ ସୁନୟନ ଓ ଦେଖିବାକୁ ସୁନ୍ଦର। ସେତେବେଳେ ସଦାପ୍ରଭୁ କହିଲେ, ଉଠ, ଏହାକୁ ଅଭିଷେକ କର; ଏ ସେହି ଲୋକ।
2 Samuel 2:4 in Oriya 4 ତହୁଁ ଯିହୁଦାର ଲୋକମାନେ ଆସି ସେହି ସ୍ଥାନରେ ଦାଉଦଙ୍କୁ ଯିହୁଦା ବଂଶ ଉପରେ ରାଜାଭିଷିକ୍ତ କଲେ। ଏଉତ୍ତାରେ ଗିଲୀୟଦ ଅଞ୍ଚଳର ଯାବେଶ୍ ନଗରର ଲୋକମାନେ ଶାଉଲଙ୍କୁ କବର ଦେଲେ ବୋଲି ଲୋକମାନେ ଦାଉଦଙ୍କୁ ଜଣାଇଲେ।
2 Samuel 5:3 in Oriya 3 ଏହିରୂପେ ଇସ୍ରାଏଲର ସମସ୍ତ ପ୍ରାଚୀନ ହିବ୍ରୋଣକୁ ରାଜାଙ୍କ ନିକଟକୁ ଆସିଲେ; ତହିଁରେ ଦାଉଦ ରାଜା ହିବ୍ରୋଣରେ ସଦାପ୍ରଭୁଙ୍କ ସମ୍ମୁଖରେ ସେମାନଙ୍କ ସଙ୍ଗରେ ନିୟମ କଲେ ଓ ସେମାନେ ଇସ୍ରାଏଲ ଉପରେ ଦାଉଦଙ୍କୁ ରାଜାଭିଷିକ୍ତ କଲେ।
2 Samuel 15:10 in Oriya 10 ମାତ୍ର ଅବଶାଲୋମ ସମୁଦାୟ ଇସ୍ରାଏଲ ବଂଶ ନିକଟକୁ ଗୁପ୍ତଚର ପଠାଇ କହିଥିଲା, “ତୁମ୍ଭେମାନେ ତୂରୀଧ୍ୱନି ଶୁଣିବା କ୍ଷଣେ ଅବଶାଲୋମ ହିବ୍ରୋଣରେ ରାଜା ହେଲେ ବୋଲି କହିବ।”
1 Kings 1:25 in Oriya 25 କାରଣ, ସେ ଆଜି ଯାଇ ଅନେକ ବୃଷ, ପୁଷ୍ଟ ପଶୁ ଓ ମେଷ ମାରି ରାଜପୁତ୍ର ସମସ୍ତଙ୍କୁ ଓ ସେନାପତିମାନଙ୍କୁ ଓ ଅବିୟାଥର ଯାଜକଙ୍କୁ ନିମନ୍ତ୍ରଣ କରିଅଛନ୍ତି; ଆଉ ଦେଖନ୍ତୁ, ସେମାନେ ତାହା ସାକ୍ଷାତରେ ଭୋଜନପାନ କରି କହୁଅଛନ୍ତି, ଅଦୋନୀୟ ରାଜା ଚିରଜୀବୀ ହେଉନ୍ତୁ।
1 Kings 19:16 in Oriya 16 ଆଉ ନିମ୍ଶିର ପୁତ୍ର ଯେହୂଙ୍କୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କର; ଆଉ ଆବେଲ୍-ମହୋଲା ନିବାସୀ ଶାଫଟର ପୁତ୍ର ଇଲୀଶାୟଙ୍କୁ ତୁମ୍ଭ ପଦରେ ଭବିଷ୍ୟଦ୍ବକ୍ତା କରି ଅଭିଷେକ କର।
2 Kings 9:3 in Oriya 3 ପୁଣି ତୈଳ ଶିଶି ନେଇ ତାଙ୍କ ମସ୍ତକରେ ଢାଳି କୁହ, ‘ସଦାପ୍ରଭୁ ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ଇସ୍ରାଏଲ ଉପରେ ରାଜାଭିଷିକ୍ତ କରିଅଛୁ।’ ତହୁଁ ତୁମ୍ଭେ ଦ୍ୱାର ଫିଟାଇ ପଳାଇ ଯାଅ ଓ ବିଳମ୍ବ ନ କର।”
2 Kings 9:6 in Oriya 6 ଏଥିରେ ସେ ଉଠି ଗୃହ ଭିତରକୁ ଗଲେ; ତହୁଁ ଭବିଷ୍ୟଦ୍ବକ୍ତା ତାଙ୍କର ମସ୍ତକରେ ତୈଳ ଢାଳି ତାଙ୍କୁ କହିଲେ, “ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି, ‘ଆମ୍ଭେ ତୁମ୍ଭକୁ ସଦାପ୍ରଭୁଙ୍କ ଲୋକ, ଅର୍ଥାତ୍, ଇସ୍ରାଏଲ ଉପରେ ରାଜାଭିଷିକ୍ତ କଲୁ।
2 Kings 9:13 in Oriya 13 ତହୁଁ ସେମାନେ ପ୍ରତ୍ୟେକେ ଶୀଘ୍ର ଆପଣା ଆପଣା ବସ୍ତ୍ର ନେଇ ସୋପାନ ଉପରେ ଯେହୂଙ୍କର ତଳେ ରଖିଲେ ଓ ତୂରୀ ବଜାଇ କହିଲେ, “ଯେହୂ ରାଜା ହେଲେ।”
2 Kings 11:12 in Oriya 12 ସେତେବେଳେ ସେ ରାଜପୁତ୍ର ଯୋୟାଶ୍ଙ୍କୁ ବାହାରକୁ ଆଣି ତାଙ୍କର ମସ୍ତକରେ ମୁକୁଟ ପିନ୍ଧାଇ ତାଙ୍କୁ ସାକ୍ଷ୍ୟ ପୁସ୍ତକ ଦେଲା; ତହିଁରେ ସେମାନେ ତାଙ୍କୁ ରାଜା କରି ଅଭିଷେକ କଲେ; ଆଉ ସେମାନେ କରତାଳି ଦେଇ କହିଲେ, “ରାଜା ଚିରଜୀବୀ ହେଉନ୍ତୁ।”
2 Kings 11:14 in Oriya 14 ପୁଣି ସେ ଦୃଷ୍ଟିପାତ କରନ୍ତେ, ଦେଖ, ରାଜା ବିଧି ଅନୁସାରେ ସ୍ତମ୍ଭ ନିକଟରେ ଠିଆ ହୋଇଅଛନ୍ତି ଓ ରାଜାଙ୍କ ନିକଟରେ ସେନାପତିମାନେ ଓ ତୂରୀବାଦକମାନେ ଅଛନ୍ତି; ପୁଣି ଦେଶର ସମଗ୍ର ଲୋକ ଆନନ୍ଦ କରୁଅଛନ୍ତି ଓ ତୂରୀ ବଜାଉଅଛନ୍ତି। ଏଥିରେ ଅଥଲୀୟା ଆପଣା ବସ୍ତ୍ର ଚିରି “ରାଜଦ୍ରୋହ ରାଜଦ୍ରୋହ !” ବୋଲି ଡାକ ପକାଇଲା।
2 Chronicles 23:11 in Oriya 11 ତହୁଁ ସେମାନେ ରାଜପୁତ୍ରଙ୍କୁ ବାହାରକୁ ଆଣି ତାଙ୍କ ମସ୍ତକରେ ମୁକୁଟ ପିନ୍ଧାଇ ଓ ସାକ୍ଷ୍ୟପୁସ୍ତକ ଦେଇ ତାଙ୍କୁ ରାଜା କଲେ; ପୁଣି ଯିହୋୟାଦା ଓ ତାହାର ପୁତ୍ରମାନେ ତାଙ୍କୁ ଅଭିଷେକ କଲେ; ତହୁଁ ସେମାନେ କହିଲେ, ରାଜା ଚିରଜୀବୀ ହେଉନ୍ତୁ।
Psalm 45:7 in Oriya 7 ତୁମ୍ଭେ ଧର୍ମକୁ ପ୍ରେମ ଓ ଦୁଷ୍ଟତାକୁ ଘୃଣା କରିଅଛ; ଏହେତୁ ପରମେଶ୍ୱର, ତୁମ୍ଭର ପରମେଶ୍ୱର, ତୁମ୍ଭର ମିତ୍ରଗଣ ଅପେକ୍ଷା ତୁମ୍ଭକୁ ଅଧିକ ଆନନ୍ଦରୂପ ତୈଳରେ ଅଭିଷିକ୍ତ କରିଅଛନ୍ତି।
Psalm 89:20 in Oriya 20 ଆମ୍ଭେ ଆପଣା ଦାସ ଦାଉଦକୁ ପାଇଅଛୁ; ଆମ୍ଭ ପବିତ୍ର ତୈଳରେ ଆମ୍ଭେ ତାହାକୁ ଅଭିଷିକ୍ତ କରିଅଛୁ;
Psalm 89:36 in Oriya 36 ତାହାର ବଂଶ ସଦାକାଳ ରହିବ ଓ ତାହାର ସିଂହାସନ ଆମ୍ଭ ସମ୍ମୁଖରେ ସୂର୍ଯ୍ୟ ତୁଲ୍ୟ ରହିବ।
Psalm 98:5 in Oriya 5 ବୀଣାଯନ୍ତ୍ରରେ, ବୀଣା ଓ ଏକତାନ ସ୍ୱରରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର।
Isaiah 45:1 in Oriya 1 ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍, କୋରସ୍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ;
Acts 10:38 in Oriya 38 ଅର୍ଥାତ୍ ନାଜରିତୀୟ ଯୀଶୁଙ୍କ କଥା, କିପରି ଈଶ୍ୱର ତାହାଙ୍କୁ ପବିତ୍ର ଆତ୍ମା ଓ ଶକ୍ତିରେ ଅଭିଷିକ୍ତ କଲେ, ଆଉ ସେ ମଙ୍ଗଳ ସାଧନ କରୁ କରୁ ଓ ଶୟତାନ କର୍ତ୍ତୃକ ପ୍ରପୀଡ଼ିତ ସମସ୍ତ ଲୋକଙ୍କୁ ସୁସ୍ଥ କରୁ କରୁ ସର୍ବତ୍ର ଭ୍ରମଣ କଲେ, କାରଣ ଈଶ୍ୱର ତାହାଙ୍କ ସହବର୍ତ୍ତୀ ଥିଲେ।
2 Corinthians 1:21 in Oriya 21 ପୁଣି, ଯେ ଆମ୍ଭମାନଙ୍କୁ ତୁମ୍ଭମାନଙ୍କ ସହିତ ଖ୍ରୀଷ୍ଟଙ୍କଠାରେ ସ୍ଥିର କରନ୍ତି, ପୁଣି, ଆମ୍ଭମାନଙ୍କୁ ଅଭିଷେକ କରିଅଛନ୍ତି, ସେ ଈଶ୍ୱର;