1 Kings 14:9 in Oriya 9 ମାତ୍ର ତୁମ୍ଭ ପୂର୍ବରେ ଯେଉଁମାନେ ଥିଲେ, ସେସମସ୍ତଙ୍କ ଅପେକ୍ଷା ତୁମ୍ଭେ ଅଧିକ କୁକର୍ମ କରିଅଛ, ପୁଣି, ଆମ୍ଭକୁ ବିରକ୍ତ କରିବା ପାଇଁ ତୁମ୍ଭେ ଯାଇ ଆପଣା ନିମନ୍ତେ ଅନ୍ୟ ଦେବଗଣ ଓ ଛାଞ୍ଚରେ ଢଳା ପ୍ରତିମାମାନ ନିର୍ମାଣ କରିଅଛ ଓ ଆମ୍ଭକୁ ଆପଣା ପଛଆଡ଼େ ପକାଇ ଦେଇଅଛ;
Other Translations King James Version (KJV) But hast done evil above all that were before thee: for thou hast gone and made thee other gods, and molten images, to provoke me to anger, and hast cast me behind thy back:
American Standard Version (ASV) but hast done evil above all that were before thee, and hast gone and made thee other gods, and molten images, to provoke me to anger, and hast cast me behind thy back:
Bible in Basic English (BBE) But you have done evil more than any before you, and have made for yourself other gods, and images of metal, moving me to wrath, and turning your back on me.
Darby English Bible (DBY) but thou hast done evil above all that were before thee, and hast gone and made thee other gods, and molten images, to provoke me to anger, and hast cast me behind thy back:
Webster's Bible (WBT) But hast done evil above all that were before thee: for thou hast gone and made thee other gods, and molten images, to provoke me to anger, and hast cast me behind thy back:
World English Bible (WEB) but have done evil above all who were before you, and have gone and made you other gods, and molten images, to provoke me to anger, and have cast me behind your back:
Young's Literal Translation (YLT) and thou dost evil above all who have been before thee, and goest, and makest to thee other gods and molten images to provoke Me to anger, and Me thou hast cast behind thy back:
Cross Reference Exodus 34:17 in Oriya 17 ତୁମ୍ଭେ ଆପଣା ନିମନ୍ତେ ଛାଞ୍ଚରେ ଢଳା କୌଣସି ଦେବତା କର ନାହିଁ।
Deuteronomy 9:8 in Oriya 8 ମଧ୍ୟ ତୁମ୍ଭେମାନେ ହୋରେବରେ ସଦାପ୍ରଭୁଙ୍କୁ କ୍ରୁଦ୍ଧ କରାଇଲ, ତହିଁରେ ସଦାପ୍ରଭୁ କ୍ରୋଧ କରି ତୁମ୍ଭମାନଙ୍କୁ ବିନାଶ କରିବାକୁ ଉଦ୍ୟତ ହେଲେ।
Deuteronomy 9:24 in Oriya 24 ମୁଁ ତୁମ୍ଭମାନଙ୍କୁ ଜାଣିବା ଦିନଠାରୁ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହାଚାରୀ ହୋଇ ଆସିଅଛ।
Deuteronomy 32:16 in Oriya 16 ସେମାନେ ଅନ୍ୟ ଦେବତାମାନଙ୍କ ଦ୍ୱାରା ତାହାଙ୍କର ଦ୍ୱେଷ ଜନ୍ମାଇଲେ, ଘୃଣାଯୋଗ୍ୟ ବସ୍ତୁ ଦ୍ୱାରା ସେମାନେ ତାହାଙ୍କୁ ବିରକ୍ତ କଲେ।
Deuteronomy 32:21 in Oriya 21 ଯେ ପରମେଶ୍ୱର ନୁହନ୍ତି, ତାହା ଦ୍ୱାରା ସେମାନେ ଆମ୍ଭର ଅନ୍ତର୍ଜ୍ୱାଳା ଜନ୍ମାଇଲେ; ସେମାନେ ଅସାର ବସ୍ତୁ ଦ୍ୱାରା ଆମ୍ଭଙ୍କୁ ବିରକ୍ତ କଲେ; ଏଣୁ ଯେଉଁମାନେ ଲୋକରେ ଗଣା ନୁହନ୍ତି, ସେମାନଙ୍କ ଦ୍ୱାରା ଆମ୍ଭେ ସେମାନଙ୍କର ଅନ୍ତର୍ଜ୍ୱାଳା ଜନ୍ମାଇବା; ଆମ୍ଭେ ମୂଢ଼ ଗୋଷ୍ଠୀ ଦ୍ୱାରା ସେମାନଙ୍କୁ ବିରକ୍ତ କରିବା।
Judges 5:8 in Oriya 8 ସେମାନେ ନୂତନ ଦେବତାମାନଙ୍କୁ ମନୋନୀତ କଲେ, ତେଣୁ ନଗରଦ୍ୱାର ସବୁରେ ଯୁଦ୍ଧ ହେଲା; ଇସ୍ରାଏଲ ମଧ୍ୟରେ, ଚାଳିଶ ସହସ୍ର ଲୋକଙ୍କ ମଧ୍ୟରେ କି ଗୋଟିଏ ଢାଲ ଅବା ବର୍ଚ୍ଛା ଦେଖାଗଲା ?
1 Kings 12:28 in Oriya 28 ଏହେତୁ ରାଜା ପରାମର୍ଶ କରି ସୁବର୍ଣ୍ଣର ଦୁଇ ଗୋବତ୍ସ ନିର୍ମାଣ କଲେ; ପୁଣି, ସେ ଲୋକମାନଙ୍କୁ କହିଲେ, “ଯିରୂଶାଲମକୁ ଯିବା ପାଇଁ ତୁମ୍ଭମାନଙ୍କୁ ବହୁତ କଷ୍ଟ ପଡ଼ୁଅଛି; ହେ ଇସ୍ରାଏଲ, ତୁମ୍ଭ ଦେବତାମାନଙ୍କୁ ଦେଖ, ସେମାନେ ତୁମ୍ଭକୁ ମିସର ଦେଶରୁ ବାହାର କରି ଆଣିଲେ।”
1 Kings 13:33 in Oriya 33 ଏ ଘଟଣା ଉତ୍ତାରେ ଯାରବୀୟାମ ଆପଣା କୁପଥରୁ ଫେରିଲେ ନାହିଁ, ମାତ୍ର ପୁନର୍ବାର ସମୁଦାୟ ଲୋକଙ୍କ ମଧ୍ୟରୁ ଉଚ୍ଚସ୍ଥଳୀର ଯାଜକ ନିଯୁକ୍ତ କଲେ; ସମସ୍ତ ଉଚ୍ଚସ୍ଥଳୀ ପାଇଁ ଯେପରି ଯାଜକ ହେବେ ଏଥିପାଇଁ ଯେ ଇଚ୍ଛା କଲା, ତାହାକୁ ସେ ନିଯୁକ୍ତ କଲେ।
1 Kings 14:16 in Oriya 16 ପୁଣି, ଯାରବୀୟାମ ଯେଉଁ ପାପ କରିଅଛି ଓ ଯଦ୍ଦ୍ୱାରା ସେ ଇସ୍ରାଏଲକୁ ପାପ କରାଇଅଛି, ତାହାର ସେହିସବୁ ପାପ ସକାଶୁ ସେ ଇସ୍ରାଏଲକୁ ତ୍ୟାଗ କରିବେ।
1 Kings 14:22 in Oriya 22 ମାତ୍ର ଯିହୁଦା ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲା; ପୁଣି, ସେମାନଙ୍କ ପୂର୍ବପୁରୁଷମାନେ ଯାହା ଯାହା କରିଥିଲେ, ସେସବୁ ଅପେକ୍ଷା ସେମାନେ ଆପଣାମାନଙ୍କ କୃତ ପାପ ଦ୍ୱାରା ତାହାଙ୍କୁ ଅଧିକ କୋପାନ୍ୱିତ କଲେ।
1 Kings 15:34 in Oriya 34 ସେ ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମ କଲେ ଓ ଯାରବୀୟାମଙ୍କର ପଥରେ ଓ ଯଦ୍ଦ୍ୱାରା ଯାରବୀୟାମ ଇସ୍ରାଏଲକୁ ପାପ କରାଇଥିଲେ, ତାଙ୍କର ସେହି ପାପରେ ଚାଲିଲେ।
1 Kings 16:31 in Oriya 31 ପୁଣି, ନବାଟର ପୁତ୍ର ଯାରବୀୟାମଙ୍କ ପାପ-ପଥରେ ଚାଲିବାର ତାଙ୍କ ପ୍ରତି ତୁଚ୍ଛ ବିଷୟ ହେଲା ପରି ସେ ସୀଦୋନୀୟମାନଙ୍କ ଇତ୍ବାଲ ରାଜାର କନ୍ୟା ଈଷେବଲକୁ ବିବାହ କଲେ ଓ ଯାଇ ବାଲ୍ର ସେବା କରି ତାହାକୁ ପ୍ରଣାମ କଲେ।
2 Kings 21:3 in Oriya 3 କାରଣ ତାଙ୍କର ପିତା ହିଜକୀୟ ଯେଉଁ ଉଚ୍ଚସ୍ଥଳୀମାନ ବିନାଶ କରିଥିଲେ, ସେ ପୁନର୍ବାର ତାହାସବୁ ନିର୍ମାଣ କଲେ ଓ ଇସ୍ରାଏଲର ଆହାବ ରାଜା ଯେପରି କରିଥିଲେ, ସେପରି ସେ ବାଲ୍ ନିମନ୍ତେ ଯଜ୍ଞବେଦି ପ୍ରସ୍ତୁତ କଲେ, ଓ ଆଶେରା ମୂର୍ତ୍ତି ନିର୍ମାଣ କଲେ, ଓ ଆକାଶସ୍ଥ ବାହିନୀ ସକଳକୁ ପୂଜା କରି ସେମାନଙ୍କର ସେବା କଲେ।
2 Kings 23:26 in Oriya 26 ତଥାପି ମନଃଶି ଯେସବୁ ବିରକ୍ତିଜନକ କ୍ରିୟା ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିଥିଲେ, ତହିଁ ସକାଶୁ ଯିହୁଦା ପ୍ରତିକୂଳରେ ତାହାଙ୍କର ଯେଉଁ କ୍ରୋଧ ପ୍ରଜ୍ୱଳିତ ହୋଇଥିଲା, ସଦାପ୍ରଭୁ ଆପଣାର ସେହି ପ୍ରଚଣ୍ଡ ମହାକୋପରୁ ଫେରିଲେ ନାହିଁ।
2 Chronicles 11:15 in Oriya 15 ପୁଣି, ସେ ଉଚ୍ଚସ୍ଥଳୀସକଳର ଓ ଛାଗ (ଦେବତାମାନଙ୍କର) ଓ ସ୍ୱର୍ଣ୍ଣନିର୍ମିତ ଗୋବତ୍ସସକଳର ନିମନ୍ତେ ଆପଣାର ଯାଜକ ନିଯୁକ୍ତ କଲେ।
2 Chronicles 33:6 in Oriya 6 ମଧ୍ୟ ସେ ହିନ୍ନୋମ୍ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
Nehemiah 9:26 in Oriya 26 ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।
Psalm 50:17 in Oriya 17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
Psalm 78:40 in Oriya 40 ସେମାନେ ପ୍ରାନ୍ତର ମଧ୍ୟରେ କେତେ ଥର ତାହାଙ୍କର ବିଦ୍ରୋହୀ ହେଲେ ଓ ମରୁଭୂମିରେ ତାହାଙ୍କୁ ଅସନ୍ତୁଷ୍ଟ କଲେ।
Psalm 78:56 in Oriya 56 ତଥାପି ସେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କୁ ପରୀକ୍ଷା କରି ତାହାଙ୍କର ବିଦ୍ରୋହୀ ହେଲେ ଓ ତାହାଙ୍କର ପ୍ରମାଣ-ବାକ୍ୟସବୁ ପାଳନ କଲେ ନାହିଁ;
Psalm 106:19 in Oriya 19 ସେମାନେ ହୋରେବରେ ଗୋଟିଏ ଗୋବତ୍ସ ନିର୍ମାଣ କଲେ ଓ ଛାଞ୍ଚରେ ଢଳା ପ୍ରତିମାକୁ ପ୍ରଣାମ କଲେ।
Psalm 106:29 in Oriya 29 ଏହିରୂପେ ସେମାନେ ଆପଣା ଆପଣା କ୍ରିୟା ଦ୍ୱାରା ତାହାଙ୍କୁ ବିରକ୍ତ କଲେ; ତହୁଁ ସେମାନଙ୍କ ମଧ୍ୟରେ ମହାମାରୀ ପ୍ରକାଶିତ ହେଲା।
Psalm 115:4 in Oriya 4 ସେମାନଙ୍କର ପ୍ରତିମାସବୁ ରୂପା ଓ ସୁନା, ମନୁଷ୍ୟର ହସ୍ତକୃତ କର୍ମ ଅଟେ।
Isaiah 44:9 in Oriya 9 ଯେଉଁମାନେ ଖୋଦିତ ପ୍ରତିମା ନିର୍ମାଣ କରନ୍ତି, ସେମାନେ ସମସ୍ତେ ଅସାର ଓ ସେମାନଙ୍କର ମନୋହର ବିଷୟମାନ ଉପକାରକ ହେବ ନାହିଁ; ସେମାନେ ଯେପରି ଲଜ୍ଜିତ ହେବେ, ଏଥିପାଇଁ ସେମାନଙ୍କର ନିଜ ସାକ୍ଷୀଗଣ ଦେଖନ୍ତି ନାହିଁ, କିଅବା ଜାଣନ୍ତି ନାହିଁ।
Jeremiah 7:9 in Oriya 9 ତୁମ୍ଭେମାନେ କି ଚୋରି, ନରହତ୍ୟା ଓ ବ୍ୟଭିଚାର ଓ ମିଥ୍ୟା ଶପଥ ଓ ବାଲ୍ଦେବ ଉଦ୍ଦେଶ୍ୟରେ ଧୂପଦାହ ଓ ତୁମ୍ଭମାନଙ୍କର ଅଜ୍ଞାତ ଅନ୍ୟ ଦେବଗଣର ପଶ୍ଚାଦ୍ଗମନ କରିବ,
Jeremiah 10:14 in Oriya 14 ପ୍ରତ୍ୟେକ ମନୁଷ୍ୟ ପଶୁବତ୍ ଓ ଜ୍ଞାନହୀନ ହୋଇଅଛି; ପ୍ରତ୍ୟେକ ସ୍ୱର୍ଣ୍ଣକାର ଆପଣା ଖୋଦିତ ପ୍ରତିମା ଦ୍ୱାରା ଲଜ୍ଜିତ ହୋଇଅଛି; କାରଣ ତାହାର ଢଳା ପ୍ରତିମା ମିଥ୍ୟା ଓ ସେମାନଙ୍କଠାରେ ପ୍ରାଣବାୟୁ ନାହିଁ।
Ezekiel 8:3 in Oriya 3 ପୁଣି, ସେ ଏକ ହସ୍ତର ଆକୃତି ବିସ୍ତାର କରି ମୋ' ମସ୍ତକର କେଶ ଧରିଲେ; ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋତେ ପୃଥିବୀ ଓ ଆକାଶର ମଧ୍ୟବର୍ତ୍ତୀ ସ୍ଥାନକୁ ଉଠାଇଲେ ଓ ଈଶ୍ୱରୀୟ ଦର୍ଶନକ୍ରମେ ଯିରୂଶାଲମକୁ, ଭିତର ପ୍ରାଙ୍ଗଣର ଉତ୍ତରାଭିମୁଖ ପ୍ରବେଶ-ସ୍ଥାନର ଦ୍ୱାର ନିକଟକୁ ମୋତେ ଆଣିଲେ; ସେହି ସ୍ଥାନରେ ଅନ୍ତର୍ଜ୍ୱାଳାଜନକ ଅନ୍ତର୍ଜ୍ୱାଳା ପ୍ରତିମା ସ୍ଥାପିତ ଥିଲା।
Ezekiel 8:17 in Oriya 17 ତହିଁରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଏହା ଦେଖିଲ ? ଏହି ସ୍ଥାନରେ ଯିହୂଦା-ବଂଶ ଯେଉଁ ଘୃଣାଯୋଗ୍ୟ କର୍ମମାନ କରୁଅଛନ୍ତି, ତାହା କି ସେମାନଙ୍କ ପକ୍ଷୀରେ ଲଘୁ ବିଷୟ ? କାରଣ ସେମାନେ ଦେଶକୁ ଦୌରାତ୍ମ୍ୟରେ ପରିପୂର୍ଣ୍ଣ କରିଅଛନ୍ତି ଓ ଆମ୍ଭକୁ କ୍ରୋଧାନ୍ୱିତ କରିବା ପାଇଁ ପୁନର୍ବାର ଫେରିଅଛନ୍ତି; ଆଉ ଦେଖ, ସେମାନେ ଆପଣା ଆପଣା ନାସିକାଗ୍ରରେ ଶାଖା ରଖନ୍ତି।
Ezekiel 23:35 in Oriya 35 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର।”
1 Corinthians 10:22 in Oriya 22 ଅଥବା ଆମ୍ଭେମାନେ କ'ଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା ? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ ?