1 Kings 11:4 in Oriya 4 କାରଣ ଶଲୋମନ ବୃଦ୍ଧ ହୁଅନ୍ତେ ଏପରି ଘଟିଲା ଯେ, ତାଙ୍କର ପତ୍ନୀମାନେ ଅନ୍ୟ ଦେବଗଣ ପ୍ରତି ତାଙ୍କର ମନକୁ ବିପଥଗାମୀ କଲେ; ପୁଣି, ତାଙ୍କର ପିତା ଦାଉଦଙ୍କର ଅନ୍ତଃକରଣ ପରି ତାଙ୍କର ଅନ୍ତଃକରଣ ସଦାପ୍ରଭୁ ପରମେଶ୍ୱରଙ୍କ ପ୍ରତି ସିଦ୍ଧ ନୋହିଲା।
Other Translations King James Version (KJV) For it came to pass, when Solomon was old, that his wives turned away his heart after other gods: and his heart was not perfect with the LORD his God, as was the heart of David his father.
American Standard Version (ASV) For it came to pass, when Solomon was old, that his wives turned away his heart after other gods; and his heart was not perfect with Jehovah his God, as was the heart of David his father.
Bible in Basic English (BBE) For it came about that when Solomon was old, his heart was turned away to other gods by his wives; and his heart was no longer true to the Lord his God as the heart of his father David had been.
Darby English Bible (DBY) And it came to pass when Solomon was old, [that] his wives turned away his heart after other gods; and his heart was not perfect with Jehovah his God, as the heart of David his father.
Webster's Bible (WBT) For it came to pass, when Solomon was old, that his wives turned away his heart after other gods: and his heart was not perfect with the LORD his God, as was the heart of David his father.
World English Bible (WEB) For it happened, when Solomon was old, that his wives turned away his heart after other gods; and his heart was not perfect with Yahweh his God, as was the heart of David his father.
Young's Literal Translation (YLT) And it cometh to pass, at the time of the old age of Solomon, his wives have turned aside his heart after other gods, and his heart hath not been perfect with Jehovah his God, like the heart of David his father.
Cross Reference Deuteronomy 7:4 in Oriya 4 କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହା ହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।
Deuteronomy 17:17 in Oriya 17 କିଅବା ସେ ଅନେକ ସ୍ତ୍ରୀ ବିବାହ କରିବ ନାହିଁ, କଲେ ତାହାର ହୃଦୟ ବିପଥଗାମୀ ହେବ; ଅଥବା ସେ ଆପଣା ପାଇଁ ରୂପା କି ସୁନା ଅତିଶୟ ବଢ଼ାଇବ ନାହିଁ।
1 Kings 6:1 in Oriya 1 ମିସର ଦେଶରୁ ଇସ୍ରାଏଲ-ସନ୍ତାନଗଣ ବାହାରି ଆସିଲା ଉତ୍ତାରେ ଚାରି ଶହ ଅଶୀ ବର୍ଷରେ ଓ ଇସ୍ରାଏଲ ଉପରେ ଶଲୋମନଙ୍କର ରାଜତ୍ୱର ଚତୁର୍ଥ ବର୍ଷର ସିବ୍ ନାମକ ଦ୍ୱିତୀୟ ମାସରେ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗୃହ ନିର୍ମାଣ କରିବାକୁ ଆରମ୍ଭ କଲେ।
1 Kings 6:12 in Oriya 12 ତୁମ୍ଭେ ତ ଏହି ଗୃହ ନିର୍ମାଣ କରୁଅଛ, ଯଦି ତୁମ୍ଭେ ଆମ୍ଭର ସମସ୍ତ ବିଧି ଅନୁସାରେ ଚାଲିବ ଓ ଆମ୍ଭର ସକଳ ଶାସନ ରକ୍ଷା କରିବ ଓ ଆମ୍ଭର ଆଜ୍ଞାସବୁ ପାଳନ କରି ତଦନୁସାରେ ଚାଲିବ; ତେବେ ଆମ୍ଭେ ତୁମ୍ଭ ପିତା ଦାଉଦଙ୍କୁ ଯାହା କହିଅଛୁ, ଆମ୍ଭେ ଆପଣାର ସେହି ବାକ୍ୟ ତୁମ୍ଭ ପ୍ରତି ସଫଳ କରିବା।
1 Kings 8:61 in Oriya 61 ଏହେତୁ ଆଜିର ନ୍ୟାୟ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିଧିରୂପ ପଥରେ ଚାଲିବା ପାଇଁ ଓ ତାହାଙ୍କ ଆଜ୍ଞା ପାଳନ କରିବା ପାଇଁ ତୁମ୍ଭମାନଙ୍କ ଅନ୍ତଃକରଣ ତାହାଙ୍କଠାରେ ସିଦ୍ଧ ଥାଉ।”
1 Kings 9:4 in Oriya 4 ଆଉ ଆମ୍ଭେ ତୁମ୍ଭକୁ ଯେଉଁ ସମସ୍ତ ଆଜ୍ଞା ଦେଇଅଛୁ, ତଦନୁସାରେ କର୍ମ କରିବା ପାଇଁ ଯଦି ତୁମ୍ଭେ ଆପଣା ପିତା ଦାଉଦ ପରି ଏକାନ୍ତ ଚିତ୍ତରେ ଓ ସରଳ ଭାବରେ ଆମ୍ଭ ସାକ୍ଷାତରେ ଚାଲିବ, ପୁଣି, ଆମ୍ଭ ବିଧି ଓ ଶାସନ ପାଳନ କରିବ;
1 Kings 9:10 in Oriya 10 ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ, ଏହି ଦୁଇ ଗୃହ ନିର୍ମାଣ କରିବା ପାଇଁ ଶଲୋମନଙ୍କୁ କୋଡ଼ିଏ ବର୍ଷ ଲାଗିଲା;
1 Kings 11:2 in Oriya 2 ଏହି ଗୋଷ୍ଠୀୟମାନଙ୍କ ବିଷୟରେ ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣକୁ କହିଥିଲେ, ତୁମ୍ଭେମାନେ ସେମାନଙ୍କ ମଧ୍ୟକୁ ଯିବ ନାହିଁ, କିଅବା ସେମାନେ ତୁମ୍ଭମାନଙ୍କ ମଧ୍ୟକୁ ଆସିବେ ନାହିଁ; କାରଣ ସେମାନେ ନିଶ୍ଚୟ ଆପଣା ଆପଣା ଦେବଗଣ ପ୍ରତି ତୁମ୍ଭମାନଙ୍କ ମନକୁ ବିପଥଗାମୀ କରିବେ; ଶଲୋମନ ଏମାନଙ୍କ ପ୍ରତି ପ୍ରେମରେ ଆସକ୍ତ ହେଲେ।
1 Kings 11:6 in Oriya 6 ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା ଶଲୋମନ କଲେ ଓ ଆପଣା ପିତା ଦାଉଦଙ୍କ ପରି ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ପଶ୍ଚାତ୍ଗାମୀ ନୋହିଲେ।
1 Kings 11:38 in Oriya 38 ଆଉ ଯେବେ ତୁମ୍ଭେ ଆମ୍ଭ ଦାସ ଦାଉଦ ପରି ଆମ୍ଭର ସମସ୍ତ ଆଦେଶରେ ମନୋଯୋଗ କରିବ, ଆମ୍ଭ ବିଧି ଓ ଆଜ୍ଞା ପାଳନ କରିବା ପାଇଁ ଆମ୍ଭ ପଥରେ ଚାଲିବ ଓ ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କରିବ, ତେବେ ଆମ୍ଭେ ତୁମ୍ଭର ସହବର୍ତ୍ତୀ ହେବା ଓ ଆମ୍ଭେ ଯେପରି ଦାଉଦ ପାଇଁ କଲୁ, ସେପରି ତୁମ୍ଭ ପାଇଁ ଏକ ଦୃଢ଼ ଗୃହ ନିର୍ମାଣ କରିବା ଓ ତୁମ୍ଭକୁ ଇସ୍ରାଏଲ ଦେବା।
1 Kings 11:42 in Oriya 42 ଶଲୋମନ ଚାଳିଶ ବର୍ଷ ପର୍ଯ୍ୟନ୍ତ ଯିରୂଶାଲମରେ ସମୁଦାୟ ଇସ୍ରାଏଲ ଉପରେ ରାଜ୍ୟ କଲେ।
1 Kings 14:21 in Oriya 21 ଶଲୋମନଙ୍କର ପୁତ୍ର ରିହବୀୟାମ ଯିହୁଦା-ଦେଶରେ ରାଜ୍ୟ କଲେ। ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ରିହବୀୟାମଙ୍କୁ ଏକଚାଳିଶ ବର୍ଷ ବୟସ ହୋଇଥିଲା, ପୁଣି, ସଦାପ୍ରଭୁ ଆପଣା ନାମ ସ୍ଥାପନାର୍ଥେ ସମୁଦାୟ ଇସ୍ରାଏଲ-ବଂଶ ମଧ୍ୟରୁ ଯେଉଁ ନଗର ମନୋନୀତ କରିଥିଲେ, ସେହି ଯିରୂଶାଲମରେ ସେ ସତର ବର୍ଷ ରାଜ୍ୟ କଲେ ଓ ତାଙ୍କର ମାତାର ନାମ ନୟମା ଯେ ଅମ୍ମୋନୀୟା ଥିଲେ।
1 Kings 15:3 in Oriya 3 ତାଙ୍କ ପୂର୍ବରେ ତାଙ୍କର ପିତା ଯେସବୁ ପାପ-ପଥରେ ଚାଲିଥିଲେ, ସେ ସେହିପରି ଚାଲିଲେ; ଆଉ ତାଙ୍କର ପୂର୍ବପୁରୁଷ ଦାଉଦଙ୍କର ଅନ୍ତଃକରଣ ଯେପରି ଥିଲା, ତାଙ୍କର ଅନ୍ତଃକରଣ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ସେପରି ସିଦ୍ଧ ନ ଥିଲା।
1 Kings 15:14 in Oriya 14 ମାତ୍ର ଉଚ୍ଚସ୍ଥଳୀସକଳ ଦୂରୀକୃତ ନୋହିଲା; ତଥାପି ଆସାଙ୍କର ଅନ୍ତଃକରଣ ଯାବଜ୍ଜୀବନ ସଦାପ୍ରଭୁଙ୍କ ପ୍ରତି ସିଦ୍ଧ ଥିଲା।
2 Kings 20:3 in Oriya 3 “ହେ ସଦାପ୍ରଭୁ, ମୁଁ ବିନୟ କରୁଅଛି, ମୁଁ କିପରି ସତ୍ୟତାରେ ଓ ସିଦ୍ଧ ଅନ୍ତଃକରଣରେ ତୁମ୍ଭ ସମ୍ମୁଖରେ ଗମନାଗମନ କରିଅଛି ଓ ତୁମ୍ଭ ଦୃଷ୍ଟିରେ ଉତ୍ତମ କର୍ମ କରିଅଛି, ଏହା ଏବେ ସ୍ମରଣ କର।” ଆଉ ହିଜକୀୟ ଅତିଶୟ ରୋଦନ କଲେ।
1 Chronicles 28:9 in Oriya 9 ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।
1 Chronicles 29:19 in Oriya 19 ପୁଣି, ତୁମ୍ଭର ଆଜ୍ଞା, ତୁମ୍ଭ ପ୍ରମାଣ-ବାକ୍ୟ ଓ ତୁମ୍ଭ ବିଧିସବୁ ପାଳନ କରିବା ପାଇଁ ଓ ଏହିସବୁ କାର୍ଯ୍ୟ କରିବା ପାଇଁ, ଆଉ, ମୁଁ ଯେଉଁ ପ୍ରାସାଦ ପାଇଁ ଆୟୋଜନ କରୁଅଛି, ତାହା ନିର୍ମାଣ କରିବା ପାଇଁ ମୋ' ପୁତ୍ର ଶଲୋମନକୁ ସିଦ୍ଧ ଅନ୍ତଃକରଣ ଦିଅ।”
2 Chronicles 17:3 in Oriya 3 ଆଉ, ଯିହୋଶାଫଟ୍ ଆପଣା ପୂର୍ବପୁରୁଷ ଦାଉଦଙ୍କର ପ୍ରଥମ ଆଚରଣରୂପ ପଥରେ ଗମନ କରି ବାଲ୍ଦେବଗଣର ଅନ୍ୱେଷଣ ନ କରିବାରୁ ସଦାପ୍ରଭୁ ତାଙ୍କର ସହବର୍ତ୍ତୀ ହେଲେ;
2 Chronicles 25:2 in Oriya 2 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ, ମାତ୍ର ସିଦ୍ଧ ଅନ୍ତଃକରଣରେ କଲେ ନାହିଁ।
2 Chronicles 31:20 in Oriya 20 ହିଜକିୟ ଯିହୁଦାର ସର୍ବତ୍ର ଏପ୍ରକାର କଲେ; ପୁଣି ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଦୃଷ୍ଟିରେ ଉତ୍ତମ ଓ ଯଥାର୍ଥ ଓ ବିଶ୍ୱସ୍ତତାର କର୍ମ କଲେ।
2 Chronicles 34:2 in Oriya 2 ପୁଣି, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଯଥାର୍ଥ କର୍ମ କଲେ ଓ ଆପଣା ପୂର୍ବପୁରୁଷ ଦାଉଦଙ୍କର ପଥରେ ଚାଲିଲେ, ଆଉ, ଦକ୍ଷିଣରେ କି ବାମରେ ଫେରିଲେ ନାହିଁ।
Nehemiah 13:26 in Oriya 26 ଇସ୍ରାଏଲର ରାଜା ଶଲୋମନ କି ଏସବୁ କାର୍ଯ୍ୟ ଦ୍ୱାରା ପାପ କରି ନ ଥିଲେ ? ଅନେକ ଗୋଷ୍ଠୀ ମଧ୍ୟରେ ତାଙ୍କ ପରି ରାଜା କେହି ନ ଥିଲେ ଓ ସେ ଆପଣା ପରମେଶ୍ୱରଙ୍କର ପ୍ରିୟପାତ୍ର ଥିଲେ, ପୁଣି ପରମେଶ୍ୱର ତାଙ୍କୁ ସମଗ୍ର ଇସ୍ରାଏଲ ଉପରେ ରାଜା କଲେ; ତଥାପି ବିଦେଶୀୟା ସ୍ତ୍ରୀମାନେ ତାଙ୍କୁ ହିଁ ପାପ କରାଇଲେ।