1 Kings 12:15 in Oriya 15 ଏହିରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ଦ୍ୱାରା ନବାଟର ପୁତ୍ର ଯାରବୀୟାମଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ସଦାପ୍ରଭୁଙ୍କ ଆଡ଼ୁ ଘଟିଲା।
Other Translations King James Version (KJV) Wherefore the king hearkened not unto the people; for the cause was from the LORD, that he might perform his saying, which the LORD spake by Ahijah the Shilonite unto Jeroboam the son of Nebat.
American Standard Version (ASV) So the king hearkened not unto the people; for it was a thing brought about of Jehovah, that he might establish his word, which Jehovah spake by Ahijah the Shilonite to Jeroboam the son of Nebat.
Bible in Basic English (BBE) So the king did not give ear to the people; and this came about by the purpose of the Lord, so that what he had said by Ahijah the Shilonite to Jeroboam, son of Nebat, might be effected.
Darby English Bible (DBY) So the king hearkened not to the people; for it was brought about by Jehovah, that he might give effect to his word, which Jehovah spoke through Ahijah the Shilonite to Jeroboam the son of Nebat.
Webster's Bible (WBT) Wherefore the king hearkened not to the people; for the cause was from the LORD, that he might perform his saying, which the LORD spoke by Ahijah the Shilonite to Jeroboam the son of Nebat.
World English Bible (WEB) So the king didn't listen to the people; for it was a thing brought about of Yahweh, that he might establish his word, which Yahweh spoke by Ahijah the Shilonite to Jeroboam the son of Nebat.
Young's Literal Translation (YLT) and the king hearkened not unto the people, for the revolution was from Jehovah, in order to establish His word that Jehovah spake by the hand of Ahijah the Shilonite unto Jeroboam son of Nebat.
Cross Reference Deuteronomy 2:30 in Oriya 30 ମାତ୍ର ହିଷ୍ବୋନର ରାଜା ସୀହୋନ ଆପଣା ଦେଶ ମଧ୍ୟଦେଇ ଯିବା ପାଇଁ ଆମ୍ଭମାନଙ୍କୁ ଅନୁମତି ଦେଲା ନାହିଁ, କାରଣ ସଦାପ୍ରଭୁ ତୁମ୍ଭର ପରମେଶ୍ୱର ତୁମ୍ଭ ହସ୍ତରେ ଆଜିର ନ୍ୟାୟ ତାହାକୁ ସମର୍ପଣ କରିବା ପାଇଁ ତାହାର ମନ କଠିନ କଲେ ଓ ତାହାର ହୃଦୟ ଶକ୍ତ କଲେ।
Judges 14:4 in Oriya 4 ମାତ୍ର ପଲେଷ୍ଟୀୟମାନଙ୍କ ପ୍ରତିକୂଳରେ ଛିଦ୍ର ପାଇବା ଚେଷ୍ଟାରେ ଏହି ଘଟଣା ଯେ ସଦାପ୍ରଭୁଙ୍କ ଆଡ଼ୁ ହେଲା, ଏହା ତାହାର ପିତାମାତା ଜାଣିଲେ ନାହିଁ। ସେ ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ଉପରେ କର୍ତ୍ତୃତ୍ୱ କରୁଥିଲେ।
1 Samuel 15:29 in Oriya 29 ଆହୁରି ଇସ୍ରାଏଲର ବିଶ୍ୱାସ-ଭୂମି ମିଥ୍ୟା କହିବେ ନାହିଁ, କି ମତ ପରିବର୍ତ୍ତନ କରିବେ ନାହିଁ; କାରଣ ସେ ମନୁଷ୍ୟ ନୁହନ୍ତି ଯେ, ସେ ଦ୍ୱିମତ ହେବେ।
2 Samuel 17:14 in Oriya 14 ତହିଁରେ ଅବଶାଲୋମ ଓ ସମୁଦାୟ ଇସ୍ରାଏଲ ଲୋକ କହିଲେ, “ଅହୀଥୋଫଲର ମନ୍ତ୍ରଣା ଅପେକ୍ଷା ଅର୍କୀୟ ହୂଶୟର ମନ୍ତ୍ରଣା ଉତ୍ତମ।” ଯେହେତୁ ସଦାପ୍ରଭୁ ଅବଶାଲୋମ ପ୍ରତି ଅମଙ୍ଗଳ ଘଟାଇବା ଅଭିପ୍ରାୟରେ ଅହୀଥୋଫଲର ଉତ୍ତମ ମନ୍ତ୍ରଣା ବ୍ୟର୍ଥ କରିବା ପାଇଁ ସ୍ଥିର କରିଥିଲେ।
1 Kings 11:11 in Oriya 11 ଏହେତୁ ସଦାପ୍ରଭୁ ଶଲୋମନଙ୍କୁ କହିଲେ, “ତୁମ୍ଭ ଦ୍ୱାରା ଏହିପରି ହେବାରୁ ଓ ଆମ୍ଭେ ତୁମ୍ଭକୁ ଆପଣାର ଯେଉଁ ନିୟମ ଓ ବିଧି ଆଜ୍ଞା କଲୁ, ତାହା ତୁମ୍ଭେ ପାଳନ ନ କରିବାରୁ ଆମ୍ଭେ ନିଶ୍ଚୟ ତୁମ୍ଭଠାରୁ ରାଜ୍ୟ ଚିରି ନେଇ ତୁମ୍ଭ ଦାସକୁ ଦେବା।
1 Kings 11:29 in Oriya 29 ଘଟଣାକ୍ରମେ ସେହି ସମୟରେ ଯାରବୀୟାମ ଯିରୂଶାଲମର ବାହାରକୁ ଯା'ନ୍ତେ, ପଥରେ ଶୀଲୋନୀୟ ଅହୀୟ ଭବିଷ୍ୟଦ୍ବକ୍ତା ତାଙ୍କର ଦେଖା ପାଇଲା; ଅହୀୟ ଆପଣାକୁ ନୂତନ ବସ୍ତ୍ରରେ ଆଚ୍ଛାଦନ କରିଥିଲା ଓ କ୍ଷେତ୍ରରେ କେବଳ ସେ ଦୁହେଁ ଥିଲେ।
1 Kings 12:24 in Oriya 24 ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଯାତ୍ରା କରିବ ନାହିଁ, କିଅବା ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣ ବିପକ୍ଷରେ ଯୁଦ୍ଧ କରିବ ନାହିଁ; ପ୍ରତ୍ୟେକ ଲୋକ ଆପଣା ଆପଣା ଗୃହକୁ ଫେରି ଯାଅ; କାରଣ ଏହି କାର୍ଯ୍ୟ ଆମ୍ଭ ଆଡ଼ୁ ହୋଇଅଛି।” ତେଣୁ ସେମାନେ ସଦାପ୍ରଭୁଙ୍କ ବାକ୍ୟ ଶୁଣିଲେ ଓ ସଦାପ୍ରଭୁଙ୍କ ବାକ୍ୟ ପ୍ରମାଣେ ଆପଣା ଆପଣା ପଥରେ ଫେରିଗଲେ।
1 Kings 22:23 in Oriya 23 ଏହେତୁ ଦେଖ, ସଦାପ୍ରଭୁ ତୁମ୍ଭର ଏସମସ୍ତ ଭବିଷ୍ୟଦ୍ବକ୍ତାଙ୍କ ମୁଖରେ ମିଥ୍ୟାବାଦୀ ଆତ୍ମା ଦେଇଅଛନ୍ତି; ସଦାପ୍ରଭୁ ତୁମ୍ଭ ବିଷୟରେ ଅମଙ୍ଗଳର କଥା କହିଅଛନ୍ତି।”
2 Kings 9:36 in Oriya 36 ଏହେତୁ ସେମାନେ ଫେରି ଆସି ଯେହୂଙ୍କୁ ଜଣାଇଲେ। ତହିଁରେ ସେ କହିଲେ, “ଏ ତ ସଦାପ୍ରଭୁଙ୍କ ବାକ୍ୟ, ସେ ଆପଣା ଦାସ ତିଶ୍ବୀୟ ଏଲୀୟଙ୍କ ଦ୍ୱାରା ଏହା କହିଥିଲେ, ଯଥା, ‘ଯିଷ୍ରିୟେଲୀୟ ଭୂମିରେ କୁକ୍କୁରମାନେ ଈଷେବଲ୍ର ମାଂସ ଖାଇବେ;
2 Kings 10:10 in Oriya 10 ଏବେ ଜାଣ ଯେ, ସଦାପ୍ରଭୁ ଆହାବ ବଂଶ ବିଷୟରେ ଯାହା କହିଅଛନ୍ତି, ସଦାପ୍ରଭୁଙ୍କ ସେହି ବାକ୍ୟରୁ କିଛି ହିଁ ତଳେ ପଡ଼ିବ ନାହିଁ; କାରଣ ସଦାପ୍ରଭୁ ଆପଣା ଦାସ ଏଲୀୟଙ୍କ ଦ୍ୱାରା ଯାହା କହିଥିଲେ, ତାହା ସଫଳ କରିଅଛନ୍ତି।”
2 Chronicles 10:15 in Oriya 15 ଏରୂପେ ରାଜା ଲୋକମାନଙ୍କ କଥା ଶୁଣିଲେ ନାହିଁ; କାରଣ ସଦାପ୍ରଭୁ ଶୀଲୋନୀୟ ଅହୀୟ ହାତରେ ନବାଟର ପୁତ୍ର ଯାରବୀୟାମ୍ଙ୍କୁ ଯାହା କହିଥିଲେ, ଆପଣାର ସେହି କଥା ସଫଳ କରିବା ନିମନ୍ତେ ଏହା ପରମେଶ୍ୱରଙ୍କ ଆଡ଼ୁ ଘଟିଲା।
2 Chronicles 22:7 in Oriya 7 ଅହସୀୟ ଯୋରାମ୍ଙ୍କ ନିକଟକୁ ଯିବା ସକାଶୁ ପରମେଶ୍ୱରଙ୍କ ଆଡ଼ୁ ତାଙ୍କର ବିନାଶ ଘଟିଲା; କାରଣ ଆହାବ ବଂଶକୁ ଉଚ୍ଛିନ୍ନ କରିବା ପାଇଁ ସଦାପ୍ରଭୁ ନିମ୍ଶିର ପୁତ୍ର ଯେଉଁ ଯେହୂଙ୍କୁ ଅଭିଷିକ୍ତ କରିଥିଲେ, ତାଙ୍କର ପ୍ରତିକୂଳରେ ସେ ଆସି ଯୋରାମ୍ଙ୍କ ସଙ୍ଗେ ଗଲେ।
2 Chronicles 25:16 in Oriya 16 ସେ ତାଙ୍କୁ ଏହି କଥା କହିବା ବେଳେ, ରାଜା ତାହାକୁ କହିଲେ, ଆମ୍ଭେମାନେ କ'ଣ ତୁମ୍ଭକୁ ରାଜମନ୍ତ୍ରୀ କରିଅଛୁ ? କ୍ଷାନ୍ତ ହୁଅ ! କାହିଁକି ମାଡ଼ ଖାଇବ ? ଏଥିରେ ଭବିଷ୍ୟଦ୍ବକ୍ତା କ୍ଷାନ୍ତ ହୋଇ କହିଲା, ମୁଁ ଜାଣେ, ପରମେଶ୍ୱର ଆପଣଙ୍କୁ ବିନାଶ କରିବା ପାଇଁ ସ୍ଥିର କରିଅଛନ୍ତି, କାରଣ ଆପଣ ଏହା କରିଅଛନ୍ତି ଓ ମୋ' ପରାମର୍ଶରେ କର୍ଣ୍ଣପାତ କରି ନାହାନ୍ତି।
2 Chronicles 25:20 in Oriya 20 ମାତ୍ର ଅମତ୍ସୀୟ ଶୁଣିଲେ ନାହିଁ; କାରଣ ଲୋକମାନେ ଇଦୋମୀୟ ଦେବଗଣର ଅନ୍ୱେଷଣ କରିବା ହେତୁରୁ ପରମେଶ୍ୱର ଯେପରି ସେମାନଙ୍କ ଶତ୍ରୁଗଣ ହସ୍ତରେ ସେମାନଙ୍କୁ ସମର୍ପଣ କରିବେ, ଏଥିପାଇଁ ତାହାଙ୍କ ଆଡ଼ୁ ଏହି ଘଟଣା ହେଲା।
Psalm 5:10 in Oriya 10 ହେ ପରମେଶ୍ୱର, ସେମାନଙ୍କୁ ଦୋଷୀ କର; ସେମାନେ ଆପଣାମାନଙ୍କ ମନ୍ତ୍ରଣା ଦ୍ୱାରା ପତିତ ହେଉନ୍ତୁ; ସେମାନଙ୍କ ଅପରାଧର ବାହୁଲ୍ୟରେ ସେମାନଙ୍କୁ ତଡ଼ି ଦିଅ; କାରଣ ସେମାନେ ତୁମ୍ଭ ପ୍ରତିକୂଳରେ ବିଦ୍ରୋହ କରିଅଛନ୍ତି।
Isaiah 14:13 in Oriya 13 ପୁଣି, ତୁମ୍ଭେ ମନେ ମନେ କହିଥିଲ, ଆମ୍ଭେ ସ୍ୱର୍ଗାରୋହଣ କରିବା, ଆମ୍ଭେ ପରମେଶ୍ୱରଙ୍କ ନକ୍ଷତ୍ରଗଣର ଉର୍ଦ୍ଧ୍ୱରେ ଆପଣା ସିଂହାସନ ଉଚ୍ଚୀକୃତ କରିବା; ଆମ୍ଭେ ଉତ୍ତର ଦିଗର ପ୍ରାନ୍ତସ୍ଥିତ ସମାଗମ ପର୍ବତରେ ଉପବିଷ୍ଟ ହେବା;
Isaiah 46:10 in Oriya 10 ଆମ୍ଭେ ଶେଷ ବିଷୟ ଆଦିଠାରୁ ପ୍ରକାଶ କରୁ, ପୁଣି ଯାହା ସାଧିତ ହୋଇ ନାହିଁ, ତାହା ପ୍ରାଚୀନ କାଳରୁ ଜଣାଉ, ଆଉ କହୁ, “ଆମ୍ଭର ମନ୍ତ୍ରଣା ସ୍ଥିର ହେବ ଓ ଆମ୍ଭେ ଆପଣାର ସକଳ ମନସ୍କାମନା ସିଦ୍ଧ କରିବା,”
Daniel 4:35 in Oriya 35 ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କ'ଣ କରୁଅଛ ଏହା ତାହାଙ୍କୁ କହି ନ ପାରେ।
Amos 3:6 in Oriya 6 ନଗର ମଧ୍ୟରେ ତୂରୀ ବଜାଗଲେ ଲୋକମାନେ କି ଭୀତ ହେବେ ନାହିଁ ? ସଦାପ୍ରଭୁ ନ ଘଟାଇଲେ ନଗର ମଧ୍ୟରେ କି ଅମଙ୍ଗଳ ଘଟିବ ?
John 19:23 in Oriya 23 ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇଲା ଉତ୍ତାରେ ତାହାଙ୍କ ବସ୍ତ୍ର ଘେନି ଚାରି ଭାଗ କଲେ, ପ୍ରତ୍ୟେକ ସୈନ୍ୟ ପାଇଁ ଏକ ଏକ ଭାଗ, ଆଉ ସେମାନେ ତାହାଙ୍କ ଅଙ୍ଗରଖା ମଧ୍ୟ ନେଲେ। ସେହି ଅଙ୍ଗରଖା ସିଲେଇ ନ ହୋଇ ଉପରୁ ତଳ ଯାଏ ସମୁଦାୟ ବୁଣା ହୋଇଥିଲା।
John 19:28 in Oriya 28 ଏହାପରେ ଯୀଶୁ ଧର୍ମଶାସ୍ତ୍ରର ବାକ୍ୟ ଯେପରି ସଫଳ ହୁଏ, ଏଥି ନିମନ୍ତେ ସମସ୍ତ ବିଷୟ ଏବେ ସମାପ୍ତ ହୋଇଅଛି ବୋଲି ଜାଣି କହିଲେ, ମୋତେ ତୃଷା ଲାଗୁଅଛି।
John 19:32 in Oriya 32 ଅତଏବ, ସୈନ୍ୟମାନେ ଆସି ପ୍ରଥମ ଜଣକର ଗୋଡ଼ ଓ ତାହା ସହିତ ଯେଉଁ ଜଣକ କ୍ରୁଶରେ ଚଢ଼ାଯାଇଥିଲା, ତାହାର ଗୋଡ଼ ମଧ୍ୟ ଭାଙ୍ଗି ଦେଲେ।
Acts 2:23 in Oriya 23 ସେହି ବ୍ୟକ୍ତି ଇଶ୍ବରଙ୍କ ନିରୂୂପିତ ସଙ୍କଳ୍ପ ଓ ପୂର୍ବାଜ୍ଞାନୁସାରେ ସମର୍ପିତ ହୁଅନ୍ତେ, ଆପଣମାନେ ତାହାଙ୍କୁ ଅଧାର୍ମିକମାନଙ୍କ ହସ୍ତ ଦ୍ୱାରା କ୍ରୁଶାରୋପଣ କରି ବଧ କରିଥିଲେ;
Acts 3:17 in Oriya 17 ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।
Acts 4:28 in Oriya 28 ତୁମ୍ଭର ସଂକଳ୍ପ ଦ୍ୱାରା ଯେ ସମସ୍ତ ବିଷୟ ଘଟିବ ବୋଲି ପୂର୍ବରୁ ନିରୂପିତ ହୋଇଥିଲା, ତାହା କରିବାକୁ ଏକତ୍ର ହେଲେ।
Acts 13:27 in Oriya 27 କାରଣ ଯିରୂଶାଲମ ନିବାସୀମାନେ ଆଉ ସେମାନଙ୍କର ଅଧ୍ୟକ୍ଷଗଣ ତାହାଙ୍କୁ ପୁଣି, ପ୍ରତି ବିଶ୍ରାମବାରରେ ପାଠ କରାଯାଉଥିବା ଭାବବାଦୀମାନଙ୍କର ବାକ୍ୟସବୁକୁ ନ ଜାଣିବାରୁ ତାହାଙ୍କୁ ଦୋଷୀ କରି ସେ ସମସ୍ତ ସଫଳ କଲେ,