1 Kings 11:7 in Oriya 7 ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ୍ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ଘୃଣାଯୋଗ୍ୟ ମୋଲକ ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।
Other Translations King James Version (KJV) Then did Solomon build an high place for Chemosh, the abomination of Moab, in the hill that is before Jerusalem, and for Molech, the abomination of the children of Ammon.
American Standard Version (ASV) Then did Solomon build a high place for Chemosh the abomination of Moab, in the mount that is before Jerusalem, and for Molech the abomination of the children of Ammon.
Bible in Basic English (BBE) Then Solomon put up a high place for Chemosh, the disgusting god of Moab, in the mountain before Jerusalem, and for Molech, the disgusting god worshipped by the children of Ammon.
Darby English Bible (DBY) Then did Solomon build a high place for Chemosh the abomination of the Moabites, on the hill that is before Jerusalem, and for Molech the abomination of the children of Ammon.
Webster's Bible (WBT) Then Solomon built a high place for Chemosh, the abomination of Moab, in the hill that is before Jerusalem, and for Molech, the abomination of the children of Ammon.
World English Bible (WEB) Then did Solomon build a high place for Chemosh the abomination of Moab, on the mountain that is before Jerusalem, and for Molech the abomination of the children of Ammon.
Young's Literal Translation (YLT) Then doth Solomon build a high place for Chemosh the abomination of Moab, in the hill that `is' on the front of Jerusalem, and for Molech the abomination of the sons of Ammon;
Cross Reference Genesis 33:2 in Oriya 2 ଅର୍ଥାତ୍, ଆଗେ ଦୁଇ ଦାସୀ ଓ ସେମାନଙ୍କ ସନ୍ତାନଗଣକୁ, ତାହା ପଛେ ଲେୟା ଓ ତାହାର ସନ୍ତାନଗଣକୁ, ସର୍ବଶେଷରେ ରାହେଲ ଓ ଯୋଷେଫକୁ ରଖିଲା।
Leviticus 20:2 in Oriya 2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।
Leviticus 26:30 in Oriya 30 ପୁଣି ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚ ସ୍ଥଳସକଳ ଭାଙ୍ଗିବା ଓ ତୁମ୍ଭମାନଙ୍କ ସୂର୍ଯ୍ୟ ପ୍ରତିମାସକଳ କାଟି ପକାଇବା ଓ ତୁମ୍ଭମାନଙ୍କ ପ୍ରତିମାଗଣର ଦେହ ଉପରେ ତୁମ୍ଭମାନଙ୍କ ମୃତ ଦେହ ପକାଇବା ଓ ଆମ୍ଭର ପ୍ରାଣ ତୁମ୍ଭମାନଙ୍କୁ ଘୃଣା କରିବ।
Numbers 21:29 in Oriya 29 ହେ ମୋୟାବ, ତୁମ୍ଭର ସନ୍ତାପ ହେଲା ! ହେ କମୋଶର ଲୋକଗଣ, ତୁମ୍ଭେମାନେ ଉଚ୍ଛିନ୍ନ ହେଲ; ସେ ତାହାର ପୁତ୍ରଗଣକୁ ପଳାତକ ରୂପେ ଓ ତାହାର କନ୍ୟାଗଣକୁ ବନ୍ଦୀ ରୂପେ ଇମୋରୀୟ ରାଜା ସୀହୋନର ହସ୍ତରେ ସମର୍ପଣ କରିଅଛି;
Numbers 33:52 in Oriya 52 ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶନିବାସୀ ସମସ୍ତଙ୍କୁ ତଡ଼ି ବାହାର କରି ଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ।
Deuteronomy 13:14 in Oriya 14 ତେବେ ତୁମ୍ଭେ ବୁଝିବ ଓ ଖୋଜିବ ଓ ଭଲ ରୂପେ ପଚାରିବ ଆଉ ଦେଖ, ଯେବେ ତାହା ସତ୍ୟ, ପୁଣି କଥା ନିଶ୍ଚିତ ହୁଏ ଯେ, ତୁମ୍ଭ ମଧ୍ୟରେ ଏରୂପ ଘୃଣ୍ୟକର୍ମ କରାଯାଇଅଛି;
Deuteronomy 17:3 in Oriya 3 ଓ ମୋହର ଆଜ୍ଞା ବିରୁଦ୍ଧରେ ସେ ଯାଇ ଅନ୍ୟ ଦେବତାଗଣର ସେବା କରିଥାଏ ଓ ସେମାନଙ୍କ, କି ସୂର୍ଯ୍ୟ, କି ଚନ୍ଦ୍ର, କି କୌଣସି ଆକାଶୀୟ ବାହିନୀକୁୁ ପୂଜା କରିଥାଏ;
Deuteronomy 27:15 in Oriya 15 “ଯେଉଁ ମନୁଷ୍ୟ ସଦାପ୍ରଭୁଙ୍କ ଘୃଣିତ, ଶିଳ୍ପକରର ହସ୍ତକୃତ କୌଣସି ଖୋଦିତ କି ଛାଞ୍ଚରେ ଢଳା ପ୍ରତିମା ନିର୍ମାଣ କରି ଗୋପନରେ ସ୍ଥାପନ କରେ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ ଉତ୍ତର ଦେଇ କହିବେ, ‘ଆମେନ୍' (ଏହିପରି ହେଉ)।
Judges 11:24 in Oriya 24 ତୁମ୍ଭର କମୋଶ୍ ଦେବ ଯାହା ତୁମ୍ଭକୁ ଅଧିକାର କରିବାକୁ ଦିଅନ୍ତି, ତାହା କି ତୁମ୍ଭେ ଅଧିକାର କରିବ ନାହିଁ ? ସେରୂପେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ଯେଉଁମାନଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଅଧିକାରଚ୍ୟୁତ କରିଅଛନ୍ତି, ସେମାନଙ୍କୁ ଆମ୍ଭେମାନେ ଅଧିକାର କରିବୁ।
2 Samuel 15:30 in Oriya 30 ଏଥିଉତ୍ତାରେ ଦାଉଦ ଜୈତୁନ ପର୍ବତର ଉଠାଣି ଦେଇ ଗଲେ ଓ ଉପରକୁ ଯିବା ବେଳେ ରୋଦନ କରି କରି ଉପରକୁ ଗଲେ; ସେହି ସମୟରେ ତାଙ୍କର ମସ୍ତକ ଆଚ୍ଛାଦିତ ଥିଲା ଓ ସେ ଖାଲି ପାଦରେ ଚାଲୁଥିଲେ; ପୁଣି ତାଙ୍କର ସଙ୍ଗୀ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ମସ୍ତକ ଆଚ୍ଛାଦନ କରିଥିଲେ ଓ ସେମାନେ ଉପରକୁ ଯିବା ବେଳେ ରୋଦନ କରୁ କରୁ ଉପରକୁ ଗଲେ।
2 Kings 21:2 in Oriya 2 ପୁଣି ସଦାପ୍ରଭୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଦୂର କରି ଦେଇଥିଲେ, ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାନୁସାରେ ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ।
2 Kings 23:10 in Oriya 10 ପୁଣି କେହି ଯେପରି ମୋଲକ୍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍ ନାମକ ସ୍ଥାନକୁ ଅଶୁଚି କଲେ।
2 Kings 23:13 in Oriya 13 ପୁଣି ବିନାଶ ପର୍ବତର ଦକ୍ଷିଣ ପାର୍ଶ୍ୱରେ ଯିରୂଶାଲମ ସମ୍ମୁଖରେ ଇସ୍ରାଏଲର ରାଜା ଶଲୋମନ ସୀଦୋନୀୟମାନଙ୍କ ଘୃଣାଯୋଗ୍ୟ ଅଷ୍ଟାରୋତ୍ ନିମନ୍ତେ ଓ ମୋୟାବର ଘୃଣାଯୋଗ୍ୟ କମୋଶ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ଘୃଣାଯୋଗ୍ୟ ମିଲ୍କମ୍ ନିମନ୍ତେ ଯେ ଯେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ସେସବୁକୁ ରାଜା ଅଶୁଚି କଲେ।
Psalm 78:58 in Oriya 58 କାରଣ ସେମାନେ ଆପଣାମାନଙ୍କ ଉଚ୍ଚସ୍ଥଳୀ ଦ୍ୱାରା ତାହାଙ୍କୁ ବିରକ୍ତ କଲେ। ଓ ଆପଣାମାନଙ୍କ ଖୋଦିତ ପ୍ରତିମା ଦ୍ୱାରା ତାହାଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇଲେ।
Isaiah 44:19 in Oriya 19 କେହି ମନେ କରେ ନାହିଁ, କିଅବା ଏହା କହିବା ପାଇଁ କାହାରି ଜ୍ଞାନ କି ବୁଦ୍ଧି ନାହିଁ ଯେ, “ଯହିଁର ଏକ ଅଂଶ ନେଇ ଆମ୍ଭେ ଅଗ୍ନିରେ ଦଗ୍ଧ କରିଅଛୁ ଓ ଯହିଁର ଜ୍ୱଳ; ଅଙ୍ଗାର ନେଇ ରୁଟି ପାକ କରିଅଛୁ ଓ ମାଂସ ପାକ କରି ଭୋଜନ କରିଅଛୁ, ତହିଁର ଅବଶିଷ୍ଟାଂଶ ନେଇ କି ଘୃଣାଯୋଗ୍ୟ ବସ୍ତୁ ନିର୍ମାଣ କରିବା ? ଆମ୍ଭେ କି ଖଣ୍ଡେ କାଷ୍ଠ ଆଗରେ ଦଣ୍ଡବତ କରିବା ?
Jeremiah 48:13 in Oriya 13 ପୁଣି, ଇସ୍ରାଏଲ ବଂଶ ଆପଣା ବିଶ୍ୱାସଭୂମି ବୈଥେଲ ବିଷୟରେ ଯେପରି ଲଜ୍ଜିତ ହୋଇଥିଲେ, ସେପରି ମୋୟାବ କମୋଶ ବିଷୟରେ ଲଜ୍ଜିତ ହେବ।
Ezekiel 18:12 in Oriya 12 ଦରିଦ୍ର ଦୀନହୀନର ପ୍ରତି ଅନ୍ୟାୟ କରିଅଛି, ଦୌରାତ୍ମ୍ୟ ଦ୍ୱାରା ଅପହରଣ କରିଅଛି, ବନ୍ଧକି ଦ୍ରବ୍ୟ ଫେରାଇ ଦେଇ ନାହିଁ ଓ ପ୍ରତିମାଗଣ ପ୍ରତି ଦୃଷ୍ଟିପାତ କରିଅଛି,
Ezekiel 20:28 in Oriya 28 କାରଣ ଆମ୍ଭେ ସେମାନଙ୍କୁ ଯେଉଁ ଦେଶ ଦେବା ପାଇଁ ଆପଣା ହସ୍ତ ଉଠାଇଥିଲୁ, ସେହି ଦେଶକୁ ଯେତେବେଳେ ସେମାନଙ୍କୁ ଆଣିଲୁ, ସେତେବେଳେ ସେମାନେ ପ୍ରତ୍ୟେକ ଉଚ୍ଚ ପର୍ବତ ଓ ପ୍ରତ୍ୟେକ ଗହଳିଆ ବୃକ୍ଷ ଦେଖି ସେହି ସ୍ଥାନରେ ବଳିଦାନ କଲେ ଓ ସେହି ସ୍ଥାନରେ ସେମାନେ (ଆମ୍ଭର) ବିରକ୍ତିଜନକ ନୈବେଦ୍ୟ ଉତ୍ସର୍ଗ କଲେ, ସେହି ସ୍ଥାନରେ ମଧ୍ୟ ଆପଣାମାନଙ୍କର ସୁଗନ୍ଧିଯୁକ୍ତ ଦ୍ରବ୍ୟ ରଖିଲେ ଓ ସେହି ସ୍ଥାନରେ ଆପଣାମାନଙ୍କର ପେୟ-ନୈବେଦ୍ୟ ଢାଳିଲେ।
Daniel 11:31 in Oriya 31 ଆଉ, ତାହାର ପକ୍ଷସ୍ଥ ସୈନ୍ୟଗଣ ଉଠି ଧର୍ମଧାମ, ଅର୍ଥାତ୍, ଦୁର୍ଗ ଅଶୁଚି କରିବେ ଓ ନିତ୍ୟ ନୈବେଦ୍ୟ ନିବୃତ୍ତ କରିବେ, ଆଉ ସର୍ବନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପନ କରିବେ।
Daniel 12:11 in Oriya 11 ପୁଣି, ଯେଉଁ ସମୟରେ ନିତ୍ୟ ନୈବେଦ୍ୟ ନିବୃତ୍ତ ହେବ ଓ ବିନାଶକାରୀ ଘୃଣାଯୋଗ୍ୟ ବସ୍ତୁ ସ୍ଥାପିତ ହେବ, ସେହି ସମୟଠାରୁ ଏକ ହଜାର ଦୁଇ ଶହ ନବେ ଦିନ ହେବ।
Zechariah 14:4 in Oriya 4 ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟ ଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ୍ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ।
Matthew 26:30 in Oriya 30 ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ।
Acts 1:9 in Oriya 9 ସେ ଏହି ସମସ୍ତ କଥା କହିବା ପରେ, ସେମାନେ ଦେଖୁ ଦେଖୁ ସେ ଊର୍ଦ୍ଧ୍ୱକୁ ନୀତ ହେଲେ, ଆଉ ଖଣ୍ଡେ ମେଘ ତାହାଙ୍କୁ ସେମାନଙ୍କ ଦୃଷ୍ଟିଗୋଚରରୁ ଘେନିଗଲା।
Acts 1:12 in Oriya 12 ଏହାପରେ ସେମାନେ ଜୀତ ନାମକ ପର୍ବତରୁ ଯିରୂଶାଲମକୁ ବାହୁଡ଼ି ଆସିଲେ। ସେହି ପର୍ବତ ଯିରୂଶାଲମ ପାଖରେ, ଗୋଟିଏ ବିଶ୍ରାମବାରର ବାଟ ଦୂରରେ ଥିଲା।
Acts 7:43 in Oriya 43 ବରଂ ତୁମ୍ଭେମାନେ ଉପାସନା କରିବା ନିମନ୍ତେ ଯେଉଁ ମୁର୍ତ୍ତିଗୁଡ଼ିକ ଗଢ଼ିଥିଲ, ସେହି ମୋଲଖର ତମ୍ବୁ ଓ ରେମ୍ଫାନ୍ ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ। ଏଣୁ ମୁଁ ତୁମ୍ଭମାନଙ୍କୁ ବାବିଲର ଆରପାଖକୁ ବନ୍ଦୀ କରି ପଠାଇବି।
Revelation 17:4 in Oriya 4 ସ୍ତ୍ରୀଲୋକ ବାଇଗଣିଆ ଓ ଲୋହିତବର୍ଣ୍ଣ ବସ୍ତ୍ର ପରିହିତା, ପୁଣି, ସୁବର୍ଣ୍ଣ, ବହୁମୂଲ୍ୟ ମଣି ଓ ମୁକ୍ତାରେ ଭୂଷିତା; ତାହାର ହସ୍ତରେ ଗୋଟିଏ ସୁବର୍ଣ୍ଣ ପାତ୍ର, ତାହା ଘୃଣ୍ୟ ପଦାର୍ଥ ଓ ତାହାର ବ୍ୟଭିଚାରରୂପ ଅଶୁଚି କର୍ମରେ ପରିପୂର୍ଣ୍ଣ;